କପିଲ୍‌ ଶର୍ମା ଶୋ’ରେ ନବୀନ

ଭୁବନେଶ୍ୱର,୩୦।୮(ବ୍ୟୁରୋ): ଲୋକପ୍ରିୟ ଜାତୀୟ ଟିଭି ଶୋ’ ଦି କପିଲ୍‌ ଶର୍ମା ଶୋ’ରେ ପ୍ରଥମ ଥର ଲାଗି ଭର୍ଚୁଆଲ ମୋଡ୍‌ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଦେଖିବାକୁ ମିଳିଛି। ବହୁ ବଲିଉଡ୍‌ ତାରକା ନିଜର ଫିଲ୍ମ ପ୍ରମୋସନ୍‌ ଲାଗି ସୋନି ଟିଭିର ଏହି ଶୋ’କୁ ଆସିଥାନ୍ତି। ସେହିପରି ବହୁ କ୍ରୀଡ଼ାବିତ୍‌ ଏବଂ ରାଜନେତାଙ୍କୁ ମଧ୍ୟ ଏହି କାର୍ଯ୍ୟକ୍ରମରେ ଦେଖିବାକୁ ମିଳେ। ତେବେ ଏଥିରେ ଏଥର ନବୀନଙ୍କୁ ଦେଖିବାକୁ ମିଳିଛି। ଶନିବାର ଏହି ଶୋ’ରେ ଅଲିମ୍ପିକ୍ସରେ ଅଂଶଗ୍ରହଣ କରିଥିବା ଉଭୟ ମହିଳା ଓ ପୁରୁଷ ହକି ଦଳର ଖେଳାଳି ଅତିଥି ଭାବେ ଯୋଗ ଦେଇଥିଲେ। ସୋ’ ଚାଲିଥିବା ସମୟରେ କପିଲ ଶର୍ମା ଓଡ଼ିଶା ସରକାରଙ୍କ ହକି ପ୍ରତି ଅବଦାନକୁ ପ୍ରଶଂସା କରିଥିଲେ। ଏହି ଅବସରରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଏକ ଭିଡିଓ ବାର୍ତ୍ତା ପ୍ରଦର୍ଶିତ ହୋଇଥିଲା। ଏଥିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଥିଲେ, ଟୋକିଓ ଅଲିମ୍ପିକ୍ସରେ ଅଂଶଗ୍ରହଣ କରିଥିବା ଉଭୟ ମହିଳା ଓ ପୁରୁଷ ଦଳର ହକି ଖେଳାଳି ସେମାନଙ୍କ ଜବରଦସ୍ତ ପ୍ରଦର୍ଶନ ଜରିଆରେ ଦେଶର ନାଁ ଉଜ୍ୱଳ କରିଛନ୍ତି। ଏହା ଆଗାମୀ ଦିନର ଖେଳାଳିଙ୍କୁ ପ୍ରେରଣା ଯୋଗାଇବ। ସେମାନେ ଏମାନଙ୍କ ଦ୍ୱାରା ଅନୁପ୍ରେରିତ ହେବେ। ଟୋକିଓ ସଫଳତା ଏକ ଆରମ୍ଭ ମାତ୍ର, ଆଗକୁ ଆହୁରି ସଫଳତାର ଶିଡ଼ି ଚଢ଼ିବା। ଏହାସହ ହକିକୁ ସପୋର୍ଟ କରୁଥିବାରୁ କପିଲ୍‌ ଶର୍ମାଙ୍କୁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଜଣାଇଥିଲେ। ଏହି ଅବସରରେ କପିଲ୍‌ ମଧ୍ୟ ଓଡ଼ିଶା ସରକାର ଏବଂ ମୁଖ୍ୟମନ୍ତ୍ରୀଙ୍କ ପ୍ରଶଂସା କରିଛନ୍ତି।
ସୂଚନାଯୋଗ୍ୟ ଯେ, ଉଭୟ ମହିଳା ଓ ପୁରୁଷ ହକି ଦଳ ନିକଟରେ ଟୋକିଓ ଅଲିମ୍ପିକ୍ସରେ ଉତ୍ତମ ପ୍ରଦର୍ଶନ କରିଥିଲେ। ୪୧ ବର୍ଷ ପରେ ହକିରେ ମେଡାଲ ଆଣିଥିଲା ପୁରୁଷ ଟିମ୍‌। ସେହିପରି ମହିଳା ଟିମ୍‌ ନିଜର ଲଢ଼ୁଆ ପ୍ରଦର୍ଶନ ବଳରେ ସମସ୍ତଙ୍କ ହୃଦୟ ଜିତିପାରିଥିଲା। ତେବେ ଏହା ପଛରେ ଓଡ଼ିଶାର ପ୍ରମୁଖ ଭୂମିକା ରହିଛି। ଓଡ଼ିଶା ସରକାର ହକିକୁ ପ୍ରୋତ୍ସାହନ ଦେଇଆସୁଛନ୍ତି। ଓଡ଼ିଶା ସରକାର ଦଳର ପ୍ରାୟୋଜକ ରହିଛନ୍ତି। ୨୦୧୮ରୁ ପ୍ରଥମେ ୫ ବର୍ଷ ପାଇଁ ଓଡ଼ିଶା ସରକାର ଉଭୟ ଟିମ୍‌ର ପ୍ରାୟୋଜକ ରହିଥିବାବେଳେ ପରବର୍ତ୍ତୀ ୧୦ ବର୍ଷ ପାଇଁ ମଧ୍ୟ ପ୍ରାୟୋଜକ ରହିବ ବୋଲି ନିକଟରେ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମଦ ପିଇ ବସ୍‌ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍‌ ଆନାଲାଇଜର୍‌ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍‌ ସସ୍‌ପେଣ୍ଡ ସହ…

ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍‌ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ଫାସଡ୍‌ ଶୁକତେଲ ନଦୀ ପୋଲତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଚାଲିଗଲା ଡ୍ରାଇଭରଙ୍କ ଜୀବନ, ହେଲ୍‌ପର…

ବଲାଙ୍ଗୀର,୪।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ୨୬ ନମ୍ବର ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ୍‌ ଶୁକତେଲ ନଦୀ…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

ଶ୍ରୀରାମ ନବମୀ ଶୋଭାଯାତ୍ରାରେ ଯୁବକଙ୍କୁ ବ୍ଲେଡ୍‌ରେ ଆକ୍ରମଣ ପରେ ହତ୍ୟା ଉଦ୍ୟମ, ୪ଜଣଙ୍କୁ ବାନ୍ଧି…

ଦିଗପହଣ୍ଡି, ୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ କଇଠଖଣ୍ଡି ଗ୍ରାମରେ ଶ୍ରୀରାମ ନବମୀ ଯାତ୍ରା ଅବସରରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଶୋଭାଯାତ୍ରା…

ଉତ୍ସବରେ ଯୋଗଦେଇ ଘରକୁ ଫେରୁଥିଲେ ପରିବାର ଲୋକେ: ରାସ୍ତାପାର୍ଶ୍ୱ କୂଅରେ ଖସିପଡ଼ିଲା କାର୍‌, ଆଉ ତା’ପରେ…

ନାଶିକ୍‌,୪ା୪: ମହାରାଷ୍ଟ୍ରର ନାଶିକ ଜିଲାରେ ଖୋଲା କୂଅକୁ ଏକ କାର୍‌ ଖସିପଡ଼ିବାରୁ ଗୋଟିଏ ପରିବାରର ୯ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୬ଜଣ ପିଲା ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri