ବିଜୁବାବୁଙ୍କ ତିରୋଧାନ ଦିବସରେ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର,୧୭।୪(ବ୍ୟୁରୋ): ଆଜି ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କ ତିରୋଧାନ ଦିବସ। ଏହି ଅବସରରେ ତାଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ବିଜୁ ବାବୁଙ୍କ ନୀତି ଓ ଆଦର୍ଶ ସର୍ବଦା ଆମକୁ ଲୋକଙ୍କ ସେବା କରିବାକୁ ଅନୁପ୍ରାଣିତ କରିବ । ସେ ଦେଖାଇଥିବା ମାର୍ଗରେ ଏବେ ଓଡ଼ିଶା ବିକାଶର ବିଭିନ୍ନ କ୍ଷେତ୍ରରେ ଅଗ୍ରଣୀ କରିଛି ବୋଲି ଟୁଇଟ୍‌ କରି ମୁଖ୍ୟମନ୍ତ୍ରୀ କହିଛନ୍ତି।

ପ୍ରକାଶ ଯେ, ରବିବାର ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କ ୨୫ ତମ ଶ୍ରାଦ୍ଧ ଦିବସ। ପୁଣ୍ୟତିଥିରେ ରାଜ୍ୟବାସୀଙ୍କ ସେବା ଉଦ୍ଦେଶ୍ୟରେ ନିଜକୁ ଉତ୍ସର୍ଗ କରିବାକୁ ବିଜେଡି ନେତା ଓ କର୍ମୀ ସଂକଳ୍ପ ନିଅନ୍ତୁ ବୋଲି ମୁଖ୍ୟମନ୍ତ୍ରୀ ନିବେଦନ କରିଛନ୍ତି। ଏହା ହିଁ ବିଜୁ ବାବୁଙ୍କ ପ୍ରତି ଶ୍ରେଷ୍ଠ ଶ୍ରଦ୍ଧାଞ୍ଜଳି ବୋଲି ସେ କହିଛନ୍ତି।