୧୦ ଲକ୍ଷ ଦେବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୭।୪(ବ୍ୟୁରୋ): କଟକ ସେକ୍ଟର-୧୦ ଅଞ୍ଚଳରେ ଗତ ଗୁରୁବାର ସ୍ବେରେଜ ସଫେଇ ବେଳେ ଶ୍ୱାସରୁଦ୍ଧ ହୋଇ ୨ କର୍ମଚାରୀଙ୍କ ମୃତ୍ୟୁ ଘଟିଥିଲା। ଏଥିରେ ଅନ୍ୟଜଣେ ଗୁରୁତର ହୋଇଥିଲେ। ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଉଦ୍‌ବେଗ ପ୍ରକାଶ କରିବା ସହ କାର୍ଯ୍ୟରେ ଅବହେଳା କରିଥିବା ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ତଦନୁଯାୟୀ ଶୁକ୍ରବାର ପିଏଚ୍‌ଇଓର କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ତଥା ଓ୍ବାଟ୍‌କୋ ଜିଏମ୍‌ ସୁଶାନ୍ତ ଘଡ଼େଇ, ଓ୍ବାଟ୍‌କୋ ଏସ୍‌ଡିଓ ତଥା ଜିଏମ୍‌ ସୁବାସ ରାଉତଙ୍କୁ ବଦଳି କରି ଦିଆଯାଇଛି। କନିଷ୍ଠ ଯନ୍ତ୍ରୀ ପ୍ରଦ୍ୟୋତ କୁମାର ସାହୁଙ୍କୁ ନିଲମ୍ବିତ କରାଯାଇଛି। ଯନ୍ତ୍ରୀ ପ୍ରଦ୍ୟୋତ ଏବଂ ସର୍ଭିସ ପ୍ରୋଭାଇଡର ଦୀପକ ନାୟକଙ୍କ ବିରୋଧରେ ସିଏମ୍‌ସି ପକ୍ଷରୁ ଥାନାରେ ଏତଲା ଦିଆଯାଇଛି। ଅପରପକ୍ଷେ ଦୁର୍ଘଟଣାରେ ମୃତକଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀ ଗଭୀର ସମବେଦନା ଜଣାଇବା ସହ ସେମାନଙ୍କ ଆତ୍ମୀୟଙ୍କ ଲାଗି ୧୦ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି। ଏହାସହ ଚିକିତ୍ସାଧୀନ ଥିବା ଡି. ଶିବାଙ୍କ ଲାଗି ୨ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କରିଛନ୍ତି। ସୂଚନାଯୋଗ୍ୟ, ଗତ ଗୁରୁବାର ସ୍ବେରେଜ ସଫେଇ ବେଳେ ଶ୍ୱାସରୁଦ୍ଧ ହୋଇ କଟକ ମେରିଆ ବଜାର ମକରାବାଗ୍‌ ସାହିର ପି. ଶଙ୍କର (୨୩), ବଡମ୍ବା ଅଞ୍ଚଳର ବିଷ୍ଣୁ ନାୟକ (୨୨)ଙ୍କ ମୃତ୍ୟୁ ଘଟିଥିଲା। ମକରାବାଗ୍‌ ସାହିର ଡି. ଶିବା ଗୁରୁତର ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ଶକ୍ତି ପ୍ରଦର୍ଶନ କଲେ ମାମୁଁ ଭଣଜା

କୋରାପୁଟ,୧୯।୪(ଅମିତାଭ ବେହେରା) କୋରାପୁଟ ସଂସଦୀୟ କ୍ଷେତ୍ରରେ ଆସନ୍ତା ମେ ୧୩ରେ ପ୍ରଥମ ପର୍ଯ୍ୟାୟ ମତଦାନ ହେବ। ଗତକାଲି ଅର୍ଥାତ ୧୮ରୁ ପାର୍ଥୀପତ୍ର ଦାଖଲ ଆରମ୍ଭ ହୋଇଥିବାବେକେ...

ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ

ସମ୍ବଲପୁର,୧୯ା୪(ପ୍ରମୋଦ ବହିଦାର): ରେଳବାଇ ସୁରକ୍ଷା ଜନିତ ରକ୍ଷଣାବେକ୍ଷଣ କାର୍ଯ୍ୟ ପାଇଁ ସମ୍ବଲପୁର ରେଳମଣ୍ଡଳ ଅଧୀନସ୍ଥ କେତେକ ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ କରାଯାଇଥିବା ନେଇ ସମ୍ବଲପୁର ରେଳ...

ତାପମାତ୍ରାରେ ଭୁବନେଶ୍ୱକୁ ଟପିଲା କଟକ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ରାଜ୍ୟରେ ଏ ବର୍ଷ ପ୍ରଥମ ଥର ପାଇଁ...

ମହାନଦୀରେ ଡଙ୍ଗାବୁଡି ଘଟଣା: ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯।୪: ମହାନଦୀରେ ଡଙ୍ଗା ବୁଡିବା ଘଟଣାରେ ମୃତକଙ୍କ ପରିବାରକୁ ଅନୁକମ୍ପା ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପରିବାରକୁ ୪ ଲକ୍ଷ ଲେଖାଏଁ ଅନୁକମ୍ପା...

୨୦୧୯ରେ ପୁରୀ ବିଧାନସଭାରେ କାହିଁକି ହାରିଥିଲା ବିଜେଡି, କାରଣ କହିଲେ ସଭାପତି…

ପୁରୀ,୧୯।୪: ୨୦୧୯ରେ ପୁରୀ ବିଧାନସଭା ଆସନରେ କାହିଁକି ହାରିଲା ବିଜେଡି । ଏନେଇ କାରଣ କହିଛନ୍ତି ଖୋଦ ଜିଲା ବିଜେଡି ସଭାପତି । ସଭାପତି ଦିବାକର...

ପିକ୍‌ଅପ୍‌ରୁ ଜବତ ହେଲା ପୁଳାପୁଳା ଟଙ୍କା

ପଦ୍ମପୁର,୧୯ା୪(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଥାନା ପୋଲିସ ଶୁକ୍ରବାର ଏକ ପିକ୍‌ଅପ୍‌ରୁ ପୁଳାପୁଳା ଟଙ୍କା ଜବତ କରିଛି। ଗାଇସିଲେଟ -ପଦ୍ମପୁର ରାସ୍ତାର ଗଡ଼ଭାଟି ଛକରୁ...

ଅଶୁଂଘାତ ନେଲା ଜଣଙ୍କ ଜୀବନ

ଭୁବନେଶ୍ୱର,୧୯।୪: ଅଂଶୁଘାତରେ ରାଜ୍ୟରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ବାଲେଶ୍ୱରର ବୋଲି ଜଣାପଡିଛି। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ଆଜି ଏହି...

ମହାନଦୀରେ ବୁଡିଲା ଡଙ୍ଗା: ଜଣେ ମୃତ, ୬ ନିଖୋଜ

ଝାରସୁଗୁଡା,୧୯।୪: ମହାନଦୀରେ ବୁଡିଲା ଡଙ୍ଗା। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୬ ଜଣଙ୍କର ପତ୍ତା ମିଳୁନି। ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଶରଧା ନିକଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri