ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୫।୮(ବ୍ୟୁରୋ): ଟୋକିଓ ଅଲିମ୍ପିକ୍ସରେ ଭାରତୀୟ ହକି ଦଳର ଐତିହାସିକ ବିଜୟ ପରେ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ୪୧ବର୍ଷ ପରେ ହକିରେ ଭାରତର ଏହି ବିଜୟକୁ ନେଇ ମୁଖ୍ୟମନ୍ତ୍ରୀ ଫୋନ ମାଧ୍ୟମରେ ଭାରତୀୟ ହକି ଦଳ ସହ କଥା ହୋଇ ଶୁଭେଚ୍ଛା ଜଣାଇଛନ୍ତି। ଏଥିସହ ସେ ଟୁଇଟ ମଧ୍ୟ କରିଛନ୍ତି। କ୍ୟାପସନ୍‌ରେ ମୁଖ୍ୟମନ୍ତ୍ରୀ ବ୍ରିଲିଆଣ୍ଟ ଇନ୍‌ ବ୍ଲୁ ଲେଖି ଭାରତୀୟ ହକି ଦଳକୁ ପ୍ରଶଂସା କରିଛନ୍ତି। ଏହା ଏକ ଐତିହାସିକ ବିଜୟ, ଆଗକୁ କ୍ରୀଡାବିତଙ୍କ ପାଇଁ ଏହା ପ୍ରେରଣାର ଉତ୍ସ ପାଲଟିବ ବୋଲି ନବୀନ ପଟ୍ଟନାୟକ କହିଛନ୍ତି।

ସେହିପରି ହକିର ପୂର୍ବତନ ଅଧିନାୟକ ଦିଲ୍ଲୀପ ତିର୍କୀ ମଧ୍ୟ ଅଭିନନ୍ଦନ ଜଣାଇଛନ୍ତି। ଯାହା ଆମେ କରିପାରି ନ ଥିଲୁ ତାହା ଆଜି ପୂରଣ ହୋଇଛି। ଅଲିମ୍ପିକ୍ସରେ ଇତିହାସ ରଚିଛି ଭାରତୀୟ ହକି ଦଳ ବୋଲି ଦିଲ୍ଲୀପ କହିଛନ୍ତି। ଓଡ଼ିଆ ଖେଳାଳି ଅମିତ ରୋହିଦାସ ଓ ବିରେନ୍ଦ୍ର ଲାକ୍ରାଙ୍କୁ ମଧ୍ୟ ସେ ଶୁଭେଚ୍ଛା ଜଣାଇଛନ୍ତି। ଦୁଇ ଓଡ଼ିଆ ଭାବେ ଅଲିମ୍ପିକ୍ସରେ ବ୍ରୋଞ୍ଜ ଜିତିବା ବଡ଼ ସଫଳତା। ରାଉରକେଲା ସମେତ ସମଗ୍ର ସୁନ୍ଦରଗଡ଼ ଜିଲାରେ ବିଜୟ ଉତ୍ସବ ପାଳନ କରାଯାଉଛି ବୋଲି ଦିଲ୍ଲୀପ ତିର୍କୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶେଖ ହାସିନାଙ୍କ ବଡ଼ ଘୋଷଣା: ଏହିଦିନ ଫେରିବେ ସ୍ବଦେଶ

ଢାକା,୧୦।୭: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ଏକ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି ଯେ, ଚଳିତ ବର୍ଷ ଡିସେମ୍ବରରେ ସେ ବାଂଲାଦେଶ ଫେରିବେ ଏବଂ…

ପଞ୍ଚାୟତ ନିର୍ବାଚନକୁ ନେଇ ଆସିଲା ବଡ଼ ଅପଡେଟ୍‌: ଏହି ମାସରେ ହେବା ନେଇ ସୂଚନା

ଭୁବନେଶ୍ୱର,୧୦।୭: ଓଡ଼ିଶା ପଞ୍ଚାୟତ ନିର୍ବାଚନକୁ ନେଇ ଆସିଛି ଏକ ବଡ଼ ଅପଡେଟ୍‌। ଏଥର ରାଜ୍ୟରେ ପଞ୍ଚାୟତ ନିର୍ବାଚନ ପ୍ରକ୍ରିୟାରେ ନିର୍ବାଚନ ଏପ୍ରିଲ କିମ୍ବା ମେ’ ମାସ ଆଡ଼କୁ…

ଟ୍ରାକ୍ଟର ଡାଲାରେ ବସି ଗଲେ ବିଜେଡି ନେତା, ଭିଡିଓ ଭାଇରାଲ ପରେ…

କେନ୍ଦୁଝର,୧୦ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାକୁ ବିଜେଡି ଦଳର ରାଜ୍ୟର ଏକ ଟିମ୍‌ ବରିଷ୍ଠ ବିଜେଡି ନେତା ତଥା ପୂର୍ବତନ ମନ୍ତ୍ରୀ ସଞ୍ଜୟ ଦାସ ବର୍ମାଙ୍କ ନେତୃତ୍ୱରେ…

ଟ୍ରମ୍ପଙ୍କୁ ମିଳିଲା ବଡ଼ ସମ୍ମାନ, ଏମିତି ସମ୍ମାନ ପାଇବାରେ ସେ ହେଲେ ପ୍ରଥମ ରାଷ୍ଟ୍ରପତି

ଓ୍ବାଶିଂଟନ,୧୦।୭: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ତାଙ୍କ ସମର୍ଥକଙ୍କ ଦ୍ୱାରା ଜାତୀୟ ସ୍ମାରକୀ ଠାରୁ ଆରମ୍ଭ କରି ନୋଟ ପର୍ଯ୍ୟନ୍ତ ସବୁଠି ତାଙ୍କ ନାମ ଏବଂ…

କିଏ ଏହି ମହିଳା ଖେଳାଳି? ଯାହାଙ୍କ ବ୍ୟାଟରେ ଅଟୋଗ୍ରାଫ୍ ଦେଲେ ମୋଦି

ନୂଆଦିଲ୍ଲୀ,୧୦।୭: ଅଷ୍ଟ୍ରେଲିଆ ଗସ୍ତର ତୃତୀୟ ଦିନରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମେଲବୋର୍ନ କ୍ରିକେଟ୍ ଗ୍ରାଉଣ୍ଡ ପରିଦର୍ଶନ କରିଥିଲେ, ଯେଉଁଠାରେ ସେ ଅନେକ ଖେଳାଳିଙ୍କୁ ଭେଟିଥିଲେ। ସେ ଯେଉଁ…

ପୋଲିସକୁ ଚିହ୍ନିବେ କେମିତି? କନଷ୍ଟେବଳଙ୍କଠାରୁ ଆରମ୍ଭ କରି ଆଇଜି-ଡିଜି ପର୍ଯ୍ୟନ୍ତ ଜାଣନ୍ତୁ ଏହି…

ପୋଲିସ ବିଭାଗରେ ଅନେକ ପଦ ପଦବୀ ରହିଛି। ମାତ୍ର ସାଧାରଣ ଲୋକଟିଏ ଏହି ଖାକି ପୋଷାକରୁ ସେମାନେ କିଏ କେଉଁ ପଦବୀରେ ଅଛନ୍ତି ଜାଣିବା ପାଇଁ ବେଳେବେଳେ…

ଗୋଟିଏ ପରେ ଗୋଟିଏ ଭୁଲ କରୁଛନ୍ତି ଗୌତମ ଗମ୍ଭୀର-ଶ୍ରେୟସ ଆୟର! ଟିମ ଇଣ୍ଡିଆର ପରିସ୍ଥିତି ଆହୁରି ଖରାପ ହୋଇ ଯିବନାହିଁ ତ…

ନୂଆଦିଲ୍ଲୀ,୧୦।୭: ୨୦୨୬ ଟି୨୦ ବିଶ୍ୱକପ ଜିତିବା ପରେ ଭାରତୀୟ କ୍ରିକେଟ ଦଳ ବିଜୟରେ ଅଭ୍ୟସ୍ତ ହୋଇଯାଇଥିଲା; ସିରିଜ ହାରିବା ପ୍ରଶ୍ନବାଚୀ ବାହାରେ ଥିଲା। ତା’ପରେ ଶ୍ରେୟସ ଆୟର…

୨୦ ଦିନରେ ୨ ପିଢିକୁ ହରାଇଲା ଆମ ପରିବାର…ରାଷ୍ଟ୍ରପତିଙ୍କୁ ଭାବପ୍ରବଣ ଇମେଲ ପଠାଇଲେ କେତନଙ୍କ ପିତା

ପୁନେ,୧୦।୭: ମହାରାଷ୍ଟ୍ରର ପୁଣେରୁ ହାଇପ୍ରୋଫାଇଲ କେତନ ଅଗ୍ରୱାଲ ହତ୍ୟା ମାମଲାରେ ନ୍ୟାୟ ପାଇଁ ଆବେଦନ ଏବେ ଦେଶର ସର୍ବୋଚ୍ଚ କାର୍ଯ୍ୟାଳୟରେ ପହଞ୍ଚିଛି। କେତନଙ୍କ ପିତା ବିଶାଲ ଅଗ୍ରୱାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri