ପୁରୀରେ ହେଉ ଅନ୍ତର୍ଜାତୀୟ ବିମାନବନ୍ଦର

ଭୁବନେଶ୍ୱର,୨।୧(ବ୍ୟୁରୋ): ପୁରୀରେ ଅନ୍ତର୍ଜାତୀୟ ବିମାନବନ୍ଦର ନିର୍ମାଣ କରିବାକୁ ରାଜ୍ୟ ସରକାର ଅଣ୍ଟା ଭିଡିଛନ୍ତି। ଏ ନେଇ କେନ୍ଦ୍ର ସରକାରଙ୍କୁ ପ୍ରସ୍ତାବ ଦିଆଯାଇଛି। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କର ପବିତ୍ର ପୁରୀ ଧାମରେ ଅନ୍ତର୍ଜାତୀୟ ବିମାନବନ୍ଦର ସ୍ଥାପନ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖିଛନ୍ତିି। ଏହି ପ୍ରସ୍ତାବିତ ବନ୍ଦର ପାଇଁ ରାଜ୍ୟ ସରକାର ଜମି ଚହ୍ନଟ କରିଛନ୍ତି। ଏହା ଯେପରି ରେକର୍ଡ ସମୟରେ ସମ୍ପୂର୍ଣ୍ଣ ହେବ ସେଥିପାଇଁ ରାଜ୍ୟ ସରକାର ସମସ୍ତ ପ୍ରକାର ସହଯୋଗ ଯୋଗାଇ ଦେବେ ବୋଲି ମୁଖ୍ୟମନ୍ତ୍ରୀ ପ୍ରତିଶ୍ରୁତି ଦେଇଛନ୍ତି। ଏଥିସହିତ ଏହି ବିମାନବନ୍ଦରକୁ ଶ୍ରୀଜଗନ୍ନାଥ ଅନ୍ତର୍ଜାତୀୟ ବିମାନବନ୍ଦର ନାମରେ ନାମିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ପ୍ରସ୍ତାବ ଦେଇଛନ୍ତି।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ,ପୁରୀ ହିନ୍ଦୁମାନଙ୍କର ପବିତ୍ର ୪ ଧାମ ମଧ୍ୟରୁ ଅନ୍ୟତମ। ସାରା ବିଶ୍ୱର ଅନୁକୋଣରୁ ଯାତ୍ରୀମାନେ ପ୍ରତିଦିନ ଏଠାକୁ ଆସିଥାଆନ୍ତି। ମହାପ୍ରଭୁଙ୍କ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ସମସ୍ତଙ୍କ ଆକର୍ଷଣର କେନ୍ଦ୍ର। ଦେଶ ବିଦେଶରୁ ଯାତ୍ରୀମାନେ ଆସି ପୁରୀରେ ସମବେତ ହୋଇଥାଆନ୍ତି। ମହାପ୍ରଭୁଙ୍କ ରଥଯାତ୍ରା ମଧ୍ୟ ବିଶ୍ୱର ୧୯୨ଟି ଦେଶରେ ସମାରୋହ ସହକାରେ ପାଳିତ ହୋଇଥାଏ। ତେଣୁ ପୁରୀରେ ଅନ୍ତର୍ଜାତୀୟ ବିମାନବନ୍ଦର ସ୍ଥାପନ କରାଗଲେ ବିଦେଶରୁ ଯାତ୍ରୀମାନେ ସୁବିଧାରେ ପହଞ୍ଚି ପାରିବେ। ଏଥିସହିତ ବିଦେଶରୁ ଜଗନ୍ନାଥ ସଂସ୍କୃତିର ଆହୁରି ପ୍ରଚାର ପ୍ରସାର ଘଟିବ।

ମୁଖ୍ୟମନ୍ତ୍ରୀ ଉଲ୍ଲେଖ କରିଛନ୍ତି ଯେ, ପୁରୀଠାରୁ ମାତ୍ର ୩୫ କି.ମି ଦୂରରେ ୟୁନେସ୍କୋ ବିଶ୍ୱ ଐତିହ୍ୟ ସ୍ଥଳ ପ୍ରସିଦ୍ଧ ସୂର୍ଯ୍ୟ ମନ୍ଦିର କୋଣାର୍କ ରହିଛି। ପୁରୀ-କୋଣାର୍କ ରାସ୍ତାରେ ରାମଚଣ୍ଡୀ ଚନ୍ଦ୍ରଭାଗା ବେଳାଭୂମି ଜାତୀୟ ଓ ଅନ୍ତର୍ଜାତୀୟ ପର୍ଯ୍ୟଟକଙ୍କ ପାଇଁ ଏକ ଅନନ୍ୟ ଅନୁଭବ। ସେହିପରି ପୁରୀ ମଧ୍ୟ ଚିଲିକା ଓ ଭିତରକନିକା ଜାତୀୟ ଉଦ୍ୟାନ ପରି ଦୁଇ ଦୁଇଟି ରାମସାର ସାଇଟ ସହିତ ସିଧାସଳଖ ସଂଯୁକ୍ତ। ଏହି ଦୁଇଟି ସ୍ଥାନରେ ଆନ୍ତର୍ଜାତିକ ପରିବେଶ ପର୍ଯ୍ୟଟନ ପାଇଁ ଭରପୂର ସୁଯୋଗ ରହିଛି। ନିକଟରେ ପର୍ଯ୍ୟଟକମାନଙ୍କୁ ପୁରୀ ବେଳାଭୂମିରେ ଏକ ଅନନ୍ୟ ଅନୁଭୂତି ଦେବା ପାଇଁ ବ୍ଲୁ ଫ୍ଲାଗ ବିଚ୍‌ ଭାବେ ବିକଶିତ କରାଯାଇଛି। ଧଉଳି, ରତ୍ନଗିରି ଓ ଉଦୟଗିରି ପରି ପ୍ରସିଦ୍ଧ ବୌଦ୍ଧ ଐତିହ୍ୟ ସ୍ଥଳ ମଧ୍ୟ ପୁରୀର ଅତି ନିକଟରେ ଅବସ୍ଥିତ। ଏଠାକୁ ସାରା ବିଶ୍ୱରୁ ବୌଦ୍ଧ ପର୍ଯ୍ୟଟକମାନେ ଆସିଥାଆନ୍ତି।

ପୁରୀ ବେଳାଭୂମି ଓ ସୁଦୀର୍ଘ ଉପକୂଳ ଅର୍ଥନୈତିକ କାର୍ଯ୍ୟକ୍ରମ ସହିତ ସ୍ବାସ୍ଥ୍ୟ, ଆଧୁନିକ ତଥା ପର୍ଯ୍ୟଟନ କ୍ଷେତ୍ରର ବିକାଶ ପାଇଁ ପର୍ଯ୍ୟାପ୍ତ ସୁଯୋଗ ସୃଷ୍ଟି କରିପାରିବ। ଉପକୂଳ ଜାତୀୟ ରାଜପଥ ପୁରୀ ଉପକୂଳ ଦେଇ ଯାଉଛି। ଏହା ପାରାଦୀପ ବନ୍ଦର ଓ ଅସ୍ତରଙ୍ଗ ବନ୍ଦର ସହିତ ମଧ୍ୟ ସଂଯୁ୍‌କ୍ତ ଅଛି। ଏହି କରିଡରରେ ଅର୍ଥନୈତିକ ବିକାଶର ବିପୁଳ କ୍ଷମତା ରହିଛି।
ଆଧ୍ୟାତ୍ମିକ କାର୍ଯ୍ୟକ୍ରମ, ପର୍ଯ୍ୟଟନ ତଥା ଅର୍ଥନୈତିକ କାର୍ଯ୍ୟକଳାପର କେନ୍ଦ୍ର ଭାବରେ ପୁରୀରେ ଥିବା ବିପୁଳ ସୁବିଧାର ଉପଯୋଗ ପାଇଁ ଏହି ଅନ୍ତର୍ଜାତୀୟ ବିମାନବନ୍ଦର ବିଶେଷ ଭାବେ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ ଚିଠିରେ ଦର୍ଶାଇଛନ୍ତି। ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦରକୁ ଅଗ୍ରାଧିକାର ଏକ ପ୍ରାଥମିକତା ପ୍ରକଳ୍ପ ଭାବେ କେନ୍ଦ୍ର ବେସାମରିକ ବିମାନ ଚଳାଚଳ ବିଭାଗ ଗ୍ରହଣ କରିବାକୁ ମୁଖ୍ୟମନ୍ତ୍ରୀ ପ୍ରଧାନମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ମାମଲା ଖାରଜ: ଆବେଦନକାରୀ ଗଣିବେ ୫ ଲକ୍ଷ ଜରିମାନା

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ତଥ୍ୟ ଲୁଚାଇବା ଅଭିଯୋଗ ନେଇ ଦାୟର ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ରାଜନୈତିକ ଉଦ୍ଦେଶ୍ୟ ରଖି ମାମଲା...

ଓଡ଼ିଶା ରାଜନୀତିରେ ରାଜପରିବାର: ଜାଣନ୍ତୁ କେଉଁ ଆସନରୁ ଲଢ଼ୁଛନ୍ତି କେଉଁ ରାଜପରିବାର

ଭୁବନେଶ୍ୱର,୨୨ା୪: ଭାରତ ସ୍ୱାଧୀନ ହେବା ପରେ ଦେଶରେ ରାଜତନ୍ତ୍ର ଶେଷ ହୋଇଥିଲା। ଏହାପରେ ରାଜା ପରିବାର ସଦସ୍ୟମାନେ ଗଣତାନ୍ତ୍ରିକ ପ୍ରକ୍ରିୟାରେ ମଧ୍ୟ ଲୋକଙ୍କ ଦ୍ୱାରା ନିର୍ବାଚିତ...

କାଳବୈଶାଖୀର ତାଣ୍ଡବ, ଭାଙ୍ଗିଲା ବିଜୁ ପଟ୍ଟନାୟକ ଇନ୍‌ଡୋର ଷ୍ଟାଡିୟମ

ପୁରୁଷୋତ୍ତମପୁର,୨୪ା୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ବୁଧବାର ଅପରାହ୍ନରେ କାଳବୈଶାଖୀ ତାଣ୍ଡବ ରଚିଛି। ମାତ୍ର ୧୦ ମିନିଟ୍‌ ମଧ୍ୟରେ ସହରକୁ ଛିନ୍‌ଭିନ୍‌ କରିପକାଇଛି। ବିଭିନ୍ନ ସ୍ଥାନରେ...

ବାକିରେ ନେଇ ଖାଇଲେ, ଟଙ୍କା ମାଗିବାରୁ ଦୋକାନରେ ନିଆଁ ଲଗାଇଦେଲେ

ଭୁବନେଶ୍ୱର,୨୪।୪: ବାକିରେ ନେଇ ଖାଇଲେ, ଟଙ୍କା ମାଗିବାରୁ ଦୋକାନରେ ନିଆଁ ଲଗାଇଦେଲେ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ରାଜଧାନୀ ଚନ୍ଦକା ଅଞ୍ଚଳରେ। ଗତକାଲି ରାତିରେ...

ଆସନ୍ତା ୩ ଘଣ୍ଟା ପାଇଁ କାଳବୈଶାଖୀ, ବଜ୍ରପାତ ସୂଚନା

ଭୁବନେଶ୍ୱର,୨୪ା୪: ଦିନ ସାରା ପ୍ରଚଣ୍ଡ ଖରା ଏବଂ ଗୁଳୁଗୁଳିରେ ଲୋକେ ଆଉଟୁପାଉଟୁ ହେଉଥିବା ବେଳେ ଅପରାହ୍ନରେ କାଳବୈଶାଖୀ ବର୍ଷା ସାମାନ୍ୟ ଆଶ୍ୱସ୍ତି ଆଣିଛି। ଅପରାହ୍ନ ସାଢ଼େ...

ନିଜ ନିର୍ବାଚନ ମଣ୍ଡଳୀରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ

ହିଞ୍ଜିଳିକାଟୁ,୨୪ା୪(ଦ୍ୱିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାରଠାରୁ ନିଜ ନିଜାଚନ ମଣ୍ଡଳୀ ହିଞ୍ଜିଳିରୁ ୨୦୨୪ ନିର୍ବାଚନ ପ୍ରଚାରର ଶୁଭାରମ୍ଭ କରିଛନ୍ତି। ହିଞ୍ଜିଳିକାଟୁ...

ଭୋଟରଙ୍କୁ ସଚେତନ କରୁଛନ୍ତି ପଦ୍ମଶ୍ରୀ ହଳଧର ନାଗ, କଂସ ମହାରାଜ ହୃଷୀକେଶ ଭୋଇ

ବରଗଡ଼,୨୪ା୪(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନରେ ସମସ୍ତ ଭୋଟରଙ୍କ ଭାଗିଦାରୀ ସୁନିଶ୍ଚିତ କରିବା ତଥା ଭୋଟରଙ୍କୁ ସଚେତନ କରିବା ପାଇଁ ବରଗଡ଼ ଜିଲା ପ୍ରଶାସନ ଅଭିନୟ ପ୍ରୟାସ...

୪୫ ଡେଇଁବ ପାରଦ! ସାରା ରାଜ୍ୟକୁ ସିଭିୟର ହିଟ୍‌ ଓ୍ବେଭ ଆଲର୍ଟ

ଭୁବନେଶ୍ୱର,୨୪।୪:ତାତିରୁ ମିଳିବନି ତ୍ରାହି । ୫ ଦିନ ଧରି କଲବଲ କରିବ ଗ୍ରୀଷ୍ମ ପ୍ରବାହ । ବିଶେଷ କରି ୨୭ ଓ ୨୮ ତାରିଖରେ ଜଳିବ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri