Posted inଜାତୀୟ

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଶିବକୁମାର, ଉପହାର ଦେଇ କହିଲେ…

ନୂଆଦିଲ୍ଲୀ,୧୨।୬(ପି.ଟି.): କର୍ନାଟକ ମୁଖ୍ୟମନ୍ତ୍ରୀ ଡି. କେ. ଶିବକୁମାର ଗୁରୁବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଛନ୍ତି । ଉଭୟ ନେତାଙ୍କ ମଧ୍ୟରେ ରାଜ୍ୟର ବିକାଶମୂଳକ ପ୍ରାଥମିକତା ଉପରେ ଏକ ଗଠନମୂଳକ ଆଲୋଚନା ହୋଇଛି। ୩ ଜୁନ୍‌ର ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିବା ପରେ ପ୍ରଧାନମନ୍ତ୍ରୀଙ୍କ ସହ ଶିବକୁମାରଙ୍କର ଏହା ପ୍ରଥମ ସାକ୍ଷାତ୍‌ ଥିଲା। ପିଏମ୍‌ଓ ‘X’ ରେ ଏକ ପୋଷ୍ଟ କରି କହିଛି, ‘କର୍ନାଟକର ମୁଖ୍ୟମନ୍ତ୍ରୀ ଶିବକୁମାର ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଛନ୍ତି’।
ଶିବକୁମାର କହିଛନ୍ତି, ଭିତ୍ତିଭୂମି, ପୁଞ୍ଜିନିବେଶ, ସହରୀ ଗତିଶୀଳତା, ଜଳସେଚନ, ଅଭିନବତ୍ୱ ଏବଂ ଲୋକଙ୍କ ଜୀବନକୁ ପ୍ରଭାବିତ କରୁଥିବା କଲ୍ୟାଣକାରୀ ଯୋଜନା ସମେତ କର୍ନାଟକର ବିକାଶମୂଳକ ପ୍ରାଥମିକତା ଉପରେ ମୋଦିଙ୍କ ସହ ତାଙ୍କର ସକାରାତ୍ମକ ଆଲୋଚନା ହୋଇଛି। ସେ ‘X’ ରେ ଏକ ପୋଷ୍ଟରେ କହିଛନ୍ତି, “କର୍ନାଟକର ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିବା ପରେ ପ୍ରଥମ ଥର ପାଇଁ ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲି“। ଶିବକୁମାର କହିଛନ୍ତି, କର୍ନାଟକ ସର୍ବଦା ଭାରତର ଅଭିବୃଦ୍ଧିରେ ଏକ ପ୍ରମୁଖ ଯୋଗଦାନକାରୀ ରହିଆସିଛି।

ବିକାଶକୁ ତ୍ୱରାନ୍ବିତ କରିବା, ଅଧିକ ସୁଯୋଗ ସୃଷ୍ଟି କରିବା ଏବଂ କର୍ନାଟକବାସୀଙ୍କ ଆଶା ଓ ଆକାଂକ୍ଷାକୁ ପୂରଣ କରିବା ପାଇଁ ସହଯୋଗୀ ସଂଘୀୟ ବ୍ୟବସ୍ଥାର ଆଭିମୁଖ୍ୟ ନେଇ କେନ୍ଦ୍ର ସରକାରଙ୍କ ସହ ମିଶି କାମ କରିବାକୁ ସେ ଆଶାବାଦୀ ବୋଲି ଶିବକୁମାର କହିଛନ୍ତି। ନୀତି ଉଲ୍ଲେଖଯୋଗ୍ୟ, ନୀତି ଆୟୋଗ ଗଭର୍ନିଂ କାଉନ୍‌ସିଲର ୧୧ତମ ବୈଠକରେ ଯୋଗଦେବା ପାଇଁ ଶିବକୁମାର ଦିଲ୍ଲୀରେ ଅଛନ୍ତି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବ୍ରିକ୍ସ (BRICS) ସମ୍ମିଳନୀରେ ଆମେରିକା ଉପରେ ବର୍ଷିଲେ ରୁଷିଆ-ଇରାନ; ଆୟୋଜକ ଭାରତ ସମ୍ମୁଖରେ କ’ଣ ରହିଛି ଆହ୍ବାନ? ଜାଣନ୍ତୁ…

ନୂଆଦିଲ୍ଲୀ,୧୨।୯: ରୁଷିଆ ଏବଂ ଇରାନ ଶୁକ୍ରବାର, ଆମେରିକା ଓ ଅନ୍ୟାନ୍ୟ ପାଶ୍ଚାତ୍ୟ ଦେଶ ଦ୍ୱାରା ଲାଗୁ କରାଯାଇଥିବା କଟକଣା ଏବଂ ଆକ୍ରମଣାତ୍ମକ କାର୍ଯ୍ୟକଳାପର ସମାଲୋଚନା କରିଛନ୍ତି। ସେମାନେ…

ରିସର୍ଟରେ ଲାଗିଲା ନିଆଁ: ହଠାତ୍‌ ପ୍ରଚଣ୍ଡ ଶବ୍ଦ ହେବାରୁ ପର୍ଯ୍ୟଟକ ଛାନିଆ

ଦାରିଙ୍ଗବାଡ଼ି,୧୨।୯(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ କିରିକୁଟି ପଞ୍ଚାୟତ ଅଞ୍ଚଳରେ ଥିବା ଏକ ଘରୋଇ ରିସର୍ଟର ଗୋଟିଏ କଟେଜରେ ଅଗ୍ନିକାଣ୍ଡ ଘଟି ଏହା ସମ୍ପୂର୍ଣ୍ଣ ଜଳିପୋଡ଼ି…

ଯୁବକଙ୍କୁ ୧୭ଥର ଛୁରି ଭୁସିଲେ ସହଯୋଗୀ: ଆଉ ତା’ପରେ ଘଟିଲା…

ନୂଆଦିଲ୍ଲୀ,୧୨ା୯ :ପୂର୍ବ ଦିଲ୍ଲୀର ମାଣ୍ଡଓ୍ବାଲି ଅଞ୍ଚଳରେ ଜଣେ ୨୨ ବର୍ଷୀୟ ଯୁବକଙ୍କୁ ୧୭ ଥର ଛୁରାମାଡ଼ ହେବାରୁ ତାଙ୍କର ମୃତ୍ୟୁ ଘଟିଥିବା ଶୁକ୍ରବାର ପୋଲିସ କହିଛି। ପୋଲିସ…

BRICS Summit: ବିଦେଶୀ ନେତା ଓ ତାଙ୍କ ବଡ଼ ଟିମ୍‌ର ଖର୍ଚ୍ଚ ଉଠାଏ କିଏ? କାହା ପକେଟରୁ ଯାଏ କୋଟି କୋଟି ଟଙ୍କା, ଜାଣନ୍ତୁ…

ନୂଆଦିଲ୍ଲୀ,୧୨।୯: ରାଜଧାନୀ ଦିଲ୍ଲୀ ସେପ୍ଟେମ୍ୱର ୧୨ ଏବଂ ୧୩ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ବ୍ରିକ୍ସ (BRICS) ଶିଖର ସମ୍ମିଳନୀର ଆୟୋଜନ ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ। ରୁଷିଆ…

ଆଲୁମିନି କନେକ୍ଟ କ୍ୟାମ୍ପେନ ଉଦ୍‌ଘାଟିତ: ପୁରାତନ ଛାତ୍ରୀଙ୍କୁ ଦୃଢ଼ ନେଟୱର୍କରେ ଯୋଡ଼ିବା ଲକ୍ଷ୍ୟ

ଭଞ୍ଜନଗର,୧୧।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ନିର୍ଦ୍ଦେଶକ୍ରମେ ‘ଆମ ଗୌରବ ଆମ କଲେଜ ପରିଚାଳନା ସଂଗଠନ’ ଆନୁକୂଲ୍ୟରେ ଆଲୁମିନି…

ମହେନ୍ଦ୍ରତନୟା ଗାଧୋଇବାକୁ ଯାଇଥିଲେ ଦୁର୍ଗା: ହଠାତ୍‌ ଘଟିଲା…

ପାରଳାଖେମୁଣ୍ଡି,୧୨।୯(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଅମରା ନିକଟ ମହେନ୍ଦ୍ରତନୟା ନଦୀରେ ଗାଧୋଇବାବେଳେ ଜଣେ ବୃଦ୍ଧ ଭାସିଯାଇ ନିଖୋଜ ହୋଇଛନ୍ତି। ସେ ହେଲେ ଦୁର୍ଗା ପ୍ରସାଦ ପାଣିଗ୍ରାହୀ…

ଭାରତରେ ନିଜ ଟଏଲଟ୍‌ ଧରି ବୁଲୁଛନ୍ତି ସି ଜିନପିଙ୍ଗ୍‌, କାରଣ ଜାଣିଲେ ହୋସ୍‌ ଉଡିବ

ନୂଆଦିଲ୍‌ଲୀ,୧୨।୯: ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଯେତେବେଳେ କୌଣସି ବିଦେଶ ଗସ୍ତରେ ଯାଆନ୍ତି, ସେତେବେଳେ ତାଙ୍କର ସୁରକ୍ଷା ବ୍ୟବସ୍ଥା ତାଙ୍କ ଦୈନନ୍ଦିନ ଜୀବନର ସବୁଠାରୁ ବ୍ୟକ୍ତିଗତ ଦିଗ…

ଆଜି ବ୍ରିକ୍ସ ସମ୍ମିଳନୀ: ଦିଲ୍ଲୀରେ ପହଞ୍ଚିଲେ ବିଶ୍ୱ ନେତା

ନୂଆଦିଲ୍ଲୀ,୧୨ା୯ (ପି.ଟି.):ନୂଆଦିଲ୍ଲୀର ପ୍ରଗତି ମଇଦାନସ୍ଥିତ ଭାରତ ମଣ୍ଡପମ୍‌ଠାରେ ଶନିବାରଠାରୁ ୨ ଦିନ ଧରି ୧୮ତମ ବ୍ରିକ୍ସ ସମ୍ମିଳନୀ ଅନୁଷ୍ଠିତ ହେବାକୁ ଯାଉଛି। ଏଥିପାଇଁ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?