ରାଉରକେଲାରେ ମୁଖ୍ୟମନ୍ତ୍ରୀଙ୍କୁ ଭବ୍ୟ ସ୍ବାଗତ, ବିଭିନ୍ନ ଜନଜାତି ମିଶି…

ରାଉରକେଲା,୧୫ା୧୧(ବିପ୍ଳବ ରଞ୍ଜନ ଦାଶ): ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର ରାଉରକେଲାକୁ ଦ୍ୱିତୀୟ ଥର ଗସ୍ତ କରିଛନ୍ତି। ଅପରାହ୍ନ ୧ଟାରେ ମାନ୍ୟବର ମୁଖ୍ୟମନ୍ତ୍ରୀ ରାଉରକେଲା ବିମାନ ବନ୍ଦରରେ ଅବତରଣ କରିବା ପରେ ସ୍ଥାନୀୟ ଭାଜପା ନେତା ଓ କର୍ମୀମାନେ ତାଙ୍କୁ ଭବ୍ୟ ସ୍ବାଗତ କରିଥିଲେ। ଏଥିସହିତ ସୁନ୍ଦରଗଡ଼ ଜିଲାପାଳ ଡକ୍ଟର ଶୁଭଙ୍କର ମହାପାତ୍ର, ପଶ୍ଚିମାଞ୍ଚଳ ଡିଆଇଜି ବ୍ରିଜେଶ ରାୟ, ରାଉରକେଲା ଆରକ୍ଷୀ ଅଧୀକ୍ଷକ ନିତେଶ ଔଧଓ୍ବାନୀ ମଧ୍ୟ ବିମାନ ବନ୍ଦରଠାରେ ଉପସ୍ଥିତ ରହି ମୁଖ୍ୟମନ୍ତ୍ରୀଙ୍କ ସୁରକ୍ଷା ଉପରେ କଡ଼ା ନଜର ରଖିଥିଲେ। ପରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଛେଣ୍ଡ୍‌ସ୍ଥିତ ହକି ଭିଲେଜରେ ଅଳ୍ପ ସମୟ ରହି ଅପରାହ୍ନ ୨ଟାରେ ସେକ୍ଟର-୧୩ସ୍ଥିତ ମେଳଣ ପଡ଼ିଆରେ ଜାତୀୟ ଜନଜାତି ଗୌରବ ଦିବସ-୨୦୨୫ ପାଳନ ସଭା ଅଭିମୁଖେ ଯାତ୍ରା କରିଥିବା ବେଳେ ମୁଖ୍ୟମନ୍ତ୍ରୀଙ୍କୁ ସଭାସ୍ଥଳ ମୁଖ୍ୟ ଫାଟକରେ ଭବ୍ୟ ସ୍ବାଗତ କରା ଯାଇଥିଲା।

ଏଥିସହ ଏହି ବିଶେଷ ମୁହୂର୍ତ୍ତକୁ ବିଶେଷ ଆକର୍ଷଣ କରିବା ପାଇଁ ସୁନ୍ଦରଗଡ଼ ତଥା ରାଉରକେଲାର ବିଭିନ୍ନ ଜନଜାତି ଓ ଆଦିବାସୀ ବର୍ଗ ନୃତ୍ୟ ଅନୁଷ୍ଠାନର ନୃତ୍ୟଶିଳ୍ପୀମାନଙ୍କ ଦ୍ୱାରା ବିଭିନ୍ନ ଆଦିବାସୀ ପାରମ୍ପାରିକ ନୃତ୍ୟ ପରିବେଷଣ ହୋଇଥିଲା। ବିଶେଷକରି ବିବାହ ସମୟରେ ଆଦିବାସୀମାନଙ୍କର ଦ୍ୱାରା ପ୍ରସ୍ତୁତ ହେଉଥିବା କଇଁଚି ନାଚ, ଧାଡ଼ିନାଚ ସହିତ ଓରାମ ନାଚ ବେଶ୍‌ ଚିତ୍ତାକର୍ଷକ ସାଜିଥିବାବେଳେ, ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଦିବାସୀ ଜନଜାତିଙ୍କ ସାଂସ୍କୃତିକ ନୃତ୍ୟ ଭାରତୀୟ ସଂସ୍କୃତିର ଏକ ଅବିଚ୍ଛିନ୍ନ ଅଙ୍ଗ ବୋଲି କହି ବେଶ୍‌ ପ୍ରଶଂସା କରିଥିଲୋ। ପରେ ମୁଖ୍ୟମନ୍ତ୍ରୀ କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମଙ୍କର ସହ ସଭାସ୍ଥଳ ଅଭିମୁଖେ ଯାତ୍ରା କରିଥିଲେ।

Dharitri – Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ମାତିଛି ଗୋଠଛଡ଼ା ହାତୀ: ଭୟଭୀତ ଅଞ୍ଚଳବାସୀ, ସନ୍ଧ୍ୟା ହେଲେ ପଡୁଛି ତାଟି କବାଟ…

ଦିଗପହଣ୍ଡି,୩୦।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ – ଗଜପତି ଜିଲା ସୀମାନ୍ତରେ ଗତ ୪ ଦିନ ହେବ ଗୋଟିଏ ଗୋଠଛଡ଼ା ହାତୀ ଘୁରି ବୁଲୁଛି। ସା ହେଲେ ହାତୀଟି…

ବିଦ୍ୟୁତ୍‌ ନେଲା ୫ ମଇଁଷିଙ୍କ ଜୀବନ: ବିଭାଗୀୟ ଅବହେଳାକୁ ଦାୟୀ କଲେ ଗ୍ରାମବାସୀ

ଖଜୁରିପଡ଼ା,୩୦ା୧(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ବ୍ଲକ୍‌ ଅଧୀନ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ମିଳିଥିବା ସୂଚନା…

ବହୁ ଚର୍ଚ୍ଚିତ କ୍ଷୀର ବ୍ୟବସାୟୀ ହତ୍ୟା ମାମଲାର ରାୟ ପ୍ରକାଶ: ୫ ଅଭିଯୁକ୍ତଙ୍କୁ ଆଜୀବନ ଜେଲ

ବ୍ରହ୍ମପୁର,୩୦ା୧(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଗୋଷାଣିନୂଆଗାଁ ଥାନା ଅନ୍ତର୍ଗତ ହିଲପାଟଣାରେ କ୍ଷୀର ବ୍ୟବସାୟୀ ଲମ୍ବୋଦର ମୁନି ହତ୍ୟା ମାମଲାର ରାୟ ଶୁକ୍ରବାର ପ୍ରକାଶ ପାଇଛି। ବ୍ରହ୍ମପୁର ଅତିରିକ୍ତ…

ୱାର୍ଡସଭ୍ୟଙ୍କୁ ଦୁର୍ବ୍ୟବହାର: କର୍ମଚାରୀ କଲେ ଆନ୍ଦୋଳନ

ଖଡ଼ିଆଳ, ୩୦ା୧ (ସୁଜିତ କୁମାର ପ୍ରଧାନ)- ନୂଆପଡ଼ା ଜିଲା ଖଡିଆଳ ଏନ୍‌ଏସିର ଜଣେ ୱାର୍ଡସଭ୍ୟ ଦୁର୍ବ୍ୟବହାର କରିଥିବା ଅଭିଯୋଗ କରି ଶୁକ୍ରବାର କର୍ମଚାରୀମାନେ କଲମ ଛାଡ ଆନ୍ଦୋଳନ…

ଗୋଲାପଙ୍କୁ ପୋଡ଼ି ମାରିବାକୁ ଉଦ୍ୟମ କରିଥିଲେ ଶ୍ୱଶୁର ଘର ଲୋକେ: ପୋଲିସ ନେଲା…

ଆନନ୍ଦପୁର, ୩୦।୧(ସୁଶାନ୍ତ କୁମାର ସାହୁ): ବୋହୂଙ୍କୁ ଘର ଭିତରେ କବାଟ ଦେଇ ପୋଡି ମାରିଦେବାକୁ ଉଦ୍ୟମ କଲେ ଶ୍ୱଶୁର ଘର ଲୋକେ। ଏଭଳି ଏକ ସମ୍ବେଦନଶୀଳ ଘଟଣା…

୪ ମନ୍ଦିରରୁ ଏକାବେଳକେ ଚୋରି କଲେ ଦୁର୍ବୃତ୍ତ: ନେଇଗଲେ …

ଆନନ୍ଦପୁର,୩୦।୧(ସୁଶାନ୍ତ କୁମାର ସାହୁ): ଏକ ସାଙ୍ଗରେ ଚାରୋଟି ମନ୍ଦିରର ଚୋରି। ମନ୍ଦିର ତାଲା ଭାଙ୍ଗି ଲୁଟିନେଲେ ଦେବା ଦେବୀଙ୍କ ସୁନା ରୁପା ଅଳଙ୍କାର। ସହ ଦାନ ବାକ୍ସ।…

ଧାର ଟଙ୍କା ମାଗିବାରୁ ଗୁଳିମାଡ଼, ନଷ୍ଟ ହେଲା ବ୍ୟକ୍ତିଙ୍କ ଆଖି

ଭୁବନ,୩୦ା୧(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଥାନା ବାରୁଆ (ଖ) ଗ୍ରାମର ପଞ୍ଚାନନ ରାଉତ ଧାନ କିଣିବା ପାଇଁ ଦେଇଥିବା ଟଙ୍କା ମାଗିବାରୁ ଗୁରୁବାର ରାତି…

ବିନା ଗ୍ରାମସଭାରେ ‘ଇଡକୋ’କୁ ଜମି ହସ୍ତାନ୍ତର ଅଭିଯୋଗ: ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ଗ୍ରାମବାସୀ

ଥୁଆମୁଳ ରାମପୁର,୩୦।୧(ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୁଳ ରାମପୁର ବ୍ଲକରେ ଜମି ଅଧିକାରକୁ ନେଇ ପୁଣିଥରେ ସ୍ବର ତୀବ୍ର ହୋଇଛି। ଗୁଣପୁର ପଞ୍ଚାୟତର ପୁଲିଙ୍ଗପଦର ଗ୍ରାମବାସୀ ନିଜର ସାମ୍ବିଧାନିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri