ଚତୁର୍ଦ୍ଧାମୂର୍ତ୍ତିଙ୍କ ଅପାର କରୁଣାରୁ କୋଭିଡ ସଙ୍କଟ ଶୀଘ୍ର ଦୂର ହେଉ

ଭୁବନେଶ୍ୱର,୧୨।୭(ବ୍ୟୁରୋ): ଆଜି ଅନୁଷ୍ଠିତ ହେଉଛି ମହାପ୍ରଭୁଙ୍କ ପବିତ୍ର ରଥଯାତ୍ରା। ରତ୍ନବେଦୀ ଛାଡି ଜନ୍ମ ବେଦୀକୁ ଯିବେ ବିଶ୍ୱ ନିୟନ୍ତା। ଏହି ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଚତୁର୍ଦ୍ଧା ମୂର୍ତ୍ତିଙ୍କ ଅପାର କରୁଣାରୁ କୋଭିଡ ସଙ୍କଟ ଶୀଘ୍ର ଦୂର ହେଉ। ସମସ୍ତଙ୍କ ସୁଖ, ସମୃଦ୍ଧି ଓ ମଙ୍ଗଳମୟ ଜୀବନ ପାଇଁ ମହାପ୍ରଭୁଙ୍କ ନିକଟରେ ମୁଖ୍ୟମନ୍ତ୍ରୀ ପ୍ରାର୍ଥନା କରିଛନ୍ତି।