କେନ୍ଦୁଝରବାସୀଙ୍କୁ ୧୩୩୦ କୋଟିରୁ ଅଧିକ ଟଙ୍କାର ପ୍ରକଳ୍ପ ଭେଟିଦେଲେ ମୁଖ୍ୟମନ୍ତ୍ରୀ, କହିଲେ ଦେଶର ଏକ…

କେନ୍ଦୁଝର,୨୯ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାର ସାମଗ୍ରିକ ବିକାଶ ଓ ଗମନାଗମନ ବ୍ୟବସ୍ଥାକୁ ବିଶ୍ୱସ୍ତରୀୟ କରିବା ଲକ୍ଷ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର କେନ୍ଦୁଝର ଠାରେ ପ୍ରାୟ ୧,୩୩୦ କୋଟି ୨୪ ଲକ୍ଷ ଟଙ୍କା ବ୍ୟୟ ଅଟକଳରେ ମୋଟ୍‌ ୧୮୭ଟି ପ୍ରକଳ୍ପର ଲୋକାର୍ପଣ, ଭିତ୍ତିପ୍ରସ୍ତର ସ୍ଥାପନ ଓ ନୂତନ ଘୋଷଣା କରିଛନ୍ତି।

ସ୍ଥାନୀୟ ଧରଣୀଧର ବିଶ୍ୱବିଦ୍ୟାଳୟ ପଡ଼ିଆରେ ଅନୁଷ୍ଠିତ ସାଧାରଣ ସଭାରେ କେନ୍ଦୁଝରବାସୀଙ୍କୁ ସମ୍ବୋଧିତ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଅବହେଳିତ ଆମ ସରକାର ଆସିବା ପରେ କେନ୍ଦୁଝରର ବିକାଶ ତ୍ୱରାନ୍ବିତ ହୋଇଛି। ଜିଲାରେ ଏକ ମେଗାଷ୍ଟିଲ ପ୍ଲାଣ୍ଟ ସ୍ଥାପନ ପାଇଁ ପ୍ରକ୍ରିୟା ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଖୁବ୍‌ଶୀଘ୍ର ଏହାର ଶିଳାନ୍ୟାସ କରାଯାଇ କେନ୍ଦୁଝରକୁ ଦେଶର ଏକ ଶ୍ରେଷ୍ଠ ଶିଳ୍ପ ସମୃଦ୍ଧ ଜିଲା ଭାବେ ଗଢ଼ି ତୋଳାଯିବ ବୋଲି କହିଥିଲେ।
ସୂଚନାଯୋଗ୍ୟଯେ, ଜିଲାର ବିଭିନ୍ନ ପ୍ରାନ୍ତରେ ପ୍ରାୟ ୭୦୫ କୋଟି ଟଙ୍କାର ୬୨ଟି ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଥିବା ବେଳେ, ପ୍ରାୟ ୨୫୧ କୋଟି ଟଙ୍କା ବ୍ୟୟରେ ନିର୍ମିତ ୨୪ଟି ପ୍ରକଳ୍ପକୁ ଜନସାଧାରଣଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରାଯାଇଛି। ଏହା ବ୍ୟତୀତ ଭବିଷ୍ୟତର ଆବଶ୍ୟକତାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଆଉ ୧୦୧ଟି ନୂତନ ପ୍ରକଳ୍ପ ପାଇଁ ପ୍ରାୟ ୩୭୫ କୋଟି ଟଙ୍କାର ପ୍ୟାକେଜ ଘୋଷଣା କରିଛନ୍ତି, ଯାହା କେନ୍ଦୁଝରର ବିକାଶ ଯାତ୍ରାକୁ ଆହୁରି ତ୍ୱରାନ୍ବିତ କରିବ ବୋଲି ଏକ ପ୍ରେସ ବିଜ୍ଞପ୍ତିରେ ସୂଚନା ଦିଆଯାଇଛି।

ମାତ୍ର ୫ ଟଙ୍କାରୁ ବସ୍‌ଭଡାରେ ନିମ୍ନ ଓ ମଧ୍ୟବିତ୍ତ ଶ୍ରେଣୀର ଲୋକ ଦୈନନ୍ଦିନ ଯାତ୍ରା କରିପାରିବେ। ସମସ୍ତ ବସ୍‌ ସମ୍ପୂର୍ଣ୍ଣ ଭାବେ ଏସି (AC) ହୋଇଥିବା ବେଳେ ଯାତ୍ରୀଙ୍କ ସୁରକ୍ଷାକୁ ଏଥିରେ ସର୍ବାଧିକ ପ୍ରାଧାନ୍ୟ ଦିଆଯାଇଛି। ପ୍ରତିଟି ବସ୍‌ରେ ସିସିଟିଭି, ପ୍ୟାନିକ ବଟନ ଏବଂ ଜିପିଏସ (GPS) ବ୍ୟବସ୍ଥା ରହିଛି, ଯାହାଦ୍ୱାରା ଯାତ୍ରୀମାନେ ବିଶେଷ କରି ମହିଳାମାନେ ନିର୍ଭୟରେ ଯାତ୍ରା କରିପାରିବେ ବୋଲି ସୂଚନା ଦିଆଯାଇଛି। ମହିଳା ସଶକ୍ତିକରଣ କ୍ଷେତ୍ରରେ ମଧ୍ୟ ଏହି ପ୍ରକଳ୍ପ ଏକ ମାଇଲଖୁଣ୍ଟ ସାବ୍ୟସ୍ତ କରାଯାଇ ପ୍ରାୟ ୧୫୦ ଜଣ ନିଯୁକ୍ତି ପାଇଥିବା ବେଳେ ସେମାନଙ୍କ ମଧ୍ୟରେ ୩୦ ଜଣ ମହିଳା ଗାଇଡ୍‌ ଏବଂ ୨ ଜଣ ମହିଳା ଡ୍ରାଇଭର ସାମିଲ ଥିବା ସୂଚନା ଦିଆଯାଇଛି। ବହୁ ପ୍ରତୀକ୍ଷିତ ସ୍ମାର୍ଟ ପବ୍ଲିକ ଟ୍ରାନ୍ସପୋର୍ଟ ସେବାରେ ୨୫ଟି ଅତ୍ୟାଧୁନିକ ଇ-ବସ ସହିତ ୧୭ କୋଟି ଟଙ୍କା ବ୍ୟୟରେ ନିର୍ମିତ ‘ଆମ ବସ୍‌’ ଡିପୋର ଲୋକାର୍ପଣ କରି କହିଛନ୍ତି ଯେ, ପରିବେଶ ଦୃଷ୍ଟିକୋଣରୁ ଏହି ଇ-ବସ ସେବା ବାର୍ଷିକ ପ୍ରାୟ ୩୩୦ ରୁ ୩୯୦ ଟନ କାର୍ବନ ର୍ନିଗମନ ହ୍ରାସ କରିବାରେ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଆଗାମୀ ଦିନରେ ଏହି ସେବାକୁ ରାଜ୍ୟର ଅନ୍ୟ ସହରଗୁଡ଼ିକୁ ସମ୍ପ୍ରସାରିତ କରାଯିବ ଏବଂ ଉତ୍ତମ ରକ୍ଷଣାବେକ୍ଷଣ ପାଇଁ ପ୍ରାୟ ୨୩୮ କୋଟି ଟଙ୍କାର ବ୍ୟୟବରାଦ କରାଯାଇଥିବା ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି।

ଏହି ପଦକ୍ଷେପ ଓଡ଼ିଶାକୁ ‘ଗ୍ରୀନ ମୋବିଲିଟି’ କ୍ଷେତ୍ରରେ ଦେଶର ଏକ ଅଗ୍ରଣୀ ରାଜ୍ୟ ଭାବେ ଉଭା କରିବ ବୋଲି ସେ କହିଛନ୍ତି। ଆସନ୍ତା ୧୦ ବର୍ଷ ହେଉଛି ଓଡ଼ିଶା ପାଇଁ ସଂକଳ୍ପର ଦଶକ। ୨୦୩୬ ସୁଦ୍ଧା ଏକ ସମୃଦ୍ଧ ଓଡ଼ିଶା ଗଠନ କରିବା ପାଇଁ କେନ୍ଦୁଝରର ଭୂମିକା ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ରହିବ ବୋଲି କହିଥିଲେ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କେନ୍ଦୁଝର ଜିଲାର ୬ ଜଣ ହିତାଧିକାରୀଙ୍କୁ ମୋଟ୍‌ ୫,୭୫,୦୦୦ ଟଙ୍କାର ସହାୟତା ରାଶି ପ୍ରଦାନ କରିଛନ୍ତି। ଏହି ସମାରୋହରେ ଜିଲା ଯୋଜନା କମିଟି ଅଧ୍ୟକ୍ଷ ଡକ୍ଟର ଫକୀର ମୋହନ ନାଏକ, ଏମ୍‌ପି ଅନନ୍ତ ନାଏକ, ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକ, ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷା ମମିତା ନାଏକ ଏବଂ ଜିଲାପାଳ ବିଶାଲ ସିଂହ ପ୍ରମୁଖ ଉପସ୍ଥିତ ଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

୧୭ରେ ମୋଦିଙ୍କ ଜନ୍ମଦିନ, ଆଶୀର୍ବାଦର ଦୀପ ଜାଳିବାକୁ ମୁଖ୍ୟମନ୍ତ୍ରୀଙ୍କ ନିବେଦନ

ଭୁବନେଶ୍ୱର,୧୪।୯: ପ୍ରଧାନମନ୍ତ୍ରୀ ମୋଦିଙ୍କ ଜନ୍ମଦିନରେ ‘ଆଶୀର୍ବାଦର ଦୀପ’ ଜାଳିବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ଭିଡିଓ ବାର୍ତ୍ତା ମାଧ୍ୟମରେ ରାଜ୍ୟବାସୀଙ୍କୁ ନିବେଦନ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି,…

ଦିଗପହଣ୍ଡିରେ ଶ୍ରୀଗଣେଶ ପୂଜା ମହୋତ୍ସବ, ଦେବୀ ଗଙ୍ଗାଙ୍କୁ ଆବାହନ ପରେ କଳସ ଯାତ୍ରା

ଦିଗପହଣ୍ଡି,୧୪ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ବଜାର ସାହି ପୂଜା କମିଟି ପକ୍ଷରୁ ୪୬ ତମ ଶ୍ରୀ ଗଣେଶ ପୂଜା ମହୋତ୍ସବ ସୋମବାର ଠାରୁ…

ଘାଟିରେ ଓଲଟିଲା ଚାଉଳ ବୋଝେଇ ଟ୍ରକ୍‌

ପଟାଙ୍ଗି,୧୪ା୯(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ଜୋଡିମାଦଲି ଘାଟିରେ ଭାରସାମ୍ୟ ହରାଇ ଓଲଟି ପଡ଼ିଛି ଚାଉଳ ବୋଝେଇ ଟ୍ରକ୍‌ । ସୂଚନା ଅନୁସାରେ…

ଦିଶା ମୃତ୍ୟୁ ମାମଲା; CBI ଏଫ୍‌ଆଇଆର୍‌ରେ ଆଦିତ୍ୟ ଠାକ୍‌ରେ….

ମୁମ୍ବାଇ,୧୪।୯: ଦିବଙ୍ଗତ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ପୂର୍ବତନ ମ୍ୟାନେଜର ଦିଶା ସାଲିଆନଙ୍କ ମୃତ୍ୟୁ ମାମଲାରେ ବଡ଼ ଖବର ସାମ୍ନାକୁ ଆସିଛି । ପ୍ରାୟ ୬ ବର୍ଷ…

ସାଉଦି ପାଇପଲାଇନ୍‌କୁ ବନ୍ଦ କରିଦେଲା ଡ୍ରୋନ୍‌ ଆକ୍ରମଣ, ଏହା ଭାରତକୁ ପ୍ରଭାବିତ କରିବ କି ଜାଣନ୍ତୁ…

ରିୟାଦ୍‌,୧୪ା୯: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଏବେ ବିଶ୍ୱ ତୈଳ ବଜାର ଉପରେ ଗୁରୁତର ପ୍ରଭାବ ପକାଉଛି। ଡ୍ରୋନ୍‌ ଆକ୍ରମଣ ପରେ ସାଉଦି ଆରବର ଗୁରୁତ୍ୱପୂର୍ଣ୍ଣ ପୂର୍ବ-ପଶ୍ଚିମ ତୈଳ…

ଗଣେଶଜୀଙ୍କ ଅତି ପ୍ରିୟ ଏହି ୪ ରାଶି: ଆଜିଠୁ ଚାଲିଲା ଭଲ ସମୟ, ପ୍ରଚୁର ଲାଭ ସହ ଧନବର୍ଷା

ଭୁବନେଶ୍ୱର: ଗଣେଶ ଚତୁର୍ଥୀରୁ ଅନନ୍ତ ଚତୁର୍ଦ୍ଦଶୀ ପର୍ଯ୍ୟନ୍ତ କିଛି ରାଶିର ଜାତକଙ୍କ ଉପରେ ଗଣପତିଙ୍କ ବିଶେଷ କୃପା ରହିବ ବୋଲି ଜ୍ୟୋତିଷବିଦ୍‌ମାନେ ମତ ଦେଇଛନ୍ତି। ଏହି ସମୟରେ…

ବାଇକକୁ ଧକ୍କା ଦେଲା କୋଇଲା ବୋଝେଇ ଟ୍ରକ, ବାପା ଆଗରେ ଚାଲିଗଲା ମା’-ଛୁଆଙ୍କ ଜୀବନ

​ସମ୍ବଲପୁର,୧୪।୯(ପ୍ରମୋଦ ବହିଦାର): ନୂଆଁଖାଇ ପର୍ବ ପାଳନ ପାଇଁ ଖୁସି ମନରେ ଘରକୁ ଫେରୁଥିବା ଏକ ନିଷ୍ପାପ ପରିବାର ଉପରେ କାଳ ସାଜି ମାଡ଼ିଆସିଲା ଦ୍ରୁତଗାମୀ ଟ୍ରକ୍ ।…

ପୁଣି ରୋମାନ୍ସ କରିବେ ବିଜୟ-ରଶ୍ମିକା: ଏଥର ବଢୁଛି ଚର୍ଚ୍ଚା

ସାଉଥ ସୁପରଷ୍ଟାର ବିଜୟ ଦେବରକୋଣ୍ଡା ଓ ରଶ୍ମିକା ମନ୍ଦାନାଙ୍କ ଅନସ୍କ୍ରିନ୍‌ କେମିଷ୍ଟ୍ରିକୁ ଦର୍ଶକେ ସବୁବେଳେ ପସନ୍ଦ କରିଆସିଛନ୍ତି। ଏବେ ଦୁହେଁ ପୁଣିଥରେ ଏକାଠି ପରଦାରେ ନଜର ଆସିବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?