ନବୀନଙ୍କ ଚିଠିକୁ ନେଇ ଏଭଳି ଉତ୍ତର ରଖିଲେ ମୋହନ, ଟୁଇଟ୍‌ କରି କହିଲେ…

ଭୁବନେଶ୍ୱର,୧୧।୭: ଆଡ଼ପ ମଣ୍ଡପ ପହଣ୍ଡି ବିଜେ ଅଘଟଣରେ ଦୁଃଖ ପ୍ରକାଶ କରି ମୁଖ୍ୟମନ୍ତ୍ରୀ ମୋହନ ମାଝିଙ୍କୁ ବିରୋଧୀ ଦଳ ମୁଖ୍ୟ ନବୀନ ପଟ୍ଟନାୟକ ଏକ ଚିଠି ଲେଖିଥିଲେ। ତେବେ ମୁଖ୍ୟମନ୍ତ୍ରୀ ଟୁଇଟ୍‌ କରି ଚିଠିର ଉତ୍ତର ରଖିଛନ୍ତି। ଆଉ କହିଛନ୍ତି, ଜଗତର ନାଥ ଜଗନ୍ନାଥ କେବଳ ଓଡ଼ିଆ ଜାତିର ଅସ୍ମିତାର ପ୍ରତୀକ ନୁହଁନ୍ତି, ସେ ସାରା ଜଗତ ଅର୍ଥାତ୍‌ ସ୍ବର୍ଗ, ମର୍ତ୍ତ୍ୟ ଓ ପାତାଳର ନାଥ ଅଟନ୍ତି। ପ୍ରଭୁ ଜଗନ୍ନାଥ, ପ୍ରଭୁ ବଳଭଦ୍ର ଓ ଦେବୀ ସୁଭଦ୍ରାଙ୍କ ମିଳିତ ସମାହାର ଏବଂ ତାଙ୍କର ପୂଜନ ବିଧି ବ୍ୟବସ୍ଥା ସାରା ଜଗତରେ ବିରଳ।

ଚଳିତ ବର୍ଷ ଆଡପ ମଣ୍ଡପକୁ ବଡ଼ ଠାକୁରଙ୍କ ପହଣ୍ଡି ବେଳେ ଯେଉଁ ଅଘଟଣ ଘଟିଲା ସେଥିରେ ସାରା ଜଗତ ଦୁଃଖିତ। ତେଣୁ ଆପଣ ଏ ଘଟଣାରେ ମର୍ମାହତ ହେବା ସ୍ବାଭାବିକ। ମୁଁ ମଧ୍ୟ ଗଭୀର ଭାବେ ମର୍ମାହତ।

ଆଡପ ମଣ୍ଡପ ପହଣ୍ଡି ବିଜେ ସମୟରେ ହୋଇଥିବା ଅଘଟଣ ବିଷୟରେ ଜାଣିବା ପରେ ମୁଁ ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା ଓ ମାନ୍ୟବର ଆଇନମନ୍ତ୍ରୀ ଶ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କୁ ତୁରନ୍ତ ପୁରୀ ଯିବାକୁ ନିର୍ଦ୍ଦେଶ ଦେବା ସହିତ ଭବିଷ୍ୟତରେ ଏହାର ଯେପରି ପୁନରାବୃତ୍ତି ନ ଘଟିବ ସେଥିପାଇଁ ଯତ୍ନବାନ ହେବା ପାଇଁ ସମସ୍ତଙ୍କୁ ପରାମର୍ଶ ଦେଇଛି।

ଏ ସମ୍ବନ୍ଧରେ ଆପଣ ମୋତେ ଲେଖିଥିବା ପତ୍ରକୁ ମୁଁ ଗୁରୁତ୍ୱର ସହ ପାଠ କରିଛି। ଆମେ ସମସ୍ତେ ମିଶି ଚତୁର୍ଦ୍ଧାମୂର୍ତ୍ତିଙ୍କ ସମସ୍ତ ସେବା ଓ ଶ୍ରୀଗୁଣ୍ଡିଚା ଯାତ୍ରା ସଠିକ ଭାବେ ସମ୍ପର୍ଣ୍ଣ କରିବା ।
ଆପଣଙ୍କ ପରାମର୍ଶ ମୋ ପାଇଁ ସବୁବେଳେ ସମ୍ମାନର ସହିତ ଗ୍ରହଣୀୟ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଖାମେନେଇଙ୍କୁ ହତ୍ୟା କରିପାରେ ଆମେରିକା

ଓ୍ବାଶିଂଟନ୍‌,୨୨।୨: ଇରାନର ସର୍ବୋଚ୍ଚ ଧର୍ମଗୁରୁ ଆୟାତୋଲ୍ଲା ଅଲୀ ଖାମେନେଇ ଏବଂ ତାଙ୍କ ପୁଅ ମୋଜତାବାଙ୍କୁ ହତ୍ୟା କରିବାକୁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଯୋଜନା ଚଳାଇଛନ୍ତି। ଇରାନର…

ଗ୍ରୀଷ୍ମପ୍ରବାହ ମୁକାବିଲା ପାଇଁ ବୈଠକ, ଅଭିଯୋଗର ୨୪ ଘଣ୍ଟା ମଧ୍ୟରେ ନଳକୂପ ମରାମତି ନହେଲେ….

ଭଞ୍ଜନଗର,୨୨।୨(ବାବୁଲା ପ୍ରଧାନ): ଫେବୃଆରୀ ମାସରୁ ରାଜ୍ୟରେ ବର୍ତ୍ତମାନ ଗ୍ରୀଷ୍ମ ପ୍ରବାହ ଆରମ୍ଭ ହେଲାଣି । ଏହାକୁ ଦେଖିଲେ ଆଗକୁ ସ୍ଥିତି ଆହୁରି ଭୟଙ୍କର ହେବା ନେଇ ଆଶା…

ଓଡ଼ିଶାର ୧୨ ଜିଲାରେ ବାଲ୍ୟବିବାହ ସର୍ବାଧିକ, ସବୁଠୁ ଆଗରେ…

ଭୁବନେଶ୍ୱର,୨୨।୨ (ରବିନାରାୟଣ ଜେନା) : ଓଡ଼ିଶାର ବାଲ୍ୟବିବାହ ସ୍ଥିତିକୁ ନେଇ ଏକ ଚିନ୍ତାଜନକ ତଥ୍ୟ ସାମ୍ନାକୁ ଆସିଛି। ରାଜ୍ୟର ୧୨ ଜିଲାରେ ବାଲ୍ୟବିବାହ ହାର ଜାତୀୟ ହାରଠାରୁ…

ଦିବ୍ୟାଙ୍ଗ ଯୁବତୀଙ୍କୁ ବଳାତ୍କାର

ଦେବଗଡ଼,୨୧ା୨(ଶଶାଙ୍କ ଶେଖର ଝାଙ୍କର)- ଦେବଗଡ଼ ଥାନା ଅଞ୍ଚଳର ଦିବ୍ୟାଙ୍ଗ ଯୁବତୀଙ୍କୁ ବଳାତ୍କାର କରିବା ଅଭିଯୋଗରେ ପୋଲିସ ଜଣେ ବିବାହିତ ଯୁବକଙ୍କୁ ଗିରଫ କରି ଶନିବାର କୋର୍ଟ ଚାଲାଣ…

ପଶ୍ଚିମବଙ୍ଗ ପାଇଁ BJPର ମାଷ୍ଟରଷ୍ଟ୍ରୋକ୍‌! ସାରା ରାଜ୍ୟରେ ବାହାରିବ…ମୋଦି କରିବେ… 

କୋଲକାତା,୨୧।୨: ଆଗାମୀ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପାଇଁ ଭାରତୀୟ ଜନତା ପାର୍ଟି (ଭାଜପା) ଏକ ବଡ଼ ରଣନୀତି ପ୍ରସ୍ତୁତ କରିଛି। ମମତା ବାନାର୍ଜୀଙ୍କ ସରକାରକୁ କ୍ଷମତାରୁ ହଟାଇବା…

ବାଲ୍ୟ ବିବାହ ରୋକିଲା ପ୍ରଶାସନ, ସୂଚନା ଦେଇଥିବା ଲୋକଙ୍କ ଘର ଆଗରେ ହଟ୍ଟଗୋଳ

ପାତ୍ରପୁର,୨୧।୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ଖାରିଆଗୁଡା ପଞ୍ଚାୟତ ତାଳପଡା ଗ୍ରାମରେ ଶନିବାର ଜଣେ ନାବାଳିକାଙ୍କ ବିବାହ ହେଉଥିବା ନେଇ ସୂଚନା ପାଇ ପ୍ରଶାସନ…

ଭଦ୍ରକ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଯୁବତୀଙ୍କ ଆତ୍ମାହୁତି ଉଦ୍ୟମ, ନିଜ ଡ୍ରେସରେ ନିଆଁ ଲଗାଇଦେବା ପରେ…

ଭଦ୍ରକ, ୨୧।୨(ସନାତନ ରାଉତ)- ଭଦ୍ରକ ଜିଲାପାଳଙ୍କ କାର୍ଯ୍ୟଳୟ ପରିସରରେ ଜଣେ ଯୁବତୀ ଆତ୍ମାହୁତି ଉଦ୍ୟମ କରିଛନ୍ତି । ଯୁବତୀ ଜଣଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି। ତେବେ ଯୁବତୀଜଣଙ୍କ…

୧୦ ବର୍ଷ ଅପେକ୍ଷାର ଅନ୍ତ, ଅଷ୍ଟ୍ରେଲିଆ ମାଟିରେ ଟି-୨୦ ସିରିଜ ଜିତି ଇତିହାସ ରଚିଲା ଭାରତ

ଆଡିଲେଡ,୨୧।୨: ଅଷ୍ଟ୍ରେଲିଆ ଗସ୍ତରେ ଥିବା ଭାରତୀୟ ମହିଳା କ୍ରିକେଟ ଦଳ ଜବରଦସ୍ତ ପ୍ରଦର୍ଶନ କରି ଟି-୨୦ ସିରିଜକୁ ୨-୧ରେ ନିଜ ନାମରେ କରିଛି। ଶନିବାର ୨୧ ଫେବୃଆରୀରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri