ବନ୍ୟା ସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୬।୮(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ବନ୍ୟା ସ୍ଥିତି ସମୀକ୍ଷା କରିଛନ୍ତି। ସବୁ ପ୍ରକାର ବିପର୍ଯ୍ୟୟରେ ‘ସବୁ ଜୀବନ ମୂଲ୍ୟବାନ’ ବୋଲି ସେ କହିଛନ୍ତି। ଯେପରି କୌଣସି ପରିସ୍ଥିତିରେ ଗୋଟିଏ ବି ଜୀବନ ହାନି ନ ହୁଏ ଏବଂ ସାଧାରଣ ଜୀବନଯାତ୍ରାରେ କୌଣସି ବ୍ୟାପକ ଅସୁବିଧା ନ ହୁଏ ସେଥିପାଇଁ ମୁଖ୍ୟମନ୍ତ୍ରୀ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ବନ୍ୟା ପରିସ୍ଥିତିକୁ ନେଇ ମୁଖ୍ୟ ଶାସନ ସଚିବ ଓ ସତନ୍ତ୍ର ରିଲିଫ କମିଶନର ନିୟମିତ ଭାବେ ସମୀକ୍ଷା କରିବାକୁ ମଧ୍ୟ ସେ ନିର୍ଦ୍ଦେଶ ଦେଇଛନ୍ତି ।
ମୁଖ୍ୟମନ୍ତ୍ରୀ କହିଛନ୍ତି, ବର୍ଷା ଲାଗି ରହିଥିବାରୁ ମହାନଦୀ ଅବବାହିକା ଅଞ୍ଚଳର ୧୦ଟି ଜିଲାରେ ବନ୍ୟା ସମ୍ଭାବନା ଦେଖାଦେଇଛି । ଉକ୍ତ ୧୦ ଜିଲାର ଜିଲାପାଳଙ୍କୁ ସେ ସତର୍କ କରାଇଛନ୍ତି। ଏହା ସହିତ ବନ୍ୟା ପରିସ୍ଥିତିକୁ ରୋକିବା ପାଇଁ ସମସ୍ତ ପ୍ରକାର ପଦକ୍ଷେପ ନିଆଯାଉ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ବିପଦ ଅଞ୍ଚଳରେ ଥିବା ଲୋକମାନଙ୍କୁ ପ୍ରାଥମିକତା ଭିତ୍ତିରେ ସ୍ଥାନାନ୍ତର କରି ସେମାନଙ୍କୁ ଆବଶ୍ୟକ ରିଲିଫ ଓ ମୌଳିକ ସୁବିଧା ଯୋଗାଇ ଦିଆଯିବା ସହ ରାଜ୍ୟସ୍ତରରେ ସମ୍ପୃକ୍ତ ବିଭାଗମାନେ ଜିଲାଗୁଡ଼ିକୁ ସମସ୍ତ ପ୍ରକାର ସାହାଯ୍ୟ ତୁରନ୍ତ ଯୋଗାଇଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।
ଏନ୍‌ଡିଆରଏଫ, ଓଡ୍ରାଫ ଓ ଅଗ୍ନିଶମ ବାହିନୀ କର୍ମଚାରୀଙ୍କୁ ବିଭିନ୍ନ ବିପଦପୂର୍ଣ୍ଣ ଅଞ୍ଚଳରେ ସଜାଗ ରଖି ଆବଶ୍ୟକ ସ୍ଥଳେ ଲୋକଙ୍କ ଉଦ୍ଧାର କାର୍ଯ୍ୟରେ ନିୟୋଜିତ କରାଯିବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେଇଛନ୍ତି। ହସ୍ପିଟାଲ, ଜଳଯୋଗାଣ ଓ ବିଦ୍ୟୁତ୍‌ ଯୋଗାଣ ବ୍ୟବସ୍ଥା ପରି ଜୀବନ ରକ୍ଷାକାରୀ ସଂସ୍ଥାଗୁଡିକ ନିରବଚ୍ଛିନ୍ନ ଭାବରେ ସେବା ଯୋଗାଇ ଦେବା, ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଗ୍ରାମାଞ୍ଚଳରେ ସ୍ବଚ୍ଛ ପାନୀୟ ଜଳର ବ୍ୟବସ୍ଥା କରିବା, ସାସ୍ଥ୍ୟ ବିଭାଗ ପ୍ରଭାବିତ ଅଞ୍ଚଳରେ ଲୋକଙ୍କୁ ସାସ୍ଥ୍ୟସେବା ଯୋଗାଇ ଦେବାପାଇଁ ସତନ୍ତ୍ର ବ୍ୟବସ୍ଥା କରିବାକୁ ମୁଖ୍ୟମନ୍ତ୍ରୀ କଡ଼ା ନିର୍ଦ୍ଦେଶ ଦେଇଛନ୍ତି।

ସେହିପରି ପ୍ରାଣୀଧନର ସୁରକ୍ଷା ପାଇଁ ମତ୍ସ୍ୟ ଓ ପଶୁସମ୍ପଦ ବିଭାଗ, ରାସ୍ତାଘାଟର କ୍ଷତିପାଇଁ ଇଂଜିନିୟରିଂ ବିଭାଗ, ବିଦ୍ୟୁତ୍‌ ଲାଗି ଶକ୍ତି ବିଭାଗକୁ ସଜାଗ ଲାଗି ନିର୍ଦ୍ଦେଶ ଦେଇଛନ୍ତି। ବୈଠକରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ବିଭିନ୍ନ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ, ପ୍ରମୁଖ ସଚିବ ଓ ସଚିବ ଏବଂ ଜିପାଳମାନେ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଉପରେ ବଡ଼ ଆକ୍ରମଣ କରିବ ଆମେରିକା: ସମୟ କହିଦେଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗୁରୁବାର ଜାତି ଉଦ୍ଦେଶ୍ୟରେ ଏକ ଭାଷଣ ଦେଇଛନ୍ତି। ଟ୍ରମ୍ପ ସ୍ପଷ୍ଟ ଭାବରେ କହିଛନ୍ତି,ଯୁଦ୍ଧ ଏପର୍ଯ୍ୟନ୍ତ…

ଓଡ଼ିଆକୁ ଜାଣ, ଓଡ଼ିଶାକୁ ଜାଣ: କାଶୀ ବିଶ୍ୱବିଦ୍ୟାଳୟରେ ଶୁଭିଲା ଓଡ଼ିଆଙ୍କ ସ୍ବର

ଭୁବନେଶ୍ୱର,୨।୪(ସୌମ୍ୟରଞ୍ଜନ ରାଉତ):ଓଡ଼ିଶା ଦିବସ ପାଳନ ଅବସରରେ ‘ଓଡ଼ିଆକୁ ଜାଣ, ଓଡ଼ିଶାକୁ ଜାଣ’ ଶୀର୍ଷକ ୨ଦିନିଆ ଜାତୀୟ ସମ୍ମିଳନୀର ୨ୟ ସଂସ୍କରଣ କାଶୀ ହିନ୍ଦୁ ବିଶ୍ବବିଦ୍ୟାଳୟ ବାରାଣସୀରେ ଉଦ୍‌ଘାଟିତ…

୩ ବର୍ଷ ପରେ ଖୋଲିଲା ପୋଲ, ସ୍ବାଭାବିକ ହେଲା ଗାଡ଼ି ଚଳାଚଳ

କୋରାପୁଟ,୨ା୪(ଅମିତାଭ ବେହେରା): ଦୀର୍ଘ ୩ ବର୍ଷ ୭ ମାସର ପ୍ରତୀକ୍ଷା ପରେ ବୁଧବାର ଏନ୍‌ଏଚ୍‌-୩୨୬ର ବଙ୍ଗଳାଗୁଡା ପୋଲରେ ଯାତାୟାତ ସୱାଭାବିକ ହୋଇଛି। କୋରାପୁଟ ଜିଲା ବଙ୍ଗଳାଗୁଡ଼ା ନିକଟରେ…

ଚାଲିଥିଲା ଗ୍ରାମସଭା: ଗୁପ୍ତାଙ୍ଗ ଦେଖାଇଲେ ଯୁବକ, ଆଉ ତା’ ପରେ ଘଟିଲା…

ନିରାକାରପୁର,୨ା୪(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ନିରାକାରପୁର ଥାନା ଇଲାକାରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଗାଁର ସଭା ଚାଲିଥିବା ବେଳେ ଗ୍ରାମର ଜଣେ ଯୁବକ…

ଶେଷରେ ଏମିତି କହିଦେଲେ ନିଶିକାନ୍ତ ଦୁବେ: ଯଦି ବାଧିଥାଏ…

ଭୁବନେଶ୍ୱର, ୨।୪(ସୁନିତ୍‌ ମିଶ୍ର):ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ବାବଦରେ ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ବିବାଦୀୟ ବୟାନକୁ ନେଇ ରାଜନୀତି ଥମିବାର ନାଁ ଧରୁନାହିଁ। ସବୁଆଡୁ…

ବିଜୁବାବୁଙ୍କ ପ୍ରତି ଅଶାଳୀନ ମନ୍ତବ୍ୟର ପ୍ରତିବାଦ, ଏମ୍‌ପି ନିଶିକାନ୍ତ ଦୁବେଙ୍କ କୁଶପୁତ୍ତଳିକା ଦାହ କରି…

ଦେବଗଡ଼,୨ା୪(ଶଶାଙ୍କ ଶେଖର ଝାଙ୍କର): ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତି ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ଅପମାନ ଜନକ ମନ୍ତବ୍ୟକୁ ଦେବଗଡ଼ ଜିଲା ବିଜେଡି ପକ୍ଷରୁ ଦୃଢ଼…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri