ଆଗାମୀ କିଛି ସପ୍ତାହ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ, ସତର୍କ ରୁହନ୍ତୁ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୧।୧(ବ୍ୟୁରୋ): ରାଜ୍ୟରେ ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି କରୋନା ସଂକ୍ରମଣ। ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ସଂଧ୍ୟାରେ ରାଜ୍ୟରେ କୋଭିଡ ପରିସ୍ଥିତି ସମ୍ପର୍କରେ ସମୀକ୍ଷା କରିଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ସାରା ଦେଶରେ କୋଭିଡ-୧୯ର ତୃତୀୟ ଲହର ବ୍ୟାପି ଚାଲିଛି । ଓଡିଶାରେ ମଧ୍ୟ ସଂକ୍ରମଣ ଦ୍ରୁତ ଗତିରେ ବୃଦ୍ଧି ପାଉଛି। ତେଣୁ ଆଗାମୀ କିଛି ସପ୍ତାହ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ । ଏହାକୁ ନେଇ ଉଭୟ ଜନସାଧାରଣ ଓ ପ୍ରଶାସନ ସତର୍କ ରହିବା ଜରୁରୀ। ଏଥିସହ କୋଭିଡ ନିୟମକୁ କଡାକଡି ଭାବରେ ପାଳନ କରିବା ପାଇଁ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଛନ୍ତି।

ଯଦିଓ ତୃତୀୟ ଲହରରେ ବର୍ତ୍ତମାନ ସୁଦ୍ଧା ଡାକ୍ତରଖାନାରେ ଭର୍ତ୍ତି ହେବା ପରିମାଣ ବହୁତ କମ ରହିଛି, ତଥାପି ଆମକୁ ଭବିଷ୍ୟତ ପାଇଁ ସମ୍ପୂର୍ଣ୍ଣ ଭାବରେ ପ୍ରସ୍ତୁତ ରହିବାକୁ ପଡିବ । ସେହିପରି ରାଜ୍ୟରେ ଟିକାକରଣ କାର୍ଯ୍ୟକ୍ରମ ସନ୍ତୋଷଜନକ ରହିଥିଲେ ମଧ୍ୟ ଆଦୌ ଟିକା ନେଇ ନ ଥିବା ତଥା ଦ୍ବିତୀୟ ଡୋଜ ନେଇ ନ ଥିବା ଲୋକମାନଙ୍କର ଟିକାକରଣକୁ ଜୋରଦାର କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ଏଥିସହ ବରିଷ୍ଠ ନାଗରିକ ତଥା ସମ୍ମୁଖ ଯୋଦ୍ଧାମାନଙ୍କର ଟିକାକରଣ ଖୁବ ଜରୁରୀ ଏବଂ ଏହା ପରିସ୍ଥିତିକୁ ନିୟନ୍ତ୍ରଣ କରିବାରେ ବିଶେଷ ସ ହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ା ପୂର୍ବ ଥର ଭଳି ଏଥର ମଧ୍ୟ ସଚେତନତା କାର୍ଯ୍ୟକ୍ରମ ବ୍ୟାପକ କରାଯିବା ଏବଂ ଏଥିରେ ମିଶନ ଶକ୍ତି ଗ୍ରୁପମାନଙ୍କୁ ସାମିଲ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ସେହିପରି କୋଭିଡ ନିୟମର କଡାକଡି ଅନୁପାଳନ ପ୍ରତି ସ୍ବତନ୍ତ୍ର ଧ୍ୟାନ ଦେବା ପାଇଁ ମୁଖ୍ୟମନ୍ତ୍ରୀ ରାଜ୍ୟ ପୋଲିସକୁ ନିର୍ଦ୍ଦେଶ ଦେଇଛନ୍ତି । ଯେହେତୁ ବର୍ତ୍ତମାନର ଲହରରେ ସଂକ୍ରମିତ ଅଧିକାଂଶ ବ୍ୟକ୍ତି ନିଜ ଘରେ ପୃଥକୀକରଣ ରହିଛନ୍ତି, ତେଣୁ ଆମକୁ ତଦାରଖ ବ୍ୟବସ୍ଥାକୁ ସୁଦୃଢ କରିବାକୁ ପଡିବ ଏବଂ ଏଥିପାଇଁ ରାପିଡ୍‌ ରେସପନ୍ସ ଟିମ୍‌ ଓ କ୍ଷେତ୍ରସ୍ତରୀୟ କର୍ମଚାରୀମାନେ ନିଜ ଘରେ ପୃଥକୀକରଣରେ ଥିବା ରୋଗୀମାନଙ୍କୁ ନିୟମିତ ଯୋଗାଯୋଗରେ ରହିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ ।

 


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?