ମାଟ୍ରିକ ପରୀକ୍ଷାରେ ଶ୍ରେଷ୍ଠ ପ୍ରଦର୍ଶନ ପାଇଁ ୨୦୨୭ ଜଣ ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର,୩୧।୧: ରାଜ୍ୟରେ ଆରମ୍ଭ ହୋଇଛି ଶିକ୍ଷାର ଉତ୍ସବ। ଶିକ୍ଷାକୁ ଏକ ସାମାଜିକ ଆନ୍ଦୋଳନରେ ପରିଣତ କରିବା ପାଇଁ, ଶିକ୍ଷା ବ୍ୟବସ୍ଥାରେ ନୂଆ ବିପ୍ଳବ ଆଣିବା ପାଇଁ 5T ଉପକ୍ରମରେ ଆରମ୍ଭ ହୋଇଛି ଅଭିନବ ପ୍ରୟାସ । ଜିଲ୍ଲା, ବ୍ଲକ, ଛାତ୍ରଛାତ୍ରୀ, ଶିକ୍ଷକ, ଶିକ୍ଷୟତ୍ରୀ, ପୁରାତନ ଛାତ୍ର କମିଟି, ଗ୍ରାମ ପଞ୍ଚାୟତ, ଶିକ୍ଷା ଅଧିକାରୀ, ଜିଲ୍ଲା, ବ୍ଲକ ସମସ୍ତଙ୍କ ଅବଦାନ ପାଇଁ ମିଳିଛି “ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର” । ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ପୁରସ୍କାର ପ୍ରଦାନ କରିଛନ୍ତି।

ବ୍ୟକ୍ତିଗତ ଓ ଆନୁଷ୍ଠାନିକ ଦୁଇଟି ବର୍ଗରେ ପୁରସ୍କାର ପ୍ରଦାନ କରାଯାଇଛି। ସମୁଦାୟ ୧୬ଟି ବିଭାଗରେ ୭୫୧୯ ଟି ପୁରସ୍କାର ପ୍ରଦାନ କରାଯାଇଛି। ସମୁଦାୟ ୧୩୮ କୋଟି ଟଙ୍କାର ପୁରସ୍କାର ପ୍ରଦାନ କରାଯାଇଛି।

ବ୍ୟକ୍ତିଗତ ପୁରସ୍କାର (ମାଧ୍ୟମିକ) ବର୍ଗରେ ମାଟ୍ରିକ ପରୀକ୍ଷାରେ ସର୍ବଶ୍ରେଷ୍ଠ ପ୍ରଦର୍ଶନ ପାଇଁ ୨୦୨୭ ଜଣ ମେଧାବୀ ଛାତ୍ରଛାତ୍ରୀ, ୭୦୦ ଶିକ୍ଷକ ଶିକ୍ଷୟତ୍ରୀ, ୪୧୯ ଜଣ ପ୍ରଧାନ ଶିକ୍ଷକ, ୫୮ ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ, ୧୦ ଜଣ ଗୋଷ୍ଠୀ ଶିକ୍ଷା ଅଧିକାରୀ, ୩ ଜଣ ଜିଲ୍ଲା ଶିକ୍ଷା ଅଧିକାରୀ ପୁରସ୍କାର ପାଇଛନ୍ତି। ସେହିପରି ବ୍ୟକ୍ତିଗତ ପୁରସ୍କାର (ପ୍ରାଥମିକ) ବର୍ଗରେ ୩୫୦ ଜଣ ପ୍ରଧାନ ଶିକ୍ଷକ ଓ ୩୧୯ ଜଣ ଶିକ୍ଷକ ଶିକ୍ଷୟିତ୍ରୀ ପୁରସ୍କାର ପାଇଛନ୍ତି।

ସେହିପରି ଆନୁଷ୍ଠାନିକ (ମାଧ୍ୟମିକ) ବର୍ଗରେ ୪ଟି ଜିଲ୍ଲା, ୧୦ଟି ବ୍ଲକ, ୧୦୫୭ଟି ସ୍କୁଲ, ୪୧୯ଟି ବିଦ୍ୟାଳୟ ପରିଚାଳନା କମିଟି, ୪୧୯ଟି ପୁରାତନ ଛାତ୍ର କମିଟି, ୪୧୪ଟି ଗ୍ରାମ ପଞ୍ଚାୟତ ପୁରସ୍କାର ପାଇଛନ୍ତି। ଆନୁଷ୍ଠାନିକ (ପ୍ରାଥମିକ) ବର୍ଗରେ ୧୩୦୭ଟି ବିଦ୍ୟାଳୟ ପୁରସ୍କାର ପାଇଛନ୍ତି। ଏହା ବ୍ୟତିତ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ ବର୍ଗରେ ୩ଟି ଆନୁଷ୍ଠାନିକ ପୁରସ୍କାର ପ୍ରଦାନ କରାଯାଇଛି। ବିଦ୍ୟାଳୟ ଶିକ୍ଷାର ସାମଗ୍ରିକ ବିକାଶ ସହ ପିଲାଙ୍କ ବୌଦ୍ଧିକ ବିକାଶ ପାଇଁ ଏହି ପୁରସ୍କାର ପ୍ରଦାନ କରାଯାଉଛି।

ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ସହିତ ବିଦ୍ୟାଳୟ ଗଣଶିକ୍ଷା ମନ୍ତ୍ରୀ ସୁଦାମ ମାର୍ଣ୍ଡି, ଅନୁସୂଚିତ ଜନଜାତି, ଜାତି, ସଂଖ୍ୟାଲଘୁ ଓ ପଛୁଆବର୍ଗ କଲ୍ୟାଣ ମନ୍ତ୍ରୀ ଜଗନ୍ନାଥ ସାରକା ଏବଂ ପଞ୍ଚାୟତରାଜ ପାନୀୟ ଜଳ, ସୂଚନା ଲୋକ ସମ୍ପର୍କ ମନ୍ତ୍ରୀ ପ୍ରଦୀପ କୁମାର ଅମାତ ପ୍ରମୁଖ ଉପସ୍ଥିତ ଥିଲେ । କାର୍ଯ୍ୟକ୍ରମରେ ଉପସ୍ଥିତ ଛାତ୍ରଛାତ୍ରୀ ଓ ଶିକ୍ଷକ ଶିକ୍ଷୟତ୍ରୀ ଏବଂ ଅନ୍ୟମାନଙ୍କୁ ଉଦ୍‌ବୋଧନ ଦେଇ 5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଭି କାର୍ତ୍ତିକ ପାଣ୍ଡିଆନ କହିଲେ ଯେ କୋଭିଡ ସମୟରୁ ପିଲାଙ୍କ ପାଠପଢାର ଅସୁବିଧାକୁ ଦେଖି ମୁଖ୍ୟମନ୍ତ୍ରୀ ଅନଲାଇନ ଜରିଆରେ ପାଠପଢାର ବ୍ୟବସ୍ଥା ସମ୍ପର୍କରେ ଚିନ୍ତା କରିଥିଲେ । ଏହାପରେ ଆରମ୍ଭ ହୋଇଥିଲା 5T ହାଇସ୍କୁଲ ରୂପାନ୍ତର। ବର୍ତ୍ତମାନ ସୁଦ୍ଧା ପ୍ରାୟ ୮ ହଜାର ସ୍କୁଲର ରୂପାନ୍ତର ହୋଇସାରିଛି।

ସେ କହିଲେ ଯେ ହାଇସ୍କୁଲ ରୂପାନ୍ତର ଟିମ୍‌ ୱାର୍କର ଅନନ୍ୟ ଉଦାହରଣ । ପୁରାତନ ଛାତ୍ରଛାତ୍ରୀ, ଜନ ପ୍ରତିନିଧି, ପ୍ରଶାସନ ସମସ୍ତେ ଏକ ଟିମ୍‌ ଭଳି କାମ କରିଛନ୍ତି । ଆପଣମାନେ ସମସ୍ତେ ଓଡିଶାର ବିକାଶର ଗୋଟିଏ ଗୋଟିଏ ସ୍ତମ୍ବ । ଆପଣମାନେ ପିଲାଙ୍କ ଭିତରେ ରୂପାନ୍ତରଣର ବୀଜ ବପନ କରିଛନ୍ତି। ଏଥିପାଇଁ ସେ ସମସ୍ତଙ୍କୁ ଧନ୍ୟବାଦ ଜଣାଇଥିଲେ ।

ଏହା ଦ୍ୱାରା ଆଜି ପିଲାଙ୍କ ଉତ୍ସାହ ବଢିଛି। ଆଜିର ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ଶିକ୍ଷା ପରିବେଶ ସହିତ ଜଡିତ ସମସ୍ତଙ୍କ ଉତ୍ସାହ, ମନୋବଳ ବୃଦ୍ଧି କରିଛି। ପିଲାଙ୍କ ସ୍ୱପ୍ନକୁ ଅଧିକ ଉଚ୍ଚ କରିବା ଏବଂ ପୂରଣ କରିବାର ଆତ୍ମବିଶ୍ୱାସକୁ ବୃଦ୍ଧି କରିବା ଦିଗରେ ଏହି ପୁରସ୍କାର ସହାୟକ ହେବ। ଓଡିଶାରେ ମାଧ୍ୟମିକ ଶିକ୍ଷା କ୍ଷେତ୍ରରେ ଏକ ବିପ୍ଳବ ଆସିଛି ବୋଲି କହିଲେ ଅତ୍ୟୁକ୍ତି ହେବ ନାହିଁ ବୋଲି ସେ କହିଥିଲେ। ମୁଖ୍ୟମନ୍ତ୍ରୀଙ୍କ ସ୍ୱପ୍ନର ଏକ ନୂଆ ଓଡିଶା, ସଶକ୍ତ ଓଡିଶା ଗଠନ ଦିଗରେ ଆଜି ସମସ୍ତେ ଜଣେ ଜଣେ ଚମ୍ପିଅନ ହୋଇପାରିଛନ୍ତି ବୋଲି ସେ କହିଥିଲେ। ମାଧ୍ୟମିକ ସ୍କୁଲ ସହିତ ଉଚ୍ଚ ମାଧ୍ୟମିକ ଓ କଲେଜର ମଧ୍ୟ ରୂପାନ୍ତରଣ ଚାଲିଛି। ଖୁବ୍‌ ଶୀଘ୍ର ଏହି ଅନୁଷ୍ଠାନ ଗୁଡିକ ଲୋକାର୍ପିତ ହେବ ବୋଲି ସେ କହିଥିଲେ।

ଏହି କାର୍ଯ୍ୟକ୍ରମରେ ସ୍କୁଲ ଓ ଗଣଶିକ୍ଷା ବିଭାଗର କମିଶନର ତଥା ସଚିବ ଅଶ୍ବଥୀ ଏସ୍‌ ସ୍ବାଗତ ଭାଷଣ ଦେଇଥିଲେ ଏବଂ ଓସେପାର ସ୍ବତନ୍ତ୍ର ପ୍ରୋଜେକ୍ଟ ଡାଇରେକ୍ଟର ଧନ୍ୟବାଦ ଅର୍ପଣ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ପଞ୍ଚାୟତ ନିର୍ବାଚନ ପାଇଁ ବିଜେଡିର ରଣନୀତି: ବିଧାୟକଙ୍କ ସହ ନବୀନଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର,୨୧।୧: ଓଡ଼ିଶାର ଆଗାମୀ ପଞ୍ଚାୟତ ନିର୍ବାଚନ ପାଇଁ ବିଜୁ ଜନତା ଦଳ ପ୍ରସ୍ତୁତି ଜୋରଦାର କରିଛି। ବୁଧବାର ସନ୍ଧ୍ୟାରେ ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

୫୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ଦେଲେ OSSTET ପରୀକ୍ଷା

ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ...

ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ

ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ...

ପିକଅପ୍ ଧକ୍କାରେ ଚାହା କେବିନ୍ ସହ ୨ ବାଇକ୍ ଚୁରମାର, ଠାକୁର ପୂଜା କରୁଥିବା ବେଳେ…

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଚିକିଟି ମୁଖ୍ୟରାସ୍ତାର ଦେଓଖାଳି ଛକରେ ସଡ଼କ ଦୁର୍ଘଟଣା । ସକାଳ ପ୍ରାୟ ସାଢ଼େ ୬ ଟାରେ...

ସୁସ୍ଥ ପରିବେଶ ଗଠନ ପାଇଁ ସଚେତନତା, ନୂଆ କମିଟି ଚୟନ….

ରାୟଗଡ଼ା,୨୧।୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ହାଲୁଆ ଗ୍ରାମ ନିକଟସ୍ଥ ସେବା ସମାଜ ଗୃହ ଠାରେ ପ୍ରେସ କ୍ଲବର ବନ୍ଧୁ ମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି...

ଅରବିନ୍ଦ ମହାପାତ୍ରଙ୍କ ନିଲମ୍ବନ ନେଇ ମୁହଁ ଖୋଲିଲେ ନବୀନ, ନୂଆ ମୁଖିଆ….

ଭୁବନେଶ୍ୱର,୨୧।୧:  ଅରବିନ୍ଦ ମହାପାତ୍ରଙ୍କ ନିଲମ୍ବନ ଉପରେ ମୁହଁ ଖୋଲିଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ତେବେ କାହିଁକି ବିଜୁ ଜନତା ଦଳରୁ ଅରବିନ୍ଦଙ୍କୁ ନିଲମ୍ବନ...

ବରଗଡ଼ରେ ପୁଣି କଫ ସିରପ କାରବାର: ୭୬ ହଜାରରୁ ଅଧିକ ଟଙ୍କା ଜବତ ସହ…

ବରଗଡ଼,୨୧ା୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲସ ବୁଧବାର ୫୦୫୦ବୋତଲ କଫ୍‌ ସିରପ୍‌ ଜବତ କରିଛି। ଏଥିରେ ସମ୍ପୃକ୍ତ ୬ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଥିବାବେଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri