ଗାନ୍ଧୀମାର୍ଗରୁ ମୁଖ୍ୟମନ୍ତ୍ରୀ ମୋହନ ମାଝିଙ୍କ ପ୍ରଥମ ସମ୍ବୋଧନ, ବଡ଼ ସ୍ବପ୍ନ ଦେଖାଇବିନି…

ଭୁବନେଶ୍ୱର,୧୫।୮: ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ ସମାରୋହରେ ପତାକା ଉତ୍ତୋଳନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝି। ମୋହନ ମାଝି ପ୍ରଥମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଭୁବନେଶ୍ୱରର ଗାନ୍ଧୀମାର୍ଗରେ ପତାକା ଉତ୍ତୋଳନ କରିଛନ୍ତି। ପତାକା ଉତ୍ତୋଳନ ପରେ ସେ ଗାନ୍ଧୀମାର୍ଗରେ ରାଜ୍ୟବାସୀଙ୍କୁ ସମ୍ବୋଧନ କରିଛନ୍ତି। ସମାରୋହରେ ଓଡ଼ିଆ ସ୍ବାଧୀନତା ସଂଗ୍ରାମୀଙ୍କୁ ସ୍ମରଣ କରିବା ସହ ପାଇକ ବିଦ୍ରୋହର ଯୋଦ୍ଧାମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି।

ଏ ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଓଡ଼ିଆ ଅସ୍ମିତା ସହିତ ଶିଖର ଛୁଇଁବାକୁ ଲକ୍ଷ୍ୟ ରଖିଛୁ। ବଡ଼ ସ୍ବପ୍ନ ଦେଖାଇବିନି, ଯାହା ପ୍ରତିଶ୍ରୁତି ଦେଇଛି ପାଳନ କରିବି। ଶ୍ରୀମନ୍ଦିର ୪ ଦ୍ବାର ଖୋଲିଛୁ, ୬୦ଦିନରେ ଓଡ଼ିଆ ଅସ୍ମିତା ପାଣ୍ଠି କରିଛୁ। ଏଥିସହ ଧାନ କ୍ବିଣ୍ଟାଲ ୩୧ଶହ ଟଙ୍କା କରିବା ସହ ସେପ୍ଟେମ୍ବର ୧୭ରୁ ସୁଭଦ୍ରା ଯୋଜନା ଲାଗୁ କରିବୁ। ଖାଲି ପଡ଼ିଥିବା ଦେଢ଼ ଲକ୍ଷ ପଦବୀ ପୂରଣ କରିବା ସହ ଆଗାମୀ ୫ ବର୍ଷରେ ୫୦୦ ଆଦିବାସୀ ଗ୍ରାମକୁ ବିକଶିତ କରିବା ପାଇଁ କାମ ଆରମ୍ଭ କରିଛୁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ଓଡ଼ିଶାବାସୀ ସ୍ବାଭିମାନୀ, ଚଣ୍ଡାଶୋକରୁ ଧର୍ମାଶୋକରେ ପରିଣତ କରିଥିଲେ। ଭାରତର ସ୍ବାଧୀନତା ସଂଗ୍ରାମ ଦେଶର ଅନନ୍ୟ ଅଧ୍ୟାୟ। ଏହା ଇଂରେଜମାନଙ୍କ ମୁଳଦୁଆ ଦୋହଲାଇ ଦେଇଥିଲା। ଦେଶ ଏବେ ଅମୃତକାଳ ଦେଇ ଗତି କରୁଛି। ଦେଶର ଅର୍ଥନୀତି ଦ୍ରୁତ ଗତିରେ ବଢ଼ିଛି। ଖୁବଶୀଘ୍ର ଦେଶର ଅର୍ଥନୀତି ୫ ଟ୍ରିଲିଅନରେ ପହଞ୍ଚିବ। ୨୦୪୭ ସୁଦ୍ଧା ଭାରତ ବିଶ୍ବଗୁରୁ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାରଳାଖେମୁଣ୍ଡିରେ ବଢୁଛି ପାଇପ ମିଟର ଚୋରି ଘଟଣା: ସିସିଟିଭିରେ କଏଦ ହେଲା ଚୋରୀ ସମୟର ଦୃଶ୍ୟ, ଚିନ୍ତାରେ…

ପାରଳାଖେମୁଣ୍ଡି, ୯।୫(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ସଦର ମହକୁମା ପାରଳାଖେମୁଣ୍ଡି ସହରରେ ଏବେ ପାଇପ ମିଟର ଚୋରଙ୍କ ପ୍ରାଦୁର୍ଭାବ ବୃଦ୍ଧି ପାଇବାରେ ଲାଗିଛି । ଜନସ୍ବାସ୍ଥ୍ୟ ବିଭାଗ…

ଭୁବନେଶ୍ୱରରେ ମାଡ଼ିଗଲା ଟ୍ରକ୍‌: ଚାଲିଗଲା ୩ ଜୀବନ

ଭୁବନେଶ୍ୱର,୯।୫: ଭୁବନେଶ୍ୱରସ୍ଥିତ ଫାୟାର୍‌ ଷ୍ଟେଶନ ଓଭର୍‌ ବ୍ରିଜ ଉପରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ ଘଟିଛି। ଏକ ଦ୍ରୁତଗାମୀ…

ବାକି ଟଙ୍କା ଆଦାୟ କରିବାକୁ ଯାଇ ଅପହରଣ: କେନ୍ଦୁଝରରୁ କଟକ ନେବା ବେଳେ ଶାଳପଡ଼ା ଠାରେ ଧରିଲା ପୋଲିସ, ୨ ଗିରଫ

ହାଟଡିହୀ/ଛେନାପଦୀ,୯।୫ (ଶୁଭକାନ୍ତ ନାୟକ/ନିରାକାର ପରିଡା): ବାକି ଟଙ୍କା ଆଦାୟ କରିବାକୁ ଯାଇ ଜଣେ ବ୍ୟବସାୟୀ ଅପହରଣର ଶିକାର ହୋଇଛନ୍ତି। କେନ୍ଦୁଝରରୁ ଅପହରଣ କରି କଟକ ଅଭିମୁଖେ ନେଇ…

ଅଗ୍ନି କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ: ଏକାଧିକ ଲକ୍ଷ୍ୟଭେଦର ରହିଛି ଦକ୍ଷତା

ବାଲେଶ୍ୱର,୯ା୫(ବାଞ୍ଛାନିଧି ଦେ): ଭାରତର ପ୍ରତିରକ୍ଷା ବିଭାଗ ଦେଶର ସୁରକ୍ଷା ରଣନୈତିକ କ୍ଷମତାରେ ଆଉ ଏକ ଐତିହାସିକ ସଫଳତା ହାସଲ କରିଛି। ଏହି କ୍ରମରେ ଓଡ଼ିଶା ଉପକୂଳର ଡ.…

ସଞ୍ଜୀବ ଆରୋରା କିଏ? ଇଡି ହେପାଜତରେ ରିଅଲ ଇଷ୍ଟେଟ ଜଗତର ‘ମୁକୁଟହୀନ ସମ୍ରାଟ’ – ତାଙ୍କ ଗିରଫଦାରୀର କାରଣ ଜାଣନ୍ତୁ

ଚଣ୍ଡିଗଡ଼,୯।୫: ପଞ୍ଜାବର ସ୍ଥାନୀୟ ସରକାର ଏବଂ ସଂସଦୀୟ ବ୍ୟାପାର ମନ୍ତ୍ରୀ ସଞ୍ଜୀବ ଆରୋରାଙ୍କୁ ଗିରଫ କରାଯାଇଛି। ରିପୋର୍ଟ ଅନୁଯାୟୀ, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ED)ର ଏକ ଦଳ ଆରୋରାଙ୍କୁ…

‘ଦୁର୍ନୀତିଗ୍ରସ୍ତ ବ୍ୟକ୍ତିଙ୍କୁ ମୁଖ୍ୟମନ୍ତ୍ରୀ କରିବାର ପରମ୍ପରାକୁ ବଜାୟ ରଖିଛି ଭାଜପା’: ସଞ୍ଜୟ ରାଉତଙ୍କ କଡ଼ା ଟାର୍ଗେଟ

ନୂଆଦିଲ୍ଲୀ,୯।୫: ଶିବସେନା (ଉଦ୍ଧବ ବାଲାସାହେବ ଠାକରେ) ଗୋଷ୍ଠୀର ନେତା ଏବଂ ରାଜ୍ୟ ସଭା ଏମପି ସଞ୍ଜୟ ରାଉତ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ଭାବରେ ଶୁଭେନ୍ଦୁ ଅଧିକାରୀଙ୍କୁ ଚୟନ କରିବା…

ସ୍ପେନରେ ନିଶା କାରବାରକୁ ଶକ୍ତ ଝଟକା, ୪୧ ଟନ କୋକେନ ଜବତ, ୭୭ ଗିରଫ

ମାଡ୍ରିଡ,୯।୫: ସମୁଦ୍ରରେ ନିଶା କାରବାର ବିରୋଧରେ ଏକ ବଡ଼ କାର୍ଯ୍ୟାନୁଷ୍ଠାନରେ, ସ୍ପାନିସ ପୋଲିସ ମୋଟ ୪୧ ଟନ କୋକେନ ଜବତ କରିଛି। କେବଳ ଏହି ଅପରେଶନଗୁଡ଼ିକ ମଧ୍ୟରୁ…

ଭଗ୍ନାବସ୍ଥାରେ ପଡ଼ିରହିଛି ବୌଦ୍ଧ ମୂର୍ତ୍ତି: ସୌନ୍ଦର୍ଯ୍ୟକରଣ ପୁନରୁଦ୍ଧାର ଅପେକ୍ଷାରେ ଛତ୍ରପୁର ପୌରପରିଷଦ

ଛତ୍ରପୁର,୯ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଅନ୍ୟତମ ପ୍ରମୁଖ ସହର ତଥା ସଦରମହକୁମା ଛତ୍ରପୁରଠାରେ ଦୀର୍ଘବର୍ଷ ପୂର୍ବରୁ ସମ୍ପୂର୍ଣ୍ଣ ହୋଇଥିଲା ଅନେକ ସୌନ୍ଦର୍ଯ୍ୟକରଣ ପ୍ରକଳ୍ପ। ୨୦୧୩ ‘ଫାଇଲିନ’ ମହାବାତ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri