ଗାନ୍ଧୀମାର୍ଗରେ ପ୍ରଥମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି

ଭୁବନେଶ୍ୱର,୧୫।୮: ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ ସମାରୋହରେ ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି। ମୋହନ ମାଝି ପ୍ରଥମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଭୁବନେଶ୍ୱରର ଗାନ୍ଧୀମାର୍ଗରେ ପତାକା ଉତ୍ତୋଳନ କରିଛନ୍ତି। ପତାକା ଉତ୍ତୋଳନ ପରେ ସେ ଗାନ୍ଧୀମାର୍ଗରେ ରାଜ୍ୟବାସୀଙ୍କୁ ସମ୍ବୋଧନ କରିଛନ୍ତି। ସମାରୋହରେ ଓଡ଼ିଆ ସ୍ବାଧୀନତା ସଂଗ୍ରାମୀଙ୍କୁ ସ୍ମରଣ କରିବା ସହ ପାଇକ ବିଦ୍ରୋହର ଯୋଦ୍ଧାମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି।

ଏ ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଭାରତର ସ୍ବାଧୀନତା ସଂଗ୍ରାମ ଦେଶର ଅନନ୍ୟ ଅଧ୍ୟାୟ। ଏହା ଇଂରେଜମାନଙ୍କ ମୁଳଦୁଆ ଦୋହଲାଇ ଦେଇଥିଲା। ଦେଶ ଏବେ ଅମୃତକାଳ ଦେଇ ଗତି କରୁଛି। ଦେଶର ଅର୍ଥନୀତି ଦ୍ରୁତ ଗତିରେ ବଢ଼ିଛି। ଖୁବଶୀଘ୍ର ଦେଶର ଅର୍ଥନୀତି ୫ ଟ୍ରିଲିଅନରେ ପହଞ୍ଚିବ। ୨୦୪୭ ସୁଦ୍ଧା ଭାରତ ବିଶ୍ବଗୁରୁ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ସେ ଆହୁରି କହିଛନ୍ତି, ଓଡ଼ିଶାବାସୀ ସ୍ବାଭିମାନୀ, ଚଣ୍ଡାଶୋକରୁ ଧର୍ମାଶୋକରେ ପରିଣତ କରିଥିଲେ। ଓଡ଼ିଆ ଅସ୍ମିତା ସହିତ ଶିଖର ଛୁଇଁବାକୁ ଲକ୍ଷ୍ୟ ରଖିଛୁ। ବଡ଼ ସ୍ବପ୍ନ ଦେଖାଇବିନି, ଯାହା ପ୍ରତିଶ୍ରୁତି ଦେଇଛି ପାଳନ କରିବି। ଶ୍ରୀମନ୍ଦିର ୪ ଦ୍ବାର ଖୋଲିଛୁ, ଓଡ଼ିଆ ଅସ୍ମିତା ପାଣ୍ଠି କରିଛୁ। ଏଥିସହ ଧାନ କ୍ବିଣ୍ଟାଲ ୩୧ଶହ ଟଙ୍କା କରିବା ସହ ସେପ୍ଟେମ୍ବର ୧୭ରୁ ସୁଭଦ୍ରା ଯୋଜନା ଲାଗୁ କରିବୁ। ଖାଲି ପଡ଼ିଥିବା ଦେଢ଼ ଲକ୍ଷ ପଦବୀ ପୂରଣ କରିବା ସହ ଆଗାମୀ ୫ ବର୍ଷରେ ୫୦୦ ଆଦିବାସୀ ଗ୍ରାମକୁ ବିକଶିତ କରିବୁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ୨୦୦୦କୁ ବୃଦ୍ଧି ପାଇବ ଡାକ୍ତରୀ ସିଟ୍‌

ଭୁବନେଶ୍ୱର, ୬ା୮(ରବିନାରାୟଣ ଜେନା): ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଲୋକଙ୍କ ନିକଟତ୍ତର କରିବା ଏବଂ ଡାକ୍ତର ଅଭାବ ପୂରଣ କରିବାକୁ ସରକାର ଗୁରୁତ୍ୱ ଦେଉଛନ୍ତି। ଏହି କ୍ରମରେ ଭାଜପା ସରକାର…

ଶ୍ରୀମନ୍ଦିର ପ୍ରଶାସନ ନାଁରେ ନକଲି ନିଯୁକ୍ତିପତ୍ର ଭାଇରାଲ

ପୁରୀ,୬ା୮(ଅଜିତ କୁମାର ମହାନ୍ତି): ଶ୍ରୀମନ୍ଦିର ପ୍ରଶାସନ ନାଁରେ ଏକ ନକଲି ନିଯୁକ୍ତିପତ୍ର ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଉକ୍ତ ଚିଠିରେ ଉଲ୍ଲେଖ ରହିଛି ଯେ, ପୁରୀ ଜିଲାର…

ଆୟୁଷ୍ମାନ୍‌ କାର୍ଡରେ କ୍ୟାନ୍‌ସର ଚିକିତ୍ସା ପାଇଁ ଆଉ ୯୧ ପ୍ୟାକେଜ ସାମିଲ

ଭୁବନେଶ୍ୱର,୬ା୮(ସୁଚିସ୍ମିତା ସାହୁ): ରାଜ୍ୟର କର୍କଟ ରୋଗୀଙ୍କୁ ଅଧିକ ଉନ୍ନତମାନର ଦେୟମୁକ୍ତ ଚିକିତ୍ସା ସୁବିଧା ଯୋଗାଇବା ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କ୍ୟାନ୍‌ସର କେୟାର ଅଭିଯାନ ଅଧୀନରେ…

ତେଲ ବଜାରରେ ବଡ଼ ହଲଚଲ: ଜାରି ହେଲା ପେଟ୍ରୋଲ- ଡିଜେଲର ନୂଆ ଦାମ୍‌,ଦେଖନ୍ତୁ…

ନୂଆଦିଲ୍ଲୀ,୬।୮: ସରକାରୀ ତେଲ କମ୍ପାନୀଗୁଡ଼ିକ ଆଜି ଅର୍ଥାତ୍‌ ଅଗଷ୍ଟ ୬ ତାରିଖ ପାଇଁ ପେଟ୍ରୋଲ ଏବଂ ଡିଜେଲର ତାଜା ଦାମ୍‌ ଜାରି କରିଛନ୍ତି। ଆଜି ଦେଶର ଅଧିକାଂଶ…

ଆଜିଠୁ ମୁଖ୍ୟମନ୍ତ୍ରୀଙ୍କ ୩ ଦିନିଆ ନୂଆଦିଲ୍ଲୀ ଗସ୍ତ

ଭୁବନେଶ୍ୱର,୬।୮(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାରଠାରୁ ୩ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯିବେ। ଓଡ଼ିଶା ଫୁଡ୍‌ ପ୍ରୋସେସିଂ -୨୦୨୬ ଆଣ୍ଡ ଇନ୍‌ଭେଷ୍ଟର ରୋଡ୍‌ ଶୋ କାର୍ଯ୍ୟକ୍ରମରେ…

୧୨ରେ ରାଜ୍ୟ କ୍ୟାବିନେଟ: ଏହି ପ୍ରସ୍ତାବ ଉପରେ ବାଜିପାରେ ମୋହର

ଭୁବନେଶ୍ୱର,୬ା୮(ରବିନାରାୟଣ ଜେନା): ରାଜ୍ୟର ବିକାଶକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ଅଗଷ୍ଟ ୧୨ରେ ରାଜ୍ୟ କ୍ୟାବିନେଟ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଲୋକସେବା ଭବନର ତୃତୀୟ…

ଧାରଣାରତ ମହିଳାଙ୍କୁ ପୋଲିସ ଭ୍ୟାନ୍‌ରେ ପୂରାଇ ଭଙ୍ଗାଗଲା ଘର

ବଲାଙ୍ଗୀର ଜିଲାର ଲୋୟର ସୁକ୍‌ତେଲ ପ୍ରକଳ୍ପ ପ୍ରଭାବିତ ଲୋଇସିଂହା ବ୍ଲକ ତବଲବାଞ୍ଜି ଗଁାରେ ବୁଧବାର ବିସ୍ଥାପନ ପ୍ରକ୍ରିୟା ଆରମ୍ଭ ହୋଇଛି। ଉପଯୁକ୍ତ କ୍ଷତିପୂରଣ ଏବଂ ଉଚିତ ଥଇଥାନ…

ଭାଜପା ନେତାଙ୍କୁ ଛୁରି ଭୁସି ହତ୍ୟା, ରକ୍ତ ଜୁଡୁବୁଡୁ ଅବସ୍ଥାରେ…

ଭବାନୀପାଟଣା,୫।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ. ରାମପୁର ଥାନା ଡମକର୍ଲାଖୁଣ୍ଟାର ସରପଞ୍ଚ ସ୍ନିଗ୍ଧା ରଣାଙ୍କ ସ୍ୱାମୀ ତଥା ଭାଜପା ନେତା ଫକୀର ରଣାଙ୍କୁ ବୁଧବାର ସନ୍ଧ୍ୟାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri