ନୂଆ ସରକାରୀ ବାସଭବନରେ ଗୃହ ପ୍ରବେଶ କଲେ ମୁଖ୍ୟମନ୍ତ୍ରୀ, ୨୬ବର୍ଷ ପରେ ସିଏମ କ୍ୱାର୍ଟରରେ ରହିବେ

ଭୁବନେଶ୍ୱର,୬।୩: ବଦଳିଲା ମୋହନଙ୍କ ଠିକଣା। ନୂଆ ସରକାରୀ ବାସଭବନରେ ଗୃହ ପ୍ରବେଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଗୁରୁବାର ନୂଆ ବାସଭବନକୁ ଯାଇଛନ୍ତି ମୁଖ୍ୟମନ୍ତ୍ରୀ। ଏଣିକି ଏଜିରୁ ରାଜଭବନ ରାସ୍ତାରେ ଥିବା ବାସଭବନରେ ରହିବେ ମୁଖ୍ୟମନ୍ତ୍ରୀ। ପୂଜା ଅର୍ଚ୍ଚନା ପରେ ଗୃହ ପ୍ରବେଶ କରିଛନ୍ତି ମୁଖ୍ୟମନ୍ତ୍ରୀ। ପ୍ରଥମେ ଗୋମାତାଙ୍କ ପ୍ରବେଶ ପରେ ଗୃହ ପ୍ରବେଶ କରିଛନ୍ତି।

୨୬ବର୍ଷ ପରେ ସିଏମ କ୍ୱାର୍ଟରରେ ରହିବେ ଓଡ଼ିଶାର ମୁଖ୍ୟମନ୍ତ୍ରୀ। ପୂର୍ବରୁ ମୋହନ ମାଝୀ ଗାନ୍ଧୀ ମାର୍ଗ କ୍ବାର୍ଟରରେ ରହୁଥିଲେ ମୁଖ୍ୟମନ୍ତ୍ରୀ। ନୂଆ ବାସଭବନକୁ ସପରିବାର ଗୃହ ପ୍ରବେଶ କରିଛନ୍ତି ମୁଖ୍ୟମନ୍ତ୍ରୀ। ଶୁଭବେଳା ଅନୁସାରେ ପ୍ରଥମେ ନନ୍ଦା ଏବଂ ନନ୍ଦିନୀ ନାମକ ଦୁଇ ଗୋମାତାଙ୍କ ପୂଜାର୍ଚ୍ଚନା କରାଯାଇଥିଲା। ଏହାପରେ ୧୦ଟା ୪୭ରେ ମୁଖ୍ୟମନ୍ତ୍ରୀ ଘର ଭିତରକୁ ପ୍ରବେଶ କରିଛନ୍ତି। ପୁରୀରୁ ଆସିଥିବା ୧୧ ଜଣ ପଣ୍ଡିତଙ୍କ ଦ୍ଵାରା ପୂଜାର୍ଚ୍ଚନା କରାଯାଇଛି। ଦିନ ତମାମ ପୂଜାର୍ଚ୍ଚନା ଚାଲିବ। ଏହି ଦୁଇଟି ଗାଇ ମୁଖ୍ୟମନ୍ତ୍ରୀଙ୍କ ବାସଭବନରେ ସବୁଦିନ ରହିବେ।

ସୂଚନାନୁଯାୟୀ, ଜାନକୀ ବଲ୍ଲଭ ପଟ୍ଟନାୟକ ଏବଂ ଗିରିଧାରୀ ଗମାଙ୍ଗଙ୍କ ପରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ତୃତୀୟ ବ୍ୟକ୍ତି ଭାବେ ସିଏମ୍ କ୍ଵାର୍ଟରରେ ରହିବେ। ଦୀର୍ଘ ୨୬ ବର୍ଷ ହେଲା ଏହି ସରକାରୀ ବାସଭବନ ଖାଲି ପଡ଼ିଥିଲା। ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନବୀନ ନିବାସରେ ରହୁଥିଲେ। ଏହି ବାସଭବନ ଜରାଜୀର୍ଣ୍ଣ ଅବସ୍ଥାରେ ପଡ଼ି ରହିଥିଲା। ତେବେ ମୋହନ ମାଝୀ ମୁଖ୍ୟମନ୍ତ୍ରୀ ହେବାପରେ ଏଠାରେ ରହିବାକୁ ନିଷ୍ପତ୍ତି ନେଇଥିଲେ। ଏହାପରେ ସିଏମ୍ କ୍ଵାର୍ଟରର ମରାମତି କାମ ଆରମ୍ଭ ହୋଇଥିଲା। ଦୀର୍ଘ ୮ ମାସ ଧରି ମରାମତି କାର୍ଯ୍ୟ ଚାଲିଥିଲା। ମରାମତି କାର୍ଯ୍ୟ ଶେଷ ହେବାପରେ ଆଜି ରୀତିନୀତି ଅନୁଯାୟୀ ମୁଖ୍ୟମନ୍ତ୍ରୀଙ୍କ ଗୃହ ପ୍ରବେଶ ହୋଇଛି। ସିଏମ୍‌ଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଏଠାରେ କଡ଼ାକଡ଼ି ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଆଗକୁ ଏହିଠାରୁ ମୋହନ ମାଝୀ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ କରିବେ ବୋଲି ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦଘାଟିତ, ତହସିଲଦାର…

ଦିଗପହଣ୍ଡି,୨୨ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ତହସିଲ ଓ ଏନଏସି ପ୍ରଶାସନ ପକ୍ଷରୁ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ଜାତୀୟ ଜନଗଣନା ୨୦୨୭ର…

ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ ଆରମ୍ଭ, ଉତ୍ସବମୁଖର…

ବଲାଙ୍ଗୀର,୨୨ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତାଲପାଲିପଡାରେ ପୁନଃନିର୍ମାଣ ହୋଇଥିବା ଶ୍ରୀରାମମନ୍ଦିରର ବିଗ୍ରହପ୍ରତିଷ୍ଠା ଉତ୍ସବ ରବିବାର ଠାରୁ ଆରମ୍ଭ ହୋଇଯାଇଛି । ଆୟୋଜକ କମିଟି ସହିତ ପଡାର ଶତାଧିକ…

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଯୁଦ୍ଧ ଆରମ୍ଭ! ୪୮ ଘଣ୍ଟା ମଧ୍ୟରେ ୪ଟି ବଡ଼ ଆକ୍ରମଣ, ନେତାନ୍ୟାହୁ କହିଲେ ଇରାନ ବିରୋଧରେ ବିଶ୍ୱ…

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ରବିବାର ଦିନ ଡିମୋନା ଏବଂ ଆରାଦ ସହରରେ ମିଶାଇଲ୍ ଆଟାକ୍ ହୋଇଥିବା ସ୍ଥାନ ପରିଦର୍ଶନ କରିଥିଲେ। ସେ କହିଥିଲେ ଯେ…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri