ଉତ୍କଳମଣି ଗୋପବନ୍ଧୁଙ୍କ ଗାଁ ବୁଲିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି

ସାକ୍ଷୀଗୋପାଳ, ୧୩।୬(କିଶୋର ମହାପାତ୍ର): ଗୁରୁବାର ସକାଳୁ ସକାଳୁ ଶ୍ରୀମନ୍ଦିର ଚାରିଦ୍ୱାର ଖୋଲି ରାଜ୍ୟର ନୂଆ ସରକାର ଲୋକମାନଙ୍କୁ ଦେଇଥିବା ପ୍ରତିଶ୍ରୁତି ରକ୍ଷା କରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ମାଝି ନିଜ ଉପସ୍ଥିତିରେ ଏହି ନିର୍ଦେଶ କାର୍ଯ୍ୟକାରୀ କରାଇଥିଲେ। ମନ୍ତ୍ରୀ ମଣ୍ଡଳ ସଦସ୍ୟମାନଙ୍କ ସହିତ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦ ଭିକ୍ଷା କରିବା ସହିତ ଶ୍ରୀମନ୍ଦିରର ଚାରି ଦ୍ୱାର ଭକ୍ତ ଓ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିବା ପରେ ପଣ୍ଡିତ ଗୋପବନ୍ଧୁଙ୍କ ଜନ୍ମସ୍ଥଳୀ ସୁଆଣ୍ଡୋ ପରିଦର୍ଶନ କରିଛନ୍ତି।

ଏହି ଗସ୍ତ ସମୟରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା, ସାଂସଦ ଓ ବିଧାୟକମାନେ ମଧ୍ୟ ଉପସ୍ଥିତ ଥିଲେ।

ସୁଆଣ୍ଡୋରେ ମୁଖ୍ୟମନ୍ତ୍ରୀ, ଉତ୍କଳମଣୀ ପଣ୍ଡିତ ଗୋପବନ୍ଧୁଙ୍କ ପ୍ରତି ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ସହ ମନ୍ତ୍ରୀ ମଣ୍ଡଳର ସଦସ୍ୟ ଓ ସାଂସଦମାନେ ମଧ୍ୟ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୁଆଣ୍ଡୋ ଗ୍ରାମ ବୁଲି ଲୋକଙ୍କ ସହିତ ମିଶିଥିଲେ।

ଗ୍ରାମବାସୀଙ୍କ ସହିତ କଥୋପକଥନ ସମୟରେ ସେ କହିଥିଲେ ଯେ ଆମ ସଂକଳ୍ପ ପତ୍ରରେ ଦିଆଯାଇଥିବା ପ୍ରତିଶୃତିଗୁଡିକ ହେଉଛି ପ୍ରଧାନମନ୍ତ୍ରୀ ମୋଦୀଙ୍କ ଗ୍ୟାରେଣ୍ଟି। ଏସବୁ ଖୁବ୍‌ ଶୀଘ୍ର ପୂରଣ ହେବ। ସେ ଆହୁରି ମଧ୍ୟ କହିଥିଲେ ଯେ ରାଜ୍ୟ ସରକାର ୧୦୦ ଦିନ ଭିତରେ ‘ସମୃଦ୍ଧ କୃଷକ ନୀତି’ ଆଣୁଛନ୍ତି। ଏ ନୀତି ଆସିଲେ କୃଷକ ଭାଇଭଉଣୀମାନଙ୍କର ଅନେକ ସମସ୍ୟାର ସମାଧାନ ହୋଇପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ବନ୍ୟା: ୧୧ ଦିନ ପରେ ଚମତ୍କାର: ପଙ୍କ କାଦୁଅ ଭିତରୁ ଜୀବିତ ଉଦ୍ଧାର ହେଲେ ମହିଳା

କାଠମାଣ୍ଡୁ,୫।୯: ନେପାଳର ନୂଆକୋଟ ଜିଲାର ବେତ୍ରାବତୀ ଅଞ୍ଚଳରେ ରିଲିଫ ଏବଂ ଉଦ୍ଧାର କାର୍ଯ୍ୟ ସମୟରେ ଏକ ଉଲ୍ଲେଖନୀୟ ଘଟଣା ସାମ୍ନାକୁ ଆସିଛି। ତ୍ରିଶୂଳୀ ନଦୀ ଅଞ୍ଚଳରେ ପ୍ରବଳ…

ଅଢ଼େଇ ବର୍ଷ ଯାଏ କଲବଲ କରିବେ ଶନି! ୩ ରାଶିରେ ସାଢେ ସାତ ଚାଲି; ଭାରି ଖରାପ…

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ କର୍ମ ଏବଂ ନ୍ୟାୟର କାରକ ଗ୍ରହ ବୋଲି ଧରାଯାଏ। ଶନିଙ୍କ ଗତି ଧୀମା ହୋଇଥିବାରୁ କୌଣସି ରାଶିରେ ତାଙ୍କର ଗୋଚର (ଚଳନ) ଦୀର୍ଘ…

କଳାହାଣ୍ଡି ପୋଲିସର ବଡ଼ ଧରଣର ଚଢ଼ାଉ: ୨୦ କୁଇଣ୍ଟାଲ ଗଞ୍ଜେଇ ଜବତ,୪ ଗିରଫ

ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍. ରାମପୁର ଥାନା ମୋହନଗିରି ଫାଣ୍ଡି ଅନ୍ତର୍ଗତ ଜାମୁଲି ଗ୍ରାମ ନିକଟସ୍ଥ ଜଙ୍ଗଲରେ ବେଆଇନ ଗଞ୍ଜେଇ ରଖାଯାଇଥିବା ଖବର ପାଇ…

Teachers Dayରେ ଭାବପ୍ରବଣ ହେଲେ ସଚିନ ତେନ୍ଦୁଲକର; ପିତାଙ୍କ ସ୍ମୃତିରେ ଆରମ୍ଭ କଲେ ଏକ ଅନନ୍ୟ ପ୍ରୟାସ

ମୁମ୍ବାଇ,୫।୯: ‘କ୍ରିକେଟର ଭଗବାନ’ ଭାବରେ ସମ୍ମାନିତ ସଚିନ ତେନ୍ଦୁଲକର ଆଜି ତାଙ୍କ ପିତାଙ୍କୁ ମନେ ପକାଇ ଭାବପ୍ରବଣ ହୋଇଗଲେ। ଶିକ୍ଷକ ଦିବସ ଅବସରରେ, ସେ ତାଙ୍କ ପିତା…

ବ୍ଲକସ୍ତରୀୟ ଗୁରୁଦିବସ,ଗୁରୁ ସମ୍ବର୍ଦ୍ଧନା ଉତ୍ସବ: ସୁନ୍ଦର ସମାଜ ଗଠନ ରେ ଶିକ୍ଷକଙ୍କ …

ଦାରିଙ୍ଗବାଡ଼ି, ୫।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିସ୍ଥିତ ରାଣୀଦୁର୍ଗା ରେସିଡେନ୍ସି ପରିସରରେ ଶନିବାର ବ୍ଲକସ୍ତରୀୟ ଗୁରୁଦିବସ ଓ ଗୁରୁ ସମ୍ବର୍ଦ୍ଧନା ଉତ୍ସବ ପାଳିତ ହୋଇଯାଇଛି। ଏଥିରେ…

ବ୍ୟାଙ୍କ୍‌ ଆକାଉଣ୍ଟରେ ପୁରୁଣା ମୋବାଇଲ ନମ୍ୱର ଲିଙ୍କ୍‌ ଅଛି? ଘରେ ବସି ଏମିତି କରନ୍ତୁ ଅପଡେଟ୍‌

ନୂଆଦିଲ୍‌ଲୀ,୫।୯: ଆଜିକାଲି ବ୍ୟାଙ୍କ ଆକାଉଣ୍ଟ ସହିତ ମୋବାଇଲ ନମ୍ୱର ଲିଙ୍କ ରହିବା ଅତ୍ୟନ୍ତ ଜରୁରୀ। ଆକାଉଣ୍ଟରେ ଟଙ୍କା ଜମା ହେବାଠାରୁ ଆରମ୍ଭ କରି ଟଙ୍କା ଉଠାଇବା, ଅନଲାଇନ…

ସତ୍‌ସଙ୍ଗ ଚାଲିଥିବା ବେଳେ ଖଣ୍ଡାରେ ମରଣାନ୍ତକ ଆକ୍ରମଣ

ବାଙ୍କୀ, ୫।୯ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ବେଦପୁର ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ବଚସା ଓ ଗଣ୍ଡଗୋଳ ତୀବ୍ରତର…

ଗିରଫ ପରେ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ କୋର୍ଟରେ ହାଜର କରାଗଲା; ଏବେ ଗୋଟିଏ ଦିନର ପୋଲିସ ହେପାଜତକୁ ପଠାଇ ଦିଆଯାଇଛି

ନୂଆଦିଲ୍ଲୀ,୫।୯: ଦିଲ୍ଲୀ ପୋଲିସ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ ଗିରଫ କରିଛି। ତାଙ୍କୁ ପଟିଆଲା ହାଉସ କୋର୍ଟର ବିଚାରପତିଙ୍କ ବାସଭବନରେ ହାଜର କରାଯାଇଥିଲା, ଯାହା ପରେ କୋର୍ଟ ତାଙ୍କୁ ଗୋଟିଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri