ବାଲିଅନ୍ତା ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀଙ୍କ କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ, ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ…

ଭୁବନେଶ୍ୱର, ୯।୫(ସୁନିତ୍‌ ମିଶ୍ର):ବାଲିଅନ୍ତାରେ ସୌମ୍ୟରଞ୍ଜନ ସ୍ବାଇଁଙ୍କୁ ହତ୍ୟା ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ଘଟଣାର ଠିକ୍‌ ଓ ପୁଙ୍ଖାନୁପୁଙ୍ଖ ତଦନ୍ତ କରି ଦୋଷୀମାନଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।
ଲୋକସେବା ଭବନରେ ଶନିବାର ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବାଲିଅନ୍ତାରେ ହୋଇଥିବା ଭିଡ଼ ହତ୍ୟା ଘଟଣାକୁ ନେଇ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଏଭଳି ଘଟଣାର ଯେଭଳି ପୁନରାବୃତ୍ତି ନ ହୁଏ, ସେଥିପାଇଁ ପୋଲିସ ମହାନିର୍ଦ୍ଦେଶକ ସତର୍କ ଓ ସଜାଗ ରହିବା ପାଇଁ ତାଗିଦ କରିଛନ୍ତି।
ରାଜ୍ୟରେ ଆଇନ ଶାସନ ପ୍ରତିଷ୍ଠା ଲାଗି ପୋଲିସ କଠୋରରୁ କଠୋରତମ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶଦାତା ପ୍ରକାଶ ମିଶ୍ର, ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ, ଗୃହ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ହେମନ୍ତ ଶର୍ମା, ପୋଲିସ ମହାନିର୍ଦ୍ଦେଶକ ଓ୍ବାଇ. ବି. ଖୁରାନିଆ, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶାଶ୍ୱତ ମିଶ୍ର, ଗୋଇନ୍ଦା ନିର୍ଦ୍ଦେଶକ ଆର୍‌.ପି. କୋଚ୍ଚେ, ଅତିରିକ୍ତ ମହାନିର୍ଦ୍ଦେଶ ଆଇନ ଶୃଙ୍ଖଳା ସଞ୍ଜୟ କୁମାର, ଏଡିଜି କ୍ରାଇମବ୍ରାଞ୍ଚ ବିନୟତୋଷ ମିଶ୍ର, ପୋଲିସ କମିଶନର ଏସ୍‌. ଦେବଦତ୍ତ ସିଂ ଏବଂ ଡିସିପି ଜଗନମୋହନ ମୀନା ପ୍ରମୁଖ ଉପସ୍ଥିତ ଥିଲେ।
ସୂଚନାଯୋଗ୍ୟ, ବାଲିଅନ୍ତାରେ ଜିଆର୍‌ପି କନଷ୍ଟେବଲ ସୌମ୍ୟରଞ୍ଜନ ସ୍ବାଇଁ ଜଣେ ଝିଅକୁ ରାସ୍ତା ଉପରେ ଖରାପ ବ୍ୟବହାର କରିବା କଥାକୁ ନେଇ ସେଠାରେ ଉପସ୍ଥିତ ଲୋକମାନେ ଉତ୍ତ୍ୟକ୍ତ ହୋଇଯାଇଥିଲେ। ପରବର୍ତ୍ତୀ ସମୟରେ ସ୍ଥାନୀୟ ଲୋକମାନେ ସୌମ୍ୟଙ୍କୁ ପିଟି ପିଟି ହତ୍ୟା କରିଥିବା ଅଭିଯୋଗ ହୋଇଛି। ଏହି ଘଟଣା ସମୟର ଅନେକ ଭିଡିଓ ସମ୍ପୂର୍ଣ୍ଣ ଦେଶ ଭିତରେ ଓ ବାହାରେ ସାମାଜିକ ଗଣମାଧ୍ୟମରେ ଘୂରି ବୁଲୁଛି; ଯାହାକୁ ନେଇ ଓଡ଼ିଶାକୁ ସବୁଆଡୁ ନିନ୍ଦା କରାଯାଉଛି। ଘଟଣା ଦିନ ମୁଖ୍ୟମନ୍ତ୍ରୀ ଦୋଷୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ଶନିବାର ୨ ଦିନିଆ ପଶ୍ଚିମବଙ୍ଗ ଗସ୍ତ ଶେଷକରି ଫେରିବା ପରେ ମୁଖ୍ୟମନ୍ତ୍ରୀ ତୁରନ୍ତ ବୈଠକ ଡକାଇ ଏ ପ୍ରକାର ଘଟଣାର ପୁନରାବୃତ୍ତି ରୋକିବାକୁ କଡ଼ା ନିର୍ଦ୍ଦେଶ ଦେଇଛନ୍ତି।
Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବିଶାଖାପାଟଣାମ୍‌-ଗୋପାଳପୁର ମଧ୍ୟରେ ଅତିକ୍ରମ କରିବ ଗଭୀର ଅବପାତ: କାଲିଠୁ ରାଜ୍ୟରେ ପବନ ସହ ଭୀଷଣ ବର୍ଷା, ୪ ଜିଲାକୁ…

ଭୁବନେଶ୍ୱର, ୨୨ା୯(ବନ୍ଦନା ସେଠୀ) – କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ଥିବା ଅବପାତ ମଙ୍ଗଳବାର ଅପରାହ୍ନ ୫ଟା ୩୦ରେ ଗଭୀର ଅବପାତରେ ପରିଣତ ହୋଇଛି। ସନ୍ଧ୍ୟା ସୁଦ୍ଧା ଏହା…

‘ଧରିତ୍ରୀ’ରେ ଖବର ପ୍ରସାରଣର ବଡ଼ ପ୍ରଭାବ: ଥୁଆମୂଳ ରାମପୁରରେ ଅଟକିଲା ବେଆଇନ ଦାଦନ ବସ୍, ୧୭ ହଜାରରୁ ଊର୍ଦ୍ଧ୍ୱ ଟଙ୍କା ଫାଇନ୍

ଥୁଆମୂଳ ରାମପୁର, ୨୨।୯(ଦୁର୍ଗା କୀର୍ତ୍ତି): ‘ଧରିତ୍ରୀ’ରେ ବେଆଇନ ଦାଦନ ଶ୍ରମିକ ଚାଲାଣ ସମ୍ପର୍କିତ ବିଶେଷ ଖବର ପ୍ରକାଶ ପାଇବା ପରେ ପ୍ରଶାସନିକ କଳ ତତ୍ପର ହୋଇଉଠିଛି। ଜିଲା…

୨ କିଲୋମିଟର ଘୋଷାଡ଼ି ନେଲା ପିକଅପ୍: ଅତାବିରାରେ ମର୍ମନ୍ତୁଦ ଦୁର୍ଘଟଣା, ଚାଲିଗଲା ଜଳଖିଆ ବ୍ୟବସାୟୀଙ୍କ ଜୀବନ

ଅତାବିରା, ୨୨।୯(ଯୁଧିଷ୍ଠିର ମହାପାତ୍ର): ସମ୍ବଲପୁର-ବରଗଡ଼ ୫୩ ନମ୍ବର ଜାତୀୟ ରାଜପଥର ଅତାବିରାରେ ମଙ୍ଗଳବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି। ମୃତ…

ସୁବଳୟା ମହାନଦୀରୁ ଦୁଇ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର: ଗଞ୍ଜେଇ ମାଫିଆ ହୋଇଥିବା ସନ୍ଦେହ, ପରିଚୟ ଖୋଜୁଛି…

ଅମରପାଲି, ୨୨।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଅପରାହ୍ନରେ ଦୁଇଜଣ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି।…

କଳାହାଣ୍ଡିରେ ଲଗାଣ ବର୍ଷାର ତାଣ୍ଡବ: କାଲି ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି, ୨୫ ଯାଏ ସରକାରୀ କର୍ମଚାରୀଙ୍କ…

ଭବାନୀପାଟଣା, ୨୨।୯(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ପ୍ରଭାବରେ କଳାହାଣ୍ଡି ଜିଲାରେ ପ୍ରବଳ ବର୍ଷା ଜାରି ରହିଛି। ମଙ୍ଗଳବାର ସକାଳୁ ଘଡ଼ଘଡ଼ି ଓ ବିଜୁଳି…

ଦିଗପହଣ୍ଡିରେ ଲଗାଣ ବର୍ଷା: ଘୋଡ଼ାହାଡ଼ ନଦୀକୂଳିଆ ଗ୍ରାମବାସୀଙ୍କୁ ଆଲର୍ଟ, ଯେକୌଣସି ମୁହୂର୍ତ୍ତରେ ଖୋଲିପାରେ ଡ୍ୟାମ୍ ଗେଟ୍

ଦିଗପହଣ୍ଡି,୨୨।୯(ଅଶେଷ ନାଥ ମିଶ୍ର): ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅଧିକ ଘନୀଭୂତ ହୋଇ ଘୂର୍ଣ୍ଣିବଳୟରେ ପରିଣତ ହେବା ଫଳରେ ଦିଗପହଣ୍ଡି ଅଞ୍ଚଳରେ ମଙ୍ଗଳବାର ସକାଳୁ ଅବିଶ୍ରାନ୍ତ ବର୍ଷା…

ରାଜ୍ୟ IPS ସ୍ତରରେ ବଡ଼ ଧରଣର ଅଦଳବଦଳ: ସର୍ବଣା ବିବେକ ହେଲେ ଭୁବନେଶ୍ୱର ଡିସିପି, ଅଭିନବ ସୋନକର ବ୍ରହ୍ମପୁର ଏସ୍‌ପି

ଭୁବନେଶ୍ୱର, ୨୨।୯: ରାଜ୍ୟ ପୋଲିସ ପ୍ରଶାସନକୁ ଅଧିକ କ୍ରିୟାଶୀଳ ଓ ସୁଦୃଢ଼ କରିବା ପାଇଁ ରାଜ୍ୟ ସରକାର ଆଇପିଏସ୍ (IPS) ସ୍ତରରେ ଏକ ବଡ଼ ଧରଣର ଅଦଳବଦଳ…

ନୂଆପଡ଼ାରେ ଲଜ୍ଜା, ନାବାଳିକାଙ୍କୁ ଟେକି ନେଇ ବଳାତ୍କାର

ନୂଆପଡ଼ା,୨୨ା୯(ମକାରୁ ବେମାଲ): ନୂଆପଡ଼ା ଜିଲା ବେଲଟୁକୁରି ଥାନା ଅଞ୍ଚଳରେ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗରେ ପୋଲିସ ମଙ୍ଗଳବାର ସମ୍ପୃକ୍ତ ଯୁବକଙ୍କୁ ଗିରଫ କରିଛି। ସେ ହେଲେ ଭାଲେଶ୍ୱର ପଞ୍ଚାୟତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?