ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ନିପ୍ପନ ଷ୍ଟିଲ୍‌ ମୁଖ୍ୟ

ଭୁବନେଶ୍ୱର,୫।୪(ବ୍ୟୁରୋ): ଓଡ଼ିଶାରେ ପୁଞ୍ଜି ନିବେଶ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିପ୍ପନ ଷ୍ଟିଲ୍‌କୁ ଆମନ୍ତ୍ରଣ କରିଛନ୍ତି। ସମସ୍ତ ପ୍ରକାର ସହାୟତା ଯୋଗାଇ ଦେବାକୁ ପ୍ରତିଶ୍ରୁତି ଦେଇଛନ୍ତି। ନିପ୍ପନ ଷ୍ଟିଲ୍‌ କର୍ପୋରେଶନର ନିର୍ଦ୍ଦେଶକ ତଥା ଅଧ୍ୟକ୍ଷ ଇଜି ହାସିମୋତୋଙ୍କ ସହ ନବୀନ ମଙ୍ଗଳବାର ଓ୍ବାନ୍‌ ଟୁ ଓ୍ବାନ୍‌ ଆଲୋଚନା କରିଛନ୍ତି। ନିପ୍ପନ ଷ୍ଟିଲ୍‌ ଓଡ଼ିଶାରେ ୩୦ ନିୟୁତ ପାଉଣ୍ଡର ପୁଞ୍ଜି ନିବେଶ କରିବ ବୋଲି କମ୍ପାନୀର ମୁଖ୍ୟ ଇଜି ହାସିମୋତୋ ମୁଖ୍ୟମନ୍ତ୍ରୀଙ୍କୁ ଭରସା ଦେଇଛନ୍ତି। ଜାପାନ ଗସ୍ତରେ
ଥିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ
ଭବ୍ୟ ସ୍ବାଗତ କରାଯାଇଛି। ଟୋକିଓରେ ପହଞ୍ଚିବା ପରେ ଭାରତୀୟ ରାଷ୍ଟ୍ରଦୂତ ଶିବି
ଜର୍ଜ ଓ ଦୂତାବାସ ଅଧିକାରୀମାନେ ମୁଖ୍ୟମନ୍ତ୍ରୀଙ୍କୁ ସ୍ବାଗତ କରିଛନ୍ତି। ନବୀନଙ୍କ ସହ ଶିଳ୍ପମନ୍ତ୍ରୀ ପ୍ରତାପ କେଶରୀ ଦେବ ଜାପାନ ଗସ୍ତରେ ଅଛନ୍ତି। ଏଥିସହ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା, ଶିଳ୍ପ ସଚିବ ହେମନ୍ତ ଶର୍ମା, ଇଲେକ୍ଟ୍ରୋନିକ୍ସ ଓ ଆଇଟି ସଚିବ ମନୋଜ ମିଶ୍ର, ୫-ଟି ସଚିବ ଭି.କେ. ପାଣ୍ଡିଆନ, କ୍ରୀଡ଼ା ଓ ଯୁବ ବ୍ୟାପାର ସଚିବ ଆର. ଭିନିଲ କ୍ରିଷ୍ଣା ଗସ୍ତରେ ସାମିଲ ହୋଇଛନ୍ତି।
ବୁଧବାର ଓଡ଼ିଶା ବିଜ୍‌ନେସ ମିଟ୍‌କୁ ମୁଖ୍ୟମନ୍ତ୍ରୀ ସମ୍ବୋଧନ କରିବେ। ଆର୍ସେଲର ମିତ୍ତଲ-ନିପ୍ପନ ଷ୍ଟିଲ୍‌ ଭଳି ଦୁଇଟି ବୃହତ୍‌ କମ୍ପାନୀ ଓଡ଼ିଶାରେ ପୁଞ୍ଜି ନିବେଶ କରିଛନ୍ତି। ନିପ୍ପନ ଷ୍ଟିଲ୍‌ କେନ୍ଦ୍ରାପଡ଼ାରେ ୨୪ ନିୟୁତ ଟନ୍‌ ଇସ୍ପାତ ପ୍ଲାଣ୍ଟ ସ୍ଥାପନ କରିବ। ସେହିପରି ଏଏମ୍‌ଏନ୍‌ଏସ୍‌ ୧ଲକ୍ଷ କୋଟି ଟଙ୍କାର ପୁଞ୍ଜି ନିବେଶ କରିବାକୁ ଯୋଜନା କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷେ ନପୂରୁଣୁ ଭୁଶୁଡ଼ିଲା ପୋଲର ଗାର୍ଡ ୱାଲ୍, ରାସ୍ତାରେ ଫାଟକୁ ନେଇ ଜନଅସନ୍ତୋଷ

ଥୁଆମୂଳ ରାମପୁର, ୮ା୭ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ଓଡ୍ରୀ ଗ୍ରାମପଞ୍ଚାୟତର ଦୋଳଗୁଡ଼ା ଠାରେ ବ୍ୟାପକ ସରକାରୀ ଅନୁଦାନ ହରିଲୁଟ୍‌ର ଚିତ୍ର…

ବଦଳିବ ଗ୍ରାମୀଣ ଚେହେରା, ଆଦର୍ଶ ଗ୍ରାମ ଯୋଜନାରେ ଗଞ୍ଜାମ ଜିଲାର ୧୮୧ ଗାଁ

ଛତ୍ରପୁର,୮।୭(ଦିଲ୍ଲୀପ ସାମଲ): ଭାରତ ସରକାରଙ୍କ ସାମାଜିକ ନ୍ୟାୟ ଏବଂ ସଶକ୍ତୀକରଣ ବିଭାଗ ମନ୍ତ୍ରଣାଳୟର ପ୍ରଧାନମନ୍ତ୍ରୀ ଆଦର୍ଶ ଗ୍ରାମ ଯୋଜନାରେ ଗତ ୯ ଟି ଆର୍ଥିକ ବର୍ଷର ଗଞ୍ଜାମ…

ମୁଖ୍ୟରାସ୍ତା ପାର୍ଶ୍ବରେ ମଦ ଦୋକାନ ଖୋଲିବାକୁ ବିରୋଧ, ଅବକାରୀ-ଥାନାରେ ଅଭିଯୋଗ

କେସିଙ୍ଗା,୮।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ଓ ବଲାଙ୍ଗୀର ଜିଲାକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତା ପାର୍ଶ୍ଵରେ ନିଶାନ୍ତ ବାର ଖୋଲିବାକୁ ୱାର୍ଡବାସୀ ବିରୋଧ କରି ଜିଲାପାଳ, ଜିଲା…

ବନ୍ୟା ପରିଚାଳନା ନେଇ ଓଡ଼ିଶା-ଛତିଶଗଡ଼ ମଧ୍ୟରେ ଆଲୋଚନା, ଅଣମୌସୁମୀ ଜଳ ବିବାଦ ପ୍ରଶ୍ନରେ ଚୁପ୍ ରହିଲେ ଛତିଶଗଡ଼ ଅଧିକାରୀ

​ସମ୍ବଲପୁର,୮।୭(ପ୍ରମୋଦ ବହିଦାର): ହୀରାକୁଦ ଅଶୋକ ନିବାସଠାରେ ବୁଧବାର ଓଡ଼ିଶା ଏବଂ ଛତିଶଗଡ଼ ଜଳସମ୍ପଦ ବିଭାଗ ସମେତ କେନ୍ଦ୍ରୀୟ ଜଳ ଆୟୋଗ (ସିଡବ୍ଲ୍ଯୁସି)ର ବରିଷ୍ଠ ଅଧିକାରୀମାନଙ୍କ ମଧ୍ୟରେ ଏକ…

ସମ୍ବଲପୁର ଆଞ୍ଚଳିକ ସୁଭଦ୍ରା ଶକ୍ତି ଭିଜନ ସମ୍ମିଳନୀରେ ଯୋଗଦେଲେ ଉପମୁଖ୍ୟମନ୍ତ୍ରୀ, ମହିଳାଙ୍କୁ କହିଲେ ଇନଷ୍ଟାଗ୍ରାମରେ….

ସମ୍ବଲପୁର,୮।୭(ପ୍ରମୋଦ ବହିଦାର): ସମ୍ପ୍ରତ୍ତି କେବଳ ମହିଳାଙ୍କ ବିକାଶ ନୁହେଁ, ବରଂ ମହିଳାମାନଙ୍କ ନେତୃତ୍ୱରେ ସମାଜର ସର୍ବାଙ୍ଗୀନ ବିକାଶ ହେଉଛି। ମହିଳାଙ୍କ ବିକାଶରେ ମିଶନ ଶକ୍ତି ଓ ସୁଭଦ୍ରା…

ଚୌଦ୍ୱାର ବିଜେଡିରେ ବିଦ୍ରୋହ: ଦଳ ଛାଡ଼ିଲେ କାଉନସିଲର ସୁବ୍ରତ ସାମଲ, ଦର୍ଶାଇଲେ ଏହି କାରଣ

ଚୌଦ୍ବାର,୮।୭: ବିଜେଡିରୁ ଇସ୍ତଫା ଦେଲେ ଚୌଦ୍ୱାର ୧୨ନଂ ୱାର୍ଡ କାଉନସିଲର । ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ସୁବ୍ରତ ସାମଲ ଇସ୍ତଫା ପତ୍ର ପଠାଇଛନ୍ତି । ତାଙ୍କର…

ଭୁବନେଶ୍ୱର କୋର୍ଟକୁ ବୋମା ଧମକ, ବ୍ୟାପକ ସୁରକ୍ଷା ବ୍ୟବସ୍ଥା; ବୋମା ନିଷ୍କ୍ରିୟକାରୀ ଦଳର ଛାନଭିନ୍ ଜାରି

ଭୁବନେଶ୍ୱର, ୮।୭: ରାଜଧାନୀ ଭୁବନେଶ୍ୱର କୋର୍ଟକୁ ବୋମା ଧମକ ମିଳିବା ପରେ ସମଗ୍ର କୋର୍ଟ ପରିସରରେ ହାଇ ଆଲର୍ଟ ଜାରି କରାଯାଇଛି। ଧମକ ଖବର ପାଇବା ମାତ୍ରେ…

ନୂତନ ବନାଞ୍ଚଳ ଅଧିକାରୀଙ୍କ କାର୍ଯ୍ୟରେ ଯୋଗଦାନ, କହିଲେ ଜଙ୍ଗଲ ସୁରକ୍ଷା ପ୍ରତି ଗୁରୁତ୍ୱ ଦେବା ସହ ନିୟମିତ…

ଦାରିଙ୍ଗବାଡ଼ି,୮ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବନାଞ୍ଚଳରେ ନୂତନ ଭାବେ ବନାଞ୍ଚଳ ଅଧିକାରୀ ଲକ୍ଷ୍ମୀନାରାୟଣ ପଣ୍ଡା କାର୍ଯ୍ୟରେ ଯୋଗଦାନ କରିଛନ୍ତି। ସେ କାର୍ଯ୍ୟରେ ଯୋଗଦେବା ପରେ ବନାଞ୍ଚଳର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri