୨ ଅଧିକାରୀ ଚାକିରିରୁ ନିଲମ୍ବିତ: କଡ଼ା କାର୍ଯ୍ୟାନୁଷ୍ଠାନ ନେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର,୨୫।୯: ରାଜ୍ୟର ଦୁଇ ବରିଷ୍ଠ ଅଧିକାରୀ ଅରୁଣ ବିଶ୍ୱାଳ ଓ ସୁଜିତ ରାଉଳଙ୍କୁ ନିଲମ୍ବନ କରାଯାଇଥିବା ନେଇ ସୂଚନା ମିଳିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶକ୍ରମେ ଉଭୟଙ୍କ ନିଲମ୍ବନ ପ୍ରସ୍ତାବକୁ ଅନୁମୋଦନ କରାଯାଇଥିବା ଦାବି କରାଯାଇଛି। ରାଜ୍ୟ ବାଣିଜ୍ୟ ଓ ପରିବହନ ବିଭାଗର ଅତିରିକ୍ତ ସଚିବ ଅରୁଣ ବିଶ୍ୱାଳ ଏବଂ କଟକ ସର୍କଲ ଜେଲ୍‌ର ସିନିୟର ସୁପରିଟେଣ୍ଡେଣ୍ଟ ସୁଜିତ ରାଉଳଙ୍କ ବିରୋଧରେ ଏହି ପଦକ୍ଷେପ ନିଆଯାଇଛି।

ସୂଚନା ଅନୁଯାୟୀ, ଗିରଫ ହୋଇ ୪୮ ଘଣ୍ଟାରୁ ଅଧିକ ସମୟ ଜେଲ୍‌ରେ ରହିଥିବାରୁ ଉଭୟ ଅଧିକାରୀଙ୍କ ବିରୋଧରେ ନିଲମ୍ବନ କାର୍ଯ୍ୟାନୁଷ୍ଠାନ ହୋଇଛି। ମହିଳା ସହକର୍ମୀଙ୍କୁ ଅସଦାଚରଣ ଅଭିଯୋଗରେ ଅରୁଣ ବିଶ୍ୱାଳ ଗିରଫ ହୋଇଥିବା ଜଣାପଡ଼ିଛି। ସେହିପରି ଚୌଦ୍ୱାର ଜେଲ୍‌ରୁ ଜଣେ କଏଦୀ ଫେରାର ହୋଇଯିବା ଘଟଣାରେ କଟକ ସର୍କଲ ଜେଲ୍‌ର ସିନିୟର ସୁପରିଟେଣ୍ଡେଣ୍ଟ ସୁଜିତ ରାଉଳ ଗିରଫ ହୋଇଥିବା ସୂଚନା ରହିଛି। ଏହି ଘଟଣା ପରେ ତାଙ୍କ ବିରୋଧରେ ମଧ୍ୟ ନିଲମ୍ବନ ପଦକ୍ଷେପ ନିଆଯାଇଛି।

ଉଭୟ ଅଧିକାରୀ ଗିରଫ ହୋଇ ୪୮ ଘଣ୍ଟାରୁ ଅଧିକ ସମୟ ଜେଲ୍‌ରେ ରହିଥିବାରୁ ସରକାରୀ ନିୟମ ଅନୁଯାୟୀ ନିଲମ୍ବନ ପଦକ୍ଷେପ ନିଆଯାଇଥିବା ସୂଚନା ଦିଆଯାଇଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ବିପଦ ସଙ୍କେତ ଟପିଲା ବୈତରଣୀ, ସାଳନ୍ଦୀ ନଦୀ: ଭଦ୍ରକରେ ପୁଣି ବନ୍ୟା

ଭଦ୍ରକ,୨୫।୯(ସନାତନ ରାଉତ): ଭଦ୍ରକ ଜିଲାକୁ ବନ୍ୟାରେ ବୁଡାଉ ଥିବା ୨ ପ୍ରମୁଖ ନଦୀରେ ଶୁକ୍ରବାର ପୁଣି ବନ୍ୟା ଆସିଛି l ବୁଧବାର ରାତିରୁ କ୍ରମାଗତ ବର୍ଷା ଲାଗି…

ଲଗାଣ ବର୍ଷାରେ ବଢୁଛି ନଦୀ ଜଳସ୍ତର, ଦକ୍ଷିଣ ଓଡ଼ିଶାରେ ବନ୍ୟା

ଭୁବନେଶ୍ୱର,୨୫।୯: ଗଭୀର ଅବପାତ ପ୍ରଭାବରେ ରାଜ୍ୟରେ ଲଗାଣ ବର୍ଷା ଜାରି ରହିଛି। ବର୍ଷା ଯୋଗୁ ଦକ୍ଷିଣ ଓଡ଼ିଶାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିବା ଜଳ ସମ୍ପଦ ବିଭାଗ…

ଦେଶବ୍ୟାପୀ ଆନ୍ଦୋଳନ ଘୋଷଣା କଲା CJP: ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଦୀପକେ କହିଲେ- କାଲି ସୁଦ୍ଧା…

ନୂଆଦିଲ୍ଲୀ,୨୫।୯: ନିର୍ବାଚନ କମିଶନ ଓ ଭୋଟର ତାଲିକାର SIR କୁ ନେଇ ବିବାଦ ମଧ୍ୟରେ କକ୍ରୋଚ ଜନତା ପାର୍ଟି (CJP) ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ…

୩୦ରେ ଓଡ଼ିଶା ବନ୍ଦ ଡାକରା: ପାଠ୍ୟପୁସ୍ତକ ତ୍ରୁଟିକୁ ନେଇ…

ଭୁବନେଶ୍ୱର,୨୫।୯: ଆସନ୍ତା ୩୦ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଇଛି ନବ ନିର୍ମାଣ କୃଷକ ସଂଗଠନ। ପାଠ୍ୟପୁସ୍ତକରେ ତ୍ରୁଟି ଏବଂ ଏହାକୁ ନେଇ ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା…

ଗବେଷକ ପ୍ରସ୍ତୁତ କଲେ ନିର୍ଭୁଲ୍‌ ଆଟୋମିକ୍‌ ଘଡ଼ି

ନୂଆଦିଲ୍ଲୀ,୨୫।୯(ପି.ଟି.): ସିଙ୍ଗାପୁର ଜାତୀୟ ବିଶ୍ୱବିଦ୍ୟାଳୟ (ଏନ୍‌ୟୁଏସ୍‌)ର ଗବେଷକମାନେ ‘ଲୁଟେଟିୟମ’ ନାମକ ବିରଳ ମୃତ୍ତିକା ଧାତୁ ବ୍ୟବହାର କରି ବିଶ୍ୱର ସବୁଠାରୁ ନିର୍ଭୁଲ ଓ ସ୍ଥିର ଅଟୋମିକ୍‌ ଘଡ଼ି…

ଜମିକୁ ଯାଇଥିଲେ ଅକ୍ରୁର: ଆକ୍ରମଣ କଲା ହାତୀ, ଆଉ ତା’ପରେ…

କେସିଙ୍ଗା,୨୫।୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବନଖଣ୍ଡ ଅଧୀନ ସିରୋଲ ଗ୍ରାମପଞ୍ଚାୟତର ପୋଢ଼ଖମ ଗ୍ରାମରେ ହାତୀ ଆକ୍ରମଣରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଅକ୍ରୁର…

ଘରେ ପଶିଲା ମହାବଳ ବାଘ: ବାହାରୁ ତାଲା ପକାଇଦେଲେ ଗାଁ ଲୋକେ

ବାରିପଦା, ୨୫।୯ (ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ରେଞ୍ଜ ଅନ୍ତର୍ଗତ ଖପରାଖାଇ ଗାଁରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଗାଁ ଭିତରକୁ ଏକ ମହାବଳ…

‘ଦୃଶ୍ୟମ ୩’କୁ ନେଇ ବଢୁଛି କ୍ରେଜ୍‌: ଓପନିଂ ଡେ’ରେ ୫୦ କୋଟି ଟାର୍ଗେଟ୍‌

ମୁମ୍ବାଇ: ବଲିଉଡ୍‌ର ଲୋକପ୍ରିୟ ସସ୍ପେନ୍ସ-ଥ୍ରିଲର୍‌ ଫ୍ରାଞ୍ଚାଇଜ ‘ଦୃଶ୍ୟମ’ର ତୃତୀୟ ଭାଗକୁ ନେଇ ଦର୍ଶକଙ୍କ ଉତ୍ସାହ ବଢ଼ିବାରେ ଲାଗିଛି। ଅଜୟ ଦେବଗନଙ୍କ ଅଭିନୀତ ‘ଦୃଶ୍ୟମ ୩’ ୨ ଅକ୍ଟୋବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?