Posted inଜାତୀୟ

ଶହୀଦ ଯବାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ

ରାୟପୁର,୭।୧: ଛତିିଶଗଡ଼ ବିଜାପୁର ଜିଲାରେ ସୋମବାର ଯବାନମାନଙ୍କୁ ନେଇ ଯାଉଥିବା ଏକ ଗାଡ଼ିକୁ ମାଓବାଦୀମାନେ ଆଇଇଡି ବିସ୍ଫୋରଣରେ ଉଡ଼ାଇ ଦେଇଥିଲେ। ବିସ୍ଫୋରଣରେ ଡିଷ୍ଟ୍ରିକ୍ଟ ରିଜର୍ଭ ଗାର୍ଡ (ଡିଆର୍‌ଜି)ର ୮ ଯବାନ ଏବଂ ଗାଡ଼ି ଡ୍ରାଇଭରଙ୍କ ମୃତ୍ୟୁ ଘଟିଛି। ଏନେଇ ସେନା ଶିବିରରେ ଶୋକର ଛାୟା ଖେଳିଯାଇଛି। ଏହି ପରିପ୍ରେକ୍ଷୀରେ ମଙ୍ଗଳବାର ଶହୀଦ ଯବାନଙ୍କୁ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେବ ସାଏ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି। ଏହି ଅବସରରେ ସେନାର ବରଷ୍ଠ ଅଧିକାରୀଙ୍କ ସହ ମନ୍ତ୍ରୀ ବିଧାୟକ ଉପସ୍ଥିତି ରହିଥିବା ଜଣାପଡିଛି।

ଅନ୍ୟପକ୍ଷେ ୮ ଯବାନଙ୍କ ବଳିଦାନ ବ୍ୟର୍ଥ ଯିବ ନାହିଁ ବୋଲି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା କହିଛନ୍ତି। ୨୦୨୬ ମାର୍ଚ୍ଚ ସୁଦ୍ଧା ଦେଶକୁ ମାଓବାଦୀ ମୁକ୍ତ କରିବା ପ୍ରତିଜ୍ଞାକୁ ସେ ଦୋହରାଇଛନ୍ତି। ଘଟଣାରେ ଶାହା ଗଭୀର ମର୍ମାହତ ବୋଲି କହିବା ସହ ସେମାନଙ୍କ ପରିବାରକୁ ସମବେଦନା ଜଣାଇଛନ୍ତି। ନିଜର ଦୁଃଖ ଜଣାଇବା ପାଇଁ ଭାଷା ନାହିଁ ବୋଲି ଶାହା କହିବା ସହ ଯବାନଙ୍କ ବଳିଦାନ ବ୍ୟର୍ଥ ଯିବ ନାହିଁ ବୋଲି ଯବାନଙ୍କ ପରିବାରକୁ ପ୍ରତିଶ୍ରୁତି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନ ପ୍ରଚାରରେ ରାଜନୈତିକ ଦଳଗୁଡ଼ିକୁ ସତର୍କ ରୁହନ୍ତୁ: ଇସି

ନୂଆଦିଲ୍ଲୀ,୧୬।୧: ନିର୍ବାଚନ ପ୍ରଚାରରେ କୃତ୍ରିମ ବୁଦ୍ଧିମତ୍ତା(ଏଆଇ)ର ଉପଯୋଗ ବଢ଼ୁଥିବା ଏବଂ ଏହା ଭୋଟରଙ୍କ ମତାମତକୁ ପ୍ରଭାବିତ କରିବା ସମ୍ଭାବନା ଥିବାରୁ ନିର୍ବାଚନ କମିଶନ (ଇସି) ଗୁରୁବାର...

କେନ୍ଦ୍ର କ୍ୟାବିନେଟ୍‌ରରେ ବଡ଼ ନିଷ୍ପତ୍ତି: ଶ୍ରୀହରିକୋଟାରେ ନିର୍ମାଣ ହେବ ତୃତୀୟ ଲଞ୍ଚ୍‌ପ୍ୟାଡ୍‌

ନୂଆଦିଲ୍ଲୀ,୧୬।୧: ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)ର ଆନ୍ଧ୍ରପ୍ରଦେଶ ଶ୍ରୀହରିକୋଟାସ୍ଥିତ ସତୀଶ ଧାଓ୍ବନ୍‌ ମହାକାଶ କେନ୍ଦ୍ରରେ ତୃତୀୟ ଲଞ୍ଚ୍‌ପ୍ୟାଡ୍‌ (ଟିଏଲ୍‌ପି) ନିର୍ମାଣ ହେବାକୁ ଯାଉଛି। ଉକ୍ତ...

ସୈଫଙ୍କଠାରୁ ଏତିକି ଟଙ୍କା ଦାବି କରିଥିଲେ ଆକ୍ରମଣକାରୀ, ସାମ୍ନାକୁ ଆସିଲା ବଡ଼ ତଥ୍ୟ

ମୁମ୍ବାଇ,୧୬।୧: ଅଭିନେତା ସୈଫ ଅଲ୍ଲୀ ଖାନଙ୍କ ଉପରେ ଆକ୍ରମଣ ମାମଲାରେ ମୁମ୍ବାଇ ପୋଲିସ ଏକ ଏଫ୍‌ଆଇଆର ରୁଜୁ କରିଛି। ଏବେ ଏହି ଦୁଇ ପୃଷ୍ଠାର ଏଫଆଇଆରର...

ଖାତା କଲମରେ ହେବ ନିଟ୍ ୟୁଜି ୨୦୨୫ ପରୀକ୍ଷା

ନୂଆଦିଲ୍ଲୀ,୧୬।୧: ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) ଘୋଷଣା କରିଛି ଯେ ନ୍ୟାସନାଲ ଏଲିଜିବିଲିଟି-କମ୍-ଏଣ୍ଟ୍ରାନ୍ସ ଟେଷ୍ଟ ବା NEET (UG)-୨୦୨୫ ପେନ୍ ଆଣ୍ଡ୍ ପେପର୍ ମୋଡ୍ (OMR-ଆଧାରିତ)...

ସ୍ମୃତି-ନୁପୁରଙ୍କୁ ମିଳିଲା ନାହିଁ ଟିକେଟ ସମସ୍ତ ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ଭାଜପା

ନୂଆଦିଲ୍ଲୀ,୧୬।୧: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ଭାରତୀୟ ଜନତା ପାର୍ଟି (ଭାଜପା) ୬୮ଟି ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ଦଳ ଜେଡିୟୁ ଏବଂ ଏଲଜେପିକୁ...

କିଏ କରିଥିଲା ସୈଫ ଅଲ୍ଲୀ ଖାନଙ୍କ ଉପରେ ଆକ୍ରମଣ, ଆସିଲା ସିସିଟିଭି ଫୁଟେଜ

ମୁମ୍ବାଇ,୧୬।୧: ବୁଧବାର ବିଳମ୍ବିତ ରାତିରେ ବଲିଉଡ ଅଭିନେତା ସୈଫ ଅଲ୍ଲୀ ଖାନଙ୍କ ଉପରେ ମରଣାନ୍ତକ ଆକ୍ରମଣ ହୋଇଛି। ଏହି ଆକ୍ରମଣ କିଏ ଆଉ କାହିଁକି କରିଛି...

୮ମ ବେତନକୁ ମଞ୍ଜୁରୀ: ସରକାରୀ କର୍ମଚାରୀଙ୍କ ବଲ୍ଲେ ବଲ୍ଲେ, କେତେ ବଢିଯିବ ଦରମା, ପେନଶନ, ଜାଣନ୍ତୁ…

ନୂଆଦିଲ୍ଲୀ,୧୬।୧: କେନ୍ଦ୍ର ଏବଂ ରାଜ୍ୟ ସରକାରଙ୍କ ଲକ୍ଷ ଲକ୍ଷ କର୍ମଚାରୀଙ୍କ ଅପେକ୍ଷାର ଅନ୍ତ ଘଟିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ କେନ୍ଦ୍ରୀୟ କ୍ୟାବିନେଟ ସମସ୍ତ କଳ୍ପନାଜଳ୍ପନାକୁ...

ସରକାରୀ କର୍ମଚାରୀଙ୍କୁ ବଡ଼ ଉପହାର ଦେଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,୧୬।୧: ସରକାରୀ କର୍ମଚାରୀଙ୍କୁ ମିଳିଲା ବଡ଼ ଉପହାର। ୮ମ ବେତନ କମିଶନକୁ କ୍ୟାବିନେଟ ମଞ୍ଜୁରୀ ଦେଇଛି । କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନଶନଭୋଗୀମାନେ ଅଷ୍ଟମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri