Barabati Stadium: ଫେବୃଆରୀ ୯ରେ ବାରବାଟୀ ଲଢ଼େଇ: ସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

କଟକ,୩୧।୧: ଫେବୃଆରୀ ୯ରେ ବାରବାଟୀ ଷ୍ଟାଡିୟମରେ ଅନୁଷ୍ଠିତ ହେବ ଇଣ୍ଡିଆ-ଇଂଲଣ୍ଡ ଏକଦିବସୀୟ କ୍ରିକେଟ ମ୍ୟାଚ। ଏହି ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ବାରବାଟୀ ଷ୍ଟାଡିୟମରେ ପହଞ୍ଚି ସ୍ଥିତି ସମୀକ୍ଷା କରିଛନ୍ତି। ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀ ପ୍ରସ୍ତୁତି ସନ୍ତୋଷଜନକ ରହିଥିବା ଗଣମାଧ୍ୟମ ଆଗରେ ପ୍ରକାଶ କରିଛନ୍ତି। ନୂଆ ସରକାର ଆସିବା ପରେ ଏହା ଆମ ପାଇଁ ପ୍ରଥମ ମ୍ୟାଚ୍‌। ସମୟ ଅନୁସାରେ ପ୍ରସ୍ତୁତି ସବୁ ଠିକ୍‌ ଚାଲିଛି। ଏଥର ମ୍ୟାଚ୍‌ ଉତ୍ସାହପୂର୍ଣ୍ଣ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶାବ୍ୟକ୍ତ କରିଛନ୍ତି।

ସୂଚନା ଯୋଗ୍ୟ, ମ୍ୟାଚ ଦେଖିବାକୁ ଷ୍ଟାଡିୟମରେ ୫୦ ହଜାର ଭଳି ଲୋକଙ୍କ ସମାଗମ ହେବ। ତେଣୁ ଷ୍ଟାଡିୟମ ପରିସରରେ କିପରି ଶୃଙ୍ଖଳା ବଜାୟ ରହିବ ଏବଂ ଟିକେଟ ବିକ୍ରି ପାଇଁ କୌଣସି ସମସ୍ୟା ରହିବ ନାହିଁ ତା ଉପରେ କମିଶନରେଟ ପୋଲିସ ପକ୍ଷରୁ ପ୍ରସ୍ତିୁତ ଆରମ୍ଭ ହୋଇଯାଇଛି। ଏପରି କି ପୋଲିସ କମିଶନର ମଧ୍ୟ ସ୍ଥିତି ଅନୁଧ୍ୟାନ କରିଛନ୍ତି।

ଅନ୍ୟପକ୍ଷେ ୨୮ ଓ ୨୯ ତାରିଖରେ ଓସିଏ ଅନୁବନ୍ଧିତ କ୍ଲବମାନଙ୍କୁ ଟିକେଟ ଦିଆ ସରିଛି। ୬ ଓ ୭ ତାରିଖରେ ସାଧାରଣ ଲୋକଙ୍କୁ ଟିକେଟ ବିକ୍ରି ହେବ । ତେଣୁ ବ୍ୟବସ୍ଥାକୁ ଶୃଙ୍ଖଳିତ କରିବା ଉପରେ ଡିସିପି ଜୋର୍‌ ଦେଇଛନ୍ତି। ବିଶେଷ କରି କରି କେତୋଟି କାଉଣ୍ଟର ହେବ, ସେଥିରେ କେତେ ଟିକେଟ ଉପଲବ୍ଧ ହେବ, ଏବଂ ଭିଡ଼ ନିୟନ୍ତ୍ରଣ ପାଇଁ ବ୍ୟବସ୍ଥା କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ରାହୁଲ ଗାନ୍ଧୀ , ପପୁ ଯାଦବଙ୍କ ନାମରେ ରୁଜୁ ହେଲା ମାମଲା, କାହିଁକି ଜାଣନ୍ତୁ…

ବାରାଣସୀ,୧ା୮: ପାର୍ଲାମେଣ୍ଟରେ ବିରୋଧୀ ଦଳ ଏମ୍‌ପିମାନଙ୍କ ବିକ୍ଷୋଭ ବେଳେ ସନାତନ ଧର୍ମକୁ ଅପମାନିତ କରାଯିବା ସହ ଧର୍ମୀୟ ଭାବାବେଗକୁ ଆଘାତ ପହଞ୍ଚାଇଥିବା ଅଭିଯୋଗରେ ବାରାଣସୀ ପୋଲିସ ଶନିବାର…

ବାଇକ୍‌ରେ ଘରକୁ ଯାଉଥିବା ବେଳେ ମୁହାଁମୁହିଁ ଧକ୍କା: ସ୍ପେଶାଲ ବ୍ରାଞ୍ଚ ଏଏସ୍‌ଆଇ ମନୋଜ ପାଢ଼ୀଙ୍କ ମୃତ୍ୟୁ, ପୋଲିସ ମହଲରେ…

ପାରଳାଖେମୁଣ୍ଡି,୧।୮ (ଗିରିଧାରୀ ପରିଛା): ଗଜପତି ଜିଲା ସ୍ପେଶାଲ ବ୍ରାଞ୍ଚରେ କାର୍ଯ୍ୟରତ ଏଏସ୍‌ଆଇ ମନୋଜ କୁମାର ପାଢ଼ୀଙ୍କର ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଏହି…

ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଇତିହାସରେ ରଚିଲେ ପାରା ଆଥଲେଟ୍‌

ଗ୍ଲାସଗୋ,୧ା୮: ଭାରତୀୟ ପାରା ଆଥଲେଟ୍‌ମାନେ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ସେମାନଙ୍କ ଶ୍ରେଷ୍ଠ ପ୍ରଦର୍ଶନ କରିଛନ୍ତି। ୨୮ ଜଣିଆ ଭାରତୀୟ ପାରା ସ୍ପୋଟର୍‌ସ ଦଳ ୭ ପଦକ ଜିତିଛି,…

କେଜ୍‌ରିଓ୍ବାଲଙ୍କ ବଡ଼ ଘୋଷଣା, ୪ରେ ବାହାରିବେ ପଦଯାତ୍ରା

ନୂଆଦିଲ୍ଲୀ,୧ା୮: ଖାଣ୍ଟି ପେଟ୍ରୋଲ ଏବଂ ଇ୨୦ (୨୦% ଇଥାନଲ ମିଶ୍ରିତ ପେଟ୍ରୋଲ) ମଧ୍ୟରୁ ଗ୍ରାହକ ଗୋଟିଏକୁ ବାଛିବା ନିମନ୍ତେ ପେଟ୍ରୋଲ ପମ୍ପଗୁଡ଼ିକରେ ସରକାର ବିକଳ୍ପ ବ୍ୟବସ୍ଥା ରଖିବାକୁ…

ଘାସ, ଲତାରେ ଲୁଚିଗଲାଣି ୨ ମହଲା ପାଠାଗାର

ବଉଳା,୧ା୮(ଦୁର୍ଗାପ୍ରସାଦ ଆୟଚ): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ହାଟଡ଼ିହୀ ପଞ୍ଚାୟତ ମଠଡାହିଠାରେ ନିର୍ମିତ ବ୍ଲକ୍‌ସ୍ତରୀୟ ପାଠାଗାର ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି। ରକ୍ଷଣାବେକ୍ଷଣ ଅଭାବରୁ ଘାସ, ଲତାରେ ୨…

ଆର୍ଯ୍ୟପଲ୍ଲୀରେ ପୁଣି କୂଳ ଲଙ୍ଘିଲା ସମୁଦ୍ର: ଲୀନ ହେଲା ଗ୍ରାମ ରାସ୍ତା-ମନ୍ଦିର, ସ୍ଥାୟୀ ପ୍ରତିକାର ଦାବିରେ…

ଛତ୍ରପୁର, ୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଗଞ୍ଜାମ ଜିଲାରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ପରିସ୍ଥିତିକୁ ନେଇ ଚିନ୍ତା ବଢ଼ିବାରେ ଲାଗିଥିବାବେଳେ ସ୍ଥାନୀୟ…

୭ ବର୍ଷର ଛାତ୍ରୀଙ୍କୁ ବଳାତ୍କାର, ଶିକ୍ଷକଙ୍କୁ ମିଳିଲା ଏହି ଦଣ୍ଡ, ଜାଣନ୍ତୁ…

କେନ୍ଦୁଝର,୧।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଜଣେ ୭ ବର୍ଷୀୟା ଛାତ୍ରୀଙ୍କୁ ବଳାତ୍କାର ମାମଲାରେ କୋଚିଂ ସେଣ୍ଟରର ଜଣେ ଶିକ୍ଷକଙ୍କୁ କଠୋର ଦଣ୍ଡାଦେଶ ଦେଇଛନ୍ତି ପୋସ୍କୋ ଅଦାଲତ । ଅତିରିକ୍ତ…

ବୈତରଣୀ ନଦୀର ବନ୍ୟା ଜଳରେ ହାତୀପଲଙ୍କ ଜଳକ୍ରୀଡ଼ା: ଦେଖିବା ପାଇଁ ଲୋକଙ୍କ ପ୍ରବଳ ଭିଡ଼

ପାଟଣା,୧।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ କିଆପଡା ନିକଟସ୍ଥ ବୈତରଣୀ ନଦୀର ବନ୍ୟା ଜଳରେ ହାତୀପଲଙ୍କ ଜଳକ୍ରୀଡ଼ାର ଏକ ମନୋରମ ଓ ରୋମାଞ୍ଚକର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri