ଏପ୍ରିଲ ୩୦ରେ ନାମାଙ୍କନ ଦାଖଲ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କରିବେ ମାରାଥନ ରାଲି

ଭୁବନେଶ୍ୱର, ୨୨।୪: ମୁଖ୍ୟମନ୍ତ୍ରୀ ତଥା ବିଜେଡି ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ୩୦ ଏପ୍ରିଲରେ ତାଙ୍କ ନାମାଙ୍କନପତ୍ର ଦାଖଲ କରିବେ ବୋଲି ଜଣାପଡିଛି। ହିଞ୍ଜିଳି ବିଧାନସଭା ଆସନ ପାଇଁ ନାମାଙ୍କନପତ୍ର ଦାଖଲ କରିବେ। ସେହି ଦିନ ସେ ପ୍ରଥମେ ତାରା ତାରିଣୀ ମନ୍ଦିର ଯିବେ। ପରେ ନାମାଙ୍କନପତ୍ର ଦାଖଲ କରି ଚିକିଟିରେ ଏକ ସମାବେଶକୁ ସମ୍ବୋଧିତ କରିବାର ଯୋଜନା ରହିଛି। ଏହାପରେ ମୁଖ୍ୟମନ୍ତ୍ରୀ ଗଞ୍ଜାମ ଜିଲାର ଏକ ମାରାଥନ୍ ଅଭିଯାନ କାର୍ୟ୍ୟକ୍ରମ କରିବେ ବୋଲି ରିପୋର୍ଟରେ ଦର୍ଶାଯାଇଛି।

ମେ ୧ରେ ମୁଖ୍ୟମନ୍ତ୍ରୀ ଖଲ୍ଲିକୋଟ, କବିସୂର୍ୟ୍ୟନଗର , ଦିଗପହଣ୍ଡି ଏବଂ ଛତ୍ରପୁରରେ ପ୍ରଚାର କରିବେ। ଭଞ୍ଜନଗର, ପୋଲସରା, ସାନଖେମୁଣ୍ଡି ଏବଂ ସୋରଡ଼ାକୁ ମଧ୍ୟ ମୁଖ୍ୟମନ୍ତ୍ରୀ ପରିଦର୍ଶନ କରିବେ ଏବଂ ମେ ୩ ରେ ରାଲି ଅନୁଷ୍ଠିତ ହେବ। ସେହିପରି ଗୋପାଳପୁର ଏବଂ ଆସ୍କାରେ ନବୀନଙ୍କର ଦୁଇଟି ସାଧାରଣ ସଭା ରହିଛି।

ବିଜେଡି ସୁପ୍ରିମୋ ତଥା ଦଳର ଟପ୍ ଷ୍ଟାର ପ୍ରଚାରକ ନବୀନ ପଟ୍ଟନାୟକ ଖୁବ ଶୀଘ୍ର ହିଞ୍ଜିଳିରୁ ପ୍ରଚାର ଆରମ୍ଭ କରିବେ। ତାଙ୍କ ସହ ପ୍ରଚାର ପାଇଁ ଦଳର ବରିଷ୍ଠ ନେତା ତଥା ନବିନ ଓଡିଶାର ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ମଧ୍ୟ ହିଞ୍ଜିଲି ଗସ୍ତ କରିବେ ବୋଲି ସୂଚନା ମିଳିଛି।

ଏପ୍ରିଲ ୨୪ ରେ ସକାଳ ୧୦:୩୦ ରେ ହିଞ୍ଜିଳିରେ ଏକ ସମାବେଶକୁ ମୁଖ୍ୟମନ୍ତ୍ରୀ ସମ୍ବୋଧିତ କରିବେ। ତା’ପରେ ସେ ସକାଳ ୧୧:୩୦ ରେ ଶେରଗଡରେ ଏକ ସାଧାରଣ ସଭାରେ ସମ୍ବୋଧିତ କରିବେ। କାର୍ତ୍ତିକ ପାଣ୍ଡିଆନ୍ ମୁଖ୍ୟମନ୍ତ୍ରୀଙ୍କ ସହ ସମସ୍ତ କାର୍ଯ୍ୟକ୍ରମରେ ଯୋଗଦେବେ ବୋଲି ରିପୋର୍ଟରେ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘୨୪ ବର୍ଷରେ ଯାହା ହୋଇନି, ୨ ବର୍ଷରେ ତାହା କରୁଛୁ’-୫ ବର୍ଷରେ ଯାହା …

ଭୁବନେଶ୍ୱର,୧୧।୮: ଖୁବଶୀଘ୍ର ଓଡ଼ିଶା ନୂଆ ଲୋକାୟୁକ୍ତ ଦେଖିବ ବୋଲି ସୂଚନା ଦେଇଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ। ଏ ନେଇ ପ୍ରକ୍ରିୟା ଚାଲିଥିବା ସେ କହିଛନ୍ତି। ମନ୍ତ୍ରୀ…

ଡାକ୍ତରଙ୍କ ଭୁଲ ଇଞ୍ଜେକ୍ସନ ପାଇଁ କଲେଜ ଛାତ୍ରୀ ମୃତ୍ୟୁ: ଅଭିଯୋଗ ଆଣିଲେ ପରିବାର ଲୋକେ

ଭାପୁର,୧୧।୮ (ପ୍ରଭାତ ବରାଡ): ଫତେଗଡ ଥାନା ଅନ୍ତର୍ଗତ ଗୋଳାପୋଖରୀ ପଞ୍ଚାୟତ ଅଧୀନ ଗୋଳାପୋଖରୀ ଗ୍ରାମର ଗୋପାଳ ବେହେରାଙ୍କ ଝିଅ ସନ୍ତୋଷୀ ବେହେରାଙ୍କ (୧୮) ଭାପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ…

ସ୍ବାଧୀନତା ଦିବସ ପାଇଁ ତଦାରଖ କଲେ ବିଡିଓ: ଛାତ୍ରୀଛାତ୍ରଙ୍କ ପ୍ରତିଯୋଗିତା-ଚୟନକୁ ଗୁରୁତ୍ୱ

ଦାରିଙ୍ଗବାଡି,୧୧।୮(ଅରୁଣ ସହୁ):ଆସନ୍ତା ଶନିବାର ସ୍ବାଧୀନତା ଦିବସ ପାଳନ ହେବ। ଏଥିପାଇଁ ଚାରିଆଡେ ଏବେ ଜୋରଦାର ପ୍ରସ୍ତୁତି ଚାଲିଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡି ହେଲିପ୍ୟାଡ଼ ପଡିଆରେ…

କୋଣ ଅନୁକୋଣରେ ପହଞ୍ଚିବ କୃମି ନାଶକ ବଟିକା: ଲୋକଙ୍କୁ କରାଯିବ ସଚେତନ

ମହାକାଳପଡ଼ା,୧୧ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡା ବ୍ଲକ ବାୟାବାବା କଲେଜ ସଭାଗୃହଠାରେ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପକ୍ଷରୁ ଜାତୀୟ କୃମି ନାଶକ ଦିବସ ସୋମବାର ପାଳିତ ହୋଇଯାଇଛି। ଏହି…

ବାଲିଘାଟରୁ ଶ୍ରମିକଙ୍କ ଗଳିତ ମୃତଦେହ ଉଦ୍ଧାର ଘଟଣା : ଚାଳକଙ୍କୁ ଗିରଫ କରି କୋର୍ଟଚାଲାଣ କଲା ପୋଲିସ

ଦେବଗଡ,୧୧ା୮(ଶଶାଙ୍କ ଶେଖର ଝାଙ୍କର): ବାରକୋଟ ବ୍ଲକ ସିଂହଶାଳ ଗ୍ରାମ ପଂଚାୟତର ଚଟିଆପାଲି ବାଲିଘାଟରୁ ଶ୍ରମିକଙ୍କ ମୃତଦେହ ଉଦ୍ଧାର ଘଟଣାରେ ବାରକୋଟ ଥାନା ପୋଲିସ ଏକ ହତ୍ୟା ମାମଲା…

ଗଞ୍ଜାମ ମହାବିଦ୍ୟାଳୟ ସମ୍ମିଳନୀ କକ୍ଷ ଉଦଘାଟନ ଫଳକରେ ନାହିଁ ଏମପିଙ୍କ ନାମ, ତେଜିଲା ଅସନ୍ତୋଷ

ଗଞ୍ଜାମ,୧୧।(ବିଦ୍ୟାଧର ସାହୁ ): ଗଞ୍ଜାମ ମହାବିଦ୍ୟାଳୟ ପ୍ରତିଷ୍ଠା ଦିବସରେ ଉଦଘାଟନ ହୋଇଥିବା ନୂତନ ସମ୍ମିଳନୀ କକ୍ଷର ଫଳକରେ ବ୍ରହ୍ମପୁର ଏମପିଙ୍କ ନାମ ନଥିବା ନେଇ ଚର୍ଚ୍ଚା ଜୋର…

ପଞ୍ଜୀକରଣ ପ୍ରକ୍ରିୟାକୁ ନେଇ ଚାଷୀ ଅସନ୍ତୁଷ୍ଟ: ସମସ୍ୟା ସମାଧାନ ନ କଲେ…

ମହାକାଳପଡ଼ା, ୧୧ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ):ଖରିଫ ଧାନ ବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ଗତ ୨ତାରିଖରୁ ଆରମ୍ଭ ହୋଇଛି। ହେଲେ ଚଳିତ ବର୍ଷ ଯେଉଁମାନଙ୍କ ନାମରେ ଆର୍‌ଓଆର୍‌ ବା…

ପ୍ରେମରେ ବିଫଳ ପରେ ପ୍ରେମିକର ଭୟଙ୍କର ଷଡ଼ଯନ୍ତ୍ର; ବରଘରକୁ ପଠାଇଲେ ଯୁବତୀଙ୍କ ଅଶ୍ଳୀଳ ଫଟୋ, ତାପରେ….

ଜମନକିରା,୧୧।୮(ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲା ଜମନକିରା ଥାନା ଅଞ୍ଚଳରେ ପ୍ରେମ ସମ୍ପର୍କ ଭାଙ୍ଗିଯିବା ଓ ଅନ୍ୟତ୍ର ବାହାଘର ଠିକ୍‌ ହେବା ପରେ ପ୍ରତିଶୋଧ ପରାୟଣ ହୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri