ରମାକାନ୍ତଙ୍କ ଶେଷ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ, ଆଜି ସ୍ବର୍ଗଦ୍ୱାରରେ ହେବ ଶେଷକୃତ୍ୟ

ଭୁବନେଶ୍ୱର,୧୭ା୩: ବିଶିଷ୍ଟ କବି ରମାକାନ୍ତ ରଥଙ୍କ ଶେଷ ଦର୍ଶନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଖାରବେଳନଗସ୍ଥିତ ତାଙ୍କ ବାସଭବନରେ ଶେଷ ଦର୍ଶନ କରିବା ସହ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ

ସୂଚନାଯୋଗ୍ୟ, ରମାକାନ୍ତ ରଥ(ଜନ୍ମ ୧୩ ଡିସେମ୍ବର ୧୯୩୪)ଓଡ଼ିଆ ସାହିତ୍ୟର ଜଣେ ଆଧୁନିକ କବି । ସେ କଟକଠାରେ ୧୯୩୪ରେ ଜନ୍ମ ନେଇଥିଲେ। ସେ ଇଂରାଜୀରେ ରେଭେନ୍ସା କଲେଜରୁ ଏମ.ଏ. କରିବା ପରେ ୧୯୫୭ରେ ଭାରତୀୟ ପ୍ରଶାସନିକ ସେବାରେ ୧୯୯୨ରେ ଅବସର ଗ୍ରହଣ କରିବା ପୂର୍ବରୁ ଓଡ଼ିଶାର ମୁଖ୍ୟ ସଚିବ ଥିଲ । ଏହି ସମୟରେ ତାଙ୍କର କେତେ ଦିନର(୧୯୬୨), ସନ୍ଦିଗ୍ଧ, ମୃଗୟା(୧୯୭୧), ସପ୍ତମ ଋତୁ(୧୯୭୭), ସଚିତ୍ର ଅନ୍ଧାର(୧୯୮୨), ଶ୍ରୀରାଧା (୧୯୮୫) ଏବଂ ଶ୍ରେଷ୍ଠ କବିତା (୧୯୯୨) ନାମରେ ସାତଟି କବିତା ସଂକଳନ ପ୍ରକାଶ ପାଇଥିଲା । କେନ୍ଦ୍ର ସାହିତ୍ୟ ଏକାଡେମୀ ୧୯୭୮ରେ ତାଙ୍କ କବିତା ସଂକଳନ ସପ୍ତମ ଋତୁପାଇଁ ତାଙ୍କୁ ପୁରସ୍କୃତ କରିଥିଲା । ୧୯୮୪ରେ ସଚିତ୍ର ଅନ୍ଧାର ପାଇଁ ତାଙ୍କୁ ଶାରଳା ପୁରସ୍କାର ମିଳିଥିଲା । ୧୯୯୨ ପାଇଁ ସେ ସରସୱତୀ ସମ୍ମାନରେ ସମ୍ମାନିତ ହୋଇଥିଲେ। ଏହି କାବ୍ୟଗ୍ରନ୍ଥ ଇଂରାଜୀ ଓ ଆଠଟି ଭାରତୀୟ ଭାଷାରେ ଅନୁଦିତ ।

୧୯୫୭ରୁ ସେ ଭାରତୀୟ ପ୍ରଶାସନିକ ସେବାରେ ଯୋଗଦେଇ ସଚିବ ଥିଲେ । ୧୯୯୩-୧୯୯୮ ଯାଏ ସେକେନ୍ଦ୍ର ସାହିତ୍ୟ ଏକାଡେମୀର ଉପସଭାପତି ଓ ୧୯୯୮-୨୦୦୩ ଯାଏ ତାହାର ସଭାପତି ଭାବରେ କାମ ତୁଲାଇଥିଲେ ।

ଫେବୃଆରୀ ୨୦୦୯ରେ ସେ ଫେଲୋସିପ ସମ୍ମାନ ଲାଭ କରିଥିଲେ । ଏହି ସମ୍ମାନ ଲାଭ କରିବାରେ ସେ ହେଉଛନ୍ତି ୩ୟ ଓଡ଼ିଆ।


Enter your email to get our daily news in your inbox.

All Right Reserved By Dharitri.Com

ଆଣବିକ ପ୍ରତିରୋଧ ଓ ମହାଶକ୍ତି

ଆଣବିକ ଅସ୍ତ୍ରଶସ୍ତ୍ର ଯୋଗୁ ମହାଶକ୍ତିଙ୍କ ମଧ୍ୟରେ ଯୁଦ୍ଧର ବିଜୟ ଅସମ୍ଭବ ହୋଇଯାଇଛି। ଅର୍ଥାତ୍‌ ମହାଶକ୍ତିଙ୍କ ନିକଟରେ ଏତେ ଅଣୁ ଅସ୍ତ୍ରଶସ୍ତ୍ର ରହିଛି ଯେ, ଯଦି ସେମାନଙ୍କ ମଧ୍ୟରେ…

ସହରରେ ବୁଲୁଛି ଦନ୍ତା, ଲୋକେ ଭୟଭୀତ

ଭୁବନ,୩ା୪(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଏନ୍‌ଏସିର ବିଭିନ୍ନ ସ୍ଥାନରେ ଦନ୍ତାହାତୀ ଜନଗହଳିରେ ଯାତାୟାତ କରୁଥିବା ଦେଖିବାକୁ ମିଳିଛି। ଦନ୍ତାହାତୀଟି ସୁକିନ୍ଦା ଅଞ୍ଚଳରୁ ଆସି ଭୁବନ…

କନିଷ୍ଠ ଶିକ୍ଷକଙ୍କୁ ନିୟମିତ ନେଇ ପ୍ରକାଶ ପାଇଲା ବିଜ୍ଞପ୍ତି: ପିଛିଲା ଭାବେ ମିଳିବ ମୋଟାଅଙ୍କର ଦରମା …

ଭୁବନେଶ୍ୱର,୩ା୪ (ସୁଚିସ୍ମିତା ସାହୁ):କନିଷ୍ଠ ଶିକ୍ଷକ (ସ୍କିମାଟିକ୍‌)ଙ୍କୁ ନିୟମିତ କରିବା ପାଇଁ ଗୁରୁବାର ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି କନିଷ୍ଠ ଶିକ୍ଷକମାନେ ସହକାରୀ ଶିକ୍ଷକ ଭାବେ…

ବିନା କାଗଜପତ୍ରରେ ଖୁଲମଖୁଲା ଚାଲାଣ ହେଉଥିଲା ବାଲି-ପଥର, ୧୧ ହାଇୱା ଜବତ ପରେ…

ମହାକାଳପଡ଼ା,୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ସାମୁଦ୍ରିକ ଝଡ଼, ସୁନାମି, ଭୂକମ୍ପ ପ୍ରବଣରୁ ସୁରକ୍ଷା ପାଇଁ ଜନବସତି ପାର୍ଶ୍ୱରେ ସୁଉଚ୍ଚ…

ଦସ୍ତଖତ କରିଥିଲେ ୯, ଗଲେ ୮: କଂଗ୍ରେସରେ ତେଜୁଛି ଗୋଷ୍ଠୀକନ୍ଦଳ

ଭୁବନେଶ୍ୱର, ୩।୪(ସୁନିତ୍‌ ମିଶ୍ର):୨୦୨୪ ସାଧାରଣ ନିର୍ବାଚନରେ ଓଡ଼ିଶାରେ କଂଗ୍ରେସର ମୋଟ୍‌ ୧୪ ଜଣ ବିଧାୟକ ବିଜୟୀ ହୋଇଥିଲେ। ସେଥିରୁ ଗତ ମାର୍ଚ୍ଚ ୧୬ ତାରିଖରେ ଅନୁଷ୍ଠିତ ରାଜ୍ୟ…

ପାକିସ୍ତାନ ଉପରେ ସର୍ଜିକାଲ ଷ୍ଟ୍ରାଇକ୍‌ କଲା ଆଫଗାନିସ୍ତାନ: ସୈନ୍ୟ ଆଡ୍ଡା ଧ୍ୱଂସ

କାବୁଲ,୩।୪: ଆଫଗାନ ସେନା ପାକିସ୍ତାନ-ଆଫଗାନିସ୍ତାନ ସୀମାରେ ଡୁରାଣ୍ଡ ରେଖା ପାର କରି ଖୋଷ୍ଟ-ଖୁରମ ସୀମା ନିକଟରେ ପାକିସ୍ତାନୀ ସାମରିକ ସ୍ଥାନ ଉପରେ ଏକ ବଡ଼ ଆକ୍ରମଣ କରିଛି।…

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri