ବାଣ ବିସ୍ଫୋରଣରେ ଆହତଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର,୩୦।୫: ଚନ୍ଦନ ଯାତ୍ରା ସମୟରେ ପୁରୀ ନରେନ୍ଦ୍ର ପୋଖରୀରେ ନିକଟରେ ବାଣ ବିସ୍ଫୋରଣରେ ଆହତଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ ହସ୍ପିଟାଲରେ ଆହାତଙ୍କୁ ଭେଟି ସେମାନଙ୍କୁ ଭେଟି ସୱାସ୍ଥ୍ୟାବସ୍ଥା ସମ୍ପର୍କରେ ପଚାରି ବୁଝିଛନ୍ତି। ଚିକିତ୍ସା ବ୍ୟବସ୍ଥା ନେଇ ବରିଷ୍ଠ ଡାକ୍ତରଙ୍କ ସହ ଆଲୋଚନା କରି ସମସ୍ତଙ୍କ ଆଶୁଆରୋଗ୍ୟ କାମନା କରିଛନ୍ତି।

ତେବେ ପୁରୀ ନରେନ୍ଦ୍ର ପୁଷ୍କରିଣୀରେ ମହାପ୍ରଭୁଙ୍କ ଚାପଖେଳବେଳେ ବାଣ ବିସ୍ଫୋରଣ ଘଟଣାରେ ମୃତ୍ୟୁସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏପର୍ଯ୍ୟନ୍ତ ଏହି ଘଟଣାରେ ୩ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ଘଟଣାରେ ୩୦ରୁ ଉର୍ଦ୍ଧ ଆହତ ହୋଇଥିବାବେଳେ ସମସ୍ତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଅନେକଙ୍କ ଅବସ୍ଥା ଗୁରୁତରଥିବାବେଳେ ସେମାନଙ୍କୁ କଟକ, ଭୁବନେଶ୍ବର ଘରୋଇ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିଲା।

ସୂଚନାଥାଉ କି, ଭଉଁରୀ ଅବସରରେ ବୁଧବାର ରାତିରେ ନରେନ୍ଦ୍ର ପୁଷ୍କରିଣୀରେ ମହାପ୍ରଭୁଙ୍କ ଚାପଖେଳ ଚାଲିଥିବାବେଳେ ଅଭାବନୀୟ ଘଟଣା ଘଟିଛି। ବାଣ ବିସ୍ଫୋରଣ ହେବାରୁ ନିଆଁ ପଡ଼ି ୩୦ରୁ ଅଧିକ ଭକ୍ତ ଆହତ ହୋଇଛନ୍ତି। ଆହତମାନଙ୍କୁ ପ୍ରଥମେ ପୁରୀ ସଦର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ସେଠାରେ ବର୍ନ ୟୁନିଟ ନ ଥିବାରୁ ପ୍ରାଥମିକ ଚିକିତ୍ସା ପରେ ୨୦ରୁ ଊର୍ଦ୍ଧ୍ୱ ଗୁରୁତରଙ୍କୁ କଟକ ଏବଂ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଛି। ପୁରୀ ମୁଖ୍ୟ ଚିକିତ୍ସାଳୟରେ ଆବଶ୍ୟକ ସଂଖ୍ୟାରେ ଡାକ୍ତର ନ ଥିବାରୁ ଆହତଙ୍କ ସମ୍ପର୍କୀୟଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ଆହତଙ୍କ ମଧ୍ୟରେ କେତେଜଣ ଛୋଟ ପିଲା ରହିଥିବା ଜଣାପଡ଼ିଛି। ସମସ୍ତ ଆହତଙ୍କ ପରିଚୟ ମିଳିପାରି ନ ଥିବାବେଳେ ପ୍ରାୟ ସମସ୍ତେ ସ୍ଥାନୀୟ ଅଞ୍ଚଳର ବୋଲି କୁହାଯାଉଛି। ଖବରପାଇ ଜିଲାପାଳ ସିଦ୍ଧାର୍ଥଶଙ୍କର ସ୍ବାଇଁ, ଏସ୍ପି ପିନାକ ମିଶ୍ର, ବିଧାୟକ ଜୟନ୍ତ ଷଡ଼ଙ୍ଗୀ ପ୍ରମୁଖ ଘଟଣା ସ୍ଥଳରେ ପହଞ୍ଚତ୍ ସ୍ଥିତି ଅନୁଧ୍ୟାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୃଷ୍ଟି ହେଲା ଆଉ ଏକ ଲଘୁଚାପ, ପ୍ରବଳ ବର୍ଷିବ

ଭୁବନେଶ୍ୱର, ୨୬ା୭(ଅନୁରାଧା ମହାରଣା) – ଲଘୁଚାପ ପ୍ରଭାବରେ ଓଡ଼ିଶାରେ ତୁହାକୁ ତୁହା ବର୍ଷା ଲାଗିରହିଥିବାବେଳେ ପ୍ରାୟ ସବୁ ଜିଲାରେ ସ୍ଥିତି ବିଗିଡ଼ିବାରେ ଲାଗିଛି। ବର୍ଷା ଯୋଗୁ...

ମମତାଙ୍କୁ ଚିଠି ଲେଖିବା ନେଇ ନବୀନଙ୍କୁ ଟାର୍ଗେଟ କଲା ଭାଜପା

ଭୁବନେଶ୍ୱର, ୨୬।୭(ସୁନିତ୍‌ ମିଶ୍ର): ନିଜ ୨୪ ବର୍ଷ ଶାସନରେ ନବୀନ ପଟ୍ଟନାୟକଙ୍କ ନେତୃତ୍ୱାଧୀନ ବିଜେଡି ସରକାର ଓଡ଼ିଶାକୁ କୌଣସି କ୍ଷେତ୍ରରେ ଆତ୍ମନିର୍ଭରଶୀଳ ରାଜ୍ୟ ଭାବେ ଗଢ଼ି...

କୃଷି ବିଭାଗରେ ସରକାରୀ କାର୍ଯ୍ୟ ଓଡ଼ିଆ ଭାଷାରେ କରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୬।୭(ଶର୍ମିଷ୍ଠା ପାଣିଗ୍ରାହୀ): କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଏହାର ନିର୍ଦ୍ଦେଶାଳୟ ଏବଂ ବିଭାଗ ଅଧିନରେ ଥିବା ଅନ୍ୟ ଅଧସ୍ତନ କାର୍ଯ୍ୟାଳୟଗୁଡିକରେ ସମସ୍ତ ସରକାରୀ କାର୍ଯ୍ୟ...

ଅଗ୍ନିବୀର ଯୋଜନା ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି

ଭୁବନେଶ୍ୱର,୨୬।୭: ଅଗ୍ନିବୀରଙ୍କୁ ପାଇଁ ବଡ଼ ଘୋଷଣା କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝି। ରାଜ୍ୟର ସବୁ ୟୁନିଫର୍ମ ସେବାରେ ସେମାନଙ୍କୁ ଗ୍ରହଣ କରାଯିବ ବୋଲି ଘୋଷଣା...

ଜୀବିକା ଦେଇଛି ବାଉଁଶ କାରିଗରୀ

କୋକସରା,୨୬ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବରାଡଙ୍ଗା ପଞ୍ଚାୟତର ଏକ ଆଦିବାସୀ ବହୁଳ ଗ୍ରାମ ଝୁଲେନବର। ଜଙ୍ଗଲ ପରିବେଷ୍ଟିତ ଗାଁରେ ପ୍ରାୟ...

ଆଳୁ ଦରକୁ ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ବୟାନ, ୨ ଦିନ ମଧ୍ୟରେ…

ଭୁବନେଶ୍ୱର,୨୬।୭: ଆଳୁ ଦର ସମୀକ୍ଷା ପରେ ଗଣମାଧ୍ୟମରେ ପ୍ରତିକ୍ରୟା ଦେଇଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ୨ ଦିନ ମଧ୍ୟରେ ସମସ୍ୟାର ସମାଧାନ ହେବ କହଛନ୍ତି...

ଗିରଫ ହେଲେ କୁବେର ଯନ୍ତ୍ରୀ, ଚଢାଉ ପରେ ଧରାପଡିଲା ଅମାପ ଅମାପ ସମ୍ପତ୍ତି

ଭୁବନେଶ୍ୱର,୨୬।୭: ଗିରଫ ହେଲେ କୁବେର ନିର୍ମାଣ ଯନ୍ତ୍ରୀ ସୁନୀଲ ରାଉତ। ଆୟ ବର୍ହିଭୂତ ସମ୍ପତ୍ତି ଠୂଳ ଅଭିଯୋଗରେ ଶୁକ୍ରବାର ଯନ୍ତ୍ରୀ ସୁନୀଲ ରାଉତଙ୍କୁ ଗିରଫ କରିଛି...

ସୁଭଦ୍ରା ଯୋଜନାକୁ ନେଇ ଭାଜପା ଉପରେ ବର୍ଷିଲେ ଲେଖାଶ୍ରୀ, କହିଲେ…

ଭୁବନେଶ୍ୱର,୨୬।୭: ରାଜ୍ୟ ସରକାର ବିଧାନସଭାରେ ତାଙ୍କର ପ୍ରଥମ ବଜେଟ ଗୁରୁବାର ଉପସ୍ଥାପନ କରିଥିଲେ । ଦୁଇ ବିରୋଧୀ ଦଳ ବିଜେଡି ଓ କଂଗ୍ରେସ ବଜେଟ୍‌ରେ ରାଜ୍ୟର...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri