ଆଜି ଜନ୍ମ ମାଟି ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି

କେନ୍ଦୁଝର,୨୩।୬: ଓଡିଶାର ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ନେବା ପରେ ରବିବାର ପ୍ରଥମ ଥର ପାଇଁ ମୋହନ ଚରଣ ମାଝି କେନ୍ଦୁଝର ଜିଲା ତଥା ନିଜ ଜନ୍ମ ମାଟି ଗସ୍ତ କରିବେ। ଏଥିପାଇଁ ପ୍ରସ୍ତୁତି ହୋଇସାରିଛି। କେନ୍ଦୁଝର ସହର ମଣ୍ଡୁଆ ସ୍ଥିତ ତାଙ୍କ ଘର ଆଗରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଥିବା ବେଳେ ଘଟଗାଁ, କେନ୍ଦୁଝର, ତାଙ୍କ ଗ୍ରାମ ରାଇକଳା ଓ ଝୁମ୍ପୁରା ରେ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି।

ସଦର ବିଧାନସଭା ନିର୍ବାଚନମଣ୍ଡଳୀରୁ ଚତୁର୍ଥ ଥର ପାଇଁ ବିଧାୟକ ଭାବେ ନିର୍ବାଚିତ ହୋଇଥିବା ଓ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଦାୟିତ୍ୱ ନେଇଥିବା ମୋହନ ଚରଣ ମାଝି ୨୩ ତାରିଖ ରବିବାର ଏକ ସ୍ବତନ୍ତ୍ର ହେଲିକପ୍ଟରରେ ଘଟଗାଁରେ ଆସି ପହଞ୍ଚିବେ। ଏହାପରେ ମା’ ତାରିଣୀଙ୍କ ଦର୍ଶନ ସାରି ରୋଡ ଶୋ’ କରିବେ। ସେଠାରୁ ପୁଣି ସେହି ହେଲକପ୍ଟରରେ କେନ୍ଦୁଝର ଆସି ରିଜର୍ଭ ପୋଲିସ ପଡିଆରେ ଓହ୍ଲାଇବେ। ପୁଣି ସେଠାରୁ କାର ଯୋଗେ ପୁରୁଣା ସହର ଯାଇ ଆରାଧ୍ୟ ଶ୍ରୀ ବଳଦେବଜୀଉଙ୍କୁ ଦର୍ଶନ କରିବା ସହିତ ଆଶୀର୍ବାଦ ନେବେ । ଏହା ପରେ ଏକ ରୋଡ ଶୋ’ରେ କେନ୍ଦୁଝର ସହର ପରିକ୍ରମା କରିବେ। ପରେ ଷ୍ଟାଡିୟମ ଠାରେ ଆୟୋଜିତ ନାଗରିକ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମରେ ଯୋଗ ଦେବେ ।

ଏହାପରେ କେନ୍ଦୁଝର ସର୍କିଟ ହାଉସଠାରେ ସେ ରାତ୍ରିଯାପନ କରିବା ସହିତ ୨୪ ତାରିଖ ସକାଳେ ନିଜ ଗାଁ ରାଇକଳାକୁ ହେଲିକପ୍ଟରରେ ଯିବାର କାର୍ଯ୍ୟକ୍ରମ ରହିଛି । ଗାଁ ନିକଟରେ ଥିବା ଝୁମ୍ପୁରାରେ ଏକ ରୋଡ ଶୋ କାର୍ଯ୍ୟକ୍ରମ ପରେ ଭୁବନେଶ୍ୱର ପ୍ରତ୍ୟାବର୍ତ୍ତନ କରିବେ ବୋଲି ଜଣାପଡିଛି । ଭାଜପା ଦଳ ପକ୍ଷରୁ ତାଙ୍କୁ ଭବ୍ୟ ସ୍ବାଗତ କରିବା ପାଇଁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ସେହିପରି ନିଜ ମାଟିରେ ଜିଲାର ପ୍ରଥମ ମୁଖ୍ୟମନ୍ତ୍ରୀଙ୍କୁ ଦେଖିବାକୁ ଓ ସ୍ବାଗତ ସମ୍ବର୍ଦ୍ଧନା ଜଣାଇବାକୁ ଲୋକେ ବ୍ୟାପକ ପ୍ରସ୍ତୁତି କରିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଲୋକ ସଭାରେ ରେଳସେବା ସମସ୍ୟା ପ୍ରସଙ୍ଗ ଉଠାଇଲେ ବରଗଡ଼ ଏମ୍‌ପି

ବରଗଡ଼,୧୯।୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ଲୋକ ସଭା ନିର୍ବାଚନମଣ୍ଡଳୀର ଜନସାଧାରଣଙ୍କ ବିଭିନ୍ନ ସମସ୍ୟାକୁ ଗୁରୁବାର ବରଗଡ଼ ଏମ୍‌ପି ପ୍ରଦୀପ ପୁରୋହିତ ଲୋକ ସଭାରେ ଉଠାଇଛନ୍ତି। ବିଶେଷକରି ରେଳସେବାର ବିକାଶ ଓ…

ବାସନ୍ତୀକ ନବରାତ୍ର ପୂଜା: ଶୈଳପୁତ୍ରୀ ବେଶରେ ଦର୍ଶନ ଦେଲେ ମା’ ସମଲେଶ୍ବରୀ

ବରଗଡ଼,୧୯।୩(ପ୍ରେମାନନ୍ଦ ଖମାରୀ): ଆଜି ଚୈତ୍ର ଅମାବାସ୍ୟା ଯୁକ୍ତ ପ୍ରତିପଦା। ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଆରମ୍ଭ ହୋଇଛି। ପ୍ରଥମ ଦିବସରେ ଦେବୀଙ୍କ…

ମହାପ୍ରଭୁଙ୍କ ଜମିର ଧାନବିକ୍ରି ପଞ୍ଜୀକରଣକୁ ନା: ଏବେଠାରୁ ଘାରିଲାଣି ଧାନବିକ୍ରି ଚିନ୍ତା

ବରଗଡ଼,୧୯।୩(ପ୍ରେମାନନ୍ଦ ଖମାରୀ): ରବିଧାନ ସଂଗ୍ରହ ପ୍ରକ୍ରିୟା ପାଇଁ ଚାଷୀଙ୍କ ଧାନବିକ୍ରି ପଞ୍ଜୀକରଣ ଚାଲିଛି। ଶୁକ୍ରବାର ଏଥିପାଇଁ ଆବେଦନ ଅବଧି ସରିଯିବ। ଅନ୍ୟପଟେ ବରଗଡ଼ ଜିଲାର ଅନେକ ଚାଷୀ…

ପୁରାଣ କଥାରେ ସୃଷ୍ଟିତତ୍ତ୍ୱ

ଆମ ଦେଶରେ ଆମେ ଯେତେବେଳେ ସୃଷ୍ଟିର ପୌରାଣିକ କଥା ସମ୍ପର୍କରେ ବିଚାର କରୁ, ସେତେବେଳେ ସଂସ୍କୃତ କାହାଣୀ ଉପସ୍ଥାପନ କରିଥାଉ। ବିଶେଷକରି ବିଷ୍ଣୁ ଅନନ୍ତନାଗ ଉପରେ ଶୟନ…

୫ଦିନ ଝଡ଼ବର୍ଷା, କୁଆପଥର ମାଡ଼: ସତର୍କ ସୂଚନା ଜାରି

ଭୁବନେଶ୍ୱର,୧୯ା୩(ଅନୁରାଧା ମହାରଣା):ରାଜ୍ୟରେ କାଳବୈଶାଖୀ ପ୍ରଭାବରେ ବିଭିନ୍ନ ଜିଲାରେ ବର୍ଷା ସହ ଝଡପବନ ହେଉଥିବା ବେଳେ ଆଗାମୀ ୫ ଦିନ ଯାଏ ଏପରି ସ୍ଥିତି ଜାରି ରହିବ। ଏନେଇ…

‘ଏସ୍‌ଓପି’ ନ ମାନିଲେ ଦରମା ବନ୍ଦ: ସବୁ ବିଭାଗକୁ ତାଗିଦ୍‌, ଛଟେଇ ପ୍ରକ୍ରିୟା ଆରମ୍ଭ…

ଭୁବନେଶ୍ୱର,୧୯ା୩ (ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ କାର୍ଯ୍ୟରତ ପରାମର୍ଶଦାତାଙ୍କ ଛଟେଇ ପ୍ରକ୍ରିୟା ଆରମ୍ଭ ହୋଇଛି। ଅର୍ଥ ବିଭାଗ ପକ୍ଷରୁ ଫେବୃଆରୀ ୧୭ରେ ଏନେଇ ଏକ ଉଚ୍ଚସ୍ତରୀୟ…

ପାରାଦୀପରେ ଲାଗିଲା ତୈଳ ଜାହାଜ: ମିଳିଲା ବଡ଼ ଆଶ୍ୱସ୍ତି, ହର୍ମୁଜ ଦେଇ…

ପାରାଦୀପ,୧୯।୩(ଶରତ ରାଉତ):ଯୁଦ୍ଧ ପ୍ରଭାବିତ ଦେଶ ଓମାନ୍‌ରୁ ଏକ ଅଶୋଧିତ ତୈଳ ବୋଝେଇ ଜାହାଜ ମେରାଇନ ଟ୍ୟାଙ୍କର(ଏମ୍‌ଟି)ଫ୍ଲୋରା ପାରାଦୀପ ବନ୍ଦର ସିଙ୍ଗଲ ପଏଣ୍ଟ ମୋରିଂସିଷ୍ଟମ(ଏସ୍‌ପିଏମ୍‌) ୩ରେ ବୁଧବାର ଲାଗିଛି।…

ମା’ ସମଲେଶ୍ୱରୀଙ୍କ ବାସନ୍ତୀକ ନବରାତ୍ର ପୂଜା ଆରମ୍ଭ: ସମ୍ପନ୍ନ ହେଲା ପାରମ୍ପରିକ ‘ଖଣ୍ଡାଧୁଆ’ ନୀତି

ବରଗଡ଼, ୧୮/୩ (ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀଙ୍କ ପୀଠରେ ପବିତ୍ର ଚୈତ୍ର ନବରାତ୍ର ବା ବାସନ୍ତୀକ ନବରାତ୍ର ପୂଜା ପାଇଁ ଶୁଭାରମ୍ଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri