ବଲାଙ୍ଗୀର,୨୪।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଗସ୍ତରେ ଆସିଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କୁ ସ୍ଥାନୀୟ ସର୍କିଟ ହାଉସଠାରେ ଭେଟି ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ନରସିଂହ ମିଶ୍ର ଆଲୋଚନା କରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ମାଝି ଓ ନରସିଂହ ମିଶ୍ରଙ୍କ ରୁଦ୍ଧଦାର ଆଲୋଚନା ଚର୍ଚ୍ଚାର ବିଷୟ ପାଲଟିଛି।
ମିଳିଥିବା ସୂଚନା ଅନୁସାରେ ନରସିଂହ ସ୍ଥାନୀୟ ସର୍କିଟ ହାଉସକୁ ଯାଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଭେଟି ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା କରିଥିବା ଜଣାପଡ଼ିଛି। ଆଲୋଚନା ପରେ ମୁଖ୍ୟମନ୍ତ୍ରୀଙ୍କୁ ଏକ ଦାବିପତ୍ର ଦେଇ ଫେରିଥିବା ଜଣାପଡ଼ିଛି। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ ବରିଷ୍ଠ କଂଗ୍ରେସ ନେତା ନରସିଂହ ମିଶ୍ରଙ୍କ ଆଲୋଚନା ଚର୍ଚ୍ଚାର ବିଷୟ ହୋଇଛି।
Dharitri – Odisha’s No.1 Odia Daily