ନୂଆ ବାସଭବନକୁ ଗଲେ ମୁଖ୍ୟମନ୍ତ୍ରୀ: ପ୍ରଥମେ ଏହି ଘରେ ରହିଥିଲେ ନନ୍ଦିନୀ ଶତପଥୀ

ଭୁବନେଶ୍ୱର, ୭ା୩(ସୁନିତ୍‌ ମିଶ୍ର):ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ନୂଆ ସରକାରୀ ବାସଭବନରେ ଗୃହପ୍ରବେଶ କରିଛନ୍ତି। ଭୁବନେଶ୍ୱର ଗଭର୍ନର ହାଉସ୍‌ ଛକରୁ ଏଜି ଛକ ଯିବା ରାସ୍ତାର ବାମପାର୍ଶ୍ୱରେ ମୁଖ୍ୟମନ୍ତ୍ରୀଙ୍କ ପାଇଁ ନିର୍ମିତ ଏହି ବାସଭବନକୁ ଗତ ୨୫ ବର୍ଷ ହେଲା ବ୍ୟବହାର କରାଯାଉ ନ ଥିଲା। ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ତାଙ୍କ ମୁଖ୍ୟମନ୍ତ୍ରିତ୍ୱ ସମୟରେ ନବୀନ ନିବାସରେ ରହି ଆସୁଥିଲେ। ନବୀନ ମୁଖ୍ୟମନ୍ତ୍ରୀ ଥିବାବେଳେ ଏହାକୁ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଭାବେ ବ୍ୟବହାର କରୁଥିଲେ। ରାଜ୍ୟରେ ଭାଜପା ସରକାରକୁ ଆସିବା ପରେ ୮ ମାସ ଧରି ଏହି ବାସଭବନକୁ ମୁଖ୍ୟମନ୍ତ୍ରୀଙ୍କ ନୂଆ ଠିକଣା ଭାବେ ପ୍ରସ୍ତୁତ କରାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଭାବେ ଏହି କ୍ୱାର୍ଟର୍ସ ୧୯୭୦ ମସିହା ପରେ ନିର୍ମାଣ କରାଯାଇଥିଲା। ପୂର୍ବରୁ ଏହା ଭୁବନେଶ୍ୱର ସର୍କିଟ ହାଉସ୍‌ ଥିଲା। ଓଡ଼ିଶାର ଏକମାତ୍ର ମହିଳା ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀ ଏହାକୁ ନିର୍ମାଣ କରାଇଥିଲେ। ନନ୍ଦନୀ ଦେବୀ ତାଙ୍କ ମୁଖ୍ୟମନ୍ତ୍ରିତ୍ୱ ସମୟରେ ସେଠାରେ ରହୁଥିଲେ। ପରବର୍ତ୍ତୀ ସମୟରେ ସେହି କ୍ୱାର୍ଟର୍ସରେ ନୀଳମଣି ରାଉତରାୟ ମୁଖ୍ୟମନ୍ତ୍ରୀ ଥିବାବେଳେ କିଛିଦିନ ରହିଥିଲେ। ଏହାପରେ ଜାନକୀ ବଲ୍ଲଭ ପଟ୍ଟନାୟକ ଏବଂ ଗିରିଧର ଗମାଙ୍ଗ ମୁଖ୍ୟମନ୍ତ୍ରୀ ଥିବା ସମୟରେ ଏହି କ୍ୱାର୍ଟର୍ସରେ ଅବସ୍ଥାନ କରିଥିଲେ। ଏହା ପରଠାରୁ ଉକ୍ତ କ୍ୱାର୍ଟର୍ସରେ ଅନ୍ୟ କେହି ମୁଖ୍ୟମନ୍ତ୍ରୀ ରହିନାହାନ୍ତି।
ମୁଖ୍ୟମନ୍ତ୍ରୀ ମାଝୀ ଗୁରୁବାର ସକାଳେ ଶୁଭଲଗ୍ନ ୧୦ଟା ୪୭ ମିନିଟ୍‌ରେ ତାଙ୍କ ନୂଆ ବାସଭବନକୁ ପ୍ରବେଶ କରିଛନ୍ତି। ସେ ଗୃହ ପ୍ରବେଶ କରିବା ପୂର୍ବରୁ ୨ ଗାଈଙ୍କୁ ପୂଜାର୍ଚ୍ଚନା କରାଯାଇଥିଲା। ପରେ ମୁଖ୍ୟମନ୍ତ୍ରୀ ଓ ତାଙ୍କ ସ୍ତ୍ରୀ ଗୃହପ୍ରବେଶ କରିଥିଲେ। ପ୍ରାୟ ୨୬ ବର୍ଷ ହେବ ଏହି ସରକାରୀ ଘର ଖାଲି ପଡ଼ିଥିଲା। ଏହା ପୂର୍ବରୁ ମୁଖ୍ୟମନ୍ତ୍ରୀ ମାଝୀ ଗାନ୍ଧୀମାର୍ଗରେ ଥିବା କ୍ୱାର୍ଟର୍ସରେ ରହୁଥିଲେ। ସେ ପୂର୍ବରୁ ବିଧାୟକ ଓ ମୁଖ୍ୟ ସଚେତକ ଥିବା ସମୟରେ ଯେଉଁ ସରକାରୀ ଘରେ ରହୁଥିଲେ, ସେଠାରେ ହିଁ ରହିଆସୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

ସ୍ବାୟତ୍ତ ଶାସନ ଦିବସ ପାଳନ ନେଇ ପ୍ରସ୍ତୁତି ଚୂଡ଼ାନ୍ତ

ଦିଗପହଣ୍ଡି,୨୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ପକ୍ଷରୁ ଅଗଷ୍ଟ ୩୧ରେ ପାଳନ ହେବାକୁ ଥିବା ସ୍ବାୟତ୍ତ ଶାସନ ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି…

ନିଶାଦ୍ରବ୍ୟ ସେବନ ବିରୋଧରେ ଶପଥ, ପଥଭ୍ରଷ୍ଟ ଯୁବବର୍ଗଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ ପାଇଁ…

ଦିଗପହଣ୍ଡି/ଚିକିଟି,୨୨ା୮(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଆମ ପୋଲିସ ସମିତି ପକ୍ଷରୁ ନିଶାମୁକ୍ତ ଓଡ଼ିଶା ଅଭିଯାନ ଆନୁକୂଲ୍ୟରେ ଚିକିଟିଗଡ଼ ରାଜକବି ହାଇସ୍କୁଲ…

କୁଟ୍ରିଛାପର ପଞ୍ଚାୟତରେ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କଲେ ବିଧାୟକ, କହିଲେ ଆହୁରି…

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ କୁଟ୍ରିଛାପର ପଞ୍ଚାୟତରେ ୬୪ ଲକ୍ଷ ଟଙ୍କା ବ୍ୟୟରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କରାଯାଇଛି। ବିକଶିତ…

ଚାଉଳ ବୋଝେଇ ଟ୍ରକ ପଛରେ ପିଟି ହେଲା ବାଇକ୍‌, ଆଉ ତା’ପରେ…

ଡୁଙ୍ଗୁରିପାଲି,୨୨।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ସ୍ଥିତ ୨୬ ନମ୍ବର ଜାତୀୟ ରାଜପଥ ଏଫ୍‌ସିଆଇ ଛକ ନିକଟରେ ଛିଡା ହୋଇଥିବା ଏକ ଚାଉଳ ବୋଝେଇ ଟ୍ରକର ପଛରେ…

ଚାଷୀ ପଞ୍ଜୀକରଣ କେନ୍ଦ୍ରରେ ଅଧିକାରୀଙ୍କୁ ତାଲା ପକାଇଲେ ଚାଷୀ

ଝାରବନ୍ଧ,୨୨ା୮(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଡଭା ପ୍ୟାକ୍ସ ଅନ୍ତର୍ଗତ ବିଳାସପୁର ଧାନ ପଞ୍ଜୀକରଣ କେନ୍ଦ୍ରରେ ତାଲା ପକାଇ ଦେଇଛନ୍ତି ଚାଷୀ। ଚାଷୀଙ୍କ ଦାବି ଅନୁସାରେ…

୨ ଜଣଙ୍କୁ ଧକ୍କାଦେଲା କାର୍‌, ଗୋଡ଼ାଇ ଗୋଡ଼ାଇ ଧରି ପୋଲିସକୁ ଜିମାଦେଲେ ଲୋକେ

ଦାରିଙ୍ଗବାଡ଼ି,୨୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବିଦ୍ୟୁତ୍‌ କାର୍ଯ୍ୟାଳୟ ନିକଟରେ ଘଟିଯାଇଛି ଅଭାବନୀୟ ଘଟଣା। ଜଣେ କାର୍‌ ଚାଳକ ନିଶାସକ୍ତ ଅବସ୍ଥାରେ ୨ ଜଣଙ୍କୁ ଧକ୍କା ଦେବା…

ଲକ୍ଷାଧିକ ଟଙ୍କାର ବ୍ରାଉନସୁଗାର ସହ ଗଞ୍ଜେଇ ଜବତ, କିଙ୍ଗ୍‌ପିନ୍‌ଙ୍କୁ ଗିରଫ କରି ପୋଲିସ…

ବାଲିଗୁଡ଼ା,୨୨ା୮(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ପୋଲିସ ପକ୍ଷରୁ ଚାଲିଛି ନିଶାମୁକ୍ତ ସମଗ୍ର କନ୍ଧମାଳ। ଏହି ପରିପ୍ରେକ୍ଷୀରେ ବାଲିଗୁଡ଼ା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବ୍ରାଉନ ସୁଗାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri