ମାଟ୍ରିକ ପରୀକ୍ଷାରେ ଶ୍ରେଷ୍ଠ ପ୍ରଦର୍ଶନ ପାଇଁ ୨୦୨୭ ଜଣ ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର,୩୧।୧: ରାଜ୍ୟରେ ଆରମ୍ଭ ହୋଇଛି ଶିକ୍ଷାର ଉତ୍ସବ। ଶିକ୍ଷାକୁ ଏକ ସାମାଜିକ ଆନ୍ଦୋଳନରେ ପରିଣତ କରିବା ପାଇଁ, ଶିକ୍ଷା ବ୍ୟବସ୍ଥାରେ ନୂଆ ବିପ୍ଳବ ଆଣିବା ପାଇଁ 5T ଉପକ୍ରମରେ ଆରମ୍ଭ ହୋଇଛି ଅଭିନବ ପ୍ରୟାସ । ଜିଲ୍ଲା, ବ୍ଲକ, ଛାତ୍ରଛାତ୍ରୀ, ଶିକ୍ଷକ, ଶିକ୍ଷୟତ୍ରୀ, ପୁରାତନ ଛାତ୍ର କମିଟି, ଗ୍ରାମ ପଞ୍ଚାୟତ, ଶିକ୍ଷା ଅଧିକାରୀ, ଜିଲ୍ଲା, ବ୍ଲକ ସମସ୍ତଙ୍କ ଅବଦାନ ପାଇଁ ମିଳିଛି “ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର” । ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ପୁରସ୍କାର ପ୍ରଦାନ କରିଛନ୍ତି।

ବ୍ୟକ୍ତିଗତ ଓ ଆନୁଷ୍ଠାନିକ ଦୁଇଟି ବର୍ଗରେ ପୁରସ୍କାର ପ୍ରଦାନ କରାଯାଇଛି। ସମୁଦାୟ ୧୬ଟି ବିଭାଗରେ ୭୫୧୯ ଟି ପୁରସ୍କାର ପ୍ରଦାନ କରାଯାଇଛି। ସମୁଦାୟ ୧୩୮ କୋଟି ଟଙ୍କାର ପୁରସ୍କାର ପ୍ରଦାନ କରାଯାଇଛି।

ବ୍ୟକ୍ତିଗତ ପୁରସ୍କାର (ମାଧ୍ୟମିକ) ବର୍ଗରେ ମାଟ୍ରିକ ପରୀକ୍ଷାରେ ସର୍ବଶ୍ରେଷ୍ଠ ପ୍ରଦର୍ଶନ ପାଇଁ ୨୦୨୭ ଜଣ ମେଧାବୀ ଛାତ୍ରଛାତ୍ରୀ, ୭୦୦ ଶିକ୍ଷକ ଶିକ୍ଷୟତ୍ରୀ, ୪୧୯ ଜଣ ପ୍ରଧାନ ଶିକ୍ଷକ, ୫୮ ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ, ୧୦ ଜଣ ଗୋଷ୍ଠୀ ଶିକ୍ଷା ଅଧିକାରୀ, ୩ ଜଣ ଜିଲ୍ଲା ଶିକ୍ଷା ଅଧିକାରୀ ପୁରସ୍କାର ପାଇଛନ୍ତି। ସେହିପରି ବ୍ୟକ୍ତିଗତ ପୁରସ୍କାର (ପ୍ରାଥମିକ) ବର୍ଗରେ ୩୫୦ ଜଣ ପ୍ରଧାନ ଶିକ୍ଷକ ଓ ୩୧୯ ଜଣ ଶିକ୍ଷକ ଶିକ୍ଷୟିତ୍ରୀ ପୁରସ୍କାର ପାଇଛନ୍ତି।

ସେହିପରି ଆନୁଷ୍ଠାନିକ (ମାଧ୍ୟମିକ) ବର୍ଗରେ ୪ଟି ଜିଲ୍ଲା, ୧୦ଟି ବ୍ଲକ, ୧୦୫୭ଟି ସ୍କୁଲ, ୪୧୯ଟି ବିଦ୍ୟାଳୟ ପରିଚାଳନା କମିଟି, ୪୧୯ଟି ପୁରାତନ ଛାତ୍ର କମିଟି, ୪୧୪ଟି ଗ୍ରାମ ପଞ୍ଚାୟତ ପୁରସ୍କାର ପାଇଛନ୍ତି। ଆନୁଷ୍ଠାନିକ (ପ୍ରାଥମିକ) ବର୍ଗରେ ୧୩୦୭ଟି ବିଦ୍ୟାଳୟ ପୁରସ୍କାର ପାଇଛନ୍ତି। ଏହା ବ୍ୟତିତ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ ବର୍ଗରେ ୩ଟି ଆନୁଷ୍ଠାନିକ ପୁରସ୍କାର ପ୍ରଦାନ କରାଯାଇଛି। ବିଦ୍ୟାଳୟ ଶିକ୍ଷାର ସାମଗ୍ରିକ ବିକାଶ ସହ ପିଲାଙ୍କ ବୌଦ୍ଧିକ ବିକାଶ ପାଇଁ ଏହି ପୁରସ୍କାର ପ୍ରଦାନ କରାଯାଉଛି।

ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ସହିତ ବିଦ୍ୟାଳୟ ଗଣଶିକ୍ଷା ମନ୍ତ୍ରୀ ସୁଦାମ ମାର୍ଣ୍ଡି, ଅନୁସୂଚିତ ଜନଜାତି, ଜାତି, ସଂଖ୍ୟାଲଘୁ ଓ ପଛୁଆବର୍ଗ କଲ୍ୟାଣ ମନ୍ତ୍ରୀ ଜଗନ୍ନାଥ ସାରକା ଏବଂ ପଞ୍ଚାୟତରାଜ ପାନୀୟ ଜଳ, ସୂଚନା ଲୋକ ସମ୍ପର୍କ ମନ୍ତ୍ରୀ ପ୍ରଦୀପ କୁମାର ଅମାତ ପ୍ରମୁଖ ଉପସ୍ଥିତ ଥିଲେ । କାର୍ଯ୍ୟକ୍ରମରେ ଉପସ୍ଥିତ ଛାତ୍ରଛାତ୍ରୀ ଓ ଶିକ୍ଷକ ଶିକ୍ଷୟତ୍ରୀ ଏବଂ ଅନ୍ୟମାନଙ୍କୁ ଉଦ୍‌ବୋଧନ ଦେଇ 5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଭି କାର୍ତ୍ତିକ ପାଣ୍ଡିଆନ କହିଲେ ଯେ କୋଭିଡ ସମୟରୁ ପିଲାଙ୍କ ପାଠପଢାର ଅସୁବିଧାକୁ ଦେଖି ମୁଖ୍ୟମନ୍ତ୍ରୀ ଅନଲାଇନ ଜରିଆରେ ପାଠପଢାର ବ୍ୟବସ୍ଥା ସମ୍ପର୍କରେ ଚିନ୍ତା କରିଥିଲେ । ଏହାପରେ ଆରମ୍ଭ ହୋଇଥିଲା 5T ହାଇସ୍କୁଲ ରୂପାନ୍ତର। ବର୍ତ୍ତମାନ ସୁଦ୍ଧା ପ୍ରାୟ ୮ ହଜାର ସ୍କୁଲର ରୂପାନ୍ତର ହୋଇସାରିଛି।

ସେ କହିଲେ ଯେ ହାଇସ୍କୁଲ ରୂପାନ୍ତର ଟିମ୍‌ ୱାର୍କର ଅନନ୍ୟ ଉଦାହରଣ । ପୁରାତନ ଛାତ୍ରଛାତ୍ରୀ, ଜନ ପ୍ରତିନିଧି, ପ୍ରଶାସନ ସମସ୍ତେ ଏକ ଟିମ୍‌ ଭଳି କାମ କରିଛନ୍ତି । ଆପଣମାନେ ସମସ୍ତେ ଓଡିଶାର ବିକାଶର ଗୋଟିଏ ଗୋଟିଏ ସ୍ତମ୍ବ । ଆପଣମାନେ ପିଲାଙ୍କ ଭିତରେ ରୂପାନ୍ତରଣର ବୀଜ ବପନ କରିଛନ୍ତି। ଏଥିପାଇଁ ସେ ସମସ୍ତଙ୍କୁ ଧନ୍ୟବାଦ ଜଣାଇଥିଲେ ।

ଏହା ଦ୍ୱାରା ଆଜି ପିଲାଙ୍କ ଉତ୍ସାହ ବଢିଛି। ଆଜିର ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ଶିକ୍ଷା ପରିବେଶ ସହିତ ଜଡିତ ସମସ୍ତଙ୍କ ଉତ୍ସାହ, ମନୋବଳ ବୃଦ୍ଧି କରିଛି। ପିଲାଙ୍କ ସ୍ୱପ୍ନକୁ ଅଧିକ ଉଚ୍ଚ କରିବା ଏବଂ ପୂରଣ କରିବାର ଆତ୍ମବିଶ୍ୱାସକୁ ବୃଦ୍ଧି କରିବା ଦିଗରେ ଏହି ପୁରସ୍କାର ସହାୟକ ହେବ। ଓଡିଶାରେ ମାଧ୍ୟମିକ ଶିକ୍ଷା କ୍ଷେତ୍ରରେ ଏକ ବିପ୍ଳବ ଆସିଛି ବୋଲି କହିଲେ ଅତ୍ୟୁକ୍ତି ହେବ ନାହିଁ ବୋଲି ସେ କହିଥିଲେ। ମୁଖ୍ୟମନ୍ତ୍ରୀଙ୍କ ସ୍ୱପ୍ନର ଏକ ନୂଆ ଓଡିଶା, ସଶକ୍ତ ଓଡିଶା ଗଠନ ଦିଗରେ ଆଜି ସମସ୍ତେ ଜଣେ ଜଣେ ଚମ୍ପିଅନ ହୋଇପାରିଛନ୍ତି ବୋଲି ସେ କହିଥିଲେ। ମାଧ୍ୟମିକ ସ୍କୁଲ ସହିତ ଉଚ୍ଚ ମାଧ୍ୟମିକ ଓ କଲେଜର ମଧ୍ୟ ରୂପାନ୍ତରଣ ଚାଲିଛି। ଖୁବ୍‌ ଶୀଘ୍ର ଏହି ଅନୁଷ୍ଠାନ ଗୁଡିକ ଲୋକାର୍ପିତ ହେବ ବୋଲି ସେ କହିଥିଲେ।

ଏହି କାର୍ଯ୍ୟକ୍ରମରେ ସ୍କୁଲ ଓ ଗଣଶିକ୍ଷା ବିଭାଗର କମିଶନର ତଥା ସଚିବ ଅଶ୍ବଥୀ ଏସ୍‌ ସ୍ବାଗତ ଭାଷଣ ଦେଇଥିଲେ ଏବଂ ଓସେପାର ସ୍ବତନ୍ତ୍ର ପ୍ରୋଜେକ୍ଟ ଡାଇରେକ୍ଟର ଧନ୍ୟବାଦ ଅର୍ପଣ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ…

ପଞ୍ଚୁଦୋଳ ଯାତ୍ରା ପାଇଁ ଉଠୁଛି ପଡ଼ୁଛି ଗାଁ

ଗଞ୍ଜାମ,୭।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମାହାଟ ପଡିଆଠାରେ ହେବାକୁ ଥିବା ପ୍ରସିଦ୍ଧ ପଞ୍ଚୁଦୋଳ ଯାତ୍ରାର ସାହି ଯାତ୍ରାକୁ ଶନିବାର ୧୨ ଦିନ। ଏ ନେଇ…

ସରିଲା ସିବିଏସି ପରୀକ୍ଷା: ପିଠିରେ ଲେଖି ଜଣାଇଲେ ବିଦାୟ ବାର୍ତ୍ତା

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ବିଭିନ୍ନ ପରୀକ୍ଷା କେନ୍ଦ୍ରରେ ଚାଲିଥିବା ଦଶମ ସିବିଏସି ପରୀକ୍ଷା ଶନିବାର ସରିଥିବା ବେଳେ ପରୀକ୍ଷା ସରିବା ପରେ ପରସ୍ପର ମଧ୍ୟରେ ଛାତ୍ରୀଛାତ୍ର…

ପରୀକ୍ଷା ସରିବା ପରେ ତିନି ସାଙ୍ଗ ଯାଇଥିଲେ ଜଳଭଣ୍ଡର, ଫେରିଲା…

କୋରାପୁଟ,୭।୩(ଅମିତାଭ ବେହେରା ): କୋଲାବ ଜଳଭଣ୍ଡରରେ ବୁଡ଼ି ୩ ଛାତ୍ରଙ୍କ ମୃତ୍ୟୁ। ପରୀକ୍ଷା ସରିବା ପରେ ୩ ସାଙ୍ଗ ଗାଧେଇବା ପାଇଁ ଜଳଭଣ୍ଡର ଯାଇଥିଲେ। ତିନି ଛାତ୍ର…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

ସିଭିଲ ସର୍ଭିସ ପରୀକ୍ଷାରେ ଓଡ଼ିଶା ଟପ୍ପର ସାତ୍ତ୍ୱିକ ସତ୍ୟକାମ: ସମ୍ବର୍ଦ୍ଧିତ କରି ମୁଖ୍ୟମନ୍ତ୍ରୀ କହିଲେ କେନ୍ଦୁଝରର ପୁଅ…

ଭୁବନେଶ୍ୱର,୭ା୩: ସର୍ବ ଭାରତୀୟ ସିଭିଲ ସର୍ଭିସ୍‌ ପରୀକ୍ଷା (UPSC)ରେ ଅଲ୍‌ ଇଣ୍ଡିଆ ର଼୍ୟାଙ୍କରେ ୧୦୦ତମ ସ୍ଥାନ ହାସଲ କରିଥିବା କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ମେଧାବୀ ଛାତ୍ର…

ବରଗଡ଼ରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା, ସ୍ପଷ୍ଟ ଦିବାଲୋକରେ ଟ୍ରକ୍‌ ଚାଳକଙ୍କୁ ଛୁରାମାଡ଼

ବରଗଡ଼,୭ା୩(ପ୍ରେମାନନ୍ଦ ଖମାରୀ): ଶାନ୍ତିପ୍ରିୟ ବରଗଡ଼ ଜିଲାରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା ହୋଇପଡ଼ିଛି। ଦିନ ଦ୍ବିପ୍ରହରରେ ଏଠାକାର ବିଚ୍‌ ରାସ୍ତା ଉପରେ ଛୁରି, ଭୁଜାଲି ବୁଲୁଛି। ଛୁରି, ଭୁଜାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri