କେନ୍ଦୁପତ୍ର ତୋଳାଳିଙ୍କ ମୁହଁରେ ହସ ଫୁଟାଇଲେ ମୁଖ୍ୟମନ୍ତ୍ରୀ: ଏଣିକି ମିଳିବ ଏସବୁ ସହାୟତା

ଭୁବନେଶ୍ୱର/ ଦେବଗଡ଼,୩।୬: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଦେବଗଡ଼ ଜିଲା ଗସ୍ତରେ ଯାଇ ପ୍ରାୟ ୨୦୫ କୋଟି ଟଙ୍କା ମୂଲ୍ୟର ୧୫ଟି ବିଭିନ୍ନ ଜନକଲ୍ୟାଣକାରୀ ପ୍ରକଳ୍ପର ଉଦ୍‌ଘାଟନ ଏବଂ ଭିତ୍ତି ପ୍ରସ୍ତର ସ୍ଥାପନ କରିଛନ୍ତି । ଏଥିସହିତ ଦେବଗଡ଼ ଜିଲା ପାଇଁ ୩୦୦ ଶଯ୍ୟା ବିଶିଷ୍ଟ ନବନିର୍ମିତ ଡାକ୍ତରଖାନାକୁ ମୁଖ୍ୟମନ୍ତ୍ରୀ ଉଦ୍‌ଘାଟନ କରିଛନ୍ତି।

ପ୍ରକଳ୍ପଗୁଡିକ ମଧ୍ୟରେ ୧୧ଟି ସ୍ବାସ୍ଥ୍ୟସେବା ପ୍ରକଳ୍ପ ଏବଂ ୪ଟି ଶିକ୍ଷା ଭିତ୍ତିଭୂମି ଉନ୍ନତିକରଣ ପ୍ରକଳ୍ପ ରହିଛି। ଏହି ଅବସରରେ ରାଜ୍ୟର ସମସ୍ତ କେନ୍ଦୁପତ୍ର ତୋଳାଳି ଓ ବନ୍ଧାଳିଙ୍କ ପାଇଁ ୪୧ କୋଟି ୧୭ ଲକ୍ଷ ଟଙ୍କାର ସହାୟତା ରାଶି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ।

ଏଥିରେ କେନ୍ଦୁପତ୍ର ତୋଳାଳିଙ୍କ ଚପଲ ପାଇଁ ୧୬୦ ଟଙ୍କା, କେରି ସଂଗ୍ରହ କପଡ଼ା ପାଇଁ ୨୦୦ ଟଙ୍କା, ତୋଳାଳି ଓ ସିଜନାଲ ଷ୍ଟାଫଙ୍କ ଟୋପି ପାଇଁ ୧୦୦ ଟଙ୍କା, ବନ୍ଧାଳିଙ୍କ ମଶାରୀ ଓ କମ୍ବଳ ପାଇଁ ଜଣଙ୍କ ପିଛା ୭୦୦ ଟଙ୍କା ପ୍ରଦାନ କରାଯିବ । ଏହାଦ୍ୱାରା ରାଜ୍ୟର ପ୍ରାୟ ୯ ଲକ୍ଷ କେନ୍ଦୁପତ୍ର ତୋଳାଳି, ବନ୍ଧାଳି ଓ ସିଜନାଲ ଷ୍ଟାଫ ଉପକୃତ ହେବେ।

ଅଭିଭାଷଣରେ ମୁଖ୍ୟମନ୍ତ୍ରୀ କହିଥିଲେ, ଦେବଗଡ଼ ଜିଲାର ବିକାଶ ପାଇଁ ସମସ୍ତ ସାମର୍ଥ୍ୟ ଅଛି। ଆମେ ତାହାର ଠିକ ଉପଯୋଗ କରି ଜିଲାକୁ ରାଜ୍ୟ ବିକାଶ ଧାରାର ମୁଖ୍ୟସ୍ରୋତରେ ଯୋଡିବୁ। ଭାଜପା ସରକାର ଆସିବା ପରେ ଓଡ଼ିଶାର ୩୦ଟି ଜିଲାର ସମାନୁପାତିକ ବିକାଶକୁ ଗୁରୁତ୍ୱ ଦିଆଯାଉଛି। ସମାଜର ଶେଷ ଧାଡ଼ିରେ ଥିବା ଲୋକଟିଏ ଯେପରି ମୌଳିକ ସୁବିଧା ପାଇପାରିବ ସେଥିପ୍ରତି ସରକାର ଗୁରୁତ୍ୱ ଦେଉଥିବା କହିଛନ୍ତି।

ଶିକ୍ଷା, ସ୍ବାସ୍ଥ୍ୟ, ଭିତ୍ତିଭୂମି, କୃଷି, ଶିଳ୍ପ, ପୁଞ୍ଜିନିବେଶ ଓ ରୋଜଗାର ଉପରେ ଗୁରୁତ୍ୱ ଦେଲେ ହିଁ ସମୃଦ୍ଧ ଓଡ଼ିଶା ଗଠନର ସପ୍ନ ସମ୍ଭବ ହୋଇପାରିବ। ୨୦୩୬ ସୁଦ୍ଧା ସମୃଦ୍ଧ ଓଡ଼ିଶା ଏବଂ ୨୦୪୭ ସୁଦ୍ଧା ବିକଶିତ ଭାରତ ଗଠନର ଲକ୍ଷ୍ୟ ପୂରଣ କରିବା ପାଇଁ ଉଦ୍ୟମ ଜାରି ରହିଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଏପରି କି ଦେବଗଡ଼ ଜିଲାକୁ ରାଜ୍ୟର ଏକ ଅଗ୍ରଣୀ ଓ ବିକଶିତ ଜିଲା ଭାବେ ଗଢି ତୋଳିବା ପ୍ରାଥମିକ ଲକ୍ଷ୍ୟ । ଏହି ଲକ୍ଷ୍ୟକୁ ପୂରଣ କରିବା ପାଇଁ ଜିଲାର ସମସ୍ତ ଜନସାଧାରଣଙ୍କୁ ଶିକ୍ଷା, ସ୍ବାସ୍ଥ୍ୟ, ପାନୀୟଜଳ, ବିଦ୍ୟୁତ୍‌ ଓ ଗମନାଗମନ ଭଳି ମୌଳିକ ସୁବିଧା ଯୋଗାଇ ଦେବାକୁ ସରକାର ତ୍ୱରିତ ପଦକ୍ଷେପ ଗ୍ରହଣ କରୁଥିବା ମୁଖ୍ୟମନ୍ତ୍ରୀ କହିଥିଲେ। କାର୍ଯ୍ୟକ୍ରମରେ ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ, ଦେବଗଡ଼ ବିଧାୟକ ରୋମାଞ୍ଚ ରଞ୍ଜନ ବିଶ୍ୱାଳ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨୦୨ ରନ୍‌ର ଟାର୍ଗେଟ୍ ମାତ୍ର ୧୫.୪ ଓଭରରେ ଶେଷ! ଆଇପିଏଲ୍‌ରେ ଆରସିବିର ନୂଆ ରେକର୍ଡ

ବେଙ୍ଗାଲୁର,୨୮।୩: ଆଇପିଏଲ୍‌ ୨୦୨୬ର ଶୁଭାରମ୍ଭ ଅତି ଜବରଦସ୍ତ ଶୈଳୀରେ ହୋଇଛି। ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ସନରାଇଜର୍ସ ହାଇଦ୍ରାବାଦ (SRH) ବିପକ୍ଷରେ ଏକ…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ହର୍ମୁଜରେ ଯୁଦ୍ଧର କାଉଣ୍ଟଡାଉନ୍‌: ପୁରା ଆରବକୁ ମାଟିରେ ମିଶାଇଦେବ ଇରାନ? ମୋଜତାବାଙ୍କ ଚେତାବନୀରେ ଥରିଲା ଦୁନିଆ

ତେହେରାନ/ୱାଶିଂଟନ,୨୮।୩: ମଧ୍ୟପ୍ରାଚ୍ୟରେ ବିଶ୍ୱଯୁଦ୍ଧର ପଦଧ୍ୱନି ଶୁଣାଗଲାଣି। ଆମେରିକାର ‘ଗ୍ରାଉଣ୍ଡ ଅପରେଶନ’ ଘୋଷଣା ପରେ ଇରାନ ଏହାର ଭୟଙ୍କର ଜବାବୀ ରଣନୀତି ପ୍ରସ୍ତୁତ କରିଛି। ଇରାନର ସର୍ବୋଚ୍ଚ ନେତା…

ରାମ ନବମୀ ଶୋଭାଯାତ୍ରାରେ ଟିଟିଲାଗଡ଼ ବିଧାୟକଙ୍କ ଗୁଳିଚାଳନା, ସୁରକ୍ଷା ବ୍ୟବସ୍ଥା ଉପରେ…

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ଟିଟିଲାଗଡ଼ ସହରରେ ପବିତ୍ର ରାମ ନବମୀ ତିଥିରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏକ ଆଧ୍ୟାତ୍ମିକ ଶୋଭାଯାତ୍ରା ଚାଲିଥିବା ସମୟରେ ସର୍ବସମ୍ମୁଖରେ…

ବ୍ରହ୍ମବରଦା ଥାନାରୁ ଅଭିଯୁକ୍ତ ଚମ୍ପଟ ଘଟଣା: ଏଏସ୍‌ଆଇଙ୍କ ସମେତ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ

ଧର୍ମଶାଳା, ୨୮।୩(ଶିିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ବ୍ରହ୍ମବରଦା ଥାନାରୁ ଜଣେ ଅଭିଯୁକ୍ତ ଚମ୍ପଟ ମାରିବା ଘଟଣାରେ ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି) କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ସରକାରଙ୍କ ବିରୋଧରେ ଗର୍ଜିଲା କଂଗ୍ରେସ

ବଞ୍ଚୋ,୨୮ା୩(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲାର ଆନନ୍ଦପୁର ଉପଖଣ୍ଡ ହାଟଡିହୀ ବ୍ଲକ ଅନ୍ତର୍ଗତ ମରେଇଗାଁ ପଡ଼ିଆରେ କଂଗ୍ରେସ ଦଳର ଡାକରାରେ ଏକ ବିଶାଳ ଜନସମାବେଶ ଅନୁଷ୍ଠିତ ହୋଇଯାଇଛି।…

୧୦ ମାସ ତଳେ ବିବାହ କରିଥିଲେ ଅନୁପମା, ବେକରେ ଦାଗ ଦେଖି ବାପଘର ଲୋକେ ଆଣିଲେ ହତ୍ୟା ଅଭିଯୋଗ

ବଲାଙ୍ଗୀର,୨୮ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ମହିପୁର ଗାଁରେ ଜଣେ ନବବଧୂକୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ୧୦ ମାସ ତଳେ ବାହା ହୋଇଥିବା…

ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ହିମାଂଶୁ-ଦେବେନ୍ଦ୍ର, କାର୍ଯ୍ୟଭାର ନେବା ପରେ…

ବରପାଲି,୨୮ା୩(ଚିତ୍ତରଞ୍ଜନ ସାହୁ): ଶନିବାର ବରପାଲି ଓକିଲ ସଂଘର ନୂତନ କର୍ମକର୍ତ୍ତା ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଚଳିତ ବର୍ଷ ପାଇଁ ସଭାପତି ହିମାଂଶୁ ଶେଖର ସାହୁ ଓ ସମ୍ପାଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri