Posted inଜାତୀୟ

ପୁଣି କରୋନା ଆକ୍ରାନ୍ତ ହେଲେ ବିହାର ମୁଖ୍ୟମନ୍ତ୍ରୀ

ପାଟନା,୨୬।୭: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ପୁଣି ଥରେ କରୋନା ପଜିଟିଭ ହୋଇଛନ୍ତି। ଗତ ଦୁଇ ଦିନ ଧରି ନୀତୀଶ କୁମାର ଜ୍ୱରରେ ପୀଡିତ ଥିଲେ। କରୋନା ପରୀକ୍ଷା ଟେଷ୍ଟ କରିବା ପରେ ସେ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏ ନେଇ ମଙ୍ଗଳବାର ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।
କରୋନା ରିପୋର୍ଟ ପଜିଟିଭ୍‌ ଆସିବା ପରେ ମୁଖ୍ୟମନ୍ତ୍ରୀ ଆଇସୋଲେସନରେ ଅଛନ୍ତି। ତାଙ୍କୁ ଡାକ୍ତରମାନେ ବିଶ୍ରାମ ନେବାକୁ ପରାମର୍ଶ ଦେଇଛନ୍ତି। ଏଥି ସହିତ ଗତ ଦୁଇ-ତିନି ଦିନ ମଧ୍ୟରେ ତାଙ୍କ ସହ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତି ମଧ୍ୟ କରୋନା ଟେଷ୍ଟ କରିବା ଉଚିତ ବୋଲି କୁହାଯାଇଛି।
ନୀତୀଶ କୁମାର ଏହା ପୂର୍ବରୁ ମଧ୍ୟ କରୋନା ଆକ୍ରାନ୍ତ ହୋଇଥିଲେ। ଗତ ଜାନୁଆରୀ ୧୦ରେ ତାଙ୍କ କରୋନା ରିପୋର୍ଟ ପଜିଟିଭ୍‌ ଆସିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ତେଲରେ ମିଶ୍ରଣ ଅଭିଯୋଗରେ ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ: ୨୫୭୩ ପେଟ୍ରୋଲ ପମ୍ପ ଉପରେ ଲାଗିଲା ରୋକ, ତାଲିକାରେ…

ନୂଆଦିଲ୍ଲୀ,୨୯।୮: ଦେଶରେ ମିଶ୍ରିତ ପେଟ୍ରୋଲ ବିକ୍ରି କରୁଥିବା ପେଟ୍ରୋଲ ପମ୍ପ ବିରୋଧରେ କେନ୍ଦ୍ର ସରକାର ବଡ଼ ପଦକ୍ଷେପ ନେଇଛନ୍ତି। ଦୀର୍ଘଦିନ ଧରି ପେଟ୍ରୋଲରେ ମିଶ୍ରଣ ଏବଂ ଏହା…

ସ୍କୁଲ ଛାତରୁ ପାଣି ଗଳୁଛି, ରାସ୍ତା ନାହିଁ: ଖବରଦାତାଙ୍କୁ ବାହାରକରି ଗେଟ୍‌ରେ ତାଲା ପକାଇଦେଲେ ପ୍ରଧାନ ଶିକ୍ଷୟିତ୍ରୀ

ଆନନ୍ଦପୁର,୨୯ା୮(ସୁଶାନ୍ତ କୁମାର ସାହୁ):କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶାଳବଣି ପଞ୍ଚାୟତ ବାଲିପଶିସ୍ଥିତ ସରକାରୀ ପ୍ରାଥମିକ ବିଦ୍ୟାଳୟ ଦୟନୀୟ ଅବସ୍ଥାରେ ଚାଲିଛି। ପରିବେଶ ସଫା କରାଯାଉ ନ ଥିବା…

ମୃତଦେହ ରଖିବାକୁ ସ୍ଥାନାଭାବ

କାଠମାଣ୍ଡୁ,୨୯ା୮: ନେପାଳ ବନ୍ୟାରେ ୫୪୭ରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ସହ ଅନେକ ନିଖୋଜ ଥିବାବେଳେ ଭୋଟେକୋଶୀ ଏବଂ ତ୍ରିଶୂଳୀ ନଦୀ ପ୍ରଣାଳୀରୁ ବାହାର କରାଯାଇଥିବା ମୃତଦେହଗୁଡ଼ିକୁ ରଖିବା…

ମାଲିକ ଆଖି ମିଟିକାଇଲେ ଅନୁକରଣ କରନ୍ତି କୁକୁର: ସାମ୍ନାକୁ ଆସିଲା ଚମକପ୍ରଦ ଘଟଣା

ସିଡ୍‌ନୀ/ଲଣ୍ଡନ,୨୯ା୮: କୁକୁର ଏବଂ ମଣିଷଙ୍କ ସମ୍ପର୍କକୁ ନେଇ ଏକ ଚମକପ୍ରଦ ଗବେଷଣା ସାମ୍ନାକୁ ଆସିଛି। ମାଲିକ ଆଖିପତା ପକାଇବା ବା ଆଖି ମିଟିକାଇବା (ବ୍ଲିକିଂ) ଦେଖିଲେ କୁକୁରମାନେ…

ପୁସ୍ତକ ପ୍ରତ୍ୟାହାର ଅଭିଯୋଗକୁ ଫେଙ୍ଗୁଇନ୍‌ ଇଣ୍ଡିଆର ଖଣ୍ଡନ

ନୂଆଦିଲ୍ଲୀ, ୨୯।୮: କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀଙ୍କ ବହୁଚର୍ଚ୍ଚିତ ଜୀବନୀ ‘ବିଲଙ୍ଗିଙ୍ଗ୍‌:ଏ ଜର୍ଣ୍ଣି ଅଫ୍‌ ଲଭ୍‌’ ପ୍ରକାଶନକୁ ନେଇ ଆସିଥିବା ସମସ୍ତ ଗଣମାଧ୍ୟମ ରିପୋର୍ଟକୁ ପେଙ୍ଗୁଇନ ରାଣ୍ଡମ…

ଗ୍ରାହକଙ୍କ ଉପରେ ମହଙ୍ଗା ମାଡ଼: ଆଜି ପୁଣି ବଢ଼ିଲା CNG ଦାମ୍‌, ଜାଣନ୍ତୁ କେତେ…

ନୂଆଦିଲ୍ଲୀ,୨୯।୮: ଇରାନ ଓ ଆମେରିକା ମଧ୍ୟରେ ଚାଲିଥିବା ଯୁଦ୍ଧର ପ୍ରଭାବ ଏବେ ସାଧାରଣ ଲୋକଙ୍କ ଉପରେ ପଡ଼ୁଛି। ଦେଶରେ ଲଗାତାର ବଢ଼ୁଥିବା ଦର ମଧ୍ୟରେ IGL ପୁଣିଥରେ…

ନେପାଳ ବନ୍ୟା: ମୃତ୍ୟୁ ସଂଖ୍ୟା ୫୭୯, ଏବେବି ୩୨୦ ଭାରତୀୟ ନିଖୋଜ

କାଠମାଣ୍ଡୁ,୨୯ା୮: କେନ୍ଦ୍ରୀୟ ନେପାଳରେ ବୁଧବାର ଗ୍ଲେସିୟର ଧସି ହଠାତ୍‌ ଭୀଷଣ ବନ୍ୟା ମାଡ଼ିଆସିବାରୁ ରାସୁଓ୍ବା ଓ ଅନ୍ୟ ଅଞ୍ଚଳଗୁଡ଼ିକରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ୫୭୯ ଜଣଙ୍କ ମୃତଦେହ…

ମହାକାଶରେ ଫେଣା ତିଆରିକଲେ ୩,୩୦୧ ମହୁମାଛି

ୱାଶିଂଟନ, ୨୯ା୮: ବିଜ୍ଞାନ ଜଗତରେ ଅନେକ ଅଦ୍ଭୁତ ପରୀକ୍ଷଣ କରାଯାଇଛି, କିନ୍ତୁ ମହାକାଶକୁ ମହୁମାଛି ପଠାଇବା ସବୁଠାରୁ ନିଆରା ଥିଲା। ଆମେରିକାର ଜାତୀୟ ମହାକାଶ ସଂସ୍ଥା ‘ନାସା’…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri