କନ୍ଧମାଳରେ ମୁଖ୍ୟମନ୍ତ୍ରୀ

ଫୁଲବାଣୀ ଅଫିସ,୨୨।୧୧: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର କନ୍ଧମାଳ ଷ୍ଟାଡିୟମରେ ପହଞ୍ଚିଛନ୍ତି। ପରେ ବିଜୁ ସ୍ବାସ୍ଥ୍ୟ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ କାର୍ଡ ବଣ୍ଟନ କାର୍ଯ୍ୟକ୍ରମ ରହିଛି। ପ୍ରାୟ ୩୦୦ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍‌ଘାଟନ କରିବେ। ଜିଲାର ୧ ଲକ୍ଷ ୬୭ ହଜାର ହିତାଧିକାରୀଙ୍କୁ ସ୍ବାସ୍ଥ୍ୟ କାର୍ଡ ବଣ୍ଟନ କରାଯିବ। ଏହି କାର୍ଯ୍ୟକ୍ରମରେ ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନା, କନ୍ଧମାଳ ଏମ୍‌ପି ଡ. ଅଚ୍ୟୁତ ସାମନ୍ତ, ମନ୍ତ୍ରୀ ଜ୍ୟୋତି ପାଣିଗ୍ରାହୀ, ବିଧାୟକ ପ୍ରଣବ ପ୍ରକାଶ ଦାସ, ଫୁଲବାଣୀ ବିଧାୟକ ଅଙ୍ଗଦ କହଁର ପ୍ରମୁଖ ଉପସ୍ଥିତ ଅଛନ୍ତି। ସୁରକ୍ଷା ଦୃଷ୍ଟିରୁ ପୋଲିସ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି।