ଅଗ୍ନିବୀର ଯୋଜନା ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି

ଭୁବନେଶ୍ୱର,୨୬।୭: ଅଗ୍ନିବୀରଙ୍କୁ ପାଇଁ ବଡ଼ ଘୋଷଣା କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝି। ରାଜ୍ୟର ସବୁ ୟୁନିଫର୍ମ ସେବାରେ ସେମାନଙ୍କୁ ଗ୍ରହଣ କରାଯିବ ବୋଲି ଘୋଷଣା କରିଛନ୍ତି । ଏହାସହିତ ‘ଅଗ୍ନିବୀର’ଙ୍କ ପାଇଁ ରାଜ୍ୟର ସବୁ ୟୁନିଫର୍ମ ସେବାରେ ନିଯୁକ୍ତି ପାଇଁ ୧୦ପ୍ରତିଶତ ପର୍ଯ୍ୟନ୍ତ ସଂରକ୍ଷଣ ଓ ବୟସସୀମାରେ ମଧ୍ୟ ୫ବର୍ଷ କୋହଳ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ଗଣମାଧ୍ୟମକୁ ସୂଚନା ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଏକ ଯୁଗାନ୍ତକାରୀ ଯୋଜନା ହେଉଛି ‘ଅଗ୍ନିବୀର ଯୋଜନା’ । ଏହି ଯୋଜନା ଆମର ଅଗ୍ନିବୀରମାନେ ସେନାବାହିନୀରେ ଦକ୍ଷ ପ୍ରଶିକ୍ଷଣ ପାଇଁ ସୁରକ୍ଷା କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବାର ଯୋଗ୍ୟତା ହାସଲ କରଇଛନ୍ତି । ରାଜ୍ୟ ସରକାର ଓଡ଼ିଶା ୟୁନିଫର୍ମ ସେବା(ପୁଲିସ ଓ ଅନ୍ୟାନ୍ୟ ସେବା)ରେ ସେମାନଙ୍କୁ ସାମିଲ କରିବାକୁ ନିଷ୍ପତ୍ତି ନେଇଛନ୍ତି । ଓଡ଼ିଶାର ଯେଉଁ ଅଗ୍ନିବୀରମାନେ ସେନାବାହିନୀରେ ଭର୍ତ୍ତି ହୋଇ ନ ଥିବେ, ସେମାନଙ୍କୁ ରାଜ୍ୟର ସବୁ ୟୁନିଫର୍ମ ସେବାରେ ନିଯୁକ୍ତିରେ ୧୦ପ୍ରତିଶତ ପର୍ଯ୍ୟନ୍ତ ସଂରକ୍ଷଣ ଦିଆଯିବ । ଏହାସହିତ ସେମାନଙ୍କ ବୟସସୀମା ମଧ୍ୟ ୫ବର୍ଷ କୋହଳ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

୧୧୦୫ ଦିନ ପରେ ପାକିସ୍ତାନର ବଡ଼ ବିଜୟ: ଶେଷରେ…

ନୂଆଦିଲ୍ଲୀ,୫।୮: ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ରେ ପାକିସ୍ତାନ ୱେଷ୍ଟଇଣ୍ଡିଜକୁ ୮ ଉଇକେଟ୍‌ରେ ପରାସ୍ତ କରିଛି। ଚତୁର୍ଥ ଇନିଂସ୍‌ରେ ମାତ୍ର ୭୪ ରନ୍‌ରେ ଲକ୍ଷ୍ୟ ପିଛା କରି ପାକିସ୍ତାନ ସହଜରେ…

ମଝି ଆକାଶରେ ଟ୍ରମ୍ପଙ୍କ ହେଲିକପ୍ଟର ନିକଟକୁ ହଠାତ୍‌ ଚାଲିଆସିଲା ଯାତ୍ରୀବାହୀ ବିମାନ, ଆଉ ତା’ପରେ…

ୱାଶିଂଟନ, ୬।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଙ୍ଗଳବାର ସେତେବେଳେ ଆଶ୍ଚର୍ଯ୍ୟଚକିତ ହୋଇଯାଇଥିଲେ, ଯେତେବେଳେ ତାଙ୍କୁ ନେଇଯାଉଥିବା ସାମରିକ ହେଲିକପ୍ଟର ‘ମେରିନ ୱାନ’ କଥିତ ଭାବେ ୱାଶିଂଟନ…

ପ୍ରବଳ ବର୍ଷାକୁ ନେଇ ଆଲର୍ଟ ଜାରି କଲା ପାଣିପାଗ ବିଭାଗ: ଆସନ୍ତା ୩ ଘଣ୍ଟାରେ…

ଭୁବନେଶ୍ୱର,୬।୮: ରାଜଧାନୀ ସମେତ ରାଜ୍ୟର ଅନେକ ସ୍ଥାନରେ ପ୍ରବଳ ବର୍ଷା। ଭୁବନେଶ୍ୱରରେ ରାତି ସାରା ଅବିଶ୍ରାନ୍ତ ପ୍ରବଳ ବର୍ଷା ହୋଇଛି। ସକାଳ ୫ଟା ୩୦ ସୁଦ୍ଧା ୯୭.୨…

ବିଜେଡି, କଂଗ୍ରେସ ପୋଛିନେଲେ ସମସ୍ତ ୧୧ ଆସନ: ନିର୍ବାଚନରୁ ଦୁରେଇ ରହିଲା ଭାଜପା

ସୋନପୁର,୬।୮(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲା ଯୋଜନା କମିଟିରେ ଖାଲିଥିବା ୧୧ ଆସନ ପାଇଁ ନିର୍ବାଚନ ଅନୁଷ୍ଠିତ ହୋଇଥିଲା। ଜିଲାର ନିର୍ବାଚିତ ଜିଲା ପରିଷଦ ସଭ୍ୟାସଭ୍ୟ ଏହି ନିର୍ବାଚନରେ…

ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ୨୦୦୦କୁ ବୃଦ୍ଧି ପାଇବ ଡାକ୍ତରୀ ସିଟ୍‌

ଭୁବନେଶ୍ୱର, ୬ା୮(ରବିନାରାୟଣ ଜେନା): ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଲୋକଙ୍କ ନିକଟତ୍ତର କରିବା ଏବଂ ଡାକ୍ତର ଅଭାବ ପୂରଣ କରିବାକୁ ସରକାର ଗୁରୁତ୍ୱ ଦେଉଛନ୍ତି। ଏହି କ୍ରମରେ ଭାଜପା ସରକାର…

ଶ୍ରୀମନ୍ଦିର ପ୍ରଶାସନ ନାଁରେ ନକଲି ନିଯୁକ୍ତିପତ୍ର ଭାଇରାଲ

ପୁରୀ,୬ା୮(ଅଜିତ କୁମାର ମହାନ୍ତି): ଶ୍ରୀମନ୍ଦିର ପ୍ରଶାସନ ନାଁରେ ଏକ ନକଲି ନିଯୁକ୍ତିପତ୍ର ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଉକ୍ତ ଚିଠିରେ ଉଲ୍ଲେଖ ରହିଛି ଯେ, ପୁରୀ ଜିଲାର…

ଆୟୁଷ୍ମାନ୍‌ କାର୍ଡରେ କ୍ୟାନ୍‌ସର ଚିକିତ୍ସା ପାଇଁ ଆଉ ୯୧ ପ୍ୟାକେଜ ସାମିଲ

ଭୁବନେଶ୍ୱର,୬ା୮(ସୁଚିସ୍ମିତା ସାହୁ): ରାଜ୍ୟର କର୍କଟ ରୋଗୀଙ୍କୁ ଅଧିକ ଉନ୍ନତମାନର ଦେୟମୁକ୍ତ ଚିକିତ୍ସା ସୁବିଧା ଯୋଗାଇବା ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କ୍ୟାନ୍‌ସର କେୟାର ଅଭିଯାନ ଅଧୀନରେ…

ତେଲ ବଜାରରେ ବଡ଼ ହଲଚଲ: ଜାରି ହେଲା ପେଟ୍ରୋଲ- ଡିଜେଲର ନୂଆ ଦାମ୍‌,ଦେଖନ୍ତୁ…

ନୂଆଦିଲ୍ଲୀ,୬।୮: ସରକାରୀ ତେଲ କମ୍ପାନୀଗୁଡ଼ିକ ଆଜି ଅର୍ଥାତ୍‌ ଅଗଷ୍ଟ ୬ ତାରିଖ ପାଇଁ ପେଟ୍ରୋଲ ଏବଂ ଡିଜେଲର ତାଜା ଦାମ୍‌ ଜାରି କରିଛନ୍ତି। ଆଜି ଦେଶର ଅଧିକାଂଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri