ପୂର୍ବତନ ଏମ୍‌ପି ତ୍ରିଲୋଚନ କାନୁନ୍‌ଗୋଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୨୧ା୪(ବ୍ୟୁରୋ): ବରିଷ୍ଠ ରାଜନେତା ତଥା ପୂର୍ବତନ ଏମ୍‌ପି ତ୍ରିଲୋଚନ କାନୁନ୍‌ଗୋଙ୍କ ଶୁକ୍ରବାର ପରଲୋକ ହୋଇଛି। ଏନେଇ ମୁଖ୍ୟମନ୍ତ୍ରୀ ଗଭୀର ଶୋକ ପ୍ରକାଶ କରିଛନ୍ତି।

ମୁଖ୍ୟମନ୍ତ୍ରୀ ଟୁଇଟ୍‌ କରି କହିଛନ୍ତି, ବରିଷ୍ଠ ରାଜନେତା ତଥା ପୂର୍ବତନ ଏମ୍‌ପିଙ୍କ ପରଲୋକ ବିଷୟରେ ଜାଣି ମୁଁ ଦୁଃଖିତ। ଜନସେବା କ୍ଷେତ୍ରରେ ତାଙ୍କର କାର୍ଯ୍ୟ ସର୍ବଦା ସ୍ମରଣୀୟ ରହିବ। ତାଙ୍କ ଅମର ଆତ୍ମାର ସଦ୍‌ଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ମୋର ସମବେଦନା ଜଣାଉଛି।