ମୋଦିଙ୍କ ଉପସ୍ଥିତିରେ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ: ଆମେ ଗୋଟିଏ ଦିନରେ…

ଝାରସୁଗୁଡା, ୨୭।୯(ଆଶିଷ ରଞ୍ଜନ ଦାଶ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଦିନିକିଆ ଝାରସୁଗୁଡ଼ା ଗସ୍ତରେ ଆସିଛନ୍ତି। ଝାରସୁଗୁଡ଼ାସ୍ଥିତ ଅମଲିପାଲି ପଡ଼ିଆଠାରେ ଆୟୋଜିତ ସାଧାରଣ ସଭାରେ ଯୋଗଦେଇ ପ୍ରଧାନମନ୍ତ୍ରୀ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଏବଂ ଲୋକାର୍ପଣ କରିଛନ୍ତି।
ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସଭାସ୍ଥଳରେ ସ୍ବାଗତ କରିଛନ୍ତି ମୁଖ୍ୟମନ୍ତ୍ରୀ। ସେ କହିଛନ୍ତି, ପ୍ରଧାନମନ୍ତ୍ରୀଙ୍କ ଉପସ୍ଥିତି ଆମ ପାଇଁ ଗୌରବର ବିଷୟ। ଏହି ସେବା ପର୍ବ ୫୦ ବର୍ଷ ହେଲା ଦେଶପାଇଁ ସମର୍ପଣ ଭାବ। ପହଲଗାମ ଆକ୍ରମଣର ପରବର୍ତ୍ତୀ ଅପରେଶନ ସିନ୍ଦୂରରେ ଭୂମିକା ଅତ୍ୟନ୍ତ ପ୍ରଶଂସନୀୟ। ମା’ ପାଇଁ ଗଛଟିଏ ଆହ୍ବାନରେ ଓଡ଼ିଶାବାସୀ ସାମିଲ ହୋଇଛନ୍ତି। ଦିନକରେ ୭୫ ଲକ୍ଷ ଗଛ ଲଗାଇବା ଲକ୍ଷ୍ୟ ଥିଲା, କିନ୍ତୁ ଆମେ ଦେଢ଼ କୋଟି ଲଗାଇଲୁ। GST ସଂସ୍କାର ଓଡ଼ିଶା ପାଇଁ ପୂଜା ଭେଟି ସଦୃଶ ହୋଇଛି। ଆପଣଙ୍କ ନେତୃତ୍ୱରେ ୧୧ ବର୍ଷର ଶାସନରେ ଦେଶ ଶିଖରରେ ପହଞ୍ଚିଛି। ୨୦୪୫ ସୁଦ୍ଧା ଭାରତକୁ ବିକଶିତ ଭାରତ କରିବା ଆହ୍ବାନ ସହ ସାମିଲ ହୋଇଛୁ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ମା’ ସମଲେଇଙ୍କ ଫଟୋ ଦେଇ ସମ୍ବର୍ଦ୍ଧିତ କରିଛନ୍ତି। ସେପଟେ, ଆଇଟିଆଇ ଛାତ୍ରୀ ମୋଦିଙ୍କୁ ଫଟୋ ଦେଇଥିଲେ। ଏହା ଦେଖି ମୋଦି ଖୁସି ହେବା ସହିତ କିଛି ସମୟ କଥା ହୋଇଥିଲେ।

ସୂଚନାଯୋଗ୍ୟ, ଝାରସୁଗୁଡ଼ା ବିମାନବନ୍ଦରରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ବାୟୁସେନାର ସ୍ବତନ୍ତ୍ର ବିମାନ ଯୋଗେ ସେ ଆସି ୧୧ଟା୧୦ମିନିଟ୍‌ରେ ଝାରସୁଗଡାରେ ପହଞ୍ଚିଥିଲେ। ସେଠାରେ ରାଜ୍ୟପାଳ ପ୍ରଧାନମନ୍ତ୍ରୀଙ୍କୁ ଭବ୍ୟ ସ୍ବାଗତ ସମ୍ବର୍ଦ୍ଧନା କରିଥିଲେ। ସେଠାରୁ ସଡ଼କ ପଥରେ ଯାଇ ପୂର୍ବାହ୍ନ ୧୧ ଟା ୨୫ମି.ରେ ଅମଲିପାଲି ସ୍ଥିତ ପଡ଼ିଆରେ ପହଞ୍ଚି ଆୟୋଜିତ କାର୍ଯ୍ୟକ୍ରମ ସ୍ଥଳରେ ଯୋଗଦେଥିଲେ।

 

Dharitri – Odisha’s No.1, Most Trusted Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଟେଷ୍ଟ କ୍ରିକେଟକୁ ଫେରିବେ ବେନ ଷ୍ଟୋକ୍ସ; ପରବର୍ତ୍ତୀ ଆଶେସ ସିରିଜରେ ଖେଳିବେ!

ନୂଆଦିଲ୍ଲୀ,୧।୮: ଇଂଲଣ୍ଡର ପୂର୍ବତନ ଅଧିନାୟକ ବେନ ଷ୍ଟୋକ୍ସ ସମ୍ପ୍ରତି ଅନ୍ତର୍ଜାତୀୟ କ୍ରିକେଟକୁ ବିଦାୟ ଦେଇଛନ୍ତି, କିନ୍ତୁ ସମ୍ଭାବ୍ୟ ପୁନରାଗମନ ବିଷୟରେ ଆଲୋଚନା ଆରମ୍ଭ ହୋଇସାରିଛି। ଇଂଲଣ୍ଡ କ୍ରିକେଟ…

ମୋଦିଙ୍କ ଭିଡ଼ିଓକୁ ନେଇ କଡ଼ା ଟାର୍ଗେଟ କଲେ ରୋହଣୀ

ନୂଆଦିଲ୍ଲୀ,୧।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ଭିଡିଓ ଜାରି କରି କହିଛନ୍ତି ଯେ ସେ ତାଙ୍କ ପ୍ରତି ଅପଶବ୍ଦ ବ୍ୟବହାର କରିଥିବା ପିଲାମାନଙ୍କୁ କ୍ଷମା କରିଦେଇଛନ୍ତି। ସାମ୍ପ୍ରତିକ…

ଗୋରୁଙ୍କୁ ରାସ୍ତା କାଟି ଯିବାବେଳେ ସାଇକେଲରୁ ଖସି ୨ ଛାତ୍ର ଗୁରୁତର

ଥୁଆମୂଳ ରାମପୁର,୧।୮ (ଦୁର୍ଗା କୀର୍ତ୍ତି): ସକାଳୁ ସ୍କୁଲକୁ ଯିବା ବେଳେ ଏକ ଅଭାବନୀୟ ଦୁର୍ଘଟଣା ଘଟିଛି। ରାସ୍ତାରେ ଥିବା ଗାଈମାନଙ୍କୁ କାଟି ଯିବା ବେଳେ ସାଇକେଲର ଭାରସାମ୍ୟ…

ପାଟଣା ବ୍ଲକ୍ ସ୍ତରୀୟ ସ୍ୱାଧୀନତା ଦିବସରେ ସମ୍ବର୍ଦ୍ଧିତ ହେବେ କୃତୀ ପ୍ରତିଭା

ପାଟଣା, ୧।୮ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ସଭାଗୃହରେ ଆସନ୍ତା ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି ବୈଠକ ଶନିବାର ଅନୁଷ୍ଠିତ…

ରାସ୍ତାରେ ଖୁଚୁରା ଟଙ୍କା ପକାଇ ମୁହୂର୍ତ୍ତକ ଭିତରେ ନେଇଗଲେ ୫ ଲକ୍ଷ ଟଙ୍କା ଭର୍ତ୍ତି ବ୍ୟାଗ

ଗଜପତି,(ଗିରିଧାରୀ ପରିଛା) ୧।୮: ଦିନଦ୍ୱିପ୍ରହରରେ ବ୍ୟାଙ୍କ ସାମ୍ନାରେ ଫିଲ୍ମ ଷ୍ଟାଇଲରେ ଲୁଟ୍। ରାସ୍ତାରେ ଖୁଚୁରା ଟଙ୍କା ପକାଇ ଧ୍ୟାନ ଭୁଲାଇଦେଲେ, ଆଉ ମୁହୂର୍ତ୍ତକ ଭିତରେ ୫ ଲକ୍ଷ…

୪୦ ଫୁଟ ତଳକୁ ଖସିଲା ବାଇକ୍; ଜଣେ ମୃତ, ଜଣେ ଗୁରୁତର

ଗୁଣୁପୁର, ୧/୮ (ସଂକେତ ପାତ୍ର): ରାୟଗଡ଼ା ଜିଲା ପୁଟାସିଂ ଥାନା ଅନ୍ତର୍ଗତ ଆରାଡୁଲ ଘାଟିରେ ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଇକ୍ ଭାରସାମ୍ୟ…

ମା’ ପାଇଁ ଭକ୍ତଙ୍କ ଉପହାର :ମନ୍ଦିରକୁ ୨ ଲକ୍ଷ ୫୪ ହଜାର ଟଙ୍କା ସହ…

ଛତ୍ରପୁର, ୧।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଛତ୍ରପୁର ସହରର ଆରାଧ୍ୟ ଦେବୀ ମା’ ରାମାୟଣାମ୍ମା ଠାକୁରାଣୀ ଯାତ୍ରା କମିଟି ପକ୍ଷରୁ ମନ୍ଦିର ପରିଚାଳନା କମିଟି ଓ ବହୁ…

ଜ୍ଞାନବିଜ୍ଞାନ ମେଳା: ୨୧୦ ପ୍ରକଳ୍ପ ପ୍ରଦର୍ଶିତ କରି ଛାତ୍ରୀଛାତ୍ର…

ଭଞ୍ଜନଗର,୧ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରଠାରେ ଶନିବାର ବିଦ୍ୟାଳୟ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମକୁ ମୁଖ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri