ବନ୍ୟା ସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୬।୮(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ବନ୍ୟା ସ୍ଥିତି ସମୀକ୍ଷା କରିଛନ୍ତି। ସବୁ ପ୍ରକାର ବିପର୍ଯ୍ୟୟରେ ‘ସବୁ ଜୀବନ ମୂଲ୍ୟବାନ’ ବୋଲି ସେ କହିଛନ୍ତି। ଯେପରି କୌଣସି ପରିସ୍ଥିତିରେ ଗୋଟିଏ ବି ଜୀବନ ହାନି ନ ହୁଏ ଏବଂ ସାଧାରଣ ଜୀବନଯାତ୍ରାରେ କୌଣସି ବ୍ୟାପକ ଅସୁବିଧା ନ ହୁଏ ସେଥିପାଇଁ ମୁଖ୍ୟମନ୍ତ୍ରୀ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ବନ୍ୟା ପରିସ୍ଥିତିକୁ ନେଇ ମୁଖ୍ୟ ଶାସନ ସଚିବ ଓ ସତନ୍ତ୍ର ରିଲିଫ କମିଶନର ନିୟମିତ ଭାବେ ସମୀକ୍ଷା କରିବାକୁ ମଧ୍ୟ ସେ ନିର୍ଦ୍ଦେଶ ଦେଇଛନ୍ତି ।
ମୁଖ୍ୟମନ୍ତ୍ରୀ କହିଛନ୍ତି, ବର୍ଷା ଲାଗି ରହିଥିବାରୁ ମହାନଦୀ ଅବବାହିକା ଅଞ୍ଚଳର ୧୦ଟି ଜିଲାରେ ବନ୍ୟା ସମ୍ଭାବନା ଦେଖାଦେଇଛି । ଉକ୍ତ ୧୦ ଜିଲାର ଜିଲାପାଳଙ୍କୁ ସେ ସତର୍କ କରାଇଛନ୍ତି। ଏହା ସହିତ ବନ୍ୟା ପରିସ୍ଥିତିକୁ ରୋକିବା ପାଇଁ ସମସ୍ତ ପ୍ରକାର ପଦକ୍ଷେପ ନିଆଯାଉ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ବିପଦ ଅଞ୍ଚଳରେ ଥିବା ଲୋକମାନଙ୍କୁ ପ୍ରାଥମିକତା ଭିତ୍ତିରେ ସ୍ଥାନାନ୍ତର କରି ସେମାନଙ୍କୁ ଆବଶ୍ୟକ ରିଲିଫ ଓ ମୌଳିକ ସୁବିଧା ଯୋଗାଇ ଦିଆଯିବା ସହ ରାଜ୍ୟସ୍ତରରେ ସମ୍ପୃକ୍ତ ବିଭାଗମାନେ ଜିଲାଗୁଡ଼ିକୁ ସମସ୍ତ ପ୍ରକାର ସାହାଯ୍ୟ ତୁରନ୍ତ ଯୋଗାଇଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।
ଏନ୍‌ଡିଆରଏଫ, ଓଡ୍ରାଫ ଓ ଅଗ୍ନିଶମ ବାହିନୀ କର୍ମଚାରୀଙ୍କୁ ବିଭିନ୍ନ ବିପଦପୂର୍ଣ୍ଣ ଅଞ୍ଚଳରେ ସଜାଗ ରଖି ଆବଶ୍ୟକ ସ୍ଥଳେ ଲୋକଙ୍କ ଉଦ୍ଧାର କାର୍ଯ୍ୟରେ ନିୟୋଜିତ କରାଯିବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେଇଛନ୍ତି। ହସ୍ପିଟାଲ, ଜଳଯୋଗାଣ ଓ ବିଦ୍ୟୁତ୍‌ ଯୋଗାଣ ବ୍ୟବସ୍ଥା ପରି ଜୀବନ ରକ୍ଷାକାରୀ ସଂସ୍ଥାଗୁଡିକ ନିରବଚ୍ଛିନ୍ନ ଭାବରେ ସେବା ଯୋଗାଇ ଦେବା, ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଗ୍ରାମାଞ୍ଚଳରେ ସ୍ବଚ୍ଛ ପାନୀୟ ଜଳର ବ୍ୟବସ୍ଥା କରିବା, ସାସ୍ଥ୍ୟ ବିଭାଗ ପ୍ରଭାବିତ ଅଞ୍ଚଳରେ ଲୋକଙ୍କୁ ସାସ୍ଥ୍ୟସେବା ଯୋଗାଇ ଦେବାପାଇଁ ସତନ୍ତ୍ର ବ୍ୟବସ୍ଥା କରିବାକୁ ମୁଖ୍ୟମନ୍ତ୍ରୀ କଡ଼ା ନିର୍ଦ୍ଦେଶ ଦେଇଛନ୍ତି।

ସେହିପରି ପ୍ରାଣୀଧନର ସୁରକ୍ଷା ପାଇଁ ମତ୍ସ୍ୟ ଓ ପଶୁସମ୍ପଦ ବିଭାଗ, ରାସ୍ତାଘାଟର କ୍ଷତିପାଇଁ ଇଂଜିନିୟରିଂ ବିଭାଗ, ବିଦ୍ୟୁତ୍‌ ଲାଗି ଶକ୍ତି ବିଭାଗକୁ ସଜାଗ ଲାଗି ନିର୍ଦ୍ଦେଶ ଦେଇଛନ୍ତି। ବୈଠକରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ବିଭିନ୍ନ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ, ପ୍ରମୁଖ ସଚିବ ଓ ସଚିବ ଏବଂ ଜିପାଳମାନେ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଆମ୍ବୁଲାନ୍ସ ମିଳିଲାନି, ମା’ଙ୍କ ମୃତଦେହକୁ ଷ୍ଟ୍ରେଚରରେ ଟାଣି ଘରକୁ ନେଲେ ପୁଅ

ପାଟନା,୮।୧୨: ବିହାରର ନାୱାଦା ଜିଲାରେ ମାନବିକତାକୁ ଲଜ୍ଜା ଦେବା ଭଳି ଏକ ଘଟଣା ସାମ୍ନାକୁ ଆସିଛି। ଆମ୍ବୁଲାନ୍ସ ନ ମିଳିବାରୁ ଜଣେ ପୁଅ ରାତି ଅଧରେ...

‘ସବୁ ଓଡ଼ିଆଙ୍କୁ କଷ୍ଟ ଦେଉଛି’: ବିକାଶମୂଳକ ଖର୍ଚ୍ଚ ଅବହେଳା ପାଇଁ ସରକାରଙ୍କୁ ନବୀନଙ୍କ କଡ଼ା ସମାଲୋଚନା

ଭୁବନେଶ୍ୱର,୮।୧୨: ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ମୋହନ ମାଝୀ ସରକାରଙ୍କୁ ଓଡ଼ିଶାର ଲୋକଙ୍କ କଲ୍ୟାଣ ଏବଂ ବିକାଶ ପାଇଁ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ନବୀନଙ୍କ ଟାର୍ଗେଟ୍‌ ପରେ ମୁଖ୍ୟମନ୍ତ୍ରୀଙ୍କ ପାଲଟା ଜବାବ: ‘ଗୃହରେ ୨ ମିନିଟ୍‌ ବସିବାକୁ ଧୈର୍ଯ୍ୟ ନାହିଁ’

ଭୁବନେଶ୍ୱର,୮।୧୨: ରାଜଗାଙ୍ଗପୁର ଲଞ୍ଜିବେଣ୍ଡା ଠାରେ ଜଣେ କଲେଜ ଛାତ୍ରୀଙ୍କୁ ଜାଳି ଦିଆଯିବା ଘଟଣାକୁ ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ରାଜ୍ୟ...

୮ମ ବେତନ କମିଶନ ଉପରେ ଆସିଲା ବଡ଼ ଅପଡେଟ୍: ଉପକୃତ ହେବେ ଏତିକି କର୍ମଚାରୀ ଓ ପେନସନଭୋଗୀ

ନୂଆଦିଲ୍ଲୀ,୮।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଅଷ୍ଟମ ବେତନ କମିଶନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି। କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟର...

ଜାପାନରରେ ଶକ୍ତିଶାଳୀ ୭.୨ ତୀବ୍ରତାର ଭୂକମ୍ପ, ସୁନାମି ସତର୍କତା ଜାରି

ନୂଆଦିଲ୍ଲୀ,୮।୧୨: ସୋମବାର ଜାପାନର ଉତ୍ତର ଉପକୂଳରେ ଏକ ଶକ୍ତିଶାଳୀ ୭.୨ ତୀବ୍ରତାର ଭୂକମ୍ପ ଅନୁଭୂତ ହୋଇଛି, ଯାହାପରେ ଜାପାନ ପାଣିପାଗ ଏଜେନ୍ସି (JMA) ପକ୍ଷରୁ ସୁନାମି...

୫୦ରୁ ଅଧିକ ଫଳ ଦୋକାନ ଜଳି ପୋଡି ପାଉଁଶ: ପରିଦର୍ଶନରେ ଆସି ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର କହିଲେ, ଏଥିପାଇଁ…

ବଲାଙ୍ଗୀର,୮।୧୨( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଯାଇଛି । ଦେଖୁ ଦେଖୁ ହୁ ହୁ ହୋଇ...

ନବଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ, ମହଙ୍ଗା ପଡିଲା ‘୫୦୦ କୋଟି’ ମନ୍ତବ୍ୟ

ନୂଆଦିଲ୍ଲୀ,୮।୧୨: ମୁଖ୍ୟମନ୍ତ୍ରୀ ପଦ ପାଇଁ କଂଗ୍ରେସ ‘୫୦୦ କୋଟି ଟଙ୍କାର ସୁଟକେସ୍’ ନେଇଥାଏ ବୋଲି ଅଭିଯୋଗ କରି ରାଜନୈତିକ ବିବାଦ ସୃଷ୍ଟି କରିଥିବା ପଞ୍ଜାବ କଂଗ୍ରେସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri