୧୦ ଲକ୍ଷ ଦେବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୭।୪(ବ୍ୟୁରୋ): କଟକ ସେକ୍ଟର-୧୦ ଅଞ୍ଚଳରେ ଗତ ଗୁରୁବାର ସ୍ବେରେଜ ସଫେଇ ବେଳେ ଶ୍ୱାସରୁଦ୍ଧ ହୋଇ ୨ କର୍ମଚାରୀଙ୍କ ମୃତ୍ୟୁ ଘଟିଥିଲା। ଏଥିରେ ଅନ୍ୟଜଣେ ଗୁରୁତର ହୋଇଥିଲେ। ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଉଦ୍‌ବେଗ ପ୍ରକାଶ କରିବା ସହ କାର୍ଯ୍ୟରେ ଅବହେଳା କରିଥିବା ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ତଦନୁଯାୟୀ ଶୁକ୍ରବାର ପିଏଚ୍‌ଇଓର କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ତଥା ଓ୍ବାଟ୍‌କୋ ଜିଏମ୍‌ ସୁଶାନ୍ତ ଘଡ଼େଇ, ଓ୍ବାଟ୍‌କୋ ଏସ୍‌ଡିଓ ତଥା ଜିଏମ୍‌ ସୁବାସ ରାଉତଙ୍କୁ ବଦଳି କରି ଦିଆଯାଇଛି। କନିଷ୍ଠ ଯନ୍ତ୍ରୀ ପ୍ରଦ୍ୟୋତ କୁମାର ସାହୁଙ୍କୁ ନିଲମ୍ବିତ କରାଯାଇଛି। ଯନ୍ତ୍ରୀ ପ୍ରଦ୍ୟୋତ ଏବଂ ସର୍ଭିସ ପ୍ରୋଭାଇଡର ଦୀପକ ନାୟକଙ୍କ ବିରୋଧରେ ସିଏମ୍‌ସି ପକ୍ଷରୁ ଥାନାରେ ଏତଲା ଦିଆଯାଇଛି। ଅପରପକ୍ଷେ ଦୁର୍ଘଟଣାରେ ମୃତକଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀ ଗଭୀର ସମବେଦନା ଜଣାଇବା ସହ ସେମାନଙ୍କ ଆତ୍ମୀୟଙ୍କ ଲାଗି ୧୦ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି। ଏହାସହ ଚିକିତ୍ସାଧୀନ ଥିବା ଡି. ଶିବାଙ୍କ ଲାଗି ୨ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କରିଛନ୍ତି। ସୂଚନାଯୋଗ୍ୟ, ଗତ ଗୁରୁବାର ସ୍ବେରେଜ ସଫେଇ ବେଳେ ଶ୍ୱାସରୁଦ୍ଧ ହୋଇ କଟକ ମେରିଆ ବଜାର ମକରାବାଗ୍‌ ସାହିର ପି. ଶଙ୍କର (୨୩), ବଡମ୍ବା ଅଞ୍ଚଳର ବିଷ୍ଣୁ ନାୟକ (୨୨)ଙ୍କ ମୃତ୍ୟୁ ଘଟିଥିଲା। ମକରାବାଗ୍‌ ସାହିର ଡି. ଶିବା ଗୁରୁତର ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

୧୮ ଘଣ୍ଟା ଧରି ଶୁଟିଂ କଲେ ପ୍ରୀତି ଜିଣ୍ଟା: ପଛରେ କାରଣ ଜାଣିଲେ…

ଦୀର୍ଘ ଦିନ ପରେ ଅଭିନେତ୍ରୀ ପ୍ରୀତି ଜିଣ୍ଟା ‘ପାର୍ଟିସନ ୧୯୪୭’ ସହିତ ବଡ଼ ପରଦାକୁ ଫେରିଛନ୍ତି। ଚଳିତ ବର୍ଷ ତାଙ୍କର ଦ୍ୱିତୀୟ ଫିଲ୍ମ ରିଲିଜ ଅପେକ୍ଷାରେ ଅଛନ୍ତି।…

ଆଜିଠୁ ଆରମ୍ଭ ହେଲା ମାଗଣା LPG ସିଲିଣ୍ଡର ଯୋଜନା; ବର୍ଷକୁ ମିଳିବ ୩ଟି ସିଲିଣ୍ଡର, ଖାତାକୁ ଆସିବ ୩ହଜାର ଟଙ୍କା

ନୂଆଦିଲ୍‌ଲୀ,୫।୯: ରନ୍ଧନ ଗ୍ୟାସ ସିଲିଣ୍ଡରର ବଢ଼ୁଥିବା ଦର ଯୋଗୁଁ ଚିନ୍ତିତ ଥିବା ପରିବାରଗୁଡ଼ିକ ପାଇଁ ଏକ ବଡ଼ ଖୁସି ଖବର ଆସିଛି! ଯଦି ଆପଣଙ୍କ ଘରେ ମଧ୍ୟ…

ରୋହିତ ଶର୍ମାଙ୍କ ଭବିଷ୍ୟତ ବିଷୟରେ BCCI କେବେ ନେବ ନିଷ୍ପତ୍ତି? ସାମ୍ନାକୁ ଆସିଲା ତାରିଖ

ନୂଆଦିଲ୍ଲୀ,୫।୯: ଭାରତୀୟ ODI ଦଳରେ ରୋହିତ ଶର୍ମାଙ୍କ ଭବିଷ୍ୟତ କ’ଣ ଅଛି, ଏବଂ ସେ କ’ଣ 2027 ODI ବିଶ୍ୱକପ ପାଇଁ ଯୋଜନାର ଅଂଶ ହେବେ? ଏହି…

ଜୁନ୍‌ରେ ଅବସରପ୍ରାପ୍ତ ଶିକ୍ଷକଙ୍କ ଘରୁ ଚୋରି କରିଥିଲେ ଲକ୍ଷାଧିକ ଟଙ୍କାର ସୁନାଗହଣା: ୨ ଜଣଙ୍କୁ ଧରି…

ଝରିଗାଁ,୫ା୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପୋଲିସକୁ ମିଳିଛି ବଡ଼ ସଫଳତା। ଝରିଗାଁ ଥାନା ଅଞ୍ଚଳରେ ଗତ ଜୁନ୍‌ ମାସରେ ଲକ୍ଷାଧିକ ଟଙ୍କା ସହ ସୁନା…

ପରିବାରରୁ ଅଲଗା ରାସନ କାର୍ଡ କିପରି କରିବେ? ଅବିବାହିତଙ୍କ ପାଇଁ କ’ଣ ରହିଛି ନିୟମ, ଜାଣନ୍ତୁ ସମ୍ପୂର୍ଣ୍ଣ ପ୍ରକ୍ରିୟା

ନୂଆଦିଲ୍ଲୀ,୫।୯:ରାସନ କାର୍ଡ କେବଳ ଶସ୍ତାରେ ରାସନ ପାଇବାର ମାଧ୍ୟମ ନୁହେଁ, ବରଂ ଏହା ଏକ ଗୁରୁତ୍ୱପୂର୍ଣ୍ଣ ସରକାରୀ ପରିଚୟପତ୍ର ଏବଂ ଠିକଣା ପ୍ରମାଣପତ୍ର (Address Proof) ଭାବରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri