ଆବୁଧାବି ଗସ୍ତରେ ମୁଖ୍ୟମନ୍ତ୍ରୀ, ଆଜି ଆଇଏଚ୍‌ସିର ବ୍ୟବସାୟିକ ୟୁନିଟ୍‌-ଗ୍ରୁପ୍‌ କମ୍ପାନୀ ସହ କରିବେ ଆଲୋଚନା

ଭୁବନେଶ୍ୱର,୯ା୯(ସୁନିତ୍‌ ମିଶ୍ର): ଓଡ଼ିଶା ସରକାରଙ୍କ ୟୁଏଇ ନିବେଶ ଅଭିଯାନର ଅଂଶ ଭାବେ ୯ ସେପ୍ଟେମ୍ବର ୨୦୨୬ରେ ବ୍ୟବସାୟ ନିବେଶ ଓ କୂଟନୈତିକ କ୍ଷେତ୍ରରେ ଏକାଧିକ ଉଚ୍ଚସ୍ତରୀୟ ଆଲୋଚନା ଓ ବୈଠକ ଅନୁଷ୍ଠିତ ହେବ। ଏହି ପରିପ୍ରେକ୍ଷୀରେ ବ୍ୟବସାୟିକ ୟୁନିଟ୍‌ ଓ ଗ୍ରୁପ କମ୍ପାନୀଗୁଡ଼ିକ ସହ ରାଉଣ୍ଡ ଟେବୁଲ ଆଲୋଚନା
ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ଓଡ଼ିଶା ପ୍ରତିନିଧିମଣ୍ଡଳୀ ‘ଇଣ୍ଟରନ୍ୟାଶନାଲ ହୋଲ୍ଡିଂ କମ୍ପାନୀ (IHC)’ର ବିଭିନ୍ନ ବ୍ୟବସାୟିକ ୟୁନିଟ ଓ ଗ୍ରୁପ କମ୍ପାନୀ ସହ ଆଲୋଚନା କରିବେ । ଓଡ଼ିଶାରେ ନିବେଶର ସୁଯୋଗ ଏବଂ ଶିଳ୍ପ ସହଭାଗିତାକୁ ସୁଦୃଢ଼ କରିବା ଉପରେ ଆଲୋଚନା ହେବ । ‘ଇଣ୍ଡିଆନ ବିଜନେସ୍‌ ଆଣ୍ଡ୍‌ ପ୍ରଫେଶନାଲ ଗ୍ରୁପ (IBPG) ସହ ବୈଠକ ମୁଖ୍ୟମନ୍ତ୍ରୀ ଆବୁଧାବିସ୍ଥିତ ‘ଇଣ୍ଡିଆନ ବିଜନେସ୍‌ ଆଣ୍ଡ ପ୍ରଫେଶନାଲ ଗ୍ରୁପ (IBPG)’ର ସଦସ୍ୟମାନଙ୍କ ସହ ଆଲୋଚନା କରିବେ। ଭାରତ-ୟୁଏଇ ବ୍ୟବସାୟିକ ସମ୍ପର୍କକୁ ଆହୁରି ସୁଦୃଢ଼ କରିବା ସହ ଓଡ଼ିଶାର ନିବେଶ ସମ୍ଭାବନାକୁ ଉପସ୍ଥାପନ କରାଯିବ ।

ବୋରୋଜ୍‌ର ସିଇଓ ହାଜିମ ସୁଲତାନ ଅଲ ସୁଓ୍ବାଇଦିଙ୍କ ସହ ଉଚ୍ଚସ୍ତରୀୟ ଆଲୋଚନା ହେବ। ପେଟ୍ରୋକେମିକାଲ କ୍ଷେତ୍ରରେ ଓଡ଼ିଶାରେ ନିବେଶ ଓ ସହଭାଗିତାର ସୁଯୋଗ ଉପରେ ଆଲୋଚନା କରାଯିବ । ୟୁଏଇର ନିବେଶକାରୀ ସଂସ୍ଥାଗୁଡ଼ିକ ସହ ଆଲୋଚନା ଓଡ଼ିଶା ପ୍ରତିନିଧିମଣ୍ଡଳୀ ୟୁଏଇର ପ୍ରମୁଖ ନିବେଶକାରୀ ସଂସ୍ଥାଗୁଡ଼ିକ ସହ ଆଲୋଚନା କରିବେ। ଓଡ଼ିଶାର ଶିଳ୍ପ କ୍ଷମତା, ଉଦୀୟମାନ କ୍ଷେତ୍ର ଏବଂ ନିବେଶ ସୁଯୋଗ ସମ୍ପର୍କରେ ଅବଗତ କରାଯିବ ।

ଦୁବାଇରେ ଓଡ଼ିଶାର ‘ଏକ ଜିଲା, ଏକ ଉତ୍ପାଦ’ (ODOP) ଅଧୀନରେ ଥିବା ଉତ୍ପାଦଗୁଡ଼ିକର ପ୍ରଦର୍ଶନୀ ଉଦ୍ଘାଟିତ ହେବ। ଏହା ମାଧ୍ୟମରେ ଓଡ଼ିଶାର ପାରମ୍ପରିକ ଉତ୍ପାଦ, ହସ୍ତଶିଳ୍ପ ଏବଂ ସ୍ଥାନୀୟ ଉଦ୍ୟୋଗୀମାନଙ୍କ ଉତ୍ପାଦକୁ ୟୁଏଇ ବଜାରରେ ପ୍ରଦର୍ଶନ କରାଯିବ। ଦୁବାଇସ୍ଥିତ ଭାରତୀୟ କନସୁଲ ଜେନେରାଲଙ୍କ ସହ ବୈଠକ
ମୁଖ୍ୟମନ୍ତ୍ରୀ ଏବଂ ଓଡ଼ିଶା ପ୍ରତିନିଧିମଣ୍ଡଳୀ ଦୁବାଇସ୍ଥିତ ଭାରତୀୟ କନସଲ ଜେନେରାଲ ସହ ବୈଠକ କରିବେ। ଓଡ଼ିଶା-ୟୁଏଇ ସମ୍ପର୍କକୁ ଆହୁରି ମଜଭୁତ କରିବା ସହ ପ୍ରତିଷ୍ଠାନଗତ ଓ ସମୁଦାୟସ୍ତରୀୟ ସମ୍ପର୍କକୁ ସୁଦୃଢ଼ କରିବା ନେଇ ଆଲୋଚନା ହେବ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଧାନ କାଟିବାକୁ ଯାଇଥିବା ନାବାଳିକାଙ୍କୁ ବଳାତ୍କାର, ଜଣେ ନାବାଳକଙ୍କୁ ଅଟକ ରଖି…

ବଞ୍ଚୋ,୯ା୯(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଥାନା ଅଞ୍ଚଳର ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗରେ ଜଣେ ୧୭ ବର୍ଷ ୧୦ ମାସ ବୟସର ନାବାଳକଙ୍କୁ ପୋଲିସ…

ଓଡ଼ିଆ ଶିଶୁ ସାହିତ୍ୟର ଅତୀତ, ବର୍ତ୍ତମାନ ଓ ଭବିଷ୍ୟତ ଉପରେ ଆଲୋଚନା

ଭୁବନେଶ୍ୱର,୯ା୯: ସ୍ଥାନୀୟ ବୁଦ୍ଧମନ୍ଦିର ପରିସରରେ ଓଡ଼ିଶା ସାହିତ୍ୟ ଏକାଡେମୀ ଓ ବଉଳଫୁଲ ଶିଶୁ ସାହିତ୍ୟ ସଂସଦର ମିଳିତ ଆନୁକୂଲ୍ୟରେ ବିଶିଷ୍ଟ ଶିଶୁ ସାହିତି୍ୟକ ତଥା ‘ଗାଁ ଭୂଇଁ’…

ପାଖେଇ ଆସିଲାଣି ଗଣେଶ ପୂଜା, ମୂର୍ତ୍ତି ନିର୍ମାଣରେ ବ୍ୟସ୍ତ କାରିଗର

ରିଷିଡ଼ା,୯ା୯(ସୁଶାନ୍ତ ମଲ୍ଲିକ): ଗଣେଶ ପୂଜା ଉପଲକ୍ଷେ କଳାହାଣ୍ଡି ଜିଲା ଉତ୍ସବ ମୁଖର ହୋଇଉଠିଛି। ବିଶେଷକରି କର୍ଲାମୁଣ୍ତା ବ୍ଲକ ରିଷିଡ଼ା ଅଞ୍ଚଳର ମୂର୍ତ୍ତି କାରିଗରମାନେ ମାଟି ମୂର୍ତ୍ତି ନିର୍ମାଣରେ…

ମୋଦି କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି: ହେଲା ବଡ଼ ଘୋଷଣା, ଓଡ଼ିଶାକୁ…

ନୂଆଦିଲ୍ଲୀ,୯।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବୁଧବାର ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଦେଶର ରେଳ ଭିତ୍ତିଭୂମିକୁ ଆହୁରି ସୁଦୃଢ଼ କରିବା…

ବିଭିନ୍ନ ଦାବିରେ ଉପଜିଲାପାଳ ଅଫିସ ଘେରାଉ କଲା ବିଜେଡି

ପାଟଣାଗଡ଼,୯ା୯(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣାଗଡ଼ରେ ବିଭିନ୍ନ ଦାବି ନେଇ ବୁଧବାର ସ୍ଥାନୀୟ ବିଜେଡି ପକ୍ଷରୁ ଉପଜିଲାପାଳଙ୍କ କାର୍ଯ୍ୟାଳୟକୁ ଘେରାଉ କରାଯାଇଛି। ଏହି ଅବସରରେ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ…

ଭାରତ ରତ୍ନ ସିଏନଆର ରାଓଙ୍କୁ ‘SIR’ ନୋଟିସ: ଭୋଟର ତାଲିକାରେ ନାଁ ଭୁଲ

ବେଙ୍ଗାଲୁରୁ,୯।୯: ଭୋଟର ତାଲିକାରେ ନାଁ ସ୍ପେଲିଂ ବନାନରେ ଅସଙ୍ଗତି ଥିବା ଜଣାପଡ଼ିବା ପରେ ଭାରତ ରତ୍ନ ବିଶିଷ୍ଟ ବୈଜ୍ଞାନିକ ପ୍ରଫେସର ସିଏନଆର ରାଓଙ୍କୁ ନୋଟିସ ଜାରି କରାଯାଇଛି।…

ଅଧ୍ୟାପକ ନିଯୁକ୍ତି ଓ ବିଭିନ୍ନ ଦାବିରେ କଲେଜ ଫାଟକରେ ତାଲା: ଧାରଣାରେ ୫ଶହରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର

ପାଟଣା, ୯/୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟସ୍ଥିତ ଆଞ୍ଚଳିକ ମହାବିଦ୍ୟାଳୟ, ସ୍ୱାମପାଟଣାରେ ଅଧ୍ୟାପକ ନିଯୁକ୍ତି ସହ କଲେଜର ବିଭିନ୍ନ ସମସ୍ୟାର ସମାଧାନ…

ମଦ ନିଶାରେ ବାପାଙ୍କୁ ପିଟି ହତ୍ୟା, ଥାନାରେ ଆତ୍ମସମର୍ପଣ କଲା ପୁଅ

ପାଟଣା, ୯/୯ (ବୀର କିଶୋର ଦାଶ): ପାରିବାରିକ କଳହକୁ କେନ୍ଦ୍ର କରି କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ନୁଆଖମଣ ଗ୍ରାମରେ ଏକ ଅଭାବନୀୟ ହତ୍ୟାକାଣ୍ଡ ଘଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri