ମୋଦିଙ୍କୁ ନେଇ ଷ୍ଟେଜରେ ବଡ଼କଥା କହିଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ମଙ୍ଗଳବାର ସୁଭଦ୍ରା ଯୋଜନାର ଶୁଭାରମ୍ଭ ହୋଇଛି। ନିଜ ଜନ୍ମଦିନ ଅବସରରେ ପ୍ରଧାନମନ୍ତ୍ରୀ ଭୁବନେଶ୍ୱରରେ ପହଞ୍ଚି ଜନତା ମୈଦାନରେ ଏହି ଯୋଜନାର ଶୁଭାରମ୍ଭ କରି କହିଛନ୍ତି ଯେ, ଆଗାମୀ ଦିନରେ ଓଡିଶାର ମହିଳାମାନଙ୍କ ଶକ୍ତି ଓ ସାମର୍ଥ୍ୟ ରାଜ୍ୟର ବିକାଶର ମୂଳମନ୍ତ୍ର ହେବ।

ସୁଭଦ୍ରା ଯୋଜନାର ଶୁଭାରମ୍ଭ ଅବସରରେ ସବୁଠି ଖୁସି ଓ ଆନନ୍ଦର ପରିବେଶ ଦେଖିବାକୁ ମିଳିଛି। ଭୁବନେଶ୍ୱରରେ ଲକ୍ଷାଧିକ ମହିଳା ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି। ମା’ମାନଙ୍କ ମୁହଁରେ ଖୁସିର ଲହରୀ ଦେଖିବାକୁ ମିଳିଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ସୁଇଚ ଟିପି ରାଜ୍ୟର ୨୫ଲକ୍ଷ ୧୧ ଜଣ ମହିଳାଙ୍କ ଖାତାକୁ ପ୍ରଥମ କିସ୍ତି ସୁଭଦ୍ରା ସହାୟତା ରାଶି ପ୍ରଦାନ କରିଛନ୍ତି।

ତେବେ କାର୍ଯ୍ୟକ୍ରମରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ସମସ୍ତ ମା’ ଓ ଭଉଣୀ ଏବଂ ରାଜ୍ୟର ସାଢେ ଚାରି କୋଟି ଜନ ସାଧାରଣଙ୍କ ପକ୍ଷରୁ ପ୍ରଧାନମନ୍ତ୍ରୀଙ୍କୁ ଜନ୍ମ ଦିନର ଶୁଭେଚ୍ଛା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ପ୍ରଧାନମନ୍ତ୍ରୀ କେବଳ ଦେଶର ନୁହନ୍ତି, ସାରା ବିଶ୍ୱରେ ସବୁଠାରୁ ଅଧିକ ଲୋକପ୍ରିୟ ନେତା। ଆଜିର ଏହି ସ୍ବତନ୍ତ୍ର ଦିନରେ ଯେତେବେଳେ ସାରା ବିଶ୍ୱରୁ ପ୍ରଧାନମନ୍ତ୍ରୀଙ୍କ ପାଇଁ ଜନ୍ମଦିନର ଶୁଭେଚ୍ଛା ଆସୁଛି, ସେତେବେଳେ ସେ ଆଜି ଆମ ଗହଣରେ ଉପସ୍ଥିତ ହୋଇ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରୁଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀଙ୍କ ନିକଟରେ କୃତଜ୍ଞତା ପ୍ରକାଶ କରୁଛି।

ନିର୍ବାଚନ ପୂର୍ବରୁ ଆମେ ଯେଉଁ ପ୍ରତିଶ୍ରୁତି ଦେଇଥିଲୁ, ତାକୁ ଆଜି ୧୦୦ ଦିନ ମଧ୍ୟରେ ପୂରଣ କରିଛୁ। ସୁଭଦ୍ରା ଯୋଜନା ଆମ ରାଜ୍ୟ ପାଇଁ ସବୁଠାରୁ ବଡ ଜନ ହିତକାରୀ ଯୋଜନା । ଆମ ସରକାର କ୍ଷମତାକୁ ଆସିବା ପୂର୍ବରୁ ମା’ ମାନଙ୍କ ପାଇଁ ‘ସୁଭଦ୍ରା’ ଯୋଜନାର ପ୍ରତିଶ୍ରୁତି ଦେଇଥିଲେ। ଜଗନ୍ନାଥ ସଂସ୍କୃତିରେ ମା’ ସୁଭଦ୍ରା ହେଉଛନ୍ତି ଶକ୍ତି ସ୍ବରୂପିଣୀ ଓ ସମାନତାର ପ୍ରତୀକ। କଥା ଅଛି ଯେ, ମା’ ହେଲେ ପାଠୋଇ, ଦେଶ ଯିବ ଆଗେଇ। ଠିକ ସେହିପରି ଜଣେ ମହିଳା ଅର୍ଥନୈତିକ ଦୃଷ୍ଟିରୁ ସଶକ୍ତ ଓ ସ୍ବାବଲମ୍ବୀ ହେଲେ, ପରିବାରର ସାମାଜିକ ଓ ଅର୍ଥନୈତିକ ନିରାପତ୍ତା ସୁଦୃଢ଼ ହୋଇଥାଏ। ସେମାନଙ୍କୁ ଆର୍ଥିକ କ୍ଷେତ୍ରରେ ସ୍ବାବଲମ୍ବୀ କରିବା ପାଇଁ ଏବଂ ଅର୍ଥନୈତିକ ପ୍ରଗତି ପାଇଁ ସୁଯୋଗ ପ୍ରଦାନ କରିବାକୁ ଓଡ଼ିଶା ସରକାର ଏହି ପ୍ରଗତିଶୀଳ ତଥା ବୈପ୍ଳବିକ ସୁଭଦ୍ରା ଯୋଜନା ଆରମ୍ଭ କରିଛନ୍ତି।

ଏହି ଯୋଜନାକୁ ଓଡ଼ିଶାର ମହିଳା ମାନଙ୍କର ଅବଦାନ ପ୍ରତି ଆମର ନମ୍ର ତଥା କୃତଜ୍ଞତାପୂର୍ଣ୍ଣ ସୀକୃତି ଭାବେ ବର୍ଣ୍ଣନା କରି ସେ କହଛନ୍ତି, ଏଥିପାଇଁ ସୁଭଦ୍ରା ଯୋଜନାକୁ ଆମେ ଯୁଗାନ୍ତକାରୀ ଓ ବୈପ୍ଳବିକ ଯୋଜନା ବୋଲି କହୁଛୁ। ଏହି ଯୋଜନାରେ Direct Benefit Transfer ମାଧ୍ୟମରେ ଓଡ଼ିଶାର ମା’ ମାନଙ୍କ ବ୍ୟାଙ୍କ ଖାତାକୁ ସିଧାସଳଖ ଅର୍ଥ ପ୍ରଦାନ କରାଯିବ, ଯାହାକୁ ସେମାନେ ନିଜ ଆବଶ୍ୟକତା ଅନୁଯାୟୀ ବ୍ୟବହାର କରିପାରିବେ। ଏହି ଅର୍ଥକୁ ସେମାନେ କ୍ଷୁଦ୍ର ବ୍ୟବସାୟ, ଘରୋଇ ଉଦ୍ୟୋଗ ତଥା ପିଲାଙ୍କ ଶିକ୍ଷା ପାଇଁ ବିନିଯୋଗ କରିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଯାତ୍ରୀଙ୍କୁ ମୃତ୍ୟୁମୁଖରୁ ବଞ୍ଚାଇଲେ ଆରପିଏଫ୍ କନେଷ୍ଟବଳ, ଟ୍ରେନରେ….

ରାୟଗଡ଼ା,୨୨।୩(ଆଶିଷ ରଞ୍ଜନ ପଣ୍ଡା): ଆରପିଏଫ କନଷ୍ଟେବଳଙ୍କ ସତର୍କତା କାରଣରୁ ମୃତ୍ୟୁମୁଖରୁ ଅଳ୍ପକେ ବର୍ତ୍ତିଗଲେ ଯାତ୍ରୀ । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ରାୟଗଡ଼ା ରେଳ ଷ୍ଟେସନରେ ।…

କ୍ରସର ୟୁନିଟରୁ ଚୋରି, ବିଳମ୍ବିତ ରାତିରେ ପାଣି ମୋଟର…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ କେ.ସାମନ୍ତରାପୁର ଗ୍ରାମ ନିକଟ ଷ୍ଟୋନ କ୍ରସର ୟୁନିଟରୁ ଚୋରି ହୋଇଥିବା ନେଇ ଅଭିଯୋଗ ହୋଇଛି…

ଟ୍ରମ୍ପଙ୍କ ଧମକ ପରେ ଇରାନର ବଡ଼ ଘୋଷଣା, ଶତ୍ରୁ ରାଷ୍ଟ୍ରର ଜାହାଜ ବ୍ୟତୀତ ସମସ୍ତ ଜାହାଜକୁ…

ନୂଆଦିଲ୍ଲୀ,୨୨।୩: ଟ୍ରମ୍ପଙ୍କ ଧମକ ପରେ ଇରାନ ପାଲଟା ଜବାବ ଦେଇଛି । ଇରାନ ହର୍ମୁଜ୍ ଷ୍ଟ୍ରେଟ ସମ୍ପର୍କରେ ନିଜର ମତରେ ସାମାନ୍ୟ ନରମତା ଦେଖାଇଛି । ଏହା…

ହର୍ମୁଜ ଷ୍ଟ୍ରେଟରେ ପହଞ୍ଚିଲା ବ୍ରିଟିଶ ବୁଡ଼ାଜାହାଜ, ଟ୍ରମ୍ପଙ୍କ ଧମକ ମଧ୍ୟରେ କୀର ଷ୍ଟାରମରଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

ଓ୍ବାଶିଂଟନ,୨୨।୩: ମଧ୍ୟପ୍ରାଚ୍ୟରେ ବର୍ତ୍ତମାନ ଚାଲିଥିବା ସଂଘର୍ଷ ଆରମ୍ଭ ହେବାର ତିନି ସପ୍ତାହରୁ ଅଧିକ ସମୟ ବିତିଗଲାଣି; ତଥାପି, ଯୁଦ୍ଧ ଶେଷ ହେବାର କୌଣସି ସୂଚନା ନାହିଁ –…

ବିନା ଦର୍ଶକରେ ଖେଳାଯିବ PSL ମ୍ୟାଚ୍, ଏହି କାରଣରୁ ନିଆଗଲା ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୨।୩: ପାକିସ୍ତାନ ସୁପର ଲିଗ୍ (PSL)ର ନୂତନ ସିଜିନ୍ ମାର୍ଚ୍ଚ ୨୬ ରେ ଆରମ୍ଭ ହେବାକୁ ଯାଉଛି । ସିଜିନ୍ ଆରମ୍ଭ ହେବା ପୂର୍ବରୁ, PCB ଟୁର୍ଣ୍ଣାମେଣ୍ଟ…

ସରକାରୀ ଜମି ଜବରଦଖଲ, ଚୌରଗଡ଼ିଆ ଗ୍ରାମରେ ତୀବ୍ର ଜନଅସନ୍ତୋଷ

ବଞ୍ଚୋ,୨୨।୩(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଚୋରଗାଡ଼ିଆ ଗ୍ରାମରେ ସରକାରୀ ଜମି ଜବରଦଖଲକୁ ନେଇ ଜନଅସନ୍ତୋଷ ଦେଖାଦେଇଛି । ଗ୍ରାମବାସୀଙ୍କ ଅଭିଯୋଗ ଅନୁସାରେ,…

VIDEO:ଷ୍ଟ୍ରେଟ ଅଫ୍ ହର୍ମୁଜରେ ଇରାନର ବଡ଼ ଆକ୍ରମଣ, F-୧୫ ଫାଇଟର ଜେଟକୁ ଖସାଇ ଦେଇଥିବା ଦାବି

ନୂଆଦିଲ୍ଲୀ,୨୨।୩: ଇରାନ ପୁଣିଥରେ ଇସ୍ରାଏଲ ଏବଂ ଆମେରିକାକୁ ଏକ ବଡ଼ ଝଟକା ଦେଇଛି । ଏକ ଇରାନୀ କ୍ଷେପଣାସ୍ତ୍ର ହର୍ମୁଜ୍ ଷ୍ଟ୍ରେଟରେ ଶତ୍ରୁପକ୍ଷର ଏକ F-୧୫ ଲଢ଼ୁଆ…

ଇରାନ ସହ ଯୁଦ୍ଧ ମଧ୍ୟରେ ବଡ଼ ବୟାନ ଦେଲେ ଟ୍ରମ୍ପ! ଜାଣନ୍ତୁ ତେହରାନକୁ ନେଇ କ’ଣ କହିଲେ

ଓ୍ବାଶିଂଟନ,୨୨।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋସିଆଲ ମିଡିଆ ପ୍ଲାଟଫର୍ମ ଟ୍ରୁଥ ସୋସିଆଲରେ ଏକ ପୋଷ୍ଟରେ ଦେଶ ସମ୍ପର୍କରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri