ଗଞ୍ଜାମକୁ ୨୮,୦୮୪ କୋଟି ଟଙ୍କାର ଶିଳ୍ପ ପ୍ରକଳ୍ପ ଭେଟି ଦେଲେ ମୁଖ୍ୟମନ୍ତ୍ରୀ, ସୃଷ୍ଟି ହେବ ୧୫ ହଜାରରୁ ଅଧିକ ନିଯୁକ୍ତି ସୁଯୋଗ

ଛତ୍ରପୁର,୫ା୬(ସନ୍ତୋଷ ପାଢ଼ୀ/ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ୨୮, ୦୮୪ କୋଟି ଟଙ୍କାର ପୁଞ୍ଜି ନିବେଶରେ ହେବାକୁ ଥିବା ୧୨ଟି ଶିଳ୍ପ ପ୍ରକଳ୍ପର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭିଭିପ୍ରସ୍ତର ସ୍ଥାପନ କରିଛନ୍ତି। ଏହାଦ୍ୱାରା ୧୫, ୪୫୫ରୁ ଅଧିକ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ ମୁଖ୍ୟମନ୍ତ୍ରୀ ଦିନିକିଆ ଗଞ୍ଜାମ ଜିଲା ଗସ୍ତରେ ଆସି ଛତ୍ରପୁରସ୍ଥିତ ଖେଳ ପଡ଼ିଆଠାରେ ଆୟୋଜିତ କାର୍ଯ୍ୟକ୍ରମରେ ଗଞ୍ଜାମ ଜିଲାକୁ ସେ ଉପରୋକ୍ତ ଭେଟି ଦେଇଛନ୍ତି ତରଙ୍ଗିଣୀ ଡିଷ୍ଟିଲାରିସ ପ୍ରାଇଭେଟ୍‌ ଲିମିଟେଡ୍‌, ସାତ୍ତ୍ୱିକ୍‌ ସୋଲାର ଇଣ୍ଡଷ୍ଟ୍ରିଜ ପ୍ରାଇଭେଟ ଲିମିଟେଡ଼ ଓ୍ବାଲର୍‌ସ ଗ୍ରୀନ ଏନର୍ଜି ପ୍ରାଇଭେଟ ଲିମିଟେଡ୍‌, ପେଟ୍ରୋନେଟ ଏଲଏନଜି ଲିମିଟେଡ୍‌ ଓଡ଼ିଶା ମୋନୋଲିଥୁକ ୟୁପିଏଲ୍‌ ଲିମିଟେଡ୍‌, ଓସିଓର୍‌ ଏନର୍ଜି ପ୍ରାଇଭେଟ ଲିମିଟେଡ୍‌, ଏଚ୍‌ଏଚ୍‌ପି. ଫାଇଭ ପ୍ରାଇଭେଟ ଲିମିଟେଡ୍‌ ଜିଓ ଇମ୍ପେକ୍ସ ଆଣ୍ଡ ଲଜିଷ୍ଟିକ୍ସ ପ୍ରାଇଭେଟ ଲିମିଟେଡ, କ୍ରୋଚେଟ ଇଣ୍ଡଷ୍ଟ୍ରିଜ୍‌ ପ୍ରାଇଭେଟ ଲିମିଟେଡ୍‌, ଜେ.ଏସ୍‌.ଆର୍‌ ଗ୍ରିନେକ୍ସ ଲିନକ୍ସ ଅଥ୍ରୋସର୍ଜିକାଲ ପ୍ରାଇଭେଟ ଲିମିଟେଡ୍‌, ଇଡ୍‌କୋ ଇମ୍ଫାଷ୍ଟ୍ରକ୍ଚର ପ୍ରୋଜେକ୍ଟସ, ଇଡ୍‌କୋ ଓ୍ବାଟର ପାଇପ ଲାଇନ ୟୁଟିଲିଟି କରିଡରର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ। ଏହି କାର୍ଯ୍ୟକ୍ରମରେ ରାଜ୍ୟ ବାଣିଜ୍ୟ ଓ ପରିବହନ, ଇସ୍ପାତ ଏବଂ ଖଣିମନ୍ତ୍ରୀ ବିଭୂତି ଭୂଷଣ ଜେନା, ମତ୍ସ୍ୟ ଓ ଓ ପଶୁ ସମ୍ପଦ ବିକାଶ, ସୂକ୍ଷ୍ମ, କ୍ଷୁଦ୍ର ଏବଂ ମଧ୍ୟମ ଉଦ୍ୟୋଗ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ,ସ୍ବୀ, ଶିଳ୍ପ, ଦକ୍ଷତା ବିକାଶ ଏବଂ ବୈଷୟିକ ଶିକ୍ଷା ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ବାଇଁ, ବ୍ରହ୍ମପୁର ଏମ୍‌ପି ପ୍ରଦୀପ କୁମାର ପାଣିଗ୍ରାହୀ, ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକଙ୍କ ସମେତ ଜିଲାର ବିଧାୟକଗଣ, ଗଞ୍ଜାମ ଜିଲାପାଳ ଦିବ୍ୟଜ୍ୟୋତି ପରିଡ଼ା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri