ଭୁବନେଶ୍ୱର,୧୩ା୯: ସଂଯୁକ୍ତ ଆରବ ଏମିରେଟ୍ସ ଗସ୍ତ ସାରି ରବିବାର ଓଡ଼ିଶା ଫେରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଓଡ଼ିଶା ନିବେଶକ ସମ୍ମିଳନୀରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ଆଜି ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ବିଭିନ୍ନ ବ୍ୟକ୍ତିବିଶେଷଙ୍କ ପକ୍ଷରୁ ସ୍ବାଗତ କରାଯାଇଛି। ୫ ଦିନିଆ ଗସ୍ତରେ ଯାଇଥିଲେ ମୁଖ୍ୟମନ୍ତ୍ରୀ। ଏହି ଗସ୍ତ ସମୟରେ ସେ ୩ ଦିନ ନିବେଶକଙ୍କ ସହ ଆଲୋଚନା କରିଥିଲେ। ଓଡ଼ିଶାରେ ଅଧିକରୁ ଅଧିକ ନିବେଶ ଓ ନିଯୁକ୍ତି ସୃଷ୍ଟି ଆମର ଲକ୍ଷ୍ୟ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ରାଜ୍ୟକୁ ୨ ଲକ୍ଷ ୪୩ ହଜାର କୋଟି ଟଙ୍କାର ନିବେଶ ଆସିବ। ପ୍ରତ୍ୟକ୍ଷ ଓ ପରୋକ୍ଷ ଭାବେ ୮ ଲକ୍ଷରୁ ଅଧିକ ଲୋକଙ୍କୁ ନିଯୁକ୍ତି ମିଳିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।