ପ୍ରେସ୍‌ମିଟ୍‌ କରି କଡ଼ା ଭାଷାରେ ମୋଦିଙ୍କୁ ଜବାବ ଦେଲେ ମୁଖ୍ୟମନ୍ତ୍ରୀ, ଯଦି ମୋର ଶୁଭଚିନ୍ତକ ତେବେ…

ଭୁବନେଶ୍ୱର,୨୯।୫: ପ୍ରଧାନମନ୍ତ୍ରୀ ମୋଦିଙ୍କ ମନ୍ତବ୍ୟର କଡ଼ା ଭାଷାରେ ଜବାବ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବୁଧବାର ସନ୍ଧ୍ୟାରେ ଏକ ପ୍ରେସ୍‌ମିଟ୍‌ କରି ସେ କହିଛନ୍ତି ଯେ, ଯଦି ନରେନ୍ଦ୍ର ମୋଦି ମୋର ଶୁଭଚିନ୍ତକ ତାହେଲେ ମୋତେ ଫୋନ କରିପାରିଥାନ୍ତେ। ମୋର ସ୍ବାସ୍ଥ୍ୟାବସ୍ଥା ଜାଣିବାକୁ କମିଟି ଗଠନ କରିବେ କହିଛନ୍ତି। ଯଦି କମିଟି କରିବେ, ତାହେଲେ ନିଶ୍ଚିତ ଭାବେ ଏକ କମିଟି କରି ଏଭଳି ଅପପ୍ରଚାରର ତଦନ୍ତ କରାନ୍ତୁ। ୧୦ ବର୍ଷ ହେଲା ଦିଲ୍ଲୀରେ ଭାଜପା ନେତା ଅପପ୍ରଚାର କରୁଛନ୍ତି। ମୁଁ ଯଦି ଫିଟ୍‌ ନଥାନ୍ତି, ଏତେ ଖରାରେ କେମିତି ପ୍ରଚାର କରୁଥାନ୍ତି। ମୋ ସ୍ବାସ୍ଥ୍ୟାବସ୍ଥା ପୂରା ଠିକ୍‌ ଅଛି, ଏବେ ପ୍ରଚାର ପାଇଁ ନିମାପଡ଼ା ଯିବି। ଯଦି ମୋଦି ଓଡ଼ିଶାର ଭଲ ଚାହୁଁଛନ୍ତି କୋଇଲା ରୟାଲିଟି ରିଭିଜନ କରାନ୍ତୁ। ଓଡ଼ିଶାକୁ ସ୍ବତନ୍ତ୍ର ରାଜ୍ୟପାହ୍ୟା ମାନ୍ୟତା ପ୍ରଦାନ ଦାବି ପୂରଣ କରନ୍ତୁ ବୋଲି ସେ କହିଛନ୍ତି।

 

ସୂଚନାଯୋଗ୍ୟ,  ମୟୂରଭଞ୍ଜର ବାରିପଦାରେ ମୋଦି କହିଥିଲେ, ‘ନବୀନଙ୍କ ସ୍ବାସ୍ଥ୍ୟ ଖରାପ ପଛରେ କିଛି ଷଡ଼ଯନ୍ତ୍ର ହୋଇଛି। ଏହା ଜାଣିବାର ଅଧିକାର ସାରା ଓଡ଼ିଶା ଲୋକଙ୍କ ରହିଛି। ବିଜେଡି ଯାହା ଲୁଚାଇବାକୁ ଚାହୁଁଛି, ଭାଜପା ତା’ର ଖୁଲାସା କରିବ। ଏବେ ନବୀନ ବାବୁଙ୍କ ଶୁଭଚିନ୍ତକ ବହୁତ ଚିନ୍ତାରେ ଅଛନ୍ତି। ଗତ ବର୍ଷକ ଭିତରେ ନବୀନ ବାବୁଙ୍କ ସ୍ବାସ୍ଥ୍ୟ ଏତେ ଖରାପ କେମିତି ହେଲା। ସେନେଇ ସବୁ କଥା ସାମ୍ନାକୁ ଆସିବ। ନବୀନ ବାବୁ ଏବେ ନିଜେ କିଛି କରିପାରୁନାହାନ୍ତି ବୋଲି ପାଖ ଲୋକ କହୁଛନ୍ତି। ତାଙ୍କ ସ୍ବାସ୍ଥ୍ୟ ଖରାପ ପଛରେ କିଛି ଷଡ଼ଯନ୍ତ୍ର ବି ହୋଇପାରେ ବୋଲି ଆଶଙ୍କା ରହୁଛି। ନବୀନଙ୍କ ନାଁରେ କ୍ଷମତା ଉପଭୋଗ କରୁଥିବା ଲୋକର ହାତ ଅଛି କି? ଏହା ଉପରୁ ପରଦା ହଟିବାର ଆବଶ୍ୟକତା ରହିଛି। ତେଣୁ ଭାଜପା ସରକାରକୁ ଆସିଲେ ସ୍ପେଶାଲ କମିଟି ଗଠନ କରାଯିବ। ନବୀନଙ୍କ ଅଚାନକ କେମିତି ସ୍ବାସ୍ଥ୍ୟ ଖରାପ ହେଲା, ତା’ ନେଇ ଯାଞ୍ଚ କରାଯିବ ବୋଲି ମୋଦି କହିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗରେ ଆଳୁ ସଙ୍କଟ, ଓଡ଼ିଶାରେ ହାହାକାର

ଭୁବନେଶ୍ୱର,୨୭।୭: ରାଜ୍ୟରେ ଆଳୁ ଦର ହୁ ହୁ ହୋଇ ବଢୁଛି । କଟକ, ଭୁବନେଶ୍ବର, ବ୍ରହ୍ମପୁର, ବାଲେଶ୍ବର, ସମ୍ବଲପୁର ସବୁଠି ଆଳୁ ଦର ୫୦ ଟଙ୍କା...

ତେଲ ନଦୀ ଉପରେ ୪ ଫୁଟ ପାଣି: ଭାସିଗଲା କ୍ରେନ୍‌

ପାଟଣା,୨୭।୭(ବୀରକିଶୋର ଦାଶ): ଲଗାଣ ବର୍ଷାରେ କେନ୍ଦୁଝର ଜିଲା ସାହାରପଡା ବ୍ଲକ ବେହାଲ ହୋଇପଡିଛି। ସାହାରପଡ଼ା ବ୍ଲକ କୁମୁଳା ବାହାଳୀ ନିକଟ ତେଲ ନଦୀ ପୋଲଉପରେ ଶନିବାର...

ରାଜ୍ୟରେ ଆଗାମୀ ୪ ଦିନ ଯାଏ ପ୍ରବଳ ବର୍ଷା, ୧୦ ଜିଲାକୁ ଓ୍ବାର୍ନିଂ

ଭୁବନେଶ୍ୱର,୨୭।୭: ଉତ୍ତର ବଙ୍ଗୋପସାଗର ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ପ୍ରଭାବରେ ଉତ୍ତର ଓ ଓ ଉପକୂଳ ଓ ପ୍ରବଳ ବର୍ଷା ହେବାର...

ନୂଆ ବିଧାୟକମାନେ ଶୁଣାଇଲେ ନିଜ ଅଞ୍ଚଳର ସମସ୍ୟା

ଭୁବନେଶ୍ୱର, ୨୭।୭(ସୁନିତ୍‌ ମିଶ୍ର): ଅପରାହ୍ନରେ ଗୃହ କାର୍ଯ୍ୟ ଆରମ୍ଭ ହେବା ପରେ ସୁରୁଖୁରୁରେ ଚଳାଇବା ଲାଗି ପ୍ରଥମେ ପରାମର୍ଶଦାତା କମିଟି ଗଠିତ ହୋଇଛି। ଏଥିରେ ବାଚସ୍ପତି...

ଚତୁର୍ଥ ଲଘୁଚାପରୁ ବନ୍ୟା ଆଶଙ୍କା

ଭୁବନେଶ୍ୱର,୨୭ା୭(ଅନୁରାଧା ମହାରଣା): ଲଘୁଚାପ ପ୍ରଭାବରେ ଓଡ଼ିଶାରେ ତୁହାକୁ ତୁହା ବର୍ଷା ଲାଗିରହିଥିବାବେଳେ ପ୍ରାୟ ସବୁ ଜିଲାରେ ସ୍ଥିତି ବିଗିଡ଼ିବାରେ ଲାଗିଛି। ବର୍ଷା ଯୋଗୁ ବିଲବାଡ଼ି ଜଳାର୍ଣ୍ଣବ...

ବଢ଼ିପାରେ ମଧ୍ୟାହ୍ନଭୋଜନ ମୁଣ୍ଡ ପିଛା ଖର୍ଚ୍ଚ

ଭୁବନେଶ୍ୱର,୨୭ା୭(ଅନିଲ ଦାସ): ସ୍କୁଲରେ ଛାତ୍ରୀଛାତ୍ରମାନଙ୍କୁ ଦିଆଯାଉଥିବା ମଧ୍ୟାହ୍ନଭୋଜନ ମୁଣ୍ଡପିଛା ମୂଲ୍ୟ ବଢ଼ିପାରେ। ଏ ନେଇ ରାଜ୍ୟ ସରକାର ଚିନ୍ତା କରୁଛନ୍ତି। ବିଜେଡି ସଭ୍ୟ ରଣେନ୍ଦ୍ର ପ୍ରତାପ...

ଆଳୁ ଅଭାବ: ଦର ବଢ଼ିଲା

ଭୁବନେଶ୍ୱର, ୨୭।୭(ସୁନିତ୍‌ ମିଶ୍ର): ସପ୍ତାହକ ମଧ୍ୟରେ ଆଳୁ ଦର ୧୫ ଟଙ୍କାରୁ ଅଧିକ ବୃଦ୍ଧି ପାଇସାରିଲାଣି। ଆଳୁ ଏବେ କେଉଁଠି ୪୫ ଟଙ୍କା ତ ଆଉ...

ସରକାର ନିଜ ଦୋଷ ଲୁଚାଉଛନ୍ତି: ବିରୋଧୀ

ଭୁବନେଶ୍ୱର,୨୭ା୭(ଅନିଲ ଦାସ): ରଥ ଉପରୁ ବଡ଼ ଠାକୁର ଖସିପଡ଼ିବା, ଦଳାଚକଟାରେ ଜଣଙ୍କ ମୃତ୍ୟୁ ହେବା, ଟ୍ରାଫିକ ଅବ୍ୟବସ୍ଥା, ଅଣ ସେବାୟତ ରଥ ଉପରେ ଚଢ଼ିବା ପ୍ରସଙ୍ଗକୁ...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri