ବାହୁଡ଼ା ଯାତ୍ରା ନେଇ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, ଭିଡ଼ ପରିଚାଳନା ନେଇ…

ଭୁବନେଶ୍ୱର,୨୨ା୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଲୋକସେବା ଭବନରେ ଆସନ୍ତା ୨୪ ତାରିଖରେ ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା ପ୍ରସ୍ତୁତି ସମ୍ପର୍କରେ ସମୀକ୍ଷା କରି ଭିଡ଼ ପରିଚାଳନା ଓ ସୂଚନା ସଞ୍ଚାର ଉପରେ ଅଧିକ ଗୁରୁତ୍ୱ ଦେବାକୁ ଅଧିକାରୀମାନଙ୍କୁ ପରାମର୍ଶ ଦେଇଛନ୍ତି। ଏହା ସହିତ ମୁଖ୍ୟମନ୍ତ୍ରୀ ଭକ୍ତ ଓ ଶ୍ରଦ୍ଧାଳୁମାନଙ୍କୁ ପ୍ରଶାସନ ଓ ପୋଲିସର ମାର୍ଗଦର୍ଶିକା ପାଳନ କରିବାକୁ ନିବେଦନ ମଧ୍ୟ କରିଛନ୍ତି।

ବୈଠକରେ ହୋଇଥିବା ଆଲୋଚନାରୁ ଜଣାଯାଇଛି ଯେ, ରଥଯାତ୍ରାଠାରୁ ଆଜି ପର୍ଯ୍ୟନ୍ତ ମହାପ୍ରଭୁଙ୍କ ସମସ୍ତ ନୀତିକାନ୍ତି ପ୍ରାୟତଃ ଠିକ୍‌ ଭାବରେ ପରିଚାଳିତ ହୋଇଛି। ଲଗାଣ ବର୍ଷା, ପ୍ରତିକୂଳ ପାଗ, ଗରମ ଓ ଗୁଳୁଗୁଳି ସତ୍ତ୍ୱେ ଅଧିକାରୀ ଓ କର୍ମଚାରୀ ତଥା ଭକ୍ତମାନଙ୍କ ସେବା ଓ ସମର୍ପଣ କୌଣସି ମାତ୍ରାରେ ପ୍ରଭାବିତ ହୋଇନାହିଁ। ସେବାୟତମାନଙ୍କ ନିଷ୍ଠା ଓ ସମର୍ପଣ ମନୋଭାବର ଉଚ୍ଚ ପ୍ରଶଂସା କରି ମୁଖ୍ୟମନ୍ତ୍ରୀ ସେମାନଙ୍କୁ ଧନ୍ୟବାଦ ଦେଇଛନ୍ତି। ମହାପ୍ରଭୁଙ୍କ ସେବାରେ ସମସ୍ତ ଅଧିକାରୀ ଓ କର୍ମଚାରୀ ଟିମ ସ୍ପିରିଟ ନେଇ କାମ କରୁଥିବାରୁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଦେଇଥିଲେ।

ପୁରୀ ସହରରେ ଜିଲା ପ୍ରଶାସନ ଓ ପୋଲିସ ପ୍ରଶାସନ ସଜାଗ ରହି ସମସ୍ତ ବ୍ୟବସ୍ଥାର ନିୟମିତ ପରିଚାଳନା ଓ ତଦାରଖ କରୁଛନ୍ତି। ପହଣ୍ଡି, ରଥଟଣା, ଦକ୍ଷିଣ ମୋଡ଼, ଆଡ଼ପ ମଣ୍ଡପ ଦର୍ଶନ, ପ୍ରତ୍ୟେକ ସମୟରେ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ରହି ନିୟମିତ ତଦାରଖ କରୁଛନ୍ତି।

ବୈଠକରେ ଭିଡ ପରିଚାଳନା ଓ ନିରନ୍ତର ସୂଚନା ସଞ୍ଚାର ଉପରେ ଅଧିକ ଗୁରୁତ୍ୱ ଦେବାକୁ ମୁଖ୍ୟମନ୍ତ୍ରୀ ଅଧିକାରୀମାନଙ୍କୁ ପରାମର୍ଶ ଦେଇଥିଲେ। ଭିଡରେ ଜନଗହଳିକ ବୈଜ୍ଞାନିକ ପଦ୍ଧତିରେ ଅନୁଧ୍ୟାନ କରିବାକୁ ପରାମର୍ଶ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, CCTVରୁ ମିଳୁଥିବା ସୂଚନାକୁ ଇଣ୍ଟିଗ୍ରେଟେଡ୍‌ କମାଣ୍ଡ ଆଣ୍ଡ କଣ୍ଟ୍ରୋଲ ବ୍ୟବସ୍ଥା ଜରିଆରେ ସମସ୍ୟା ଥିବା ସ୍ଥାନକୁ ତୁରନ୍ତ ପ୍ରଦାନ କରାଗଲେ, ସମସ୍ୟାର ସମାଧାନ ହୋଇପାରିବ। ଆଗକୁ ବାହୁଡ଼ା ଯାତ୍ରା ସହିତ ମହାପ୍ରଭୁଙ୍କ ସୁନାବେଶ ଓ ନୀଳାଦ୍ରି ବିଜେ ଅନୁଷ୍ଠିତ ହେବ। ତେଣୁ ସମସ୍ତ ନୀତିକାନ୍ତି ଯେପରି ସୁଚାରୁ ରୂପେ ପାଳିତ ହେବ ସେଥିପ୍ରତି ସ୍ବତନ୍ତ୍ର ଧ୍ୟାନ ରଖିବାକୁ ମୁଖ୍ୟମନ୍ତ୍ରୀ କହିଥିଲେ।

ରଥଯାତ୍ରାରେ ସ୍ବାସ୍ଥ୍ୟଗତ ସମସ୍ୟା ଯୋଗୁ ଦୁଇଜଣ ଶ୍ରଦ୍ଧାଳୁଙ୍କ ଜୀବନହାନି ଯୋଗୁ ମୁଖ୍ୟମନ୍ତ୍ରୀ ଦୁଃଖ ପ୍ରକାଶ କରିବା ସହିତ ଶୋକସନ୍ତପ୍ତ ପରିବାର ବର୍ଗଙ୍କ ପ୍ରତି ଗଭୀର ସମବେଦନା ପ୍ରଦାନ କରିଛନ୍ତି। ସୂଚନାଯୋଗ୍ୟ, ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ମୃତ ଶ୍ରଦ୍ଧାଳୁଙ୍କ ପରିବାରବର୍ଗଙ୍କ ପାଇଁ ୧୦ ଲକ୍ଷ ଟଙ୍କା ଲେଖାଏ ସହାୟତା ପ୍ରଦାନ କରାଯିବା ପାଇଁ ଘୋଷଣା କରାଯାଇଛି।

ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡଃ ଅରବିନ୍ଦ ପାଢୀ ରଥଯାତ୍ରା ପରିଚାଳନା ସମ୍ପର୍କରେ ବିସ୍ତୃତ ସୂଚନା ପ୍ରଦାନ କରିଥିଲେ। ପୋଲିସ ମହାନିର୍ଦ୍ଦେଶକ ଓ୍ବାଇ.ବି ଖୁରାନିଆ, ଅଗ୍ନିଶମ ପୋଲିସ ମହାନିର୍ଦ୍ଦେଶକ ଡଃ ସୁଧାଂଶୁ ଷଡ଼ଙ୍ଗୀ, ପୋଲିସ ମଡର୍ଣ୍ଣାଇଜେଶନ୍‌ର ଅତିରିକ୍ତ ମହାନିର୍ଦ୍ଦେଶକ ସୌମେନ୍ଦ୍ର ପ୍ରିୟଦର୍ଶୀ ପୋଲିସ ପ୍ରଶାସନର ବିଭିନ୍ନ ପ୍ରସ୍ତୁତି ସମ୍ପର୍କରେ ସୂଚନା ପ୍ରଦାନ କରିଥିଲେ।

ବୈଠକରେ ଆଇନ ଓ ପୂର୍ତ୍ତ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶଦାତା ପ୍ରକାଶ ମିଶ୍ର, ମୁଖ୍ୟଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ, ଉନ୍ନୟନ କମିଶନର ଡି.କେ ସିଂ ପ୍ରମୁଖ ଉପସ୍ଥିତ ରହି ବାହୁଡ଼ା ଓ ସୁନାବେଶ ପରିଚାଳନା ସମ୍ପର୍କରେ ମତାମତ ରଖିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସୂର୍ଯ୍ୟଙ୍କ ଗୋଚରରେ ଚମକିବ ୫ ରାଶିର ଭାଗ୍ୟ, ହେବ ବଡ଼ ପ୍ରମୋସନ ବଢିବ ଧନ

ସୂର୍ଯ୍ୟ ଗ୍ରହ ୧୭ ସେପ୍ଟେମ୍ୱର ୨୦୨୬, ଗୁରୁବାର ସକାଳ ୭ଟା ୫୮ ମିନିଟରେ କନ୍ୟା ରାଶିରେ ଗୋଚର କରିବେ। ଏହା କନ୍ୟା ସଂକ୍ରାନ୍ତି ହେବ। ଏହାର ପ୍ରଭାବରେ…

‘ଭାରତରେ ଦେହ ବ୍ୟବସାୟ ଆଇନଗତ ହେବା ଉଚିତ,’ ପୁନମ ପାଣ୍ଡେ କୁହନ୍ତି, ମୋର କାମୁକ ଭିଡିଓ ଗୁଡ଼ିକ ଦେଶ ତଥା ବିଶ୍ୱକୁ…

ମୁମ୍ବାଇ,୬।୯: ପ୍ରସିଦ୍ଧ ମଡେଲ ଏବଂ ଅଭିନେତ୍ରୀ ପୁନମ ପାଣ୍ଡେ ତାଙ୍କ ଡ୍ରେସିଂ ସେନ୍ସ ଏବଂ ବୟାନ ପାଇଁ ପ୍ରାୟତଃ ଶିରୋନାମାରେ ରହିଥାନ୍ତି। ସମ୍ପ୍ରତି, ବେଶ୍ୟାବୃତ୍ତି ବା ଦେହ…

ସୁନିତା-କୋମଲ ବିବାଦ ଉପରେ ନୀରବତା ଭାଙ୍ଗିଛନ୍ତି ଗୋବିନ୍ଦା, ଇସାରାରେ କହିଲେ ଖୁବ ବଡ଼ କଥା

ମୁମ୍ବାଇ,୬।୯: ପତ୍ନୀ ସୁନିତା ଆହୁଜାଙ୍କ ସହ ସମ୍ପର୍କରେ ମତଭେଦ ଏବଂ ଅଭିନେତ୍ରୀ କୋମଲ ରାଣୀଙ୍କ ସହ ତଥା କଥିତ ସମ୍ପର୍କର ଗୁଜବ ସମ୍ପର୍କରେ ଖବର ଆସିବା ପରେ…

ବରଗଡ଼ରେ ନୂଆଖାଇ ଲଗ୍ନ ଧାର୍ଯ୍ୟ, ଏହି ମୁହୂର୍ତ୍ତରେ ଶୁଭବେଳା…

ବରଗଡ଼,୬ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମଦେବୀ ସମଲେଶ୍ୱରୀଙ୍କ ପୀଠରେ ରବିବାର ନୂଆଖାଇ ଲଗ୍ନ ନିରୂପଣ କରାଯାଇଛି। ବିଧି ଓ ପରମ୍ପରା ଅନୁଯାୟୀ ଆସନ୍ତା ୧୪ ତାରିଖ ନିଶାର୍ଦ୍ଧ…

ସ୍ତ୍ରୀଙ୍କୁ ସନ୍ଦେହ ଚକ୍ଷୁରେ ଦେଖୁଥିଲେ ସ୍ବାମୀ, ନିର୍ମମ ଭାବେ ହତ୍ୟା କରିବା ପରେ…

ସମ୍ବଲପୁର,୬ା୯(ପ୍ରମୋଦ ବହିଦାର): ସମ୍ବଲପୁର ଟାଉନ ଥାନା ଅନ୍ତର୍ଗତ ସେନ ପାର୍କ ନିକଟସ୍ଥ ପ୍ରାଣୀ ଚିକିତ୍ସାଳୟ ସମ୍ମୁଖରେ ଏକ ଅଭାବନୀୟ ତଥା ବର୍ବରୋଚିତ ହତ୍ୟାକାଣ୍ଡ ଘଟିଯାଇଛି। ଚରିତ୍ର ଉପରେ…

ଯେଉଁ କାମ ପାଇଁ ଦିନେ ଯୁବକଙ୍କୁ ପରିହାସ କରୁଥିଲେ ଲୋକେ, ଆଜି ବିଦେଶରୁ ଆସିଲା ଚାକିରି ଅଫର, ପୂରା କାହାଣୀ ଜାଣିଲେ…

ଭାରତରେ ନଦୀଗୁଡ଼ିକର ଦୁର୍ଦ୍ଦଶା କହିଲେ ନ ସରେ। ସରକାରୀ ପ୍ରୟାସ ସତ୍ତ୍ୱେ ନଦୀଗୁଡ଼ିକର ଅବସ୍ଥା ସୁଧାର ହୋଇନାହିଁ। ସମ୍ପ୍ରତି ମଧ୍ୟପ୍ରଦେଶର ରାଜଗଡ଼ ଜିଲାର ଜଣେ ୨୦ ବର୍ଷୀୟ…

Video: ମେଟ୍ରୋରେ ଯାତ୍ରା କଲେ ପ୍ରଧାନମନ୍ତ୍ରୀ ମୋଦି, ପିଲାମାନଙ୍କ ସହିତ ଆଲୋଚନା ସମୟରେ ତାଙ୍କ ସଂସଦୀୟ କ୍ଷେତ୍ର କାଶୀକୁ ମନେ ପକାଇଲେ, ଯାହାକୁ ନେଇ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୬।୯: ଦିଲ୍ଲୀ ମେଟ୍ରୋରେ ଯାତ୍ରା କରୁଥିବା ଯାତ୍ରୀମାନେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ, ଶନିବାର (ସେପ୍ଟେମ୍ବର 5, 2026) ସାରେ, ସେମାନଙ୍କ ସହିତ ଯାତ୍ରା କରୁଥିବା ଦେଖି ଖୁସିରେ…

ରୋନାଲ୍ଡୋ-ମେସିଙ୍କୁ ନେଇ ଇତିହାସରେ ପ୍ରଥମ ଥର ଘଟିବାକୁ ଯାଉଛି ଏମିତି ଘଟଣା, ଅପେକ୍ଷାରେ ପ୍ରଶଂସକ

ନୂଆଦିଲ୍ଲୀ,୬।୯: ପର୍ତ୍ତୁଗାଲର କ୍ରିଷ୍ଟିଆନୋ ରୋନାଲ୍ଡୋ ଏବଂ ଆର୍ଜେଣ୍ଟିନାର ଲିଓନେଲ ମେସି ଫୁଟବଲ ଜଗତର ଦୁଇ କିମ୍ବଦନ୍ତୀ ତାରକା। ପ୍ରାୟ 15 ବର୍ଷ ଧରି, ସେମାନଙ୍କର ପ୍ରତିଦ୍ୱନ୍ଦ୍ୱିତା ବିଶ୍ୱ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri