ହଠାତ୍‌ ନୂଆପଡାରେ ହେଲା ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବିମାନ ଯାଞ୍ଚ, ଜାଣନ୍ତୁ କାହିଁକି…

ନୂଆପଡା,୭।୧୧: ନୂଆପଡାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବିମାନ ଯାଞ୍ଚ କରାଯାଇଛି। ଉପନିର୍ବାଚନ ସୁରକ୍ଷା ଦୃଷ୍ଟିରୁ  ମୁଖ୍ୟମନ୍ତ୍ରୀ ଯାଇଥିବା ଏୟାରକ୍ରାଫ୍ଟ ଏବଂ ହେଲିକପ୍ଟର ଯାଞ୍ଚ ହୋଇଛି। ଫ୍ଲାଇଂ ସ୍କ୍ବାର୍ଡ ଏବଂ ଭିଡିଓ ସର୍ଭେଲାନ୍ସ ଟିମ୍‌ ତରଫରୁ ଯାଞ୍ଚ କରାଯାଇଛି। ଏନେଇ ନୂଆପଡା ଜିଲା ପ୍ରଶାସନ ସୂଚନା ଦେଇଛି। ଗତକାଲି ନୂଆପଡା ଗସ୍ତରେ ଯାଇଥିଲେ ସିଏମ୍‌ ମୋହନ ମାଝୀ।

ଗୁରୁବାର ନୂଆପଡ଼ାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କୋମନା ଉଦ୍ୟାନବନ୍ଧରେ ରୋଡ ଶୋ’ କରିଥିଲେ। ଏହି ସମୟରେ ବିରାଟ ଜନସଭାକୁ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ କରି କହିଥିଲେ, ନୂଆପଡ଼ାର ବିକାଶ ପାଇଁ ମୋତେ ଏଠାକୁ ଆସିବାକୁ ପଡ଼ିଛି। ପୂର୍ବରୁ କେବେ ଏତେ ଜନସମାଗମ କେହି ଦେଖି ନ ଥିଲେ। ନୂଆପଡ଼ାର ବିକାଶ ପାଇଁ ୧ ହଜାର ୪ ଶହ କୋଟିର ପ୍ରତିଶ୍ରୁତି ଦେଇ ସାରିଛି। ଜୟ ଢୋଲକିଆ ନିର୍ବାଚିତ ହେଲେ ଆପଣଙ୍କ ଦାବି ଉପସ୍ଥାପନ କରିପାରିବେ। କିଛି ଦିନ ତଳେ ବିରୋଧୀଦଳ ନେତା ଜୟଙ୍କୁ ବେଇମାନ କହିଥିଲେ। ପୂର୍ବରୁ କେବେ ତାଙ୍କ ମୁହଁରୁ ଏପରି ଶବ୍ଦ ବାହାରେ ନାହିଁ। କେହି ତାଙ୍କୁ ସ୍କ୍ରିପ୍ଟ ଲେଖି ଦେଇଥିଲେ, ତାହା ସେ ପଢ଼ିଦେଲେ। ‘ବେଇମାନ’ ଶବ୍ଦର ଅର୍ଥ ବୋଧେ ସିଏ ବୁଝି ପାରି ନ ଥିବେ। ବିଜେପୁର, କାକଟପୁର ଓ ନର୍ଲାରେ ବିଜେଡି କରିଥିବା କାର୍ଯ୍ୟକୁ ମନେ ପକାଇବାକୁ କହି ସେ ପ୍ରଶ୍ନ କରିଛନ୍ତି, ଏହା ବେଇମାନୀ ନ ଥିଲା କି? ବେଇମାନ କିଏ ଓ କେତେ ଥର ବେଇମାନୀ କରିଛନ୍ତି ସମସ୍ତେ ଜାଣିଛନ୍ତି। ଯେଉଁମାନେ ଦଳକୁ ଆଣିଥିଲେ, ସେମାନଙ୍କୁ ତଡ଼ି ଦେଇ ବେଇମାନୀ କରାଯାଇଛି ବୋଲି ଅଭିଯୋଗ କରିଛନ୍ତି।

 

Dharitri – The Largest & Most Trusted Odia Daily

Share
Tags: odisha