Posted inରାଜ୍ୟ

ସାଧାରଣ ଲୋକଙ୍କ ସମସ୍ୟା ଶୁଣି ସମାଧାନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି

ଭୁବନେଶ୍ୱର,୩।୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଗୋଟିଏ ବହୁରାଷ୍ଟ୍ରୀୟ କମ୍ପାନୀର ବରିଷ୍ଠ ପ୍ରତିନିଧିଙ୍କୁ ଯେତିକି ଗୁରୁତ୍ୱ ଦେଉଛନ୍ତି, ଜଣେ ସାଧାରଣ ଲୋକ ମଧ୍ୟ ସେତିକି ଗୁରୁତ୍ଵ ଦେଉଛନ୍ତି। ସଧାରଣ ଲୋକର ସମସ୍ୟାକୁ ମଧ୍ଯ ମୁଖ୍ୟମନ୍ତ୍ରୀ ଗୁରୁତ୍ଵ ଦେଇ ଶୁଣି ସମାଧାନ ପାଇଁ ନିର୍ଦ୍ଦେଶ ଦେଉଛନ୍ତି। ବୁଧବାର ମୁଖ୍ୟମନ୍ତ୍ରୀ କେନ୍ଦୁଝରର ଜଣେ ସାଧାରଣ ଗରିବ କୃଷକ ର ସମସ୍ୟା ଶୁଣୁଛନ୍ତି। ସେହିପରି ମୁଖ୍ୟମନ୍ତ୍ରୀ ବୁଧବାର ରାଜ୍ୟ ଅତିଥି ଭବନ କାର୍ଯ୍ୟାଳୟରେ ଓସ୍ୱାସରେ (OSWAS) ଫାଇଲ୍ କାମ କରୁଥିବାର ଦେଖିବାକୁ ମିଳିଥିଲା।

ରାଜ୍ୟରେ ସରକାର ବଦଳିବା ପରେ ଜୁଲାଇ ମାସର ପ୍ରଥମ ଦିନ, ପ୍ରଥମ ସୋମବାରରେ ଭୁବନେଶ୍ୱର ୟୁନିଟ ୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣୀ ପ୍ରକୋଷ୍ଠରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି, ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଏବଂ ମନ୍ତ୍ରୀ ଗଣେଶରାମ ସିଂ ଖୁଣ୍ଟିଆ, ମନ୍ତ୍ରୀ ପ୍ରଦୀପ ବଳସାମନ୍ତ, ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର ପ୍ରମୁଖ ଲୋକଙ୍କ ଅଭିଯୋଗ ଶୁଣି ସମାଧାନର ରାସ୍ତା ବାହାର କରିଥିଲେ। ଲୋକଙ୍କ ଅଭିଯୋଗ ମୁଖ୍ୟମନ୍ତ୍ରୀ ଶୁଣୁ ଥାଆନ୍ତି, ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଉଥାନ୍ତି ଓ ତୁରନ୍ତ ହେଉଥାଏ ସମାଧାନ। ସମସ୍ତେ ଖୁସିରେ ଫେରୁଥାନ୍ତି। ସମସ୍ତଙ୍କ ଆଖିରେ ଥିଲା ସରକାରଙ୍କ ଉପରେ ବିଶ୍ୱାସ ଓ ଭରସାର ଝଲକ୍। ସେଇ ବିଶ୍ବାସ ଓ ଭରସାର ରୂପ ହେଉଛି ଗଣତନ୍ତ୍ର।

ପ୍ରଥମ ଦିନରେ ସମୁଦାୟ ୧୫୪୦ ଟି ଅଭିଯୋଗ ପଞ୍ଜୀକୃତ ହୋଇଥିବା ବେଳେ ପ୍ରାୟ ୫୦୦୦ ରୁ ଅଧିକ ଲୋକ ଆସି ମୁଖ୍ୟମନ୍ତ୍ରୀ ଓ ଅନ୍ୟ ମନ୍ତ୍ରୀମାନଙ୍କୁ ସେମାନଙ୍କ ସମସ୍ୟା କହିଥିଲେ। ଗଭୀର ମନଯୋଗରେ ସମସ୍ତଙ୍କ ସମସ୍ୟା ଶୁଣି ମୁଖ୍ୟମନ୍ତ୍ରୀ, ଅଧିକାରୀମାନଙ୍କୁ ଆବଶ୍ୟକ ନିର୍ଦ୍ଦେଶ ଦେଇଥିଲେ। ରାଜ୍ୟର ମୁଖ୍ୟଙ୍କଠାରୁ ଭରଷାର ବାଣୀ ଶୁଣି ସେମାନେ ଅତ୍ୟନ୍ତ ଖୁସି ହୋଇ ଫେରୁଥାନ୍ତି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ପୂର୍ବ ସରକାରଙ୍କ ସମୟରେ ଜନତା ଓ ସରକାରଙ୍କ ମଧ୍ୟରେ ଏକ ଲୌହ ପ୍ରାଚୀର ଥିଲା। ସେ ପ୍ରାଚୀର ଆଜି ଦୂର ହୋଇଛି। ଲୋକ ଓ ସରକାରଙ୍କ ମଧ୍ୟରେ ସିଧା ସଳଖ ସମ୍ପର୍କ ପ୍ରତିଷ୍ଠା ପାଇଛି। ଗଣତନ୍ତ୍ରରେ ଲୋକଙ୍କ କଥା ଶୁଣିବା ଓ ସମାଧାନ ପାଇଁ ଚେଷ୍ଟା କରିବା ଏକ ପ୍ରାଥମିକତା। ଏଇ କଥାକୁ ଗୁରୁତ୍ବ ଦେଇ ଆଜି ଠାରୁ ଜିଲ୍ଲା ସ୍ତରରେ ମଧ୍ୟ ଶୁଣାଣୀ ଆରମ୍ଭ ହୋଇଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ସେ କହିଥିଲେ ଯେ ଏହି ପ୍ରକ୍ରିୟାକୁ ଆଗକୁ ଆହୁରି ସୁଦୃଢ଼ କରାଯିବ। ମୋ ସହିତ ଉପ ମୁଖ୍ୟମନ୍ତ୍ରୀ ଓ ମନ୍ତ୍ରୀ ମଣ୍ଡଳର ସଦସ୍ୟ ମାନେ ମଧ୍ୟ ଏଥିରେ ସହଯୋଗ କରିଛନ୍ତି। ଏହା ଜାରି ରହିଲେ ଜିଲ୍ଲା ସ୍ତରରେ ଅଧିକାରୀ ମାନେ ଗୁରୁତ୍ଵ ଦେଇ ଲୋକଙ୍କ ସମସ୍ୟାର ସମାଧାନ କରିବେ। ଜିଲା ସ୍ତରରେ ଲୋକଙ୍କ ସମସ୍ୟାର ସମାଧାନ ହୋଇ ପାରିଲେ ରାଜ୍ୟ ସ୍ତରରେ ଅଭିଯୋଗ କମ ରହିବ ବୋଲି ସେ ଆଶା ପ୍ରକାଶ କରିଥିଲେ।

ସୋମବାର ଶୁଣାଣିରେ ପ୍ରାୟ ୯୯ ପ୍ରତିଶତ ଅଭିଯୋଗର ସମାଧାନ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଶୁଣାଣି ହୋଇଥିଲା। ଏଥିପାଇଁ ସାଧାରଣ ପ୍ରଶାସନ ବିଭାଗ ଏବଂ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଥିଲା। ପ୍ରତି ସୋମବାର ଏହି ପରି ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଜାରି ରହିବ ବୋଲି ଜଣାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନରେ ହଲଚଲ! ଆନ୍ଦୋଳନ ପୂର୍ବରୁ ପୋଲିସ୍‌ର ବଡ଼ କାର୍ଯ୍ୟାନୁଷ୍ଠାନ, ଗିରଫ ହେଲେ….

ଇସଲାମାବାଦ,୨୦ା୯: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଓ ପାକିସ୍ତାନ ତେହରିକ୍‌-ଏ-ଇନ୍‌ସାଫ୍‌ (PTI) ମୁଖ୍ୟ ଇମ୍ରାନ ଖାନ୍‌ଙ୍କ ଭଉଣୀ ଅଲିମା ଖାନ୍‌ଙ୍କୁ ଲାହୋର ପୋଲିସ୍‌ ଗିରଫ କରିଛି । ରବିବାର…

ଗର୍ଭବତୀ ସ୍ତ୍ରୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ସ୍ବାମୀ, ଦିଅର କହିଲେ…

ବଲାଙ୍ଗୀର,୨୦ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ କର୍ଲାପିଟା ଗାଁରେ ରବିବାର ବୀଭତ୍ସ ହତ୍ୟାକାଣ୍ଡ ଘଟିଯାଇଛି। ସ୍ବାମୀଙ୍କ ଟାଙ୍ଗିଆ ଚୋଟରେ ୪ ମାସର ଗର୍ଭବତୀ ସ୍ତ୍ରୀ…

ହଠାତ୍ ଆକ୍ରମଣରେ ଥରିଲା ରୁଷିଆ, ହଜାରେରୁ ଅଧିକ ଡ୍ରୋନ୍‌ ମାଡ଼ କଲା ୟୁକ୍ରେନ

ମସ୍କୋ,୨୦ା୯: ରୁଷିଆ ଉପରେ ୟୁକ୍ରେନ୍‌ ବଡ଼ଧରଣର ଡ୍ରୋନ୍‌ ଆକ୍ରମଣ କରିଛି । ରୁଷିଆର ଅଧିକାରୀଙ୍କ ଦାବି ଅନୁସାରେ, ବିଭିନ୍ନ ଅଞ୍ଚଳରେ ୧,୧୦୦ରୁ ଅଧିକ ୟୁକ୍ରେନୀୟ ଡ୍ରୋନ୍‌ ଉଡ଼ିଥିଲା।…

ଏଥର ପୋଲିସ ପାଳି, ବର୍ଦ୍ଦିରେ ରହି ସୋସିଆଲ ମିଡିଆରେ ଫଟୋ ଭିଡିଓ ପୋଷ୍ଟ କଲେ…

ଭୁବନେଶ୍ୱର,୨୦ା୯: ଏଣିକି ପୋଲିସ ପାଳି। ରାଜ୍ୟରେ ଶୃଙ୍ଖଳା ଓ ସୁରକ୍ଷା ବ୍ୟବସ୍ଥାକୁ ଅଧିକ କଡ଼ାକଡ଼ି କରିବା ପାଇଁ କମିଶନରେଟ୍‌ ପୋଲିସ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ଗାଇଡ୍‌ଲାଇନ୍‌ ଜାରି…

ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’କୁ ନେଇ ବଢ଼ିଲା ଚିନ୍ତା: ସମୁଦ୍ର ଛାଡ଼ି କୂଳମୁହାଁ ମତ୍ସ୍ୟଜୀବୀ, ଆଶଙ୍କାରେ ଲୋକେ

ମହାକାଳପଡ଼ା,୨୦ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସହିତ ସମ୍ଭାବ୍ୟ ବାତ୍ୟା ଅର୍ଣ୍ଣବ ଚିନ୍ତା ବାଇଛି। ଫଳରେ ବିଶେଷ କରି ଉପକୂଳ ଅଞ୍ଚଳ ପାରମ୍ପରିକ ମାଛ…

ଜଙ୍ଗଲରେ ପଡ଼ିଛି ହାତୀର ମୃତଦେହ, ମୃତ୍ୟୁର କାରଣ ଅସ୍ପଷ୍ଟ

ଜଳେଶ୍ୱର,୨୦ା୯(ନବୀନ ସାହୁ): ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ଅନ୍ତର୍ଗତ ବରଡିହା ବନଖଣ୍ଡ କଳମା ପଞ୍ଚାୟତର ଆମ୍ବତୁମ୍ବା ଜଙ୍ଗଲରୁ ଏକ ମାଈହାତୀର ମୃତଦେହ ଉଦ୍ଧାର କରାଯାଇଛି। ପ୍ରାପ୍ତ ସୂଚନା…

ମାଉଜର ଦେଖାଇ ଫାଇନାନ୍ସ କମ୍ପାନୀ କର୍ମଚାରୀଙ୍କଠାରୁ ଲକ୍ଷାଧିକ ଟଙ୍କା ଝାମ୍ପିନେଲେ ୪ ଦୁର୍ବୃତ୍ତ

ନନ୍ଦପୁର,୨୦ା୯(ତୁଷାରକାନ୍ତ ମହାନ୍ତି): ପାର୍ବଣ ପୂର୍ବରୁ କୋରାପୁଟ ଜିଲାର ବିଭିନ୍ନ ସ୍ଥାନରେ ଚୋରି ଡକାୟତି ରାହାଜାନି ଘଟଣା ଦିନକୁ ଦିନ ବୃଦ୍ଧି ପାଉଛି। ନନ୍ଦପୁର ଥାନା କ୍ଷେତ୍ର ପାଲିବା…

ଶ୍ରୀଗୁଣ୍ଡିଚା ମନ୍ଦିର ପରିଦର୍ଶନ ସହ ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟର ସମୀକ୍ଷା କଲେ ମୁଖ୍ୟ ପ୍ରଶାସକ

ପୁରୀ,୨୦ା୯(ଅଜିତ୍‌ କୁମାର ମହାନ୍ତି): ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟସ୍ଥିତ ସମ୍ମିଳନୀ କକ୍ଷରେ ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ କୁମାର ପାଢ଼ୀଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଛି। ଏଥିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?