୩ ଦିନିଆ ମୁମ୍ବାଇ ଗସ୍ତରେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୩ା୯(ବ୍ୟୁରୋ)-ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାରଠାରୁ ୩ ଦିନିଆ ମୁମ୍ବାଇ ଗସ୍ତରେ ଯାଇଛନ୍ତି। ବୁଧବାର ମୁମ୍ବାଇରେ ଆୟୋଜିତ ଓଡ଼ିଶା ଇନ୍‌ଭେଷ୍ଟର୍ସ ମିଟ୍‌ରେ ଯୋଗଦେବେ । ଦେଶର ଖ୍ୟାତନାମା ଶିଳ୍ପପତିଙ୍କୁ ସେଠାକୁ ଆମନ୍ତ୍ରିତ କରାଯାଇଛି । ଏହାପରେ ସେଠାରେ ଏକ ରୋଡ୍‌ ଶୋ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ଶିଳ୍ପପତିମାନଙ୍କ ସହ ମୁଖ୍ୟମନ୍ତ୍ରୀ ଓ୍ବାନ୍‌ ଟୁ ଓ୍ବାନ୍‌ ଆଲୋଚନା କରି ଓଡ଼ିଶାରେ ପୁଞ୍ଜି ନିବେଶ ପାଇଁ ଅନୁରୋଧ କରିବେ । ମହିନ୍ଦ୍ରା ଗ୍ରୁପ୍‌ର ଅଧ୍ୟକ୍ଷ ଆନନ୍ଦ ମହିନ୍ଦ୍ରା, ଆଦିତ୍ୟ ବିର୍ଲା ଗ୍ରୁପ୍‌ର ଅଧ୍ୟକ୍ଷ କୁମାର ମଙ୍ଗଳମ୍‌ ବିର୍ଲା, ବେଦାନ୍ତ ରିସୋର୍ସ ଚେୟାରମ୍ୟାନ୍‌ ଅନିଲ୍‌ ଅଗ୍ରଓ୍ବାଲ୍‌ ଓ ନିଲକମଲ୍‌ ଲିମିଟେଡ୍‌ର ମ୍ୟାନେଜିଂ ଡାଇରେକ୍ଟର ହିତେନ୍‌ ପାରେଖଙ୍କ ଭଳି ବଡ଼ ବଡ଼ ଶିଳ୍ପପତି ଏହି କାର୍ଯ୍ୟକ୍ରମରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । ଏହାଛଡ଼ା ନବୀନ କେତେକ ବିଶିଷ୍ଟ ବ୍ୟାଙ୍କର୍ସମାନଙ୍କୁ ମଧ୍ୟ ସାକ୍ଷାତ କରିବାର କାର୍ଯ୍ୟକ୍ରମ ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଅଂଶୁଘାତ ନେଲା ଚାଷୀଙ୍କ ଜୀବନ!

ବେଲଗୁଣ୍ଠା,୨୧ା୫(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଳକ୍‌ ଗାଙ୍ଗପୁର ଥାନା ଅନ୍ତର୍ଗତ ପାଇଲିପଡ଼ା ପଞ୍ଚାୟତର ଧାନପୁଞ୍ଜା ଗ୍ରାମରେ ଜଣେ ଭାଗ ଚାଷୀଙ୍କ ଅଂଶୁଘାତରେ ମୃତ୍ୟୁ ହୋଇଥିବା…

ବିଶ୍ୱବିଦ୍ୟାଳୟରେ ବିନା ଅନୁମୋଦନରେ ନିଯୁକ୍ତ କର୍ମଚାରୀ ଛଟେଇ ହେବେ

ଭୁବନେଶ୍ୱର,୨୧ା୫(ସୁଚିସ୍ମିତା ସାହୁ): ରାଜ୍ୟ ସରକାରୀ ବିଶ୍ୱବିଦ୍ୟାଳୟଗୁଡ଼ିକରେ ବେଆଇନ ଭାବେ ନିଯୁକ୍ତ କର୍ମଚାରୀଙ୍କୁ ଛଟେଇ କରାଯିବ। ସେମାନଙ୍କ ନିୟମିତକରଣ ଦାବିକୁ ବିଚାର କରାଯିବ ନାହିଁ। ଏପରି ନିଯୁକ୍ତି ଫଳରେ…

ନାବାଳିକାଙ୍କୁ ବଳାତ୍କାର

ହିଞ୍ଜିଳିକାଟୁ ୨୧।୫(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଶାସନ ଆମ୍ୱଗାଁ ପଞ୍ଚାୟତ ଅଧୀନ ଏକ ଗାଁର ଜଣେ ନାବାଳିକାଙ୍କୁ ପ୍ରଲୋଭନ ଦେଖାଇ ବଳାତ୍କାର ଅଭିଯୋଗରେ ଜଣେ…

ପ୍ଲେଅଫ୍‌ ରେସରୁ ବାଦ୍‌ ପଡ଼ିଲା ଚେନ୍ନାଇ

ଅହମଦାବାଦ, ୨୧ା୫: ଅଧିନାୟକ ଶୁବମନ ଗିଲ୍‌ ଏବଂ ସାଇ ସୁଦର୍ଶନଙ୍କ ଶତକୀୟ ଭାଗୀଦାରି ବଳରେ ଗୁରୁବାର ଅନୁଷ୍ଠିତ ଆଇପିଏଲ୍‌ ମ୍ୟାଚ୍‌ରେ ଗୁଜରାଟ ଜାଏଣ୍ଟ୍ସ ୮୯ ରନରେ ଚେନ୍ନାଇ…

ଷ୍ଟାଡିୟମ ପାଇଁ ହେଲା ଜାଗା ଚିହ୍ନଟ

କର୍ଲାମୁଣ୍ଡା,୨୧ା୫(ପ୍ରଦୀପ କୁମାର ସାହୁ): ରାଜ୍ୟ ସରକାର ପ୍ରତ୍ୟେକ ବ୍ଲକ୍‌ରେ ଷ୍ଟାଡିୟମ ନିର୍ମାଣ ପାଇଁ ଅର୍ଥ ମଞ୍ଜୁର କରିଥିବା ବେଳେ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ରେ ଜାଗା ଚିହ୍ନଟରେ…

ପ୍ରବଳ ଗ୍ରୀଷ୍ମ ପ୍ରବାହ: ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ୨ ଦିନ ବନ୍ଦ

କଟକ, ୨୧।୫ (କାର୍ତ୍ତିକ ସାହୁ): ସାରା ରାଜ୍ୟ ସମେତ କଟକ ଜିଲାରେ ମଧ୍ୟ ଗ୍ରୀଷ୍ମ ପ୍ରବାହ ଓ ପ୍ରବଳ ଖରା ପାଇଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଏହି…

ନ୍‌କଆଉଟ୍‌ କ୍ରିକେଟ ପ୍ରତିଯୋଗିତା: ଚଣାଲିମା ଚାମ୍ପିୟନ

ଲାଞ୍ଜିଗଡ଼,୨୧।୫(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ଼ ନିୟମଗିରି ବେଦାନ୍ତନଗର ଖେଳପଡିଆରେ ଗୋଲଡେନ ସ୍ପୋଟର୍‌ସ କ୍ଳବ ଏବଂ ଲାଞ୍ଜିଗଡ଼ ବେଦାନ୍ତ ଲିମିଟେଡ଼ ମିଳିତ ଆନୁକୂଲ୍ୟରେ…

ଟ୍ରେନ ଧକ୍କାରେ ବୋଲେରୋ ଚୁରମାର: ଗୋପାଳପୁର ପୋର୍ଟ ସ୍ୱତନ୍ତ୍ର ରେଳ ପଥରେ ବଡ଼ ଦୁର୍ଘଟଣା

ଛତ୍ରପୁର, ୨୧।୫ (ଦିଲ୍ଲୀପ ସାମଲ): ଛତ୍ରପୁର ଆର୍ଯ୍ୟପଲ୍ଲୀ ସ୍ଥିତ ଗୋପାଳପୁର ପୋର୍ଟର ସ୍ୱତନ୍ତ୍ର ରେଳ ପଥରେ ଏକ ଭୟାବହ ଦୁର୍ଘଟଣା ଘଟିଯାଇଛି। ଏକ ମାଲବାହୀ ଟ୍ରେନ ଧକ୍କାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri