ଜୟନ୍ତୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ

ପୁରୁଣା ଭୁବନେଶ୍ୱର,୮ା୧୦(ଡି.ଏନ୍‌.ଏ.):ଜାତୀୟ ମହିଳା କମିଶନର ପ୍ରଥମ ଅଧ୍ୟକ୍ଷା, ପୂର୍ବତନ ଏମ୍‌ପି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ସହଧର୍ମିଣୀ ଜୟନ୍ତୀ ପଟ୍ଟନାୟକଙ୍କ ଏକାଦଶାହ ଶନିବାର ଟଙ୍କପାଣି ରୋଡ୍‌ସ୍ଥିତ ଏକ କଲ୍ୟାଣ ମଣ୍ଡପରେ ଆୟୋଜିତ ହୋଇଛି। ଏହି ଅବସରରେ ସେଠାରେ ଏକ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହୋଇଥିଲା। ଏଥିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେଇ ଜୟନ୍ତୀଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ ପୂର୍ବକ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ। ୫-ଟି ସଚିବ ଭି.କେ.ପାଣ୍ଡିଆନ୍‌ଙ୍କ ସମେତ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ଖଣ୍ଡପଡ଼ା ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକ, ବଡ଼ଚଣା ବିଧାୟକ ଅମର ଶତପଥୀ, ବଡ଼ମ୍ବା ବିଧାୟକ ଦେବୀ ମିଶ୍ର, ପୂର୍ବତନ ଏମ୍‌ପି ପ୍ରସନ୍ନ ପାଟ୍ଟଶାଣୀ, ପୂର୍ବତନ ବିଧାୟକ ପ୍ରିୟଦର୍ଶୀ ମିଶ୍ର, ରାଜ୍ୟ ସଭା ସଦସ୍ୟ ଅମର ପଟ୍ଟନାୟକ, ଦେବାଶିଷ ନାୟକ, ଆର୍ଯ୍ୟ କୁମାର ଜ୍ଞାନେନ୍ଦ୍ର ପ୍ରମୁଖ ଯୋଗଦେଇ ତାଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଥିଲେ। ସ୍ବର୍ଗତା ଜୟନ୍ତୀଙ୍କ ପୁଅ ପୃଥ୍ବୀବଲ୍ଲଭ ପଟ୍ଟନାୟକଙ୍କ ସମେତ ସମ୍ପର୍କୀୟମାନେ ମଧ୍ୟ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ପୁନର୍ବିଚାର କରିବେ ବୋଲି ବିଶ୍ୱାସ: ସମୀର

ଗୋପ, ୧୯ା୪(ଭାରତୀ ଭୂଷଣ ଉପାଧ୍ୟାୟ): ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ବିଜେଡି ପକ୍ଷରୁ ଟିକେଟ ନ ମିଳିବା ନେଇ ଏବେ ତାଙ୍କ ସମର୍ଥକଙ୍କ ମଧ୍ୟରେ...

ଗେଷ୍ଟ ହାଉସ୍‌ରେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ, ଦୁର୍ଗନ୍ଧ ଆସିବା ପରେ…

ଭୁବନେଶ୍ୱର,୧୯।୪(ସତ୍ୟଜିତ୍‌ ରାଉତ): ଭୁବନେଶ୍ୱର ମୈତ୍ରୀ ବିହାର ଥାନା ଅନ୍ତର୍ଗତ ଗଜପତି ନଗରର ସୈନିକ ସ୍କୁଲ ନିକଟ ଏକ ଗେଷ୍ଟ ହାଉସରେ ଜଣେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ...

‘ଏଥର ରାଜ୍ୟରେ ସରକାର ପରିବର୍ତ୍ତନ କରିବେ ଓଡ଼ିଶା ଲୋକ’

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ସମ୍ବଲପୁର ଲୋକ ସଭା ନିର୍ବାଚନମଣ୍ଡଳୀରେ ବିଜେଡିର ଏମ୍‌ପି ପ୍ରାର୍ଥୀ ତଥା ତାଙ୍କ ଦଳର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି) ହାରିବା...

ଓଡିଶା ରାଜନୀତିକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ନବୀନଙ୍କ ସହ ବଡ଼ ଫାଇଟ୍‌

ନୂଆଦିଲ୍ଲୀ,୧୯।୪: ଆରମ୍ଭ ହୋଇଯାଇଛି ଲୋକ ସଭା ନିର୍ବାଚନ ୨୦୨୪ l ତେବେ ଓଡିଶାରେ ନିର୍ବାଚନ ପାଇଁ ଅଳ୍ପ ଦିନ ବାକି ଥିବାବେଳେ ଗୃହମନ୍ତ୍ରୀ ଅମିତ ଶାହା...

ଭାଜପାରେ ଯୋଗଦେଲେ ପୂର୍ବତନ ଉପବାଚସ୍ପତି, ଗଞ୍ଜାମ ଅଧ୍ୟକ୍ଷା ପ୍ରତିଭା ପାଢ଼ୀ

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ପୂର୍ବତନ ଉପବାଚସ୍ପତି ରାମଚନ୍ଦ୍ର ପଣ୍ଡା ନିଜର ଶତାଧିକ ସମର୍ଥକଙ୍କ ଗହଣରେ ବିଜେଡି ଛାଡ଼ି ଶୁକ୍ରବାର ଭାଜପାରେ ସାମିଲ ହୋଇଛନ୍ତି। ଭାଜପା ରାଜ୍ୟ...

ନିମାପଡ଼ା ଆସନରେ ମାଷ୍ଟରଷ୍ଟ୍ରୋକ୍‌ ଖେଳିପାରେ କଂଗ୍ରେସ

ନିମାପଡ଼ା,୧୯ା୪(ରଞ୍ଜନ ପଟ୍ଟନାୟକ): ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ଏବଂ ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଥିବା କଂଗ୍ରେସ ପଡ଼ିଛି ପଛରେ। ୨୦୧୯ ନିର୍ବାଚନରେ ଦିଲ୍ଲୀପ ନାୟକକଂଗ୍ରେସରୁ...

ଆଇଏଏସ୍‌ ପରୀକ୍ଷାରେ କେମିତି ପାଇବେ ସଫଳତା? ଆଇପିଏସ ପ୍ରତୀକ ସିଂ ଦେଲେ ଟିପ୍ସ

ଭୁବନେଶ୍ୱର,୧୯।୪: ସିଭିଲ ସର୍ଭିସ ପରୀକ୍ଷା ପାଇଁ ପ୍ରସ୍ତତ ହେଉଛନ୍ତି କି ? ପାଠପଢାରେ ବ୍ୟସ୍ତ ରହି ନିଦ ହେଉନି କି ? ଯଦି ଏଭଳି କରୁଛନ୍ତି...

ଏଥର ରୋଚକ ହେବ ରାଜନୀତି,ସବୁଦଳର ଫୋକସରେ ଯୁବପ୍ରାର୍ଥୀ

ଭୁବନେଶ୍ୱର,୧୯।୪: ନିର୍ବାଚନ ଯେତିକି ପାଖେଇ ଆସୁଛି ସେତିକି ରାଜନୀତି ସରଗରମ ହେଉଛି। ତେବେ ଏହି ଭିତରେ ପ୍ରାର୍ଥୀ ଚୟନରେ ଯୁବପ୍ରାର୍ଥୀଙ୍କୁ ଅଗ୍ରାଧିକାର ଦେଉଛନ୍ତି ରାଜନୈତିକ ଦଳ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri