ଇଟାଲୀରେ ନବୀନ

ଭୁବନେଶ୍ୱର,୨୧ା୬(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୧୦ ଦିନିଆ ବିଦେଶ ଗସ୍ତରେ ଅଛନ୍ତି। ସୋମବାର ଭୋର୍‌ରୁ ବିମାନ ଯୋଗେ ବିଦେଶ ଗସ୍ତରେ ଯାଇ ମୁଖ୍ୟମନ୍ତ୍ରୀ ଇଟାଲୀରେ ପହଞ୍ଚିଛନ୍ତି। ଇଟାଲୀରେ ଥିବା ଭାରତୀୟ ରାଷ୍ଟ୍ରଦୂତ ନୀନା ମାଲହୋତ୍ରା ନବୀନଙ୍କୁ ସେଠାରେ ସ୍ବାଗତ କରିଛନ୍ତି। ବିଦେଶ ଗସ୍ତରେ ଥିବାବେଳେ ମୁଖ୍ୟମନ୍ତ୍ରୀଙ୍କ ଅନେକ କାର୍ଯ୍ୟକ୍ରମ ରହିଛି। ମୁଖ୍ୟମନ୍ତ୍ରୀଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ ସମୟରେ ନୀନା ମାଲହୋତ୍ରା ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି। ୟୁରୋପରେ ୫ ଦିନିଆ ରହଣି ସମୟରେ ମୁଖ୍ୟମନ୍ତ୍ରୀ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକ୍ରମରେ ଯୋଗଦେବେ। ଖାଦ୍ୟ ସୁରକ୍ଷା ଏବଂ ବିପର୍ଯ୍ୟୟ ପରିଚାଳନାରେ ଓଡ଼ିଶା ହାସଲ କରିଥିବା ସଫଳତା ବାବଦରେ ମୁଖ୍ୟମନ୍ତ୍ରୀ ଜାତିସଂଘର ସ୍ବତନ୍ତ୍ର
କାର୍ଯ୍ୟକ୍ରମରେ ଯୋଗଦେଇ ଉଦ୍‌ବୋଧନ ଦେବେ। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ତରଫରୁ ମିଳିଥିବା ସୂଚନା ମୁତାବକ, ଏହି ଅବସରରେ ନବୀନ ୟୁରୋପରେ ଅବସ୍ଥାନ କରୁଥିବା ପ୍ରବାସୀ ଓଡ଼ିଆଙ୍କ ସହ ଆଲୋଚନା କରିବେ। ଏହାସହ ରୋମ୍‌ରେ ଭାର୍ଟିକାନ ସିଟିର ଖ୍ରୀଷ୍ଟିଆନ ଧର୍ମଗୁରୁ ପୋପ ଫ୍ରାନସିସ୍‌ଙ୍କୁ ମୁଖ୍ୟମନ୍ତ୍ରୀ ଭେଟିବେ। ଏଥିସହିତ ୨୬ରେ ମୁଖ୍ୟମନ୍ତ୍ରୀ ଇନ୍‌ଭେଷ୍ଟମେଣ୍ଟ ମିଟ୍‌ରେ ଯୋଗଦେବା ଲାଗି ଦୁବାଇ ଗସ୍ତ କରିବେ। ୨୯ରେ ଦୁବାଇରେ ମିଡିଲ ଇଷ୍ଟ ପୁଞ୍ଜି ନିବେଶକାରୀଙ୍କ ସହ ଓଡ଼ିଶାରେ ପୁଞ୍ଜିନିବେଶ ନେଇ ଆଲୋଚନା କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

କାହିଁକି ଅମିତ ଶାହା ପଚାରିଲେ ‘୨୦ ଲୋକସଭା ସିଟ୍‌ ଜିତିବା କି ନାହିଁ’ ?

ସୋନପୁର,୨୫।୪: ଓଡ଼ିଶାରୁ ସର୍ବାଧିକ ଲୋକ ସଭା ଆସନ ବିଜୟ ଲକ୍ଷ୍ୟରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ସୋନପୁରରୁ ପ୍ରଚାର ଆରମ୍ଭ କରିଛନ୍ତି। ଜୟ ଜଗନ୍ନାଥ, ଜୟ...

ନବୀନ ସରକାରକୁ ଉପାଡ଼ି ଭାଜପା ସରକାର ବନାନ୍ତୁ: ଶାହା

ସୋନପୁର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ା ବିମାନବନ୍ଦରରେ ପହଞ୍ଚିବା ପରେ ସୋନପୁର ଗସ୍ତ କରିଛନ୍ତି। ସେଠରେ ଆୟୋଜିତ ବିଶାଳ ଜନସଭାକୁ ସମ୍ବୋଧିତ...

ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ

ଭୁବନେଶ୍ୱର,୨୫।୪: ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ। ସୋନପୁର ସମାବେଶକୁ ଆସି ଗୁରୁବାର ବିଧିବଦ୍ଧ ଭାବେ ସେ ପଦ୍ମ ଧରିଛନ୍ତି।...

ଝାରସୁଗୁଡ଼ାରେ ପହଞ୍ଚିଲେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା

ଭୁବନେଶ୍ୱର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ାରେ ପହଞ୍ଚିଛନ୍ତି। ଝାରସୁଗୁଡ଼ାରୁ ହେଲିକପ୍ଟର ଯୋଗେ ସୋନପୁର ଯିବେ। ଏହା ପରେ ସେ ସୋନପୁରରେ ବିଶାଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri