ବାଣ ବିସ୍ଫୋରଣରେ ଆହତଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର,୩୦।୫: ଚନ୍ଦନ ଯାତ୍ରା ସମୟରେ ପୁରୀ ନରେନ୍ଦ୍ର ପୋଖରୀରେ ନିକଟରେ ବାଣ ବିସ୍ଫୋରଣରେ ଆହତଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ ହସ୍ପିଟାଲରେ ଆହାତଙ୍କୁ ଭେଟି ସେମାନଙ୍କୁ ଭେଟି ସୱାସ୍ଥ୍ୟାବସ୍ଥା ସମ୍ପର୍କରେ ପଚାରି ବୁଝିଛନ୍ତି। ଚିକିତ୍ସା ବ୍ୟବସ୍ଥା ନେଇ ବରିଷ୍ଠ ଡାକ୍ତରଙ୍କ ସହ ଆଲୋଚନା କରି ସମସ୍ତଙ୍କ ଆଶୁଆରୋଗ୍ୟ କାମନା କରିଛନ୍ତି।

ତେବେ ପୁରୀ ନରେନ୍ଦ୍ର ପୁଷ୍କରିଣୀରେ ମହାପ୍ରଭୁଙ୍କ ଚାପଖେଳବେଳେ ବାଣ ବିସ୍ଫୋରଣ ଘଟଣାରେ ମୃତ୍ୟୁସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏପର୍ଯ୍ୟନ୍ତ ଏହି ଘଟଣାରେ ୩ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ଘଟଣାରେ ୩୦ରୁ ଉର୍ଦ୍ଧ ଆହତ ହୋଇଥିବାବେଳେ ସମସ୍ତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଅନେକଙ୍କ ଅବସ୍ଥା ଗୁରୁତରଥିବାବେଳେ ସେମାନଙ୍କୁ କଟକ, ଭୁବନେଶ୍ବର ଘରୋଇ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିଲା।

ସୂଚନାଥାଉ କି, ଭଉଁରୀ ଅବସରରେ ବୁଧବାର ରାତିରେ ନରେନ୍ଦ୍ର ପୁଷ୍କରିଣୀରେ ମହାପ୍ରଭୁଙ୍କ ଚାପଖେଳ ଚାଲିଥିବାବେଳେ ଅଭାବନୀୟ ଘଟଣା ଘଟିଛି। ବାଣ ବିସ୍ଫୋରଣ ହେବାରୁ ନିଆଁ ପଡ଼ି ୩୦ରୁ ଅଧିକ ଭକ୍ତ ଆହତ ହୋଇଛନ୍ତି। ଆହତମାନଙ୍କୁ ପ୍ରଥମେ ପୁରୀ ସଦର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ସେଠାରେ ବର୍ନ ୟୁନିଟ ନ ଥିବାରୁ ପ୍ରାଥମିକ ଚିକିତ୍ସା ପରେ ୨୦ରୁ ଊର୍ଦ୍ଧ୍ୱ ଗୁରୁତରଙ୍କୁ କଟକ ଏବଂ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଛି। ପୁରୀ ମୁଖ୍ୟ ଚିକିତ୍ସାଳୟରେ ଆବଶ୍ୟକ ସଂଖ୍ୟାରେ ଡାକ୍ତର ନ ଥିବାରୁ ଆହତଙ୍କ ସମ୍ପର୍କୀୟଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ଆହତଙ୍କ ମଧ୍ୟରେ କେତେଜଣ ଛୋଟ ପିଲା ରହିଥିବା ଜଣାପଡ଼ିଛି। ସମସ୍ତ ଆହତଙ୍କ ପରିଚୟ ମିଳିପାରି ନ ଥିବାବେଳେ ପ୍ରାୟ ସମସ୍ତେ ସ୍ଥାନୀୟ ଅଞ୍ଚଳର ବୋଲି କୁହାଯାଉଛି। ଖବରପାଇ ଜିଲାପାଳ ସିଦ୍ଧାର୍ଥଶଙ୍କର ସ୍ବାଇଁ, ଏସ୍ପି ପିନାକ ମିଶ୍ର, ବିଧାୟକ ଜୟନ୍ତ ଷଡ଼ଙ୍ଗୀ ପ୍ରମୁଖ ଘଟଣା ସ୍ଥଳରେ ପହଞ୍ଚତ୍ ସ୍ଥିତି ଅନୁଧ୍ୟାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ସାମାଜିକ କର୍ମୀଙ୍କୁ ମରଣାନ୍ତକ ଆକ୍ରମଣ: ସୁନା ଚେନ ଓ ଟଙ୍କା ଲୁଟିନେଲେ, ଗାଁରେ ଚାପା ଉତ୍ତେଜନା

ଦିଗପହଣ୍ଡି,୧୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବଟିକରପଡ଼ା ଗ୍ରାମରେ ଜଣେ ସାମାଜିକ କର୍ମୀଙ୍କୁ ସଂଘବଦ୍ଧ ଭାବେ ମରଣାନ୍ତକ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି।…

କର୍ମୀଙ୍କ ବିଶ୍ୱାସରେ ବିଷ ଦେଲେ ବିଧାୟକ, କ୍ରସ ଭୋଟିଂକୁ ନିନ୍ଦା, ରମେଶଙ୍କ ସହ ୩ଜଣଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଦାବି

ଭଞ୍ଜନଗର,୧୭।୩ (ବାବୁଲା ପ୍ରଧାନ): ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂକୁ ନେଇ ଓଡ଼ିଶା ରାଜନୀତିରେ ବଡ଼ ଧରଣର ଚର୍ଚ୍ଚା ଲାଗି ରହିଛି। କଂଗ୍ରେସ ଓ ବିଜେଡିର ୧୧…

କେରଳରେ ଦୁଇ ଦାଦନ ଶ୍ରମିକଙ୍କ ମୃତ୍ୟୁ, ଛେଳିକୁ ବଞ୍ଚେଇବାକୁ ଯାଇ…

ପାତ୍ରପୁର, ୧୭।୦୩(ଉମା ଚରଣ ନେପାକ): ଜରଡା ଥାନା ଖାରିଆଗୁଡା ଫାଣ୍ଡି ଅନ୍ତର୍ଗତ ଖାରିଆଗୁଡା ଗ୍ରାମର ଦୁଇ ଜଣ ଦାଦନ ଶ୍ରମିକଙ୍କ କେରଳରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି…

ୱାରେଣ୍ଟିଙ୍କୁ ଗିରଫ ପରେ କୋର୍ଟ ଚାଲାଣ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ମଙ୍ଗଳବାର ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗ୍ରାମର ଟୁନା ମହାନ୍ତିଙ୍କୁ ୱାରେଣ୍ଟ ବଳରେ ଗିରଫ କରି…

ଦିଗପହଣ୍ଡିରେ ସାମାଜିକ ସମୀକ୍ଷା ଜନ ଶୁଣାଣି; କାମ ନ କରି ୪୯ ହଜାର ଟଙ୍କା ଉଠାଣ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପ୍ରଶାସନ ପକ୍ଷରୁ ମଙ୍ଗଳବାର ବ୍ଳକସ୍ତରୀୟ ସାମାଜିକ ସମୀକ୍ଷା ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ବ୍ରହ୍ମପୁର ସହକାରୀ ଉପ…

ଜିଓ କମ୍ପାନୀର ମରଣଯନ୍ତା: ଜଙ୍ଘ ହାଡ଼ ଭାଙ୍ଗି ଯୁବକ ଶଯ୍ୟାଶାୟୀ, ୪ ଗୋରୁ ମୃତ

ଥୁଆମୂଳ ରାମପୁର ୧୭।୦୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା କର୍ଲାପାଟ ଥାନା ଅନ୍ତର୍ଗତ ରଣପୁର ଗ୍ରାମରେ ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ଜିଓ କମ୍ପାନୀ ପକ୍ଷରୁ…

୧୧ଟି ଜିଲାରେ ୨୩ଟି ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରୀ; ସୃଷ୍ଟି ହେବ ୧୦ ହଜାରରୁ ଅଧିକ ନିଯୁକ୍ତି

ଭୁବନେଶ୍ୱର,୧୭।୩: ରାଜ୍ୟରେ ଅର୍ଥନୈତିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରିବା ପାଇଁ ଓଡ଼ିଶା ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ମଙ୍ଗଳବାର ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ…

ଗାଈକୁ ମାରି ଖାଇଲା କିଏ, ବନ୍ୟ ଜନ୍ତୁ ନା ବାଘ

ମୋହନା,୧୭।୩( ମନ୍ମଥ ମିଶ୍ର )ଗଞ୍ଜାମ,ଗଜପତି ଜିଲା ସୀମାନ୍ତ ଅଞ୍ଚଳରେ ଥିବା ଢେପାଗୁଡା ପଞ୍ଚାୟତର କାଇଟିମା ଓ ବାରିଆଦରା ଗାଁରେ ବାଘ ଆତଙ୍କ ଅଭିଯୋଗ କରିଛନ୍ତି ଗ୍ରାମବାସୀ। ୪…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri