ଗୁଜରାଟରେ ରୋଡ ଶୋ’ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ: ଓଡ଼ିଶା ପାଇଁ…

ଭୁବନେଶ୍ୱର,୫ା୫(ଅନୁରାଧା ମହାରଣା):ହାଇଦ୍ରାବାଦ ଓ କୋଲକାତା ପରେ ମଙ୍ଗଳବାର ଗୁଜରାଟରେ ରୋଡ୍‌ ଶୋ’ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଓଡ଼ିଶାରେ ପୁଞ୍ଜିନିବେଶ ପାଇଁ ନିବେଷକଙ୍କୁ ଆହ୍ବାନ କରିବେ। ଏଥିପାଇଁ ମଙ୍ଗଳବାରଠାରୁ ୭ ତାରିଖ ପର୍ଯ୍ୟନ୍ତ ୩ଦିନିଆ ଗୁଜରାଟ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ। ତାଙ୍କ ସହ ଶିଳ୍ପ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ବାଇଁଙ୍କ ସମେତ ବରିଷ୍ଠ ଅଧିକାରୀଙ୍କ ପ୍ରତିନିଧି ଦଳ ଗୁଜରାଟ ଗସ୍ତ କରିବ। ପୂର୍ବ ଓ ପଶ୍ଚିମ ଭାରତ ମଧ୍ୟରେ ଶିଳ୍ପ ସେତୁ ନିର୍ମାଣ ଲକ୍ଷ୍ୟରେ ଏହି ଗସ୍ତ ଓଡ଼ିଶାରେ ପୁଞ୍ଜି ବିନିଯୋଗ ଆକର୍ଷଣ ଅଭିଯାନକୁ ନୂଆ ଗତି ଦେବ ବୋଲି ଆଶା କରାଯାଉଛି। ଏହି ଗସ୍ତ ସମୟରେ ବସ୍ତ୍ର, ରାସାୟନିକ ଓ ପେଟ୍ରୋକେମିକାଲ, ଧାତୁ ଓ ଡାଉନଷ୍ଟ୍ରିମ୍‌ ଶିଳ୍ପ, ଔଷଧ ଓ ମେଡିକାଲ୍‌ ଡିଭାଇସ୍‌ କ୍ଷେତ୍ରରେ ଗୁଜରାଟର ଶିଳ୍ପପତିଙ୍କ ସହ ଆଲୋଚନା ହେବ। ଅନ୍ୟ ଶିଳ୍ପ ନେତୃତ୍ୱଙ୍କ ସହ ରାଉଣ୍ଡଟେବଲ୍‌ ଆଲୋଚନା ଓ ସ୍ବତନ୍ତ୍ର ବୈଠକ ହେବ। ଏଥିସହ ଏମ୍‌ଓୟୁଏଚ ଏବଂ ଇନଭେଷ୍ଟମେଣ୍ଟ ଇଣ୍ଟେନ୍‌ଶନ୍‌ ଫର୍ମ (ଆଇଆଇଏଫ୍‌) ସ୍ବାକ୍ଷରିତ ହେବାର ଯୋଜନା ରହିଛି। ୬ ତାରିଖରେ ପ୍ରତିନିଧି ଦଳ ମୁନ୍ଦ୍ରା ବନ୍ଦର ପରିଦର୍ଶନ କରିବେ ଏବଂ ଲଜିଷ୍ଟିକ୍ସ ଓ ପୋର୍ଟ ଆଧାରିତ ଶିଳ୍ପ ସୁଯୋଗ ବିଷୟରେ ଆଲୋଚନା କରିବେ। ୭ ତାରିଖରେ ବଡୋଦରାରେ ନିବେଶକଙ୍କ ସହ ଆଲୋଚନା ହେବ। ମୁଖ୍ୟମନ୍ତ୍ରୀ ମଧ୍ୟ କେବଡିଆ ପରିଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି।
ଗସ୍ତ ପୂର୍ବରୁ ମୁଖ୍ୟମନ୍ତ୍ରୀ ମାଝୀ କହିଛନ୍ତି, ଉନ୍ନତ ଅବସ୍ଥାପନା ଓ ଦକ୍ଷ ମାନବ ସମ୍ପଦ ସହ ଓଡ଼ିଶା ଏବେ ବିନିଯୋଗକାରୀଙ୍କ ପ୍ରଥମ ପସନ୍ଦ ହେବାରେ ଲାଗିଛି। ଗୁଜରାଟ ଗସ୍ତ ଆମ ଲୋକଙ୍କ ପାଇଁ ନୂଆ ସୁଯୋଗ ସୃଷ୍ଟି କରିବ ଏବଂ ରାଜ୍ୟରେ ବିରାଟ ରୋଜଗାର ଆଣି ଦେବ। ୨୦୩୬ ସୁଦ୍ଧା ‘ସମୃଦ୍ଧ ଓଡ଼ିଶା’ ଗଠନରେ ଏହା ଏକ ମାଇଲଖୁଣ୍ଟ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ମୃତ୍ୟୁପରେ ରୋଗୀଙ୍କୁ ରେଫର କଲେ ଡାକ୍ତର: ତ୍ରୁଟିପୂର୍ଣ୍ଣ ଚିକିତ୍ସା ଅଭିଯୋଗ

ତିହିଡି଼,୨୨।୮(ସଞ୍ଜିତ ବଳ):ଭଦ୍ରକ ଜିଲା ତିହିଡି଼ ଥାନା ଭାଟପ ପଞ୍ଚାୟତ ଅଧୀନ ବଉଳପାଳ ଗ୍ରାମର ମାୟାଧର ତ୍ରିପାଠୀ (୬୫)ନାମକ ଜଣେ ବୃଦ୍ଧଙ୍କ ତ୍ରୁଟିପୂର୍ଣ୍ଣ ଚିକିତ୍ସା ପାଇଁ ମୃତ୍ୟୁ ଘଟିଥିବା…

ଦୀପିକାଙ୍କୁ ନେଇ ବଢୁଛି ଚର୍ଚ୍ଚା: ‘ସ୍ପିରିଟ୍‌’ରୁ ବିଦା ହେବାକୁ ବଢିଲା ବିବାଦ

ବଲିଉଡ ଅଭିନେତ୍ରୀ ଦୀପିକା ପାଦୁକୋଣ ପ୍ରଭାସଙ୍କ ଫିଲ୍ମ ‘ସ୍ପିରିଟ୍‌’ରୁ ବିଦା ହେବାକୁ ନେଇ ଚର୍ଚ୍ଚାରେ ଅଛନ୍ତି। ଫିଲ୍ମର ନିର୍ମାତା ଅଭିନେତ୍ରୀଙ୍କ ବିଷୟରେ ଅନେକ ଅଭିଯୋଗ ଆଣିଛନ୍ତି। ସନ୍ଦୀପ…

ଶୁକ୍ରଙ୍କ ନକ୍ଷତ୍ରରେ ସୂର୍ଯ୍ୟଙ୍କ ପ୍ରବେଶ: ଏହି ୪ ରାଶିଙ୍କ ଶୁଭ ସମୟ ହେବ ଆରମ୍ଭ, ବଢ଼ିବ ଆୟ

ବୈଦିକ ଜ୍ୟୋତିଷ ଅନୁସାରେ ପୂର୍ବାଫାଲ୍ଗୁନୀ ନକ୍ଷତ୍ରର ସ୍ବାମୀ ଶୁକ୍ର ଗ୍ରହ। ଜ୍ୟୋତିଷରେ ଶୁକ୍ରଙ୍କୁ ପ୍ରେମ, ଧନ, ସୁଖ-ସୁବିଧା ଓ ଐଶ୍ୱର୍ଯ୍ୟର କାରକ ଭାବେ ବିବେଚନା କରାଯାଏ। ସେହିପରି…

ଗାଙ୍ଗପୁର ଥାନା କୁଲାଙ୍ଗି ଗାଁରେ ବୃଦ୍ଧଙ୍କୁ ହତ୍ୟା: ପିଟିପିଟି ମାରିଦେଲେ…

ବେଲଗୁଣ୍ଠା, ୨୨।୮: ଗଞ୍ଜାମ ଜିଲା ଗାଙ୍ଗପୁର ଥାନା ଅନ୍ତର୍ଗତ କୁଲାଙ୍ଗି ଗାଁରେ ଜଣେ ବୃଦ୍ଧଙ୍କୁ ପିଟିପିଟି ହତ୍ୟା କରାଯାଇଥିବା ନେଇ ଅଭିଯୋଗ ହୋଇଛି। ଗ୍ରାମର ଅଙ୍ଗନଓ୍ୱାଡି କେନ୍ଦ୍ର…

ଏକକାଳୀନ ଫାଟିଲା ଅନେକ ସ୍ମାର୍ଟ ମିଟର, ଦୁଇ ଶିଶୁଙ୍କ ସହ ଜଳିଗଲେ ୪ ଜଣ

ସୁଲତାନପୁର,୨୨।୮: ଉତ୍ତର ପ୍ରଦେଶ ସୁଲତାନପୁରର ଆବାସ ବିକାଶ କଲୋନୀର ପାଣି ଟାଙ୍କି ନିକଟରେ, ସାତଟି ପୃଥକ ଘରେ ସ୍ଥାପିତ ସ୍ମାର୍ଟ ମିଟର, ଏକାସଙ୍ଗେ ବିସ୍ଫୋରଣ ହେବାରୁ ଗୋଟିଏ…

ସ୍କୁଲ ନା ଗୋଦାମ ଘର, ନିଜ ଖର୍ଚ୍ଚରେ ଜେନେରେଟର ଚଳାଉଛନ୍ତି ଶିକ୍ଷକ: ଶ୍ରେଣୀକୋଠରି ଅଭାବରୁ ୧୮୩ ଛାତ୍ରୀଛାତ୍ର

ଜମନକିରା, ୨୨।୮ (ରବିନ୍ଦ୍ର ପ୍ରସାଦ ଦାନୀ): ରାଜ୍ୟ ସରକାର ଶିକ୍ଷା ବ୍ୟବସ୍ଥାର ଉନ୍ନତିକରଣ ତଥା ବିଦ୍ୟାଳୟ ରୂପାନ୍ତରଣ ପାଇଁ କୋଟି କୋଟି ଟଙ୍କା ବ୍ୟୟ କରୁଥିବା ବେଳେ…

ବିଜୟ ସରକାର ଏହି ପିଲାମାନଙ୍କୁ ଦେବେ ବଡ଼ ଉପହାର; ଅଳଙ୍କାର ବ୍ୟବସାୟୀମାନଙ୍କୁ ଦିଆଯାଇଛି ଅର୍ଡର

ଚେନ୍ନାଇ,୨୨।୮: ମୁଖ୍ୟମନ୍ତ୍ରୀ ବିଜୟ ତାମିଲନାଡୁ ସମ୍ପର୍କରେ ଏକ ବଡ଼ ଘୋଷଣା କରିଛନ୍ତି। ସେ ନବଜାତ ଶିଶୁଙ୍କ ପାଇଁ ‘ଥାଇମାମାନ ସୁନା ମୁଦି ଯୋଜନା’ ଆରମ୍ଭ କରିଛନ୍ତି। ଗୁରୁତ୍ୱପୂର୍ଣ୍ଣ…

ପାଖେଇଲାଣି କଳିଯୁଗର ଅନ୍ତ: ଆକାଶରେ ଦିଶିବ ୨ଟି ସୂର୍ଯ୍ୟ, ଦ୍ୱିପ୍ରହରରେ ଦେଖାଯିବ ତାରା! ଡରାଇଲା ସଙ୍କେତ…

କଳିଯୁଗରେ ଅଧର୍ମର ଶେଷ ଏବଂ କଲ୍କି ଅବତାରର ସମୟ କ’ଣ ପାଖେଇ ଆସିଲାଣି? ବାସ୍ତବରେ, ‘କାଳଜ୍ଞାନମ୍’ ନାମକ ଏକ ରହସ୍ୟମୟ ଗ୍ରନ୍ଥରେ କଳିଯୁଗର ଶେଷ ସହିତ ଜଡ଼ିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri